ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି ,ମିଳିତ ଲେଖାଲେଖି|ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିପିଡ଼ିଆ ସଙ୍ଘ|କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କ୍ରୀତି ସନନ (ଜନ୍ମ: ୨୭ ଜୁଲାଇ ୧୯୯୦) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଯିଏକି ହିନ୍ଦୀ ଏବଂ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । କ୍ରୀତି ମଡେଲିଂ ଆରମ୍ଭ କରିବା ପରେ ସୁକୁମାରଙ୍କର ଚଳଚ୍ଚିତ୍ର ୧: ନେନୁ ଓକ୍କାଡ଼ିନେରେ ମହେଶ ବାବୁଙ୍କ ସହ ପ୍ରଥମ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ ଆରମ୍ଭ କରିବା ପରେ କ୍ରୀତି ହିନ୍ଦୀ କଥାଚିତ୍ର ହିରୋପନ୍ଥୀରେ ନାୟକ ଟାଇଗର ଶ୍ରଫଙ୍କ ସହ ଅଭିନୟ ଆରମ୍ଭ କରିଥିଲେ । କ୍ରୀତି ତାଙ୍କର ପ୍ରଥମ ଚଳଚ୍ଚିତ୍ରର ଅଭିନୟ ପାଇଁ ଫିଲ୍ମଫେୟାରର ଶ୍ରେଷ୍ଠ ନବାଗତା ନାୟିକା ସମ୍ମାନ ପାଇଥିଲେ । ଏହା ପରେ କ୍ରୀତି କିଛି ତେଲୁଗୁ ଏବଂ ଦିଲ୍ୱାଲେ ଭଳି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭା ଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥା ଦ୍ଵାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ ଦ୍ଵାରା ତାର ସାମର୍ଥ୍ୟ ପାଇଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ରିଫାମ୍ପିସିନ/ଆଇସୋନିଆଜିଡ/ପାଇରାଜିନାମାଇଡ
ରିଫାମ୍ପିସିନ/ଆଇସୋନିଆଜିଡ/ପାଇରାଜିନାମାଇଡ (ଇଂରାଜୀ ଭାଷାରେ Rifampicin/isoniazid/pyrazinamide, ବା rifampin/isoniazid/pyrazinamide) ଏକ ମିଶ୍ରିତ ଔଷଧ ଯାହା ଯକ୍ଷ୍ମା ରୋଗର ଚିକିତ୍ସାରେ ଦିଆଯାଏ । ଏଥିରେ ସ୍ଥିରୀକୃତ ମାତ୍ରାର ମିଶ୍ରିତ ରିଫାମ୍ପିସିନ, ଆଇସୋନିଆଜିଡ ଓ ପାଇରାଜିନାମାଇଡ ଔଷଧମାନ ଥାଏ । ଏହି ମିଶ୍ରିତ ଔଷଧ ଏକକ ଭାବରେ ବା ଅନ୍ୟାନ୍ୟ ଯକ୍ଷ୍ମାରୋଧୀ (antituberculosis medication) ଔଷଧ ସହିତ ଦିଆଯାଇପାରେ । ପାଟିରେ ଏହି ଔଷଧ ଦିଆଯାଏ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ । ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧି
ସୀତାଦେବୀ ଖାଡ଼ଙ୍ଗା (୧୯୦୨ - ୧୯୮୩) ଜଣେ ମହିଳା ସ୍ଵାଧୀନତା ସଂଗ୍ରାମୀ ତଥା ନାଟ୍ୟକାର । ସେ ଏକାଧାରରେ ଜଣେ ଲେଖିକା, ପ୍ରାବନ୍ଧିକା, ଔପନ୍ୟାସିକା ତଥା ଅନୁବାଦିକା । ସୀତାଦେବୀ ଖାଡ଼ଙ୍ଗାଙ୍କ ଜନ୍ମ ୧୯୦୨ ମସିହାରେ ଗଞ୍ଜାମ ଜିଲ୍ଲାର ଆସ୍କା ରେ ହୋଇଥିଲା । ତାଙ୍କ ପିତା ହରିହର ପଣ୍ଡା ସେ ସମୟରେ ନିଜ ଜିଲ୍ଲାରେ ଜଣେ ଆଗଧାଡ଼ିର ଓକିଲ ଓ ସ୍ଵାଧୀନତା ସଂଗ୍ରାମୀ ମଧ୍ୟ ଥିଲେ । ସୀତାଦେବୀ କୌଣସି ବିଦ୍ୟାଳୟ କିମ୍ବା ସଂସ୍ଥାନରୁ ଔପଚାରିକ ଶିକ୍ଷା ଗ୍ରହଣ କରିନଥିଲେ । କିନ୍ତୁ ପାରିବାରିକ ପ୍ରେରଣା ତାଙ୍କୁ ଜୀବନରେ ସଫଳତା ଦେଇଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଯାତ୍ରୀ ତରଳ ଝାଡ଼ା (ଇଂରାଜୀ ଭାଷାରେ Traveler's diarrhea ବା TD) ଏକ ପାକସ୍ଥଳୀ ଓ ଅନ୍ତନଳୀ ସଂକ୍ରମଣକୁ କୁହାଯାଏ । ଯାତ୍ରା ପଥରେ କେତେକ ମତରେ ଏକ ବା ଏକାଧିକ ଅନ୍ୟ କେତେକଙ୍କ ମତରେ ୩ ବା ତା'ଠାରୁ ଅଧିକ ଥର ତରଳ ଝାଡ଼ାକୁ ଯାତ୍ରୀ ତରଳ ଝାଡ଼ା ସଂଜ୍ଞା ଦିଆଯାଏ । ଏହା ସହିତ କ୍ରାମ୍ପ, ଅଇ, ଜ୍ୱର ଓ ଦେହ ଫୁଲିଯାଏ । ବେଳେ ବେଳେ ରକ୍ତମିଶା ତରଳ ଝାଡ଼ା ହୋଇପାରେ । ଚିକିତ୍ସାରେ ବା ବିନା ଚିକିତ୍ସାରେ ଏହି ରୋଗ ୪ ଦିନ ମଧ୍ୟରେ ଭଲ ହୋଇଯାଏ । ୧୦% ଲୋକଙ୍କର ଲକ୍ଷଣ ଏକ ସପ୍ତାହ ପର୍ଯ୍ୟନ୍ତ ରହେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଲିଭୋଥାଇରକ୍ସିନ (ଇଂରାଜୀ ଭାଷାରେ Levothyroxine ବା L-thyroxine) ଏକ ପ୍ରକାର ଥାଇରକ୍ସିନ (ଟି୪) ଯାହା ଥାଇରକ୍ସିନ ହରମୋନରୁ (thyroid hormone) ପ୍ରସ୍ତୁତ କରାଯାଏ । ଏହା ହାଇପୋଥାଇରଏଡିଜ୍ମ (ଥାଇରଏଡ ହରମୋନ ଅଭାବ) ରୋଗ ଓ ଏହାର ସାଂଘାତିକ ଆକାରରେ ହେଉଥିବା ମିକ୍ସିଡିମା କୋମାରେ (myxedema coma) ଦିଆଯାଏ । କେତେକ ପ୍ରକାରର ଥାଇରଏଡ ଅର୍ବୁଦ (thyroid tumors) ରୋଗମାନଙ୍କର ପ୍ରତିଷେଧ ଓ ଚିକିତ୍ସାରେ ମଧ୍ୟ ଦିଆଯାଏ । ଓଜନ ହାନୀ weight loss ହେଉଥିଲେ ଏହା ଦିଆଯାଏନାହିଁ । ଲିଭୋଥାଇରକ୍ସିନ ପାଟିରେ ବା ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ । ନିର୍ଦ୍ଦିଷ୍ଟ ମାତ୍ରାର ଔଷଧର ସର୍ବାଧିକ ପ୍ରଭାବ ଆସିବାକୁ ୬ ସପ୍ତାହ ଲାଗିପାରେ ।
ନୃସିଂହ ଚରଣ ପଣ୍ଡା, (୨୦ ଅପ୍ରେଲ ୧୯୨୯ - ୩୦ ଡିସେମ୍ବର ୨୦୧୫) ଜଣେ ଓଡ଼ିଆ ବୈଜ୍ଞାନିକ, ଦାର୍ଶନିକ, ସାହିତ୍ୟିକ ତଥା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ କୁଳପତି ଅଟନ୍ତି । ବିଜ୍ଞାନ ଓ ସାହିତ୍ୟରେ ପାରଦର୍ଶିତା ଲାଭ କରିଥିବା, ନୃସିଂହ ଚରଣ ଉଭୟ କ୍ଷେତ୍ରରେ ନିଜର ଅବଦାନ ରଖିଛନ୍ତି ଓ ବହୁବାର ପୁରସ୍କୃତ ମଧ୍ୟ ହୋଇଛନ୍ତି । କରୁଣା ନାମକ ଅନୁଷ୍ଠାନ ପ୍ରତିଷ୍ଠା କରି, ସେ ବିଜ୍ଞାନ ଓ ଦର୍ଶନର ପ୍ରଚାର ପ୍ରସାର କରିବାର ଚେଷ୍ଟା କରିଛନ୍ତି । ବେଦ ପାଠ, ସମୀକ୍ଷା ଓ ବୈଜ୍ଞାନିକ ଦୃଷ୍ଟିକୋଣ ସହିତ ତର୍ଜମା କରିବା ତାଙ୍କ ବ୍ୟକ୍ତିତ୍ଵର ଅନ୍ୟ ଏକ ଦିଗ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ତାରିଣୀ ମନ୍ଦିର ଓଡ଼ିଶା ର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁ ଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କ ଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।