ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଅମ୍ଳରୋଗ ରୋଗ ବା ପିୟୁଡି, (ଇଂରାଜୀରେ Peptic ulcer disease or PUD, peptic ulcer or stomach ulcer), କହିଲେ ପାକସ୍ଥଳୀ ବା ଅନ୍ତନଳୀର ପ୍ରଥମ ଭାଗ ବା ଏସୋଫେଗସର ନିମ୍ନ ଭାଗର ଅନ୍ତଃସ୍ତରରେ ହେଉଥିବା ଘାଆକୁ ବୁଝାଏ । ପାକସ୍ଥଳୀର ଘାଆକୁ ଗ୍ୟାସ୍ଟ୍ରିକ ଅଲ୍ସର, ଅନ୍ତନଳୀର ପ୍ରଥମ ଭାଗରେ ହେଉଥିବା ଘାଆକୁ ଡୁଓଡେନାଲ ଅଲ୍ସର କୁହାଯାଏ । ଏହାର ସବୁଠାରୁ ସାଧାରଣ ଲକ୍ଷଣ ହେଲା ପେଟର ଉପର ମଝି ଭାଗରେ ଯନ୍ତ୍ରଣା ହେତୁ ନିଦ୍ରାଭଙ୍ଗ ହୁଏ ଓ ଏହି ଯନ୍ତ୍ରଣା କିଛି ଖାଦ୍ୟ ଖାଇଲେ ଉପଶମ ହୁଏ । ଏହି ଯନ୍ତ୍ରଣାକୁ ରୋଗୀ 'ପୋଡ଼ାଜଳା' ବା 'ସାମାନ୍ୟ କଷ୍ଟ' ହେଉଛି ବୋଲି ବର୍ଣ୍ଣନା କରେ । ଢ଼କାର ମାରିବା, ବାନ୍ତି ହେବା, ଓଜନ ହ୍ରାସ ଓ ଅରୁଚି ଇତ୍ୟାଦି ଏହି ରୋଗର ଅନ୍ୟାନ୍ୟ ଲକ୍ଷଣ । ବୟସ ବୃଦ୍ଧି ହୋଇଥିବା ଲୋକଙ୍କ ମଧ୍ୟରୁ ଏକ ତୃତୀୟାଂଶ ଲୋକଙ୍କର କୌଣସି ଲକ୍ଷଣ ନ ଥାଏ । ଏହି ରୋଗ ଜଟୀଳ ହେଲେ ପାକସ୍ଥଳୀ-ଅନ୍ତନଳୀରୁ ରକ୍ତସ୍ରାବ, ପାକସ୍ଥଳୀ-ଅନ୍ତନଳୀରେ ଛିଦ୍ର ଓ ପାକସ୍ଥଳୀ ସଙ୍କୋଚନ ହେତୁ ଖାଦ୍ୟର ଅଗ୍ରଗତି ବାଧାପ୍ରାପ୍ତ ହୁଏ । ଏହି ରୋଗୀଙ୍କ ମଧ୍ୟରୁ ୧୫ % ଲୋକଙ୍କର ରକ୍ତସ୍ରାବ ହୁଏ । ଏହି ରୋଗର ମୂଖ୍ୟ କାରଣ ହେଉଛି ହେଲିକୋବ୍ୟାକ୍ଟର ପାଇଲୋରି ଜୀବାଣୁ ଓ ସ୍ଟିରଏଡ ବିହୀନ ଆଣ୍ଟିଇନଫ୍ଲାମେଟରି ଔଷଧ (ଏନ.ଏସ.ଆଇ.ଡି.) ଅନ୍ୟାନ୍ୟ ସାଧାରଣ କାରଣ ମଧ୍ୟରେ ଧୂମ୍ରପାନ। ସାଂଘାତିକ ରୋଗର ଚାପ, ବେସେଟ ରୋଗ (Behcet disease), ଜୋଲିଞ୍ଜର-ଏଲିସନ ସିଣ୍ଡ୍ରୋମ, କ୍ରୋନ ରୋଗ, ଓ ଯକୃତ ସିରୋସିସ । ବୟସ୍କ ଲୋକଙ୍କର ଅଧିକ ଏନ.ଏସ.ଆଇ.ଡି. ଔଷଧ ସେବନ ଯୋଗୁ ଘାଆ ହୁଏ । ସ୍ୱାଭାବିକ ଭାବେ ଏହାର ଲକ୍ଷଣ ଉପସ୍ଥାପନ ଯୋଗୁ ରୋଗ ନିର୍ଣ୍ଣୟ କରାଯାଏ ଯାହା ଏଣ୍ଡୋସ୍କୋପି କିମ୍ବା ବେରିଅମ ସ୍ୱାଲୋ ପରୀକ୍ଷା କରି ନିଧାର୍ଯ୍ୟ କରାଯାଏ । ଏଚ. ପାଇଲୋରି ଜୀବାଣୁ ଉପସ୍ଥିତି ନିମନ୍ତେ ରକ୍ତରେ ଆଣ୍ଟିବଡି, ୟୁରିଆ ବ୍ରେଥ ପରୀକ୍ଷା, ମଳରେ ଜୀବାଣୁ ଉପସ୍ଥିତି ନିମନ୍ତେ ପରୀକ୍ଷା କିମ୍ବା ବାୟୋପ୍ସି କରାଯାଏ । ସମାନ ଲକ୍ଷଣ ଦେଖାଉଥିବା ଅନ୍ୟ ରୋଗମାନଙ୍କର ନାମ ପାକସ୍ଥଳୀ କର୍କଟ, କରୋନାରୀ ହୃଦରୋଗ, ପାକସ୍ଥଳୀ ପ୍ରଦାହ ଓ ପିତ୍ତକୋଷରେ ଲିଥିଆସିସ । ଏହି ରୋଗ ସୃଷ୍ଟିରେ ଖାଦ୍ୟ କୌଣସି ଭୂମିକା ନେଇ ନ ଥାଏ । ଏହି ରୋଗ ସୃଷ୍ଟିକାରୀ କାରକ ଯଥା ଧୂମ୍ରପାନ, ଏନ.ଏସ.ଆଇ.ଡି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଆଲିଆ ଭଟ୍ଟ (ଜନ୍ମ: ୧୫ ମାର୍ଚ୍ଚ ୧୯୯୩) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ସେ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ପ୍ରଯୋଜକ ମହେଶ ଭଟ୍ଟଙ୍କର ଝିଅ । ଆଲିଆ ଜଣେ ଶିଶୁ କଳାକାର ଭାବରେ ୧୯୯୯ରେ ସଙ୍ଘର୍ଷ ଚଳଚ୍ଚିତ୍ରରେ ପ୍ରଥମ ଅଭିନୟ କରିଥିଲେ । ଏହା ପରେ ସେ ୨୦୧୨ରେ କରଣ ଜୋହରଙ୍କ ଚଳଚ୍ଚିତ୍ର ଷ୍ଟୁଡେନ୍ଟ ଅଫ୍ ଦ ଇଅର ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଏବଂ ଏହି ଚଳଚ୍ଚିତ୍ରରେ ଅଭିନୟ ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ଫିଲ୍ମଫେୟାରରେ ମନୋନୀତ କରାଯାଇଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପ୍ରତିବର୍ଷ ଅପ୍ରେଲମାସ ୨୨ ତାରିଖକୁ ପୃଥିବୀ ଦିବସ ବା ଆର୍ଥ ଡେ ଭାବେ ପାଳନ କରାଯାଇଥାଏ । ୧୯୭୦ ମସିହାରେ ପ୍ରଥମେ ଆର୍ଥ ଡେ ପାଳନ କରାଯାଇଥିଲା । ପରିବେଶବିତ୍ ତଥା ଆମେରିକାର ସିନେଟର ଗେଲର୍ଡ ନେଲସନ ପ୍ରଥମେ ଏହି ଦିବସ ପାଳନ କରିଥିଲେ । ପରେ ୧୯୯୦ ମସିହାରେ ପୃଥିବୀର ୧୪୧ଟି ଦେଶରେ ଏହି ଦିବସ ପାଳନ ହୋଇଥିଲା । ବର୍ତ୍ତମାନ ବିଶ୍ଵର ୧୭୫ଟି ଦେଶରେ ଆର୍ଥ ଡେ ପାଳିତ ହେଉଛି ।
ଧର୍ମପଦ , ଓଡ଼ିଶା ଇତିହାସ ରେ ଜଣେ ପ୍ରବାଦ ପୁରୁଷ ହେଇଥିଲେ ଯେତେବେଳେ ସେ କୋଣାର୍କ ମନ୍ଦିର ର ମୁଣ୍ଡି ମାରି ପ୍ରାଣ ବଳି ଦେଇଥିଲେ । ଧର୍ମପଦ , ଜଣେ ବିଶିଷ୍ଠ ଓଡ଼ିଆ ସ୍ଥପତିଙ୍କ ପୁତ୍ର ଥିଲେ । ଯେତେବେଳେ ରାଜା ନରସିଂହ ଦେବ କୋଣାର୍କ ମନ୍ଦିର ନିର୍ମାଣ ପାଇଁ ୧୨୦୦ କାରିଗର ଙ୍କୁ ନେଇ ମନ୍ଦିର ନିର୍ମାଣ କଲେ , ମନ୍ଦିର ର ଶୃଙ୍ଗ ପର୍ଯ୍ୟନ୍ତ କାମ ସରିଗଲା ପରେ ତାହାର ମୁଣ୍ଡି ମାରିବା କମ କେହି କରିପାରିଲେନି । ମନ୍ଦିର ଅସମ୍ପୂର୍ଣ ହେଇ ରହିଯିବାର ଆଶଙ୍କା ସୃଷ୍ଟି ହେଲା । ସେତେ ବେଳେ ମୁଖ୍ୟ ସ୍ଥପତି ବିଶୁ ମହାରଣା ଙ୍କ ୧୨ ବର୍ଷ ର ପୁଅ ଧର୍ମପଦ ନିଜେ ମନ୍ଦିର ଉପରକୁ ଚଢି ନିଜର ଅଲୌକିକ ବୁଦ୍ଧି ବଳରେ ମନ୍ଦିର ର ମୁଣ୍ଡି ମାରିବାରେ ସଫଳ ହେଲେ ଓ ସେଇ କଥା କୁ ଗୋପନ ରଖିବାକୁ ସାଗର କୁ ଲମ୍ଫ ପ୍ରଦାନ କରି ନିଜର ପ୍ରାଣବଳି ଦେଲେ ।
ଅଲସରେଟିଭ କୋଲାଇଟିସ (ଇଂରାଜୀ ଭାଷାରେ Ulcerative Colitis ବା UC) ଏକ ଦୀର୍ଘକାଳୀନ ବା କ୍ରନିକ ବେମାରୀ ଯେଉଁଥିରେ ବୃହଦନ୍ତ୍ର ଓ ମଳାଶୟରେ ପ୍ରଦାହ ହୋଇ ଘାଆ ହୋଇଯାଏ । ଏହାର ପ୍ରାଥମିକ ଲକ୍ଷଣ: ଉଦର ଯନ୍ତ୍ରଣା ଓ ରକ୍ତ ମିଶ୍ରିତ ତରଳ ଝାଡ଼ା । ଏହା ବ୍ୟତୀତ ଓଜନ ହ୍ରାସ (Weight loss), ଜ୍ୱର, ଓ ଆନିମିଆ ହୋଇପାରେ । ଅନେକ ସମୟରେ ଲକ୍ଷଣ ଧୀରେ ଧୀରେ ଆସନ୍ତି ଓ ସାଧାରଣରୁ ସାଂଘାତିକ ହୋଇପାରନ୍ତି । ଲକ୍ଷଣ ଗୁଡ଼ିକ ମଝିରେ ମଝିରେ ପ୍ରକାଶ ପାଏ ଓ ମଧ୍ୟବର୍ତ୍ତୀ ସମୟରେ କୌଣସି ଲକ୍ଷଣ ନ ଥାଏ । ଏହି ରୋଗ ଜଟିଳ ହେଲେ ମେଗାକୋଲୋନ (megacolon), କୋଲୋନ କର୍କଟ (colon cancer) ଓ ଚକ୍ଷୁ, ଗଣ୍ଠି ବା ଯକୃତରେ ପ୍ରଦାହ ହୋଇପାରେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଅଥୀନା (ଅଥବା ଅଥାନା, ଅଥେନେ, ଅଥେନା) ଇଂରାଜୀ : Athena , ୟୁନାନୀ : ଅଥୈନା ପ୍ରାଚୀନ ୟୁନାନୀ ଦେବୀ । ଗ୍ରୀକ୍ ଧର୍ମ ଓ ପୌରାଣିକ କିମ୍ୱଦନ୍ତୀ ଅନୁସାରେ ଅଥୀନା ବା ଅଥୀନି (କିମ୍ୱା ପାଲାସ୍ ଅଥୀନା ବା ଅଥୀନି) ହେଉଛନ୍ତି ବୁଦ୍ଧି-ବିଦ୍ୟା, ଗଣିତ, ସାହସ, ପ୍ରେରଣା, ସଂସ୍କୃତି, ନ୍ୟାୟ, ସାମରିକ କୌଶଳ, ଶକ୍ତି ଏବଂ ସମସ୍ତ କଳା, ଶିଳ୍ପ ଓ କୌଶଳ ର ଦେବୀ । ପ୍ରାଚୀନ ରୋମାନ୍ ଧର୍ମରେ ତାଙ୍କ ସମକକ୍ଷ ଦେବୀ ହେଉଛନ୍ତି ମିନର୍ଭା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗ ଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପାକସ୍ଥଳୀ ପ୍ରଦାହ (ଇଂରାଜୀରେ Gastritis) ଏକ ରୋଗ ଯେଉଁଥିରେ ପାକସ୍ଥଳୀର ଭିତର ସ୍ତରରେ ପ୍ରଦାହ ହୁଏ । ଓଡ଼ିଆ ଭାଷାରେ ଏହି ରୋଗକୁ ଜଠର ଶୋଥ, ପାକାଶୟ ଶୋଥ ଓ ପାକସ୍ଥଳୀ ଘାଆ ମଧ୍ୟ କହନ୍ତି । ଏହି ରୋଗ ଅଳ୍ପ ଦିନ ହୁଏ ବା ବହୁତ ଦିନ ଧରି ହୁଏ । ଏହାର ସାଧାରଣ ଲକ୍ଷଣ ହେଲା ଉପର ପେଟ ଯନ୍ତ୍ରଣା । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଅଇ ଉଠିବା, ବାନ୍ତି ହେବା, ଅରୁଚି ହେବା ଓ ଛାତି ଜ୍ୱାଳା ବା ହାର୍ଟ ବର୍ଣ୍ଣ ହୁଏ । କିଛି ଲକ୍ଷଣ ମଧ୍ୟ ନ ଥାଇପାରେ । ଏହି ରୋଗର ଜଟିଳତା ମଧ୍ୟରେ ପାକସ୍ଥଳୀରେ ରକ୍ତସ୍ରାବ, ପାକସ୍ଥଳୀ ଘାଆ ଓ ପାକସ୍ଥଳୀ ଅର୍ବୁଦ ଉଲ୍ଲେଖଯୋଗ୍ୟ । ଅଟୋଇମ୍ମ୍ୟୁନ ଅସୁବିଧା ଥିଲେ ପର୍ନିସିୟସ ଆନିମିଆ ହୁଏ ଓ ଯଥେଷ୍ଟ ଭିଟାମିନ ବି୧୨ ଅଭାବ ଯୋଗୁ କମ ଲୋହିତ ରକ୍ତ କଣିକା ହୁଏ । ହେଲିକୋବ୍ୟାକ୍ଟର ପାଇଲୋରି ଜୀବାଣୁ ଓ ଏନଏସଆଇଡିର ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଏହି ରୋଗ ହୁଏ । ଅସାଧାରଣ କାରଣମାନଙ୍କ ନାମ ଆଲକୋହୋଲ, ଧୁମ୍ରପାନ ଓ କୋକେନ ସେବନ, ଗମ୍ଭୀର ବେମାରୀ, ଅଟୋଇମ୍ମ୍ୟୁନ ସମସ୍ୟା, ରାଡିଏସନ ଥେରାପି ଓ କ୍ରନ ରୋଗ ଇତ୍ୟାଦି । ରକ୍ତ, ମଳ ପରୀକ୍ଷା ଓ ଏଣ୍ଡୋସ୍କୋପିଦ୍ୱାରା ରୋଗ ନିର୍ଣ୍ଣୟ କରାଯାଏ । ହୃଦ୍ଘାତ ରୋଗର ଲକ୍ଷଣ ଓ ପାକସ୍ଥଳୀ ପ୍ରଦାହ ରୋଗ ଲକ୍ଷଣ ଅନେକ ସମୟରେ ସମାନ ଥାଏ । ସମାନ ଲକ୍ଷଣ ଥିବା ଅନ୍ୟ ରୋଗ ନାମ: ଅଗ୍ନାଶୟ ପ୍ରଦାହ, ବିଲିଆରି କଲିକ ଓ ପେପଟିକ ଅଲସର ରୋଗ । ଏହି ରୋଗ ଜନ୍ମାଉଥିବା ଅବସ୍ଥାମାନଙ୍କୁ ଆଡ଼େଇ ଗଲେ ପ୍ରତିଷେଧ ହୋଇଯିବ । ଆଣ୍ଟାସିଡ, ଏଚ୨ ବ୍ଲକର ବା ପ୍ରୋଟୋନ ପମ୍ପ ଇନହିବିଟର ଇତ୍ୟାଦି ଔଷଧ ଦେଇ ଏହାର ଚିକିତ୍ସା କରାଯାଏ । ଆକ୍ୟୁଟ ଆକ୍ରମଣ ସମୟରେ ବହଳିଆ ଲୋଡୋକେନ ପିଇଲେ ଉପକାର ମିଳେ । ଏନଏସଆଇଡି ଖାଇ ଏହି ରୋଗ ହେଉଥିଲେ ତୁରନ୍ତ ଔଷଧ ଖାଇବା ବନ୍ଦ କରିବା ଉଚିତ । ଏଚ ପାଇଲୋରି ଜୀବାଣୁଯୋଗୁ ରୋଗ ହେଉଥିଲେ ଯୁଗ୍ମ ଆଣ୍ଟିବାୟୋଟିକ ଯେପରିକି ଆମୋକ୍ସିସିଲିନ ଓ କ୍ଲାରିଥ୍ରୋମାଇସିନ ଦିଆଯାଏ । ପରନିସିୟସ ଆନିମିଆ ରୋଗ ଥିଲେ ଅଧିକ ଭିଟାମିନ ବି ପାଟିବାଟେ ବା ଇଞ୍ଜେକସନ ଆକାରରେ ଦିଆଯାଏ । ରୋଗ ଜନ୍ମାଉଥିବା ଖାଦ୍ୟ ବର୍ଜନ କରିବା ଉଚିତ । ପାକସ୍ଥଳୀ ପ୍ରଦାହ ରୋଗ ପ୍ରାୟ ୫୦ % ଲୋକଙ୍କର ଥିବା ବିଶ୍ୱାସ କରାଯାଏ । ବୟସ ବଢ଼ିବା ସଙ୍ଗେ ସଙ୍ଗେ ଏହି ରୋଗ ସାଧାରଣତଃ ହୁଏ । ସନ ୨୦୧୩ରେ ଏହି ରୋଗ ସହିତ ଡୁଓଡେନାଇଟିସ ରୋଗ ମିଶି ୬୦,୦୦୦ ଲୋକଙ୍କ ମୃତ୍ୟୁର କାରଣ ହୋଇଥିଲେ । ବାରି ମାର୍ସାଲ ଓରବିକ ୱାରେନ ଦୁହେଁ ସନ ୧୯୮୧ରେ ଏଚ.
ଓକ୍ସାଲିପ୍ଲାଟିନ Oxaliplatin, ବିକ୍ରୟ ନାମ ଏଲୋକ୍ସାଟିନ/Eloxatin) ଏକ କର୍କଟ ଔଷଧ ଯାହା ବୃହଦନ୍ତ୍ର-ମଳାଶୟ କର୍କଟ ରୋଗ ଚିକିତ୍ସା ନିମନ୍ତେ ଦିଆଯାଏ । ଅଧିକାଂଶ ସମୟରେ ଅଧିକ ଆଗେଇ ଯାଇଥିବା କର୍କଟ ରୋଗରେ ଏହା ଫ୍ଲୋରୋୟୁରାସିଲ (fluorouracil) ଓ ଫୋଲିନିକ ଏସିଡ (folinic acid) ସହିତ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ନୃସିଂହ ଚରଣ ପଣ୍ଡା, (୨୦ ଅପ୍ରେଲ ୧୯୨୯ - ୩୦ ଡିସେମ୍ବର ୨୦୧୫) ଜଣେ ଓଡ଼ିଆ ବୈଜ୍ଞାନିକ, ଦାର୍ଶନିକ, ସାହିତ୍ୟିକ ତଥା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ କୁଳପତି ଅଟନ୍ତି । ବିଜ୍ଞାନ ଓ ସାହିତ୍ୟରେ ପାରଦର୍ଶିତା ଲାଭ କରିଥିବା, ନୃସିଂହ ଚରଣ ଉଭୟ କ୍ଷେତ୍ରରେ ନିଜର ଅବଦାନ ରଖିଛନ୍ତି ଓ ବହୁବାର ପୁରସ୍କୃତ ମଧ୍ୟ ହୋଇଛନ୍ତି । କରୁଣା ନାମକ ଅନୁଷ୍ଠାନ ପ୍ରତିଷ୍ଠା କରି, ସେ ବିଜ୍ଞାନ ଓ ଦର୍ଶନର ପ୍ରଚାର ପ୍ରସାର କରିବାର ଚେଷ୍ଟା କରିଛନ୍ତି । ବେଦ ପାଠ, ସମୀକ୍ଷା ଓ ବୈଜ୍ଞାନିକ ଦୃଷ୍ଟିକୋଣ ସହିତ ତର୍ଜମା କରିବା ତାଙ୍କ ବ୍ୟକ୍ତିତ୍ଵର ଅନ୍ୟ ଏକ ଦିଗ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଆମଦେଶରେ ଛଠ ପୂଜା ବଡ ଧୁମ୍ ଧାମରେ ପାଳନ କରାଯାଇଥାଏ । ଭାରତ ବ୍ୟତୀତ ମରିମସ୍, ତ୍ରିନିଦାଦ, ସୁମାତ୍ରା, ଜାଭା ସମେତ ଅନ୍ୟ ଦ୍ୱୀପମାନଙ୍କରେ ମଧ୍ୟ ଏହି ପର୍ବ ପାଳନ କରାଯାଏ । କାର୍ତ୍ତିକ ଶୁକ୍ଳପକ୍ଷ ଷଷ୍ଠୀରେ ଭଗବାନ୍ ସୂର୍ଯ୍ୟ ଦେବତାଙ୍କୁ ପୂଜା କରିବା ପାଇଁ ପୂର୍ବ, ପୂର୍ବ ଉତ୍ତର ଭାରତୀୟ ନାରୀମାନେ ନଦୀତଟରେ ଏକତ୍ର ହୋଇ ଅର୍ଘ୍ୟଦାନ କରି ଏହି ପରମ୍ପରାକୁ ବଜାୟ ରଖନ୍ତି ।ଭୟାଦୂଜ ପରେ ଏହି ଛଠ୍ ଆରମ୍ଭ ହୋଇ ଚାରିଦିନ ଅନୁଷ୍ଠିତ ହୋଇଥାଏ । ପ୍ରଥମ ଦିନରେ ସୈନ୍ଧବ ଲବଣ ଓ ଘିଅରେ ତିଆରି ହୋଇଥିବା ଅରୱା ଅନ୍ନ ଓ କଖାରୁରେ ରୋଷେଇ ହୋଇଥିବା ତରକାରୀକୁ ପ୍ରସାଦ ରୂପେ ଭୋଗ କରାଯାଇଥାଏ । ଦିନସାରା ଉପବାସ ରହି ସନ୍ଧ୍ୟା ସମୟରେ ବ୍ରତୀ ମହିଳାମାନେ ପ୍ରସ୍ତୁତ କରିଥିବା ଖିରିକୁ ଗ୍ରହଣ କରିଥାନ୍ତି । ଚତୁର୍ଥ ଦିନରେ ବ୍ରତଧାରୀଙ୍କ ବ୍ରତ ସମ୍ପନ୍ନ ହେଲା ପରେ ପ୍ରସାଦକୁ ବଣ୍ଟନ କରି ଅନ୍ନ ଗ୍ରହଣ କରିଥାନ୍ତି । ଏହି ପର୍ବର ଉଦ୍ଦେଶ୍ୟ ହେଲା ସ୍ୱାମୀ, ସନ୍ତାନଙ୍କ ଦୀର୍ଘାୟୁ ଓ ପାରିବାରିକ ସୁଖ ଓ ସମୃଦ୍ଧି ପାଇଁ ପାଳନ କରାଯାଇଥାଏ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.