ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
'ରିତିକା ସିଂହ (ଜନ୍ମ: ୧୬ ଡିସେମ୍ବର ୧୯୯୪) ଜଣେ ଭାରତୀୟ ମୁଷ୍ଟି ଯୋଦ୍ଧା ଏବଂ କଥାଚିତ୍ର ଅଭିନେତ୍ରୀ, ଯିଏକି ତେଲୁଗୁ, ତାମିଲ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ରିତିକା ୨୦୦୯ରେ ଏସିଆନ ଇନ୍ଡୋର୍ ଗେମ୍ସ୍ରେ ଭାରତୀୟ ମୁଷ୍ଟି ଯୋଦ୍ଧା ଭାବରେ ଭାଗ ନେଇଥିଲେ ଏବଂ ୨୦୧୨ରେ ସୁପର ଫାଇଟ୍ ଲିଗ୍ରେ ମଧ୍ୟ ଭାଗ ନେଇଥିଲେ । ଏହାପରେ ସେ ୨୦୧୬ରେ ସୁଧା କୋଙ୍ଗର ପ୍ରସାଦଙ୍କ ତାମିଲ ଚଳଚ୍ଚିତ୍ର ଇରୁଧି ସୁତ୍ତ୍ରୁ ଜରିଆରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ଏହି ଚଳଚ୍ଚିତ୍ରଟି ମଧ୍ୟ ହିନ୍ଦୀରେ ସଳା ଖଡ଼ୁସ୍ଭାବରେ ମୁକ୍ତିଲାଭ କରିଥିଲା । ଏହି ଚଳଚ୍ଚିତ୍ରରେ ଅଭିନେତା ଆର୍ ମାଧବନ୍ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଇରୁଧି ସୁତ୍ତ୍ରୁରେ ଅଭିନୟ ପାଇଁ ରିତିକାଙ୍କୁ ୬୩ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରେ ଏକ ସ୍ୱତନ୍ତ୍ର ପୁରସ୍କାର ମିଳିଥିଲା । ସେହିପରି ଏହାର ହିନ୍ଦୀ ସଂସ୍କରଣ ସଳା ଖଡ଼ୁସ୍ ପାଇଁ ୬୨ତମ ଫିଲ୍ମଫେୟାର ଉତ୍ସବରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲାବେଳେ ଜି ସିନେ ଆୱାର୍ଡ଼ରେ ମଧ୍ୟ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ସଙ୍କ୍ରାନ୍ତୀୟ ବୈଷୟିକ ବିଜ୍ଞାନ
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ବୈଷୟିକ ବିଜ୍ଞାନ ବୈଷୟିକ ବିଜ୍ଞାନର ଏକ ଶାଖା ଯାହାକି ବିଦ୍ୟୁତ, ଅଭିବିଦ୍ୟୁତ ଓ ବିଦ୍ୟୁତ-ଚୁମ୍ବକୀୟତା ସମ୍ପର୍କିତ ଅଧ୍ୟୟନକୁ ବୁଝାଇଥାଏ ।
ଓଡିଶାରେ ପ୍ରଚଳିତ ଛାୟା ନାଟକ ହିଁ ରାବଣ ଛାୟା ଭାବରେ ପରିଚିତ । ରାମାୟଣର କଥାବସ୍ତୁ ଓ ନାଟକରେ ରାବଣ ମୁଖ୍ୟ ଭୂମିକା ନେଉଥିବାରୁ ଆଉମଧ୍ୟ 'ଛାୟା' ଶବ୍ଦଟି ଆମ ଚଳଣିରେ ଅଶୁଭଦାୟକ ହୋଇଥିବାରୁ ଏହି ଛାୟା ନାଟକର ନାମକୁ 'ରାବଣ ଛାୟା' ରଖାଯାଇଛି । ଓଡିଶାର ବିରଳ ଲୋକକଳା ପରମ୍ପରାରେ ଏହା ସ୍ଵତନ୍ତ୍ର ସ୍ଥାନ ନେଇଛି । ଆମ ଦେଶ ଭାରତରେ ମଧ୍ୟ ଛାୟା ନାଟକର ପରମ୍ପରା ଅତି ପ୍ରାଚୀନ । ମହାଭାରତ ସମୟରୁ ଏହାର ପ୍ରଚଳନର ପ୍ରମାଣ ମିଳେ । ଗବେଷକମାନେ ମତ ଦିଅନ୍ତି ଯେ, ରାବଣ ଦେବୀ ସୀତାଙ୍କୁ ପୁଷ୍ପକ ବିମାନରେ ସମୁଦ୍ର ଉପର ଦେଇ ହରଣ କରିନେଉଥିବା ବେଳେ ସୀତା ରାବଣର ଛାୟାକୁ ସମୁଦ୍ରଜଳରେ ଦେଖି ତାଙ୍କର ଭବିଷ୍ୟତ କିଭଳି ଦୁଃଖମୟ ହେବାକୁ ଯାଉଛି ତାହାର ସୂଚନା ପାଇଥିଲେ । ରାବଣର ଛାୟା ଦେବୀ ସୀତାଙ୍କ ଜୀବନକୁ ପ୍ରଭାବିତ କରିଥିବାରୁ ଏହି ଲୋକକଳାକୁ 'ରାବଣ ଛାୟା' ନାମରେ ନାମିତ କରାଯାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥ ଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳି ର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କ ଦ୍ୱାରା ରଚିତ ସଂଗୀତ ୨ ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କା ର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମ ଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତା ର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀ ର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ] କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀ ରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦ ରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମ ରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନ ର ନିନ୍ଦା ଓ ଭାରତ ର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଜେମସାଇଟାବିନ (ଇଂରାଜୀ ଭାଷାରେ Gemcitabine, ଏକ ବିକ୍ରୟ ନାମ ଜେମଜାର/Gemzar) ଏକ କେମୋଥେରାପି ଔଷଧ (chemotherapy medication) ଯାହା ଅନେକ ପ୍ରକାରର କର୍କଟ ରୋଗ ଚିକିତ୍ସାରେ ଦିଆଯାଏ । ଏହି ରୋଗମାନଙ୍କର ନାମ ସ୍ତନ କର୍କଟ, ନନ-ସ୍ମଲ ସେଲ ଫୁସଫୁସ କର୍କଟ ରୋଗ (non-small cell lung cancer), ଅଗ୍ନାଶୟ କର୍କଟ, ମୂତ୍ରାଶୟ କର୍କଟ (bladder cancer) ଓ ବିଲିଆରି ଟ୍ରାକ୍ଟ କର୍କଟ (biliary tract cancer) । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
