ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କ ଦ୍ଵାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗ ଦ୍ଵାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ଵର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ଵା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ଵିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ଵଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ନିଓସ୍ଟିଗମିନ (ଇଂରାଜୀରେ Neostigmine, ବିକ୍ରୟ ନାମ ପ୍ରୋସ୍ଟିଗମିନ, ଏକ ଔଷଧ ଯାହା ମ୍ୟାସ୍ଥେନିଆ ଗ୍ରାଭିସ, ଓଗିଲଭି ସିଣ୍ଡ୍ରୋମ (Ogilvie syndrome) ଓ ଅବରୋଧ ନ ଥାଇ ମୂତ୍ରରୋଧ (urinary retention) ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ନନ୍ ଡିପୋଲାରାଜିଙ୍ଗ (non-depolarizing) ଟାଇପର ନିଉରୋମସ୍କୁଲାର ବ୍ଲକିଙ୍ଗ ମେଡିକେସନର (neuromuscular blocking medication) ପ୍ରଭାବକୁ ଇତି କରିବା ନିମନ୍ତେ ଏହି ଔଷଧ ଆଟ୍ରୋପିନ (atropine) ସହିତ ଦିଆଯାଏ । ଏହା ଶିରାଭ୍ୟନ୍ତରରେ (into a vein), ମାଂସପେଶୀରେ (muscle) ବା ଚର୍ମତଳେ ଇଞ୍ଜେକସନ (under the skin) ଆକାରରେ ଦିଆଯାଏ । ଇଞ୍ଜେକସନ ଦେବାର ୩୦ ମିନିଟ ପରେ ସର୍ବାଧିକ ପ୍ରଭାବ ହୁଏ ଓ ୪ ଘଣ୍ଟା ପର୍ଯ୍ୟନ୍ତ ପ୍ରଭାବ ରହେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ବ୍ରହ୍ମା-ବିଷ୍ଣୁ-ମହେଶ୍ଵରଙ୍କୁ ହିନ୍ଦୁଧର୍ମ ବିଶ୍ଵାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ଵର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ । ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରି ଶିବଙ୍କ କୃପାରୁ ମନୁଷ୍ୟ ଅକାଳ ମୃତ୍ୟୁକୁ ଜୟ କରିପାରେ । ଶିବ ପଞ୍ଚାକ୍ଷର ମନ୍ତ୍ର ଓଁ ନମଃ ଶିବାୟ ଜପର ଫଳ ସ୍ଵରୂପ ମନୁଷ୍ୟ ସଦଜ୍ଞାନ ଲାଭକରି ସାଂସାରିକ ଦୁଃଖତାପରୁ ମୁକ୍ତି ପାଏ ।ଜୀବଜଗତର ଜନ୍ମ ମୃତ୍ୟୁର କାଳ ସ୍ଵରୂପ ଶିବ ହେଉଛନ୍ତି ମହାକାଳେଶ୍ଵର ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ (ମହାଲକ୍ଷ୍ମୀ, କମଳା, ହରିପ୍ରିୟା, ପଦ୍ମାଳୟା, ଦାରିଦ୍ର୍ୟ ଭଞ୍ଜନ, କୌମଦକୀ, ଗଜ ବାହିନୀ, ଚଞ୍ଚଳା, କୋକମାତା ଓ ରୁଙ୍କୁଣୀ) ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ଵବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ଵବିଜ୍ଞାନୀ | “ବିବର୍ତ୍ତନବାଦ" ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀ ର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀ ରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦ ର ଶାଖା ପ୍ରଶାଖା ର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଂକ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦ କୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନ୍ କଂ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତା କୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ନିଜ ଲାଙ୍ଗୁଳରେ କନା ଗୁଡ଼ିଆଇ ତେଲ ଢଳାଇ ତହିଁରେ ନିଆ ଲଗାଇ ଲଙ୍କାକୁ ପୋଡ଼ି ପକାଇ ଥିଲେ ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତି ରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ଵାଧୀନତା , ସାମାଜିକ ସ୍ଥିତି ରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳ ରୁ ମାଧ୍ୟମ କାଳ ମଧ୍ୟ ରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟ ରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳ ରେ ( ବ୍ରିଟିଶ ଶାସନ ସମୟ ରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକ ଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାର କୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତ ରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭା ର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟ ର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀ ର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ଵାଧୀନ ଭରତ ର ସମ୍ବିଧାନ ରେ ମହିଳା ମାନଙ୍କ ଅଧିକାର କୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ଵାଧୀନତା ଓ ଅଧିକାର କୁ ସଂରକ୍ଷିତ କରିବା ପାଇଁ ସ୍ଵାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତ ର ପାର୍ଲିଆମେଣ୍ଟ ରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । . ଏପରି ଏକ ସମୟ ଥିଲା ଯେ 2011 ମସିହା ରେ ଏକା ସମୟ ରେ ଭାରତ ର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭା ର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭା ର ବିରୋଧୀ ଦଳ ର ନେତା ପଦବୀ ରେ ମହିଳା ମାନେ ରହିଥିଲେ । ଏହା ସତ୍ବେ ଭାରତ ରେ ମହିଳା ମାନେ ଅନେକ ସମସ୍ଯା ରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନ ରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାର ରେ ଜଡିତ କରିବା ପରି ଅତ୍ୟାଚାର ର ଶିକାର ହଉଛନ୍ତି ।.
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।