ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭା ଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମନ୍ନାରା ଚୋପ୍ରା (ଜନ୍ମ: ୨୯ ମାର୍ଚ୍ଚ ୧୯୯୧) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ । ମନ୍ନାରା ହିନ୍ଦୀ ଏବଂ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ମନ୍ନାରା ହିନ୍ଦୀ ଚଳଚ୍ଚିତ୍ର ଜିଦ୍ ଜରିଆରେ ୨୦୧୪ରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ସେ ୨୦୧୪ରେ ତେଲୁଗୁ ଚଳଚ୍ଚିତ୍ର ପ୍ରେମା ଜୀମା ଜାନ୍ତା ନାଇ ଜରିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ସଂଗ୍ରହାଳୟ । ଏହା ୧୯୩୨ ରେ ସ୍ଥାପିତ ହୋଇଥିଲା ଓ ପରେ ୧୯୬୦ରେ ନୂତନ ସୌଧକୁ ସ୍ଥାନାନ୍ତରିତ ହୋଇଥିଲା । ସଂଗ୍ରହାଳୟଟି ୧୧ ଟି ଭାଗରେ ବିଭକ୍ତ ଯଥା : ପ୍ରତ୍ନତତ୍ୱ, ସୂତ୍ରଲିପି ଉତ୍କିରଣବିଦ୍ୟା, ମୁଦ୍ରାଶାସ୍ତ୍ର, ଶସ୍ତ୍ରାଗାର, ଖନନ ଓ ଭୂବିଜ୍ଞାନ, ପ୍ରାକୃତିକ ଇତିହାସ ବିଜ୍ଞାନ, କଳା ଓ ଶିଳ୍ପ, ସମକାଳୀନ କଳା, ପଟ୍ଟଚିତ୍ର, ନୃବିଦ୍ୟା ଓ ତାଳପତ୍ର ପୋଥି ଆଦି । ସଂଗ୍ରହାଳୟଟି ଜଣେ ସୁପରିଣ୍ଟେଣ୍ଡେଣ୍ଟଙ୍କ ଦ୍ୱାରା ପରିଚାଳିତ ଓ ଓଡ଼ିଶା ସରକାରଙ୍କ ସଂସ୍କୃତି ବିଭାଗ ଏହାର ପ୍ରଶାସନିକ ପରିଚାଳିତ ହେଉଛି। ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବେଞ୍ଜାଇଲ ବେଞ୍ଜୋଏଟ (ଇଂରାଜୀ ଭାଷାରେ Benzyl benzoate ବା BnBzO, ବିକ୍ରୟ ନାମ ସ୍କାବାଙ୍କା/Scabanca) ଏକ ଔଷଧ ଓ କୀଟନାଶକ (insect repellent)। କାଛୁ ଓ ଉକୁଣୀ (lice) ନିମନ୍ତେ ଏହା ଔଷଧ ଭାବରେ ବ୍ୟବହାର କରାଯାଏ । କାଛୁ ନିମନ୍ତେ ପରମେଥ୍ରିନ ବା ମାଲାଥିଅନ (malathion) ଅଧିକ ପସନ୍ଦ କରାଯାଏ । ଚମରେ ଏହା ଲୋସନ ଆକାରରେ ଲଗାଯାଏ । ସ୍ୱାଭାବିକ ଭାବରେ ଏହା ୨ବା ୩ ଥର ଏହି ଔଷଧ ଲଗାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କୁଞ୍ଜରାଣୀ ଦେବୀ ଜଣେ ମହିଳା ଭାରତ୍ତୋଳନକାରୀ ଭାବରେ ପ୍ରସିଦ୍ଧ । ସେ ୧ ମାର୍ଚ୍ଚ ୧୯୬୮ ରେ ମଣିପୁର ର ଇମ୍ଫାଲ ଠାରେ କାଇରଙ୍ଗ ମଲାଇ ଲେଇକାଇ ନାମକ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ୧୯୭୮ ମସିହାରେ ସ୍କୁଲରେ ପଢୁଥିବା ସମୟରେ ଖେଳକୁଦରେ ପ୍ରଥମେ ଆଗ୍ରହ ପ୍ରକାଶ କରିଥିଲେ । ଇମ୍ଫାଲରୁ ସେ ନିଜର ସ୍ନାତକ ପଢା ସାରି ସାରିବା ବେଳକୁ ଭାରତ୍ତୋଳନ ତାଙ୍କର ନିଶା ପାଲଟି ସାରିଥିଲା । ପରେ ସେ ସେଣ୍ଟ୍ରାଲ ରିଜର୍ଭ ପୁଲିସ ଫୋର୍ସ (Central Reserve Police Force-CRPF) ବିଭାଗରେ ଯୋଗ ଦେଇଥିଲେ । ତା ଛଡା ସେ ୧୯୯୬ ରୁ ୧୯୯୮ ଯାଏଁ ପୁଲିସ ଚମ୍ପିୟାନସିପରେ ପତାକା ଧାରଣ କରିବାର ସୌଭାଗ୍ୟ ଅର୍ଜନ କରିଥିଲେ । ସେହି ସମୟସୀମା ମଧ୍ୟରେ ସେ ଭାରତୀୟ ପୁଲିସ ବାହିନୀର ଅଧିନାୟିକା ମଧ୍ୟ ରହିଥିଲେ ।
ପ୍ରତ୍ୟେକ ମାସର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ଦିନଟିକୁ ଶିବ ଚତୁର୍ଦ୍ଦଶୀ ଭାବେ ପାଳନ କରାଯାଏ । ଭଗବାନ ଶିବଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଉଥିବା ଅନେକ ପୂଜାବ୍ରତ ମଧ୍ୟରେ ଶିବ ଚତୁର୍ଦ୍ଦଶୀ ଅନ୍ୟତମ । ପୁରାଣ ମତେ ଏକଦା ହିମାଳୟରେ ଅବସ୍ଥାନ କରୁଥିବା ସମୟରେ ଦେବୀ ପ୍ରଭୁ ଶିବଙ୍କୁ ପଚାରିଲେ ଯେ, ଆପଣଙ୍କ ଉଦ୍ଦେଶ୍ୟରେ ପାଳିତ ହେଉଥିବା ପୂଜାବ୍ରତମାନଙ୍କ ମଧ୍ୟରେ କେଉଁ ବ୍ରତ ଆପଣଙ୍କ ସବୁଠାରୁ ପ୍ରିୟ । ମହାଦେବ କହିଲେ ପ୍ରତ୍ୟେକ ଅଷ୍ଟମୀ, ସୋମବାର, କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ଏହିସବୁ ଦିନ ଶିବ ଉପାସକଗଣ ମୋର ଅଧିକ ପ୍ରିୟ ଅଟନ୍ତି । ଏହିସବୁ ତିଥିମାନଙ୍କରେ ଯେଉଁମାନେ ଶିବାର୍ଚ୍ଚନା କରନ୍ତି, ଶିବମନ୍ତ୍ର ଜପ କରନ୍ତି, ଉପବାସ ପାଳନ କରନ୍ତି ମନ୍ଦିର ମାନଙ୍କରେ ତଥା ଯଦି ବାରଣାସୀରେ ମୃତ୍ୟୁହୋଇ ଯାଆନ୍ତି ତେବେ ସେମାନେ ମୁକ୍ତିପାଇ ଶିବଲୋକ ଗମନ କରନ୍ତି । ଆଉମଧ୍ୟ ସବୁଠାରୁ ଭାଗ୍ୟବାନ ସେମାନେ, ଯେଉଁମାନେ କି ପ୍ରୋକ୍ତ ଶିବାର୍ଚ୍ଚନା, ରୁଦ୍ରମନ୍ତ୍ରଜପ, ଶିବାଳୟରେ ଉପବାସ ତଥା ବାରଣାସୀରେ ମୃତ୍ୟୁ ଏସବୁ ଚାରିପ୍ରକାର କ୍ରିୟାଠାରୁ ବଳିଷ୍ଠ ଅଟନ୍ତି ସେମାନେ ଶିବରାତ୍ରି ବ୍ରତପାରଣ କରନ୍ତି ।
