ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କ ଦ୍ଵାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗ ଦ୍ଵାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ଵର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ଵା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ଵିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ଵଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଅଥାନ ଗର୍ଭ ବା ଏକ୍ଟୋପିକ ପ୍ରେଗନାନସି (ଇଂରାଜୀରେ Ectopic pregnancy, also known as eccyesis or tubal pregnancy) ଏକ ପ୍ରକାର ଗର୍ଭାଧାନ ଜଟୀଳତା ଯେଉଁଥିରେ ଭୃଣ ଜରାୟୁ ବାହାରେ ସଂଯୁକ୍ତ ହୁଏ । ଏହି ରୋଗର ଲକ୍ଷଣ: ଉଦର ଯନ୍ତ୍ରଣା ଓ ଯୋନୀପଥ ରକ୍ତସ୍ରାବ । ୫୦ %ରୁ କମ ମହିଳାଙ୍କଠାରେ ଉଭୟ ଲକ୍ଷଣ ଦେଖାଯାଏ । ଯନ୍ତ୍ରଣା ତୀବ୍ର, ମାନ୍ଦା ବା କ୍ରାମ୍ପ ଭଳି ହୋଇପାରେ । ପେଟ ଭିତରେ ରକ୍ତସ୍ରାବ ହେଲେ କାନ୍ଧ ଯନ୍ତ୍ରଣା ମଧ୍ୟ ହୋଇପାରେ । ଅତ୍ୟଧିକ ରକ୍ତସ୍ରାବ ହେଲେ ଦୃତ ହୃଦଗତି, ଚେତାଶୂନ୍ୟ ବା ସକ୍ ହୁଏ । କ୍ୱଚିତ ଏହି ଫିଟସ ବଞ୍ଚିରହେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଋତୁବନ୍ଦ (ଇଂରାଜୀରେ Menopause, ବା climacteric) ମହିଳାମାନଙ୍କ ଜୀବନରେ ଏପରି ଏକ ସମୟର ନାମ ଯେଉଁ ସମୟରେ ପ୍ରାକୃତିକ ଭାବରେ ଋତୁଚକ୍ର ସବୁଦିନ ପାଇଁ ବନ୍ଦ ହୋଇଯାଏ ଓ ସେମାନଙ୍କ ଗର୍ଭାଧାନ କ୍ଷମତା ନଷ୍ଟ ହୋଇଯାଏ । ଏହି ଅବସ୍ଥା ୪୫ ରୁ ୫୫ ବର୍ଷ ବୟସରେ ହୁଏ । ଡାକ୍ତରୀ ବିଦ୍ୟା ଅନୁସାରେ ଜଣେ ମହିଳାଙ୍କର ଏକ ବର୍ଷ ଧରି ଯୋନୀପଥରୁ ଋତୁସ୍ରାବ ନ ହେଲେ ଋତୁବନ୍ଦ କୁହାଯାଏ । ଡିମ୍ବାଶୟରୁ (ovary) ହରମୋନ କ୍ଷରଣ କମିଯିବା ଅବସ୍ଥାକୁ ମଧ୍ୟ ଏହି ସଂଜ୍ଞାର ଅନର୍ଭୁକ୍ତ କରାଯାଏ । ଅପରେଶନ କରି ଡିମ୍ବାଶୟ ରଖି ଜରାୟୁ ଉଚ୍ଛେଦନ କଲା ମାତ୍ରେ ବା ହରମୋନ କ୍ଷରଣ ସ୍ତର କମିଗଲେ ମଧ୍ୟ ଋତୁବନ୍ଦ ହୁଏ । ଜରାୟୁ ରଚ୍ଛେଦନ ପରେ ପ୍ରାୟ ୪୫ ବର୍ଷ ବୟସରେ ଲକ୍ଷଣ ଦେଖାଯାଏ । ଋତୁବନ୍ଦ ପୂର୍ବରୁ ଋତୁଚକ୍ର ଅନିୟମିତ ହୋଇଯାଏ, ବେଶୀ ବା କମ ସମୟର ହୋଇପାରେ କିମ୍ବା ସ୍ୱଳ୍ପ ବା ଅଧିକ ଋତୁସ୍ରାବ ହୋଇପାରେ । ଏହି ସମୟ ମଧ୍ୟରେ ମହିଳାମାନେ ହଠାତ ଗରମ ଅନୁଭବ କରନ୍ତି, ଦୃତ ହୃଦଗତି ହୁଏ, କମ୍ପ ହୁଏ, ଚମ ଲାଲ ଦେଖାଯାଏ ଓ ଝାଳ ବୁହେ ଯାହାକୁ ହଟଫ୍ଲାସ କହନ୍ତି; ଏହା ୩୦ ସେକଣ୍ଡରୁ ୧ ମିନିଟ ପର୍ଯ୍ୟନ୍ତ ରହେ । ହଟଫ୍ଲାସ ବର୍ଷେ ବା ଦୁଇ ବର୍ଷ ପର୍ଯ୍ୟନ୍ତ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଯୋନୀପଥ ଶୁଷ୍କ ହୋଇଯାଏ, ଶୋଇବାରେ ଅସୁବିଧା ହୁଏ ଓ ମିଜାଜ ଘଡ଼ି ଘଡ଼ି ବଦଳେ । ବିଭିନ୍ନ ମହିଳାଙ୍କ ମଧ୍ୟରେ ଏହି ଲକ୍ଷଣ ଭିନ୍ନ ଭିନ୍ନ ହୋଇପାରେ । ଅଧିକ ହୃଦରୋଗ ଯୋଗୁ ଏହା ହେବା ବିଶ୍ୱାସ କରାଗଲେ ମଧ୍ୟ ବୟସାଧିକ୍ୟ ଯୋଗୁ ଋତୁବନ୍ଦ ହୁଏ ଓ ଏହାର ଋତୁବନ୍ଦ ସହିତ କୌଣସି ସଳଖ ସମ୍ପର୍କ ନାହିଁ । ଏଣ୍ଡୋମେଟ୍ରିଓସିସ ବା ଯନ୍ତ୍ରଣାପ୍ରଦ ଋତୁସ୍ରାବ ପୂର୍ବରୁ ହେଉଥିଲେ ଋତୁବନ୍ଦ ପରେ ଉପଶମ ହୋଇଯାଏ । ଋତୁବନ୍ଦ ସାଧାରଣତଃ ଏକ ପ୍ରାକୃତିକ ପରିବର୍ତ୍ତନ । ଧୁମପାୟୀଙ୍କର ଏହା ଆଗୁଆ ହୋଇପାରେ । ଡିମ୍ବାଶୟ ଉଚ୍ଛେଦନ ଅପରେଶନ ପରେ ଓ କେତେକ କେମୋଥେରାପି ଦେବା ପରେ ମଧ୍ୟ ଏହା ହୁଏ । ଶରୀର ବିଜ୍ଞାନ ଅନୁସାରେ ଡିମ୍ବାଶୟରୁ ପ୍ରସ୍ତୁତ ହେଉଥିବା ହରମୋନ ଏସ୍ଟ୍ରୋଜେନ ଓ ପ୍ରୋଜେସ୍ଟେରନ ପ୍ରସ୍ତୁତି କମିଗଲେ ଋତୁବନ୍ଦ ହୁଏ । ସ୍ୱାଭାବିକ ଭାବରେ ଋତୁବନ୍ଦ ନିର୍ଣ୍ଣୟ ଆବଶ୍ୟକ ନ ହେଲେ ମଧ୍ୟ ରକ୍ତ ଓ ପରିସ୍ରାରେ ହରମୋନ ସ୍ତର ପରୀକ୍ଷା କରି ଏହା ନିର୍ଣ୍ଣୟ କରାଯାଇପାରେ । ଝିଅର ପ୍ରଥମ ଋତୁସ୍ରାବକୁ ମେନାର୍କି କହନ୍ତି ଓ ଋତୁବନ୍ଦ ଋତୁସ୍ରାବ ବନ୍ଦ ହେବାକୁ କୁହାଯାଏ ଯାହା ଠିକ ତାହାର ଓଲଟା । ଋତୁବନ୍ଦର ଚିକିତ୍ସା ଆବଶ୍ୟକ ହୁଏନି । ଏହା ଯୋଗୁ ହେଉଥିବା କେତେକ ଲକ୍ଷଣର ଚିକିତ୍ସାଦ୍ୱାରା ଉପଶମ ହୁଏ । ହଟଫ୍ଲାସ ହେଉଥିଲେ ଧୁମ୍ରପାନ, କେଫିନ ଓ ମଦ୍ୟପାନ ବର୍ଜନ କରିବାକୁ ଉପଦେଶ ଦିଆଯାଏ । ଥଣ୍ଡା ବଖରାରେ ଫ୍ୟାନ ଲଗେଇ ଶୋଇଲେ ଉପକାର ମିଳେ । ଏହା ନିମନ୍ତେ ମିଳୁଥିବା ଔଷଧମାନଙ୍କରେ ନାମ: ମେନୋପଜାଲ ହରମୋନ ଥେରାପି (ଏମ.ଏଚ.ଟି.), କ୍ଲୋନିଡିନ, ଗାବାପେଣ୍ଟିନ କିମ୍ବା ସିଲେକଟିଭ ସେରୋଟୋନିନ ଅପଟେକ ଇନହିବିଟର । ନିଦ୍ର ହେଉ ନ ଥିଲେ ବ୍ୟାୟାମ କଲେ ଉପକାର ମିଳେ । ଏମ.ଏଚ.ଟି.
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ (ମହାଲକ୍ଷ୍ମୀ, କମଳା, ହରିପ୍ରିୟା, ପଦ୍ମାଳୟା, ଦାରିଦ୍ର୍ୟ ଭଞ୍ଜନ, କୌମଦକୀ, ଗଜ ବାହିନୀ, ଚଞ୍ଚଳା, କୋକମାତା ଓ ରୁଙ୍କୁଣୀ) ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ଅଟନ୍ତି । ସେ ଶ୍ରୀ ଭାବେ ମଧ୍ୟ ପରିଚିତ । ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଓ ଶକ୍ତି ସୂରୁପା । ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ । ସେ ସମୁଦ୍ରଙ୍କର କନ୍ୟା । ଲକ୍ଷ୍ମୀଙ୍କର ବାହାନ ପେଚା, ମତାନ୍ତରେ ହାତୀ । ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି । ରୁକ୍ମଣୀ ଓ ସତ୍ୟଭାମା ଲକ୍ଷ୍ମୀଙ୍କ ଅବତାର ଭାବେ ପରିଚିତ । ପ୍ରେମ ଏବଂ ପ୍ରଜନନର ଦେବତା କାମଦେବ ବିଷ୍ଣୁ ଓ ଲକ୍ଷ୍ମୀଙ୍କର ପୁତ୍ର ଭାବେ ବର୍ଣ୍ଣିତ ହେଇଥାନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ନିଜ ଲାଙ୍ଗୁଳରେ କନା ଗୁଡ଼ିଆଇ ତେଲ ଢଳାଇ ତହିଁରେ ନିଆ ଲଗାଇ ଲଙ୍କାକୁ ପୋଡ଼ି ପକାଇ ଥିଲେ ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ଟ୍ରାନ୍ସଫର୍ମର ହେଉଛି ଏକ ଯନ୍ତ୍ର , ଯାହାକି ଚୁମ୍ବକୀୟ କ୍ଷେତ୍ରର ସାହାୟତାରେ ଗୋଟିଏ ଭୋଲଟେଜ୍ ଲେବଲ୍ (Voltage level) ରେ ଥିବା ବୈଦୁତିକ ଶକ୍ତି (AC)କୁ ଅନ୍ୟ ଏକ ଭୋଲଟେଜ୍ ଲେବଲ୍ ରେ ଥିବା ବୈଦୁତିକ ଶକ୍ତି (AC)କୁ ପରିବର୍ତ୍ତନ କରିଥାଏ । ଏହାର ଦୁଇ କିମ୍ବା ତତୋଽଧିକ କଏଲ୍(Coil) ଥାଏ ଯାହାକି ଏକ ସାଧାରଣ ଫେରୋ-ମ୍ୟାଗ୍ନେଟିକ୍ କୋର୍ (Ferromagnetic Core) ଚାରିପଟେ ଗୁଡା ହୋଇ ରହିଥାଏ । ଏହି କଏଲ୍ ଗୁଡିକ (ସାଧାରଣତଃ) ସିଧାସଳଖ ଯୋଡା ଯାଇ ନଥାଏ । କଏଲ ଗୁଡିକ ଭିତରେ ଏକ ମାତ୍ର ଯୋଡେଇ ହେଲା କୋର୍ ଭିତରେ ଥିବା ସାଧାରଣ ଚୁମ୍ବକୀୟ ଫ୍ଲକ୍ସ୍ (common magnetic flux) । ଟ୍ରାନ୍ସଫର୍ମର ର ଗୋଟିଏ ୱାଇଣ୍ଡିଂ ବୈଦୁତିକ ଶକ୍ତି ଉତ୍ସ (ac power source) ସହ ଯୋଡା ଯାଇଥାଏ ଏବଂ ଦ୍ଵିତୀୟଟି (ବେଳେବେଳେ ତୃତୀୟଟି) ଲୋଡ୍(Load)କୁ ବୈଦୁତିକ ଶକ୍ତି ଯୋଗାଇଦିଏ । ଟ୍ରାନ୍ସଫର୍ମର ର ଯେଉଁ ୱାଇଣ୍ଡିଂ ଟି ଶକ୍ତି ଉତ୍ସ ସହ ଯୋଡା ଯାଇଥାଏ ତାକୁ ପ୍ରାଥମିକ ୱାଇଣ୍ଡିଂ ଓ ଯେଉଁ ୱାଇଣ୍ଡିଂ ଟି ଲୋଡ ସହ ଯୋଡା ଯାଇଥାଏ ତାକୁ ଦ୍ଵିତୀୟକ ୱାଇଣ୍ଡିଂ କୁହାଯାଏ । ଯଦି ଟ୍ରାନ୍ସଫର୍ମରରେ ତୃତୀୟ ୱାଇଣ୍ଡିଂ ଥାଏ ତେବେ ତାକୁ ତୃତୀୟକ ୱାଇଣ୍ଡିଂ (Tertiary Winding) କୁହାଯାଏ ।
ସ୍ଵାସ୍ଥ୍ୟକର ଉନ୍ନତି ସାଧନ ଓ ଘରୁ ପରିତ୍ୟକ୍ତ ବିଭିନ୍ନ ବିପଦ ଜନକ ପଦାର୍ଥର ଦୂରୀକରଣକୁ ଶୁଚିତ୍ତ୍ଵ ବା ସାନିଟେସନ (Sanitation) କହନ୍ତି । ଶାରୀରିକ, ଅଣୁଜୈବିକ ଓ ରାସାୟନିକ ପଦାର୍ଥ ବିପଦଜନକ ହୋଇପାରେ । ମନୁଷ୍ୟ ଓ ପଶୁଜାତ ମଳ, କଠିନ ବର୍ଜ୍ୟ ବସ୍ତୁ ଘରୋଇ ବର୍ଜ୍ୟ ଜଳ, କାରଖାନା ବର୍ଜ୍ୟ ପଦାର୍ଥ ଓ କୃଷି ବର୍ଜ୍ୟ ପଦାର୍ଥ ସ୍ଵାସ୍ଥ୍ୟ ହାନୀକାରକ ହୁଏ । ସ୍ଵାସ୍ଥ୍ୟହାନୀକର ବିପଦରୁ ରକ୍ଷା ପାଇବା ନିମନ୍ତେ ଯନ୍ତ୍ରୀ ସାହାଯ୍ୟ (ନାଳ, ଭୂତଳ ନାଳ ଓ ବର୍ଜ୍ୟ ଜଳ ପରିସ୍କାର କର୍ମ), ସାଧାରଣ ଯାନ୍ତ୍ରିକ ନିପୁଣତା (ପାଇଖାନା ଓ ସେପ୍ଟିକ ଟାଙ୍କି ତିଆରି) ଓ ବ୍ୟକ୍ତିଗତ ସ୍ଵାସ୍ଥ୍ୟରକ୍ଷା ଅଭ୍ୟାସ (ସାବୁନ ଦ୍ଵାରା ହାତ ଧୋଇବା) ଆବଶ୍ୟକ । ଡବ୍ଲ୍ୟୁ.ଏଚ.ଓ.
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗ ଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପାଇରିଡୋସ୍ଟିଗମିନ (ଇଂରାଜୀ ଭାଷାରେ Pyridostigmine) ଏକ ଔଷଧ ଯାହା ମ୍ୟାସ୍ଥେନିଆ ଗ୍ରାଭିସ ରୋଗର ଚିକିତ୍ସାରେ ଦିଆଯାଏ । ନନ୍-ଡିପୋଲାରାଇଜିଙ୍ଗ ଟାଇପର ନିଉରୋମସ୍କୁଲାର ବ୍ଲକିଙ୍ଗ ଔଷଧର (neuromuscular blocking medication) ପ୍ରଭାବକୁ ଇତି କରିବା ନିମନ୍ତେ ଆଟ୍ରୋପିନ (atropine) ସହିତ ଏହା ଦିଆଯାଏ । ପାଟିରେ ଏହା ଦିଆଗଲେ ମଧ୍ୟ ଇଞ୍ଜେକସନ ଆକାରରେ ଦିଆଯାଇପାରିବ । ଏହାର ପ୍ରଭାବ ୪୫ ମିନିଟ ପରେ ଆରମ୍ଭ ହୋଇ ୬ ଘଣ୍ଟ ପର୍ଯ୍ୟନ୍ତ ରହେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁ ଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।