ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ନୂଆ ଦିଲ୍ଲୀ ହେଉଛି ଭାରତର ରାଜଧାନୀ ଓ ବୃହତ୍ତମ ମହାନଗର । ୧୯୩୧ ଫେବୃଆରୀ ୧୩ ରେ ନୂଆଦିଲ୍ଲୀ ଭାରତର ରାଜଧାନୀ ଭାବେ ଆତ୍ମପରିପ୍ରକାଶ କରିଥିଲା ।୧୯୧୧ ଡିସେମ୍ବର ୧୫ରେ ନୂଆ ରାଜଧାନୀ ର ଶିଳାନ୍ୟାସ ହୋଇଥିଲା । ବିଂଶ ଶତାବ୍ଦୀର ଦୁଇ ବ୍ରିଟିଶ ସ୍ଥପତି ସାର୍ ହର୍ବର୍ଟ ବ୍ରେକର ଏହାର ମୂଳଦୂଆ ପ୍ରତିଷ୍ଠା କରିଥିଲେ । ୧୯୨୭ ରେ ଏହାର ନାମ ନୂଆଦିଲ୍ଲୀ ରଖାଯାଇଥିଲା । ତତକାଳୀନ ବ୍ରିଟିଶ ଇଣ୍ଡିଆର ଭାଇସରୟ ଲର୍ଡ ଇରୱ୍ଇନ ନୂଆ ରାଜଧାନୀ ର ଶୁଭ ଉଦଘାଟନ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗାୟନ ଏପରି ଏକ କ୍ରିୟା ଅଟେ ଯାହାଦ୍ୱାରା ମାନବର ସ୍ୱର ର ସହାୟତାରେ ସଙ୍ଗୀତ ଧ୍ୱନି ଉତ୍ପନ କରାଯାଇଥାଏ ଏବଂ ସାମାନ୍ୟ କଥା ବାର୍ତ୍ତାକୁ ରାଗ ଏବଂ ତାଳ ଦୁହିଁଙ୍କ ପ୍ରୟୋଗରେ ବଢିଥାଏ । ଯେଉଁ ବ୍ୟକ୍ତି ଗାଇଥାଏ ତାଙ୍କୁ ଗାୟକ କିମ୍ବା ସଙ୍ଗୀତକାର କୁହାଯାଇଥାଏ । ଗାୟନ ସର୍ବଦା ଅନ୍ୟ ସଙ୍ଗୀତକାର ମାନଙ୍କ ସମୂହରେ କରାଯାଇଥାଏ , ଯେପରି ଭିନ୍ନ ଭିନ୍ନ ପ୍ରକାର ସ୍ୱର ଥିବା ବହୁ ଗାୟକ ମାନଙ୍କ ସହିତ କିମ୍ବା ବିଭିନ୍ନ ପ୍ରକାର ବାଦ୍ୟ ଯନ୍ତ୍ର ବାଯାଉଥିବା କଳାକାର ମାନଙ୍କ ସହିତ । ସମସ୍ତ ପ୍ରକାରର ବ୍ୟକ୍ତି, ଯିଏ କଥା କହିପାରେ ସେ ମଧ୍ୟ ଗୀତ ଗାଇପାରେ । କାରଣ ଗାୟନ କଥା କହିବାର ଏକ ପରିସ୍କୃତ ରୂପ ଅଟେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୌମ୍ୟା ମିଶ୍ର, ପ୍ରଥମ ଓଡ଼ିଆ ମହିଳା ଆଇ.ପି.ଏସ(ଭାରତୀୟ ପୁଲିସ ସେବା) ଅଧିକାରୀ ଅଟନ୍ତି । ସେ ୧୯୯୪ ମସିହାରେ ଭାରତୀୟ ପୁଲିସ ସେବାରେ ଯୋଗଦାନ କରିଥିଲେ ଓ ବର୍ତ୍ତମାନ ତେଲେଙ୍ଗାନା ରାଜ୍ୟର ଗୃହ ବିଭାଗର ସ୍ଵତନ୍ତ୍ର ସଚିବ ଭାବରେ କାର୍ଯ୍ୟରତ । ସେ ପୁଲିସ ବିଭାଗରେ ଅନ୍ୟାନ୍ୟ ପଦବୀରେ ରହି, ବିଜୟୱାଡ଼ା, କରିମନଗର, ସାଇବରାବାଦ, ବିଶାଖାପାଟଣା, ବିଜୟନଗରମ ଓ ୱାରଙ୍ଗଲ ଆଦି ସ୍ଥାନରେ କାର୍ଯ୍ୟ କରିସାରିଛନ୍ତି ।