ଗଳଗ୍ରନ୍ଥି ସ୍ୱଳ୍ପକ୍ରିୟତା (ଇଂରାଜୀ ଭାଷାରେ Hypothyroidism ବା ହାପୋଥାଇରଏଡିଜ୍ମ ବା ସ୍ୱଳ୍ପକ୍ରିୟ ଥାଇରଏଡ ବା ସ୍ୱଳ୍ପ ଥାଇରଏଡ ଏକ ସାଧାରଣ ଅନ୍ତଃସ୍ରାବୀ ରୋଗ ଯେଉଁଥିରେ ଥାଇରଏଡ ଗ୍ରନ୍ଥି ଯଥେଷ୍ଟ ଥାଇରଏଡ ହରମୋନ ପ୍ରସ୍ତୁତ କରିପାରେନି । ଏହାଦ୍ୱାରା ଅନେକ ଲକ୍ଷଣ ସୃଷ୍ଟି ହୁଏ ଯଥା:- ଥଣ୍ଡା ସହ୍ୟଶକ୍ତି କମିଯାଏ, ଡୋନୁଟ ଖାଇବା ଇଚ୍ଛା ବଢ଼େ, ଥକ୍କା ଅନୁଭବ, କୋଷ୍ଠକାଠିନ୍ୟ, ଅବସାଦ ଓ ଓଜନ ବୃଦ୍ଧି ହୁଏ । ବେଳେ ବେଳେ ବେକର ସାମନା ଭାଗ ଗଏଟର ଯୋଗୁ ଫୁଲିଯାଏ । ଗର୍ଭାବସ୍ଥାରେ ଚିକିତ୍ସା କରାନଗଲେ ଛୁଆର ଶାରୀରିକ ଓ ମାନସିକ ବୃଦ୍ଧି ବିଳମ୍ବ ହୁଏ ଯାହାକୁ କ୍ରେଟିନିଜ୍ମ କୁହାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
{{Data Visualization}} ସୂଚନା ଡିଜାଇନ ଉପଲବ୍ଧ ସୂଚନା ସମୂହ କୁ ସକ୍ରିୟ ଓ ଉପଯୋଗୀ ଭାବରେ ଉପସ୍ଥାପନ କରିବାର ଏକ ପ୍ରଣାଳୀ । ଏହା ସୂଚନା କୁ ସାଧାରଣ ଲୋକ ଭଲ ଭାବରେ ଜାଣିବା ଓ ବୁଝିପାରିବାରେ ସାହାଯ୍ୟ କରିଥାଏ । ଏହା ତଥ୍ୟ କୁ ପ୍ରଦର୍ଶନ କରିବା ପାଇଁ ଥିବା ଗ୍ରାପ୍ଗିକ ଦିଶୟନ ପରି ଆକର୍ଷକ ଓ କଳାତ୍ମକ ନ ହେଇ ମଧ୍ୟ ସରଲା ଓ ସାବଲୀଳ ଭାବରେ ସୂଚନା କୁ ପ୍ରଦର୍ଶନ କରିଥାଏ । ଏହା " ତଥ୍ୟ ପ୍ରଦର୍ଶନ " ପଦ୍ଧତି ସହ ସମାଜସ୍ୟ ରଖିଥାଏ ଓ ତଥ୍ୟ ପ୍ରଦଶନ ବିଦ୍ୟା ର ପାଠ୍ୟକ୍ରମ ର ଅଂଶବିଶେଷ ଭାବରେ ଏହା ଶିକ୍ଷୟା ଦିଅ ଯାଇଥାଏ ।.
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଡାଉନ ସିଣ୍ଡ୍ରୋମ (ଡିଏସ୍ ବା ଡିଏନଏସ), ଅନ୍ୟ ନାମ ଟ୍ରାଇସୋମି ୨୧, ଏକ ଜେନେଟିକ ବେମାରୀ ଯେଉଁଥିରେ କ୍ରୋମୋଜୋମ ୨୧ ତୃତୀୟ କପିର ସମସ୍ତ ବା ଆଂଶିକ ଉପସ୍ଥିତି ଦ୍ୱାରା ହୁଏ । ଏହାଦ୍ୱାରା ଶାରୀରିକ ବୃଦ୍ଧି ବିଳମ୍ବ ହୁଏ, ସ୍ୱାଭାବିକ ମୁଖ ଆକୃତି ଓ ସାମାନ୍ୟରୁ ମଧ୍ୟମ ବୁଦ୍ଧିମତ୍ତା ବିକଳାଙ୍ଗ ଦେଖାଯାଏ । ଡାଉନ ସିଣ୍ଡ୍ରୋମ ଥିବା ଯୁବ ବୟସ୍କର ଆଇକ୍ୟୁ ୫୦ ଥାଏ ଯାହା ୮ରୁ ୯ ବର୍ଷିୟ ପିଲାର ମାନସିକ ବୟସ ସଙ୍ଗେ ସମାନ ।