କୋଲେଷ୍ଟ୍ରଲ୍ ହେଉଛି ଏକ ସ୍ନେହସାର ବା ମହମ ଜାତୀୟ ପଦାର୍ଥ । ଏହା ଜଳରେ ଅଦ୍ରବଣୀୟ । ଏହା ରକ୍ତରେ ମଧ୍ୟ ଦ୍ରବଣୀୟ ନୁହେଁ । କୋଲେଷ୍ଟ୍ରଲ୍ ପ୍ରୋଟିନ ସହ ମିଶି ଲିପୋପ୍ରୋଟିନ ତିଆରି କରେ । ଏହି ପ୍ରୋଟିନ କୋଲେଷ୍ଟ୍ରଲ ଚାରିପାଖରେ ଏକ ଆବରଣ ସୃଷ୍ଟି କରେ । ଯେତେବେଳେ କୋଲେଷ୍ଟ୍ରଲରେ ପ୍ରୋଟିନର ପରିମାଣ ଅଧିକ ହୁଏ, ଏହା ଯକୃତରେ ପ୍ରବେଶ କରି ଏକ ପ୍ରକାର ପିତ୍ତରସଯୁକ୍ତ ଅମ୍ଲ ତିଆରି କରେ । ଏହାକୁ ହାଇ-ଡେନ୍ସିଟି-ଲିପୋପ୍ରୋଟିନ ବା ଏଚ୍.ଡି.ଏଲ୍ କୁହାଯାଏ । ସାଧାରଣତଃ ଏହାକୁ ଉପକାରି କୋଲେଷ୍ଟ୍ରଲ ଭାବରେ ବିବେଚନା କରାଯାଏ । ଯେତେବେଳେ ଲିପୋପ୍ରୋଟିନରେ ପ୍ରୋଟିନର ପରିମାଣ କମ୍ ହୋଇ ସ୍ନେହସାରର ପରିମାଣ ଅଧିକ ହୋଇଥାଏ ଏହା ରକ୍ତରେ ଅଧିକ ଦୂର ଗତି କରିପାରିନଥାଏ । କୋଷରେ ଥିବା କେତେକ ସ୍ୱତନ୍ତ୍ର ଗ୍ରାହୀ ଅଙ୍ଗ ସହ ଏହା ବାନ୍ଧି ହୋଇ ଲୋ-ଡେନ୍ସିଟି-ଲିପୋପ୍ରୋଟିନ ବା ଏଲ୍.ଡି.ଏଲ୍ ଗଠନ କରେ । ସାଧାରଣତଃ ଏହା ଶରୀର ପାଇଁ କ୍ଷତିକାରକ ହୋଇଥିବାରୁ ଏହାକୁ ଅପକାରୀ କୋଲେଷ୍ଟ୍ରଲ ଭାବରେ ବିବେଚନା କରାଯାଇଥାଏ । ପ୍ରାୟ ୭୫ଭାଗ କୋଲେଷ୍ଟ୍ରଲ ଯକୃତରେ ସୃଷ୍ଟି ହୋଇଥାଏ । ଶରୀରର କ୍ଷୁଦ୍ରାନ୍ତ୍ର ମଧ୍ୟ କିଛି ପରିମାଣର କୋଲେଷ୍ଟ୍ରଲ ତିଆରି କରିବା ସହ ଏହାର ଶୋଷଣ କରିଥାଏ । ସାଧାରଣ ଖାଦ୍ୟ ପଦାର୍ଥ ଦ୍ୱାରା ମଧ୍ୟ ଶରୀରରେ ୩୦୦ ରୁ ୫୦୦ ମିଲିଗ୍ରାମ କୋଲେଷ୍ଟ୍ରଲ ସୃଷ୍ଟି ହୋଇଥାଏ । ଏହି କୋଲେଷ୍ଟ୍ରଲ ସାଧାରଣତଃ ମାଂସ ଓ କ୍ଷୀର ଜାତୀୟ ଖାଦ୍ୟରୁ ଆସିଥାଏ । ଏପରିକି ଆମ ଖାଦ୍ୟ କୋଲେଷ୍ଟ୍ରଲ୍ ରହିତ ହେଲେ ମଧ୍ୟ ଶରୀରରେ ଶ୍ୱେତସାର, ପୁଷ୍ଟିସାର ଓ ସ୍ନେହସାରର ବିଘଟନ ଘଟି ଅଙ୍ଗାରକ ବା କାର୍ବନ ଉତ୍ପାଦିତ ହୋଇଥାଏ, ଯାହାକୁ ଯକୃତ କୋଲେଷ୍ଟ୍ରଲରେ ରୂପାନ୍ତରିତ କରିଥାଏ । ଜଣେ ମଣିଷ ସାରା ଜୀବନ ପାଇଁ କୋଲେଷ୍ଟ୍ରଲଯୁକ୍ତ ଖାଦ୍ୟ ଖାଇବା ବନ୍ଦ କରିଦେଲେ ମଧ୍ୟ ଶରୀରରେ କୋଲେଷ୍ଟ୍ରଲର ପରିମାଣ ହ୍ରାସ ପାଇ ନଥାଏ । ଏହା କିପରି ସମ୍ଭବ?
ଅଗ୍ନିମିତ୍ର (Sanskrit: अग्निमित्रः) (ଛାଞ୍ଚ:Reign 149ଛାଞ୍ଚ:Reign 141 BCE) ଉତ୍ତର ଭାରତ ରେ ଅତି ପ୍ରାଚୀନ ଶ୍ରୁଙ୍ଗ ରାଜବଂଶ ର ଦ୍ଵିତୀୟ ରାଜା ଥିଲେ । ସେ ତାଙ୍କର ପିତା ପୁଷ୍ପମିତ୍ର ଶ୍ରୁଙ୍ଗ ଙ୍କ ଉତ୍ତରାଧିକାରୀ ଭାବରେ ଖ୍ରୀଷ୍ଟପୂର୍ବ 149 ମସିହାରେ ଗାଦିନଶିନ ହେଇଥିଲେ ।ବାୟୁ ପୁରାଣ ଓ ବ୍ରାହଣ୍ଡ ପୁରାଣ ଅଂଶାରେ ସେ 8 ବର୍ଷ ପାଇଁ ରାଜୁତି କରିଥିବାର ଉଲ୍ଲେଖ ରହିଛି । .
