ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ସଂଘମିତ୍ରା ମହାନ୍ତି ଜଣେ ଅଧ୍ୟାପିକା ଓ ବିଶ୍ୱବିଦ୍ୟାଳୟ କୁଳପତି । ପଦାର୍ଥ ବିଜ୍ଞାନରେ ଏମ୍ ଏସ୍ ସି ଏବଂ ପି ଏଚ ଡି ଯୋଗ୍ୟତା ହାସଲ କଲାପରେ, ସେ ଉତ୍କଳ ବିଶ୍ବବିଦ୍ୟାଳୟର କମ୍ପ୍ୟୁଟର ବିଜ୍ଞାନ ବିଭାଗରେ ଅଧ୍ୟାପିକା, ପ୍ରଧ୍ୟାପିକା ଏବଂ ପ୍ରାଚାର୍ଯ୍ୟା ଭାବେ ୧୯୮୬ ରୁ ୨୦୧୧ ପର୍ଯ୍ୟନ୍ତ କାର୍ଯ୍ୟ କରିଛନ୍ତି । ସେ Artificial Intelligence, Speech Processing, Image Processing, Natural Language Processing, Fractal Geometry, Weather Prediction ଏବଂ High Enegry Physics ରେ ଗବେଷଣା କରିଛନ୍ତି । ଡ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର ଓ କବି ଥିଲେ । ସେ ୧୮୯୭ ଡିସେମ୍ବର ୩ ତାରିଖ, ବକୁଳ ଅମାବାସ୍ୟା ଦିନ ବାଙ୍କୀ ସହର ଉପକଣ୍ଠରେ ଥିବା ଖମାରଙ୍ଗ ଗ୍ରାମରେ ପିତା ଦୁର୍ଗାଚରଣ ପଟ୍ଟନାୟକ ଓ ମାତା ରାଧାମାଳୀ ଦେବୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ । ସେ ପିତାମାତାଙ୍କର ଦ୍ଵିତୀୟ ସନ୍ତାନ ଥିଲେ । କାଳୀଚରଣଙ୍କ ପିତା ବଡ଼ମ୍ବାଗଡ଼ର ଦେବାନ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ । ତାଙ୍କ ପ୍ରଚେଷ୍ଟାରୁ ୧୯୫୮ ମସିହାରେ ଓଡ଼ିଶୀ ନୃତ୍ୟ ଶାସ୍ତ୍ରୀୟ ମର୍ଯ୍ୟାଦା ପାଇଥିଲା । ସେଥିପାଇଁ ସମସ୍ତ ଓଡ଼ିଶୀ ନାଟ୍ୟଗୁରୁ ଓ ନୃତ୍ୟଶିଳ୍ପୀମାନେ ତାଙ୍କୁ ମନେ ରଖିଛନ୍ତି।
ତନ୍ତ୍ର ହିନ୍ଦୁ ସମାଜରେ ପ୍ରଚଳିତ ଉପାସନା ପଦ୍ଧତିର ଏକ ଅଂଶ ବିଶେଷ । ତନ୍ତ୍ରର ଶାବ୍ଦିକ ଉଦ୍ଭବ ହେଲା ତନୋତି ତ୍ରାୟତି ତନ୍ତ୍ର (तनोति त्रायति तन्त्र) ରୁ ଯାହାର ଅଭିପ୍ରାୟ ହେଉଛି ବିସ୍ତାର ଓ ମୁକ୍ତି। ଏଠାରେ ତନ୍ତ୍ର ଶବ୍ଦର ଅଭିପ୍ରାୟ ଗୂଢ଼ ସାଧନା । ଶିବ ଓ ଶକ୍ତିଙ୍କ ଉପାସନା କୁ ତନ୍ତ୍ର ଶାସ୍ତ୍ର ବୋଲି କୁହାଯାଏ। ତନ୍ତ୍ର ଶାସ୍ତ୍ର ମତରେ ଏହି ଜଗତ ହେଲା ଶିବ ଓ ଶକ୍ତିଙ୍କ ଦିବ୍ୟ ଲୀଳା । ହିନ୍ଦୁ,ବୌଦ୍ଧ ଓ ଜୈନ ଧର୍ମରେ ତନ୍ତ୍ର ପରମ୍ପରା ଦେଖିବାକୁ ମିଳିଥାଏ ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ଆର୍ଟେସୁନେଟ/ମେଫ୍ଲୋକୁଇନ (ଇଂରାଜୀ ଭାଷାରେ Artesunate/mefloquine) ଏକ ଔଷଧ ଯାହା ମ୍ୟାଲେରିଆ ରୋଗର ଚିକିତ୍ସାରେ ଦିଆଯାଏ । ଏହା ସ୍ଥିରୀକୃତ ମାତ୍ରାର ଔଷଧ ମିଶ୍ରଣ (fixed dose combination) ଯେଉଁଥିରେ ଆର୍ଟେସୁନେଟ ଓ ମେଫ୍ଲୋକ୍ୱିନ ଥାଏ । ଏହା ଅଣଜଟିଳ ଫାଲସିପ୍ୟାରମ ମ୍ୟାଲେରିଆ (falciparum malaria) ରୋଗରେ ଦେବାକୁ ନିର୍ଦ୍ଦିଷ୍ଟ ଭାବରେ ସୁପାରିସ କରାଯାଏ । ଏହା ପାଟିରେ ଦିଆଯାଏ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ୍)
'କିସ୍' ବା କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସେସ ହେଇଛି ଭୁବନେଶ୍ବରର ପଟିଆଠାରେ ଥିବା ଏକ ଶିକ୍ଷାନୁଷ୍ଠାନ ଯେଉଁଥିରେ ୧୦୦୦୦ରୁ ଅଧିକ ଆଦିବାସୀ ପିଲାମାନଙ୍କୁ ମାଗଣାରେ ଶିକ୍ଷାଦାନ ଓ ରହିବା ଖାଇବା ବ୍ୟବସ୍ଥା ଦିଆଯାଉଛି । ଭୁବନେଶ୍ୱର ଉପକଣ୍ଠ ପଟିଆଠାରେ ୧୯୯୩ରେ ମାତ୍ର ୧୨୫ଜଣ ବସ୍ତିପିଲାଙ୍କୁ ମାଗଣାରେ ଶିକ୍ଷା ଦେବା ପାଇଁ କିସ ଆରମ୍ଭ କରଯାଇଥିଲା । ଏହି ଅନୁଷ୍ଠାନର ପ୍ରତିଷ୍ଠାତା ହେଉଛନ୍ତି ଅଚ୍ୟୁତ ସାମନ୍ତ । ଏଠାରେ ଓଡ଼ିଶାର ୩୦ଟି ଜିଲାର ପ୍ରାୟ ୨୨ହଜାରରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ପ୍ରାଥମିକ ଶ୍ରେଣୀଠାରୁ ସ୍ନାତକୋତ୍ତର ପର୍ଯ୍ୟନ୍ତ ସଂପୂର୍ଣ୍ଣ ନିଃଶୁଳ୍କ ଶିକ୍ଷାଲାଭ କରୁଛନ୍ତି । ଅନୁଷ୍ଠାନର ୮ଶହ ମେଧାବୀ ଛାତ୍ରଛାତ୍ରୀ କିଟ୍ ବିଶ୍ୱବିଦ୍ୟାଳୟରେ ଇଞ୍ଜିନିୟରିଂ, ମେଡିକାଲ, ଆଇନ, ମ୍ୟାନେଜମେଣ୍ଟ ଭଳି ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମରେ ମଧ୍ୟ ନିଃଶୁଳ୍କ ଶିକ୍ଷା ପାଇପାରୁଛନ୍ତି । ଏହା ବ୍ୟତୀତ ଝାଡ଼ଖଣ୍ଡ, ଛତିଶଗଡ଼, ଆସାମ ଓ ପଶ୍ଚିମବଙ୍ଗ ଆଦି ୭ଟି ରାଜ୍ୟର ଜନଜାତି ପିଲାମାନେ ମଧ୍ୟ ଏଠାରେ ଉଚ୍ଚଶିକ୍ଷା ପାଇପାରୁଛନ୍ତି । ଜଣେ ବ୍ୟକ୍ତି ୧୦ ଜଣ ଆଦିବାସୀ ପିଲାଙ୍କ ଦାୟିତ୍ୱ ବହନ କରି ମାଗଣାରେ ଶିକ୍ଷା ପ୍ରଦାନ କରିବା ଦୁରୂହ ବ୍ୟାପାର । ସେଭଳି ସ୍ଥଳେ କିସ୍ରେ ୨୨ହଜାର ପିଲା ଗୋଟିଏ ସ୍ଥାନରେ ରହି ପାଠପଢ଼ି ମଣିଷ ହେବା ନିଶ୍ଚିତ ଭାବେ ଗୌରବର କଥା । ଏହାର ସମୀକ୍ଷା ପାଇଁ ଆମେରିକା ଫୁଲବ୍ରାଇଟ ସ୍କଲାର କ୍ରଷ୍ଟାଇନ ଫିନାନ ୨୦୧୪ରୁ ଗବେଷଣା କରୁଛନ୍ତି ।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
କବି ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ) ର ଜଣେ କବି ଥିଲେ । ସେ ୧୯୦୪ ମସିହା ସେପ୍ଟେମ୍ବର ୧୪ ତାରିଖରେ ବଡ଼ମ୍ବାର କୃଷିପ୍ରେମୀ, ସ୍ୱାଧୀନଚେତା ସୁମନ୍ତ ପଟ୍ଟନାୟକଙ୍କ ପୁତ୍ରଭାବେ ଜନ୍ମ ଗ୍ରହଣ କରିଥିଲେ। ସେହି ବଡ଼ମ୍ବାରେ ରହୁଥିବା ତାଙ୍କ ପିଉସା ଦୀନବନ୍ଧୁ ପଟ୍ଟନାୟକ ନିଃସନ୍ତାନ ଥିବାରୁ ସେ ତାଙ୍କର ପୋଷ୍ୟପୁତ୍ର ଭାବେ ତାଙ୍କ ଗୃହରେ ସାରାଜୀବନ ଅତିବାହିତ କରିଥିଲେ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଧର୍ମପଦ , ଓଡ଼ିଶା ଇତିହାସ ରେ ଜଣେ ପ୍ରବାଦ ପୁରୁଷ ହେଇଥିଲେ ଯେତେବେଳେ ସେ କୋଣାର୍କ ମନ୍ଦିର ର ମୁଣ୍ଡି ମାରି ପ୍ରାଣ ବଳି ଦେଇଥିଲେ । ଧର୍ମପଦ , ଜଣେ ବିଶିଷ୍ଠ ଓଡ଼ିଆ ସ୍ଥପତିଙ୍କ ପୁତ୍ର ଥିଲେ । ଯେତେବେଳେ ରାଜା ନରସିଂହ ଦେବ କୋଣାର୍କ ମନ୍ଦିର ନିର୍ମାଣ ପାଇଁ ୧୨୦୦ କାରିଗର ଙ୍କୁ ନେଇ ମନ୍ଦିର ନିର୍ମାଣ କଲେ , ମନ୍ଦିର ର ଶୃଙ୍ଗ ପର୍ଯ୍ୟନ୍ତ କାମ ସରିଗଲା ପରେ ତାହାର ମୁଣ୍ଡି ମାରିବା କମ କେହି କରିପାରିଲେନି । ମନ୍ଦିର ଅସମ୍ପୂର୍ଣ ହେଇ ରହିଯିବାର ଆଶଙ୍କା ସୃଷ୍ଟି ହେଲା । ସେତେ ବେଳେ ମୁଖ୍ୟ ସ୍ଥପତି ବିଶୁ ମହାରଣା ଙ୍କ ୧୨ ବର୍ଷ ର ପୁଅ ଧର୍ମପଦ ନିଜେ ମନ୍ଦିର ଉପରକୁ ଚଢି ନିଜର ଅଲୌକିକ ବୁଦ୍ଧି ବଳରେ ମନ୍ଦିର ର ମୁଣ୍ଡି ମାରିବାରେ ସଫଳ ହେଲେ ଓ ସେଇ କଥା କୁ ଗୋପନ ରଖିବାକୁ ସାଗର କୁ ଲମ୍ଫ ପ୍ରଦାନ କରି ନିଜର ପ୍ରାଣବଳି ଦେଲେ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଦେବୁ ବୋଷ ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଜଗତ ଜଣେ ଅଭିନେତା । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତିତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷାଗ୍ରହଣ କରିଥିବା, ଦେବୁ ଓଡ଼ିଆ ସିନେମାରେ ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି । ଚଳଚିତ୍ର ବ୍ୟତିତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଛନ୍ତି ।