ଗୀତ , ଏହା ହୃଦୟରୁ(HEART) ଯାଗ୍ରତ ହୋଇ ଥାଏ । କେତେବେଳେ ଏହା ଦୁଃଖରୁ ଶୃଷ୍ଟ ତ କେତେବେଳେ ହସରୁ , କେତେବେଳେ ପ୍ରାକୃତିକ ସୌନ୍ଦଯ୍ୟରୁ(NATURAL BUTY) ତ କେତେବେଳେ ଦୈବ ଦୁର୍ବିପାକରୁ(NATURAL CALAMITY) । ଏହାକୁ ଚାରି କାନ୍ଥ ମଧ୍ୟରେ ବାନ୍ଧି ହୁଏ ନାହିଁ କି ମାଟି ତଳେ ପୋତି ହୁଏ ନାହିଁ । ଏହାକୁ ବୁଝିବା ପାଇଁ ମନର ଭାବନା ଆବଷ୍ୟକ । ଏହି ଗୀତ ଗୋଟେ ଯାତିକୁ ତାର ମାନ ପ୍ରଦାନ କରିଥାଏ । ଏଥିରେ ଲୁଚି ରହିଥାଏ ଗୋଟେ ଯାତିର ସସ୍କୃତି । ଏହି ଗୀତ ହେଉଛି ଏକତାର ପ୍ରତୀକ । ଏହି ଗୀତ ଦ୍ଵାରା "କବି" ଏକ ଯାତିକୁ ଲଢିବାକୁ ପ୍ରେରଣା ଯୋଗାଇଥାଏ । ତେଣୁ କେହି କେହି କବିମାନଙ୍କୁ ଶକ୍ତିର ଉତ୍ସ ବୋଲି କହିଥାନ୍ତି ।
ଓଡ଼ିଶାର ପ୍ରାଚୀନତା ସମ୍ପର୍କରେ ଅନୁସନ୍ଧାନ ସମୟରେ ପୁଣ୍ୟଧାମ ନୀଳାଚଳଠାରୁ ଯଦି କୌଣସି ପୁରାତନ ପବିତ୍ର ଧାର୍ମିକ ମହତ୍ତ୍ଵ ଐତିହାସିକ ତଥା ପୌରାଣିକ ପ୍ରମାଣ ଉପଲବ୍ଧ ହୁଏ ତାହା ହେଉଛି ପୁଣ୍ୟତୋୟା ବୈତରଣୀ । ବୈତରଣୀ ନଦୀ ଗୋନାସିକା ପାହାଡରୁ ବାହାରି ବଙ୍ଗୋପସାଗରରେ ପଡ଼ିଛି । ଏହାକୁ "ଓଡ଼ିଶାର ଗଙ୍ଗା" ବୋଲି ସମ୍ବୋଧନ କରାଯାଏ କାରଣ ଏହାର ଉପକୂଳରେ ଦୁଇ ପବିତ୍ର ପୁଣ୍ୟ ସ୍ଥାନ ଅବସ୍ଥିତ ତାହା ହେଲା କେନ୍ଦୁଝର ଜିଲ୍ଲାର ମା ତାରିଣୀ ପୀଠ ଏବଂ ଭଦ୍ରକ ଜିଲ୍ଲାର ଆରଡି ଧାମ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଦ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଅଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ର ରେ ପଡ଼ିଥିଲା ଏବଂ ନାଭି ଦେଶ ରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠ ର ନାମ ଓଡ୍ଡିୟାଣ ପୀଠ ହୋଇଅଛି, ଏବଂ ଏହି ପ୍ରଦେଶ ର ନାମ ଓଡ୍ର ଦେଶ ହୋଇଅଛି।[ଆଧାର ଲୋଡ଼ା]
ଶ୍ରୀମା, (ଆଗରୁ ମିରା ଅଲଫାସା ଓ ପରେ ପରେ ମିରା ମୋରିସେଟ ନାମରେ ପରିଚିତ) ହେଉଛନ୍ତି ଜଣେ ଆଧ୍ୟାତ୍ମିକ ଗୁରୁ । ଶ୍ରୀ ଅରବିନ୍ଦଙ୍କର ରଚନା ଓ ଶିକ୍ଷାକୁ ସରଳୀକୃତ କରି ସେ ସାଧାରଣ ଜନତା ପାଇଁ ସୁଲଭ କରିଥିଲେ । ମାର୍ଚ ୨୯, ୧୯୧୪ରେ ପଣ୍ଡିଚେରୀଠାରେ ସେ ଶ୍ରୀ ଅରବିନ୍ଦଙ୍କ ସଂସ୍ପର୍ଶରେ ଆସିଥିଲେ । ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ତାଙ୍କୁ ପଣ୍ଡିଚେରୀ ଛାଡ଼ି ଜାପାନ ଯିବାକୁ ପଡ଼ିଥିଲା । ସେଠାରେ ସେ କବି ରବୀନ୍ଦ୍ର ନାଥ ଠାକୁରଙ୍କୁ ଭେଟିଥିଲେ । ନଭେମ୍ବର ୨୪ ୧୯୨୬ପରେ ଶେଷରେ ସେ ପଣ୍ଡିଚେରୀ ଫେରି ଆସିଥିଲେ ଓ ସବୁଦିନପାଇଁ ସେଠାରେ ରହିଗଲେ । ସେତେବେଳେ ଶ୍ରୀ ଅରବିନ୍ଦ ମୌନରେ ରହୁଥିଲେ। ମୁଷ୍ଟିମେୟ କେତେକ ଶିଷ୍ୟଙ୍କୁ ନେଇ ସେ ପଣ୍ଡିଚେରୀସ୍ଥ ଅରବିନ୍ଦ ଆଶ୍ରମର ସ୍ଥାପନା କରିଥିଲେ। ନିଜର ମହାପ୍ରୟାଣ ପର୍ଯ୍ୟନ୍ତ ଶ୍ରୀ ଅରବିନ୍ଦଙ୍କ ଅନୁସରଣକାରୀମାନଙ୍କପାଇଁ ସେ ଥିଲେ ପଥ ପ୍ରଦର୍ଶକ ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ଵୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଟରବିନାଫାଇନ (ଇଂରାଜୀ ଭାଷାରେ Terbinafine, ବିକ୍ରୟ ନାମ ଲାମିସିଲ।/Lamisil) ଏକ କବକରୋଧୀ ବା ଆଣ୍ଟିଫଙ୍ଗାଲ ଔଷଧ (antifungal medication) ଯାହା ଯାଦୁ (ringworm), ପିଟିରିଆସିସ ଭର୍ସିକଲର (pityriasis versicolor) ଓ ଓନିକୋମାଇକୋସିସ (ନଖର କବକ ସଂକ୍ରମଣ) ରୋଗମାନଙ୍କରେ ଚିକିତ୍ସାରେ ବ୍ୟବହାର କରାଯାଏ । ଏହି ଔଷଧ ପାଟିରେ ଦିଆଯାଏ, ଚର୍ମରେ କ୍ରିମ ବା ମଲମ ଆକାରରେ ଲଗାଯାଏ । ନଖର ସଂକ୍ରମଣରେ କ୍ରିମ ଓ ମଲମ କାମ କରେନାହିଁ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ପ୍ରାୟ ୭୫ବର୍ଷର ସାହିତ୍ୟ ବର୍ଷର ସାହିତ୍ୟ ସାଧନା ମଧ୍ୟରେ, ସେ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ ଲେଖନୀ ଚାଳନା କରିଯାଇଛନ୍ତି । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ହିଁ ଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଜନ୍ମ ନିରୋଧ ବା ଜନ୍ମ ନିୟନ୍ତ୍ରଣ ବା ପ୍ରଜନନ ଶକ୍ତି ନିୟନ୍ତ୍ରଣ ଏକ ପଦ୍ଧତି ଯାହାଦ୍ଵାରା ଗର୍ଭ ନିରୋଧ କରାଯାଏ ଅର୍ଥାତ ପିଲା ଜନ୍ମ ନ ହେବା ନିମନ୍ତେ ବନ୍ଦବୋସ୍ତ କରାଯାଏ । ଯୋଜନା, ବନ୍ଦବୋସ୍ତ ଓ ଜନ୍ମ ନିୟନ୍ତ୍ରଣକୁ ସାମୁହିକ ଭାବରେ