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କଟି ଯନ୍ତ୍ରଣା ବା ନିମ୍ନ ପିଠି ଯନ୍ତ୍ରଣା (ଏଲବିପି) ଏକ ସାଧାରଣ ମାଂସପେଶୀକଙ୍କାଳ ବେମାରୀ ଯାହା ପିଠିର ମାଂସପେଶୀ, ସ୍ନାୟୁ ଓ ଅସ୍ଥିରେ ହୁଏ । ଏଥିରେ ସାଧାରଣ ଧରଣର ଯନ୍ତ୍ରଣା ହୁଏ କିନ୍ତୁ ସର୍ବଦା ଚାଲୁରହେ ବା ହଠାତ୍ ତୀବ୍ର ଅନୁଭବ ହୁଏ । ଯନ୍ତ୍ରଣା ସମୟ ଅନୁସାରେ ଏହି ରୋଗକୁ ୩ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ଆକ୍ୟୁଟ ବା ତୀବ୍ର (୬ ସପ୍ତାହରୁ କମ୍), ସବ-କ୍ରନିକ (୬ରୁ ୧୨ ସପ୍ତାହ) ଓ କ୍ରନିକ ବା ଦୀର୍ଘକାଳୀନ (୧୨ ସପ୍ତାହରୁ ଅଧିକ) । ଅନ୍ତର୍ନିହିତ କାରଣ ଅନୁସାରେ ଏହାକୁ ମେକାନିକାଲ, ନନ୍ମେକାନିକାଲ ଓ ରେଫର୍ଡ୍ ଯନ୍ତ୍ରଣା କୁହାଯାଏ । ନିମ୍ନ ପିଠି ଯନ୍ତ୍ରଣା ପ୍ରାୟ କିଛି ସପ୍ତାହ ମଧ୍ୟରେ କମିଯାଏ; ୪୦ରୁ ୯୦% ଲୋକ ୬ ସପ୍ତାହ ମଧ୍ୟରେ ସମ୍ପୁର୍ଣ୍ଣ ଭଲ ହୋଇଯାଆନ୍ତି ।
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଏହି ଯାତ୍ରା ପୃଥିବୀର ବିଶାଳତମ ଖୋଲା ରଙ୍ଗମଞ୍ଚ ଭାବେ ଜଣା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ । ଏହି ମଞ୍ଚରେ କଂସ ଦୋଷ ନିମନ୍ତେ ଲୋକଙ୍କୁ ଦଣ୍ଡବିଧାନ ମଧ୍ୟ କରିଥାନ୍ତି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ କଂସଙ୍କ ଦ୍ୱାରା ଦଣ୍ଡିତ ହୋଇଥିଲେ ।
ଯୋବ୍ରା ଆନିକଟ କଟକରେ ଅବସ୍ତିତ । ମହାନଦୀରେ ପ୍ରଥମ ଆନିକଟ ଯୋବ୍ରାରେ ନିର୍ମାଣ କରିଥିଲେ ଇଂରେଜ ସରକାର ୧୮୬୬ ମସିହାରେ। କଟକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁର ଜିଲ୍ଲାର ଚାଷ ଜମିକୁ କେନାଲ ଦେଇ ସୁବିଧାରେ ଜଳ ଯୋଗାଣର ସୁଯୋଗ ସୃଷ୍ଟି କରିଥିଲା ଏହି ଆନିକଟ। ଏହାଛଡ଼ା ନୌବାଣିଜ୍ୟ ସୁବିଧା ପାଇଁ ବର୍ଷ ତମାମ ମହାନଦୀ ଜଳ ପ୍ରବାହକୁ ଅବ୍ୟାହତ ରଖିବାରେ ଏହା ସହାୟକ ହେଉଥିଲା। ସମୟ ବଦଳିବା ସହ ସ୍ଥଳ ପଥରେ ପରିବହନ ସୁବିଧା ଅଧିକ ସହଜ ଓ ସୁଲ୍ଲଭ ହୋଇପାରିଛି।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।