ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭୂମିକା ଚାୱଲା (ଜନ୍ମ: ୨୧ ଅଗଷ୍ଟ ୧୯୭୮) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ମଡେଲ । ୨୦୦୦ ମସିହାରେ ଭୂମିକା ତେଲୁଗୁ ଚଳଚ୍ଚିତ୍ର ଯୁବାକୁଡ଼ୁ ଜରିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ଭୂମିକା ତେଲୁଗୁ ଚଳଚ୍ଚିତ୍ର ବ୍ୟତୀତ ତାମିଲ, ହିନ୍ଦୀ, ମାଲାୟଲମ୍, କନ୍ନଡ଼, ଭୋଜପୁରୀ ଏବଂ ପଞ୍ଜାବୀ ଭାଷାର ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ଭୂମିକାଙ୍କ ଅଭିନୀତ ସଫଳତମ ଚଳଚ୍ଚିତ୍ରଗୁଡ଼ିକ ହେଲା: ଖୁସି (ତେଲୁଗୁ), ଓକ୍କୁଡ଼ୁ, ତେରେ ନାମ୍, ମିସ୍ସାମ୍ମା, ଗାନ୍ଧୀ- ମାଇଁ ଫାଦର, ବୁଡ୍ଦି ଏବଂ ଅନସୁୟା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଘରେ ଘରେ ପରିଚିତ ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କ ଦ୍ଵାରା ୧୮୯୫ ମସିହାରେ ଲେଖାଯାଇଥିଲା । ଏହା ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି ।ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଅକ୍ଟୋପସ , ସମୁଦ୍ରରେ ବାସକରୁଥିବା ଏକ ନିଆରା ଜଳଜ ଜୀବ । ଦୁଇଶହରୁ ଅଧିକ ପ୍ରଜାତିର ଅକ୍ଟୋପସ ସାରା ବିଶ୍ଵରେ ଦେଖିବାକୁ ମିଳନ୍ତି । ୨ ଇଞ୍ଚ ରୁ ୩୨ ଫୁଟ୍ ପର୍ଯ୍ୟନ୍ତ ଆକୃତିର ଅକ୍ଟୋପସ ବିଶ୍ଵରେ ଥିବା ଜଣାଯାଏ । ଏମାନେ ସାଧାରଣତଃ ସମୁଦ୍ରର ତିନିମାଇଲ୍ ବା ୪୮୦୦ମିଟର ଗଭୀରତାରେ ଆତଯାତ ହୋଇଥାନ୍ତି । ବିଶ୍ଵର ସବୁଠୁ ବଡ ଅକ୍ଟୋପସ ପ୍ରଶାନ୍ତ ମହାସାଗରରେ ଦେଖାଯାଆନ୍ତି । ଏମାନଙ୍କ ଆକାର ୧୬ ଫୁଟ ଓ ଓଜନ ୧୧୦ ପାଉଣ୍ଡରୁ ଅଧିକ ହୋଇଥାଏ । ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ବି ଅକ୍ଟୋପସ ମାଂସ ଭୂମଧ୍ୟସାଗରୀୟ ଓ ଏସିଆ ମହଦେଶର କିଛିଅଞ୍ଚଳରେ ସୁସ୍ଵାଦୁ ଖାଦ୍ୟ ରୂପେ ବ୍ୟବହୃତ ହୁଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ଦୁବ ଏକ ତୃଣ ଜାତୀୟ ଉଦ୍ଭିଦ । ଏହାର ବୈଜ୍ଞାନିକ ନାମ ସାଇନୋଡନ ଡକ ଟାଇଲନ । ସାଇନୋଡନ ଅର୍ଥ କୁକୁର ଦାନ୍ତ ଓ ଡକଟାଇଲନ ଅର୍ଥ ଆଙ୍ଗୁଳି ଭଳି ଚେର । ଦୁବ ଘସର ଅନ୍ୟାନ୍ୟ ନାମ ମଧ୍ୟରେ ବାହାମା ଘାସ, ବରମୁଣ୍ଡା ଘାସ, କୁକୁର ଦାନ୍ତ ଘାସ, ତାରା ଘାସ, ଲନ ଘାସ ଓ କଚ ଘାସ ପ୍ରଧାନ । ଏହାର ଉତ୍ପତ୍ତି ସ୍ଥଳ ପୃଥିବୀର ଉଷ୍ମ ଓ ଆର୍ଦ୍ର ଜଳବାୟୁ ଯଥା ଭାରତ ଓ ପୂର୍ବ ଆଫ୍ରିକା ଅଂଚଳରେ । ମାତ୍ର ପୃଥିବୀର ଅଧିକାଂଶ ଅଂଚଳରେ ଦେଖାଯାଏ । ଭାରତୀୟ ଚାରଣ ଭୂମିରେ ଦୁବ ଏକ ପ୍ରମୁଖ ଘାସ ଭାବରେ ଦେଖାଯାଏ । ଏହା ଅଧିକ ଚାରଣ ଚାପ ସହିପାରୁଥିବା ଯୋଗୁଁ ଚାରଣ ଭୂମିରେ ତିଷ୍ଠିରହିପାରେ । ଏହା କୋମଳ, ସୁସ୍ୱାଦୁ ଓ ରସାଳ ହୋଇଥିବାରୁ ଗାଈ ଗୋରୁ, ଛେଳି ମେଣ୍ଢା ଓ ଠେକୁଆଆଦିଙ୍କ ପ୍ରିୟ ଖାଦ୍ୟ ଅଟେ ।
ପ୍ରୋକାର୍ବାଜିନ (ଇଂରାଜୀ ଭାଷାରେ Procarbazine) ଏକ କେମୋଥେରାପି ଔଷଧ ଯାହା ହଜକିନ ଲିମ୍ଫୋମା ଓ ମସ୍ତିଷ୍କ କର୍କଟ ରୋଗର ଚିକିତ୍ସାରେ ବ୍ୟବହୃତ ହୁଏ । ହଜକିନ ରୋଗ ନିମନ୍ତେ ଅଧିକାଂଶ ସମୟରେ ଏହା ମେକ୍ଲୋରିଥାମିନ (mechlorethamine), ଭିନକ୍ରିସ୍ଟିନ (vincristine) ଓ ପ୍ରେଡନିସୋନ (prednisone) ସହିତ ଦିଆଯାଏ ଓ ଗ୍ଲାୟୋବ୍ଲାସ୍ଟୋମା (glioblastoma multiforme) ଭଳି ମସ୍ତିଷ୍କ କର୍କଟ ନିମନ୍ତେ ଏହା ଲୋମୁସ୍ଟିନ (lomustine) ଓ ଭିନକ୍ରିସ୍ଟିନ (vincristine) ସହିତ ଦିଆଯାଏ । ଏହି ଔଷଧ ପାଟିରେ ଦିଆଯାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଆଘାତୋତ୍ତର ଚାପ ବେମାରୀ (PTSD) ଏକ ମାନସିକ ବେମାରୀ ଯାହା ଜଣେ ମଣିଷ ଯୌନ ଆକ୍ରମଣ, ଯୁଦ୍ଧ, ଗାଡ଼ି ଧକ୍କା ବା ଅନ୍ୟାନ୍ୟ ଜୀବନ ଆଶଙ୍କା ଥିବା ଘଟଣା ପରେ ବାହାରେ । ଏହି ରୋଗର ଲକ୍ଷଣ - ବ୍ୟାକୁଳ ଭାବନା, ଅନୁଭବ ବା ଆଘାତ ସମ୍ପର୍କୀୟ ଘଟଣାର ସ୍ୱପ୍ନ, ଆଘାତ ସମ୍ପର୍କୀୟ ସଂକେତ ମିଳିବାରେ ବ୍ୟାକୁଳତା, ମଣିଷର ଭାବନା ଓ ଅନୁଭବରେ ପରିବର୍ତ୍ତନ ଓ ଯୁଦ୍ଧ ବା ପଳାୟନ ପ୍ରତିକ୍ରିୟା । ଘଟଣାର ଏକ ମାସରୁ ଅଧିକ ସମୟ ପର୍ଯ୍ୟନ୍ତ ଏହି ଲକ୍ଷଣ ରହେ । ଅଳ୍ପ ବୟସ୍କ ପିଲା ସଙ୍କଟ ଅଭିବ୍ୟକ୍ତି କମ୍ କରନ୍ତି କିନ୍ତୁ ଖେଳ ମାଧ୍ୟମରେ ଏହା ପ୍ରକାଶ ପାଏ । ଏହି ରୋଗୀମାନଙ୍କର ଆତ୍ମହତ୍ୟା ସଙ୍କଟ ରହେ ।