ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କ ଦ୍ଵାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗ ଦ୍ଵାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ଵର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ଵା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ଵିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ଵଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ଭେକୁରୋନିଅମ ବ୍ରୋମାଇଡ (ଇଂରାଜୀ ଭାଷାରେ Vecuronium bromide, ବିକ୍ରୟ ନାମ ନରକ୍ୟୁରନ/Norcuron) ଏକ ଔଷଧ ଯାହା ମେକାନିକାଲ ଭେଣ୍ଟିଲେସନ (mechanical ventilation) ଓ ଅପରେଶନ ସମୟରେ କଙ୍କାଳୀୟ ମାଂସପେଶୀର ଶିଥିଳତା (skeletal muscle relaxation) ଆଣିବା ନିମନ୍ତେ ଶାରୀରିକ ନିଶ୍ଚେତନ (general anesthesia) ସମୟରେ ଦିଆଯାଏ । ଏଣ୍ଡୋଟ୍ରାକିଆଲ ଇନଟ୍ୟୁବେସନ କରିବା ପୂର୍ବରୁ ଏହା ଦିଆଯାଇପାରେ କିନ୍ତୁ ଅତି ଶୀଘ୍ର ଆବଶ୍ୟକତା ଥିଲେ ସକ୍ସାମେଥୋନିଅମ ଅଧିକ ପସନ୍ଦଯୋଗ୍ୟ । ଏହା ଶିରାଭ୍ୟନ୍ତରରେ ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ଚାରି ମିନିଟ ମଧ୍ୟରେ ଏହାର ପ୍ରଭାବ ଆରମ୍ଭ ହୋଇ ପ୍ରାୟ ଏକ ଘଣ୍ଟା ପର୍ଯ୍ୟନ୍ତ ରହେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଗଜେନ୍ଦ୍ର ପ୍ରସାଦ ସାହୁ (ଜନ୍ମ ୧୪ ଅପ୍ରେଲ ୧୯୬୧) ଜଣେ ଓଡ଼ିଆ ମୂର୍ତ୍ତିକାର, ଚିତ୍ରକର ଏବଂ କଳାଶିକ୍ଷକ । ଭାରତର ପ୍ରତିଷ୍ଠିତ କ୍ରୀଡା ପୁରସ୍କାର ଅର୍ଜୁନ ପୁରସ୍କାରରେ ପ୍ରଦାନ କରାଯାଉଥିବା ଟ୍ରଫି ତାଙ୍କ ଦ୍ଵାରା ପ୍ରସ୍ତୁତ କରାଯାଏ । ୨୦୧୫ମସିହାରେ ଅନୁଷ୍ଠିତ ନବକଳେବର ପାଇଁ ଓଡ଼ିଶା ସରକାରଙ୍କଦ୍ଵାରା ବ୍ୟବହୃତ ଲୋଗୋଟିକୁ ମଧ୍ୟ ଗଜେନ୍ଦ୍ର ସାହୁ ପ୍ରସ୍ତୁତ କରିଥିଲେ ।
ମଲବତ ପୂର୍ଣା (ଜନ୍ମ ୧୦ ଜୁନ ୨୦୦୦) ଜଣେ ଭାରତୀୟ ପର୍ବତାରୋହୀ । ସେ ତେଳେଙ୍ଗାନାର ପାକଳା ଗାଁରେ ଜନ୍ମଗ୍ରହଣ କରିଥିଲେ । ୨୫ ମଇ ୨୦୧୪ରେ ପୂର୍ଣା ମାତ୍ର ୧୩ବର୍ଷ ୧୧ ମାସ ବୟସରେ ଏଭରେଷ୍ଟ ଶୃଙ୍ଗର ସବୁଠାରୁ ଉଚ୍ଚତମ ଶୃଙ୍ଗ ଚଢ଼ିଥିଲେ । ଜୋରଡାନ ରୋମେରୋ ଏଭରେଷ୍ଟ ଚଢ଼ିଥିବା ସବୁଠୁ କନିଷ୍ଠତମ ପର୍ବତାରୋହୀ, ସେ ୧୩ ବର୍ଷ ୧୦ ମାସ ବୟସରେ ଏଭରେଷ୍ଟ ଶୃଙ୍ଗ ଚଢ଼ିଥିଲେ । ପୂର୍ଣାଙ୍କ ସାଙ୍ଗେ ଖମ୍ମମର ଆନନ୍ଦ କୁମାର ମଧ୍ୟ ଏଭରେଷ୍ଟ ସୃଙ୍ଗ ଚଢ଼ିଥିଲେ ।
ସଦାଶିବ ତ୍ରିପାଠୀ (୨୧ ଅପ୍ରେଲ ୧୯୧୦–୯ ସେପ୍ଟେମ୍ବର ୧୯୮୦), ଜଣେ ଓଡ଼ିଆ ରାଜନେତା ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୨୧ ଫେବୃଆରୀ ୧୯୬୫ ଠାରୁ ୮ ମାର୍ଚ୍ଚ ୧୯୬୭ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ନବକୃଷ୍ଣ ଚୌଧୁରୀଙ୍କ ମନ୍ତ୍ରୀମଣ୍ଡଳରେ ରାଜସ୍ୱମନ୍ତ୍ରୀ ଥିଲାବେଳେ ସେ ପ୍ରଥମେ ଓଡ଼ିଶାରେ ଜମିଦାରୀ ପ୍ରଥାର ଉଚ୍ଛେଦ ପାଇଁ ବିଲ ଆଗତ କରିଥିଲେ ଯାହାକୁ ପରେ ସେ ଏକ ଆଇନ ଭାବରେ କାର୍ଯ୍ୟକାରୀ କରିଥିଲେ । ଓଡ଼ିଶାର ଜମିଜମା ସମ୍ବନ୍ଧୀୟ ନାନାଦି ଆଇନ ଓ ସମସ୍ୟା ସମ୍ବନ୍ଧରେ ସେ ଅନେକ ବିଷୟ ବିଧାନ ସଭାରେ ଉପାସ୍ଥାପନ କରିଥିଲେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ (ମହାଲକ୍ଷ୍ମୀ, କମଳା, ହରିପ୍ରିୟା, ପଦ୍ମାଳୟା, ଦାରିଦ୍ର୍ୟ ଭଞ୍ଜନ, କୌମଦକୀ, ଗଜ ବାହିନୀ, ଚଞ୍ଚଳା, କୋକମାତା ଓ ରୁଙ୍କୁଣୀ) ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଗାୟତ୍ରୀବାଳା ପଣ୍ଡା, ଜଣେ ଜଣାଶୁଣା ଓଡ଼ିଆ ସାହିତ୍ୟିକା ଓ ସମ୍ପାଦିକା । କବିତା, ଗଳ୍ପ, ଉପନ୍ୟାସ ଓ ଅନୁବାଦ ଆଦି ସାହିତ୍ୟ ବିଧିରେ ସେ ନିଜ ଲେଖନି ଚାଳନା କରିଥାନ୍ତି । ସେ, 'ଅନ୍ୟା' ନାମକ ଏକ ତ୍ରୟୋମାସିକ ସାହିତ୍ୟ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି । ପ୍ରଥମ ଓଡ଼ିଆ ଭାବେ, ସେ ୨୦୧୧ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ଲାଭ କରିଛନ୍ତି ।
ନୃସିଂହ ଚରଣ ପଣ୍ଡା, (୨୦ ଅପ୍ରେଲ ୧୯୨୯ - ୩୦ ଡିସେମ୍ବର ୨୦୧୫) ଜଣେ ଓଡ଼ିଆ ବୈଜ୍ଞାନିକ, ଦାର୍ଶନିକ, ସାହିତ୍ୟିକ ତଥା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ କୁଳପତି ଅଟନ୍ତି । ବିଜ୍ଞାନ ଓ ସାହିତ୍ୟରେ ପାରଦର୍ଶିତା ଲାଭ କରିଥିବା, ନୃସିଂହ ଚରଣ ଉଭୟ କ୍ଷେତ୍ରରେ ନିଜର ଅବଦାନ ରଖିଛନ୍ତି ଓ ବହୁବାର ପୁରସ୍କୃତ ମଧ୍ୟ ହୋଇଛନ୍ତି । କରୁଣା ନାମକ ଅନୁଷ୍ଠାନ ପ୍ରତିଷ୍ଠା କରି, ସେ ବିଜ୍ଞାନ ଓ ଦର୍ଶନର ପ୍ରଚାର ପ୍ରସାର କରିବାର ଚେଷ୍ଟା କରିଛନ୍ତି । ବେଦ ପାଠ, ସମୀକ୍ଷା ଓ ବୈଜ୍ଞାନିକ ଦୃଷ୍ଟିକୋଣ ସହିତ ତର୍ଜମା କରିବା ତାଙ୍କ ବ୍ୟକ୍ତିତ୍ଵର ଅନ୍ୟ ଏକ ଦିଗ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (Uniform Resource Locator)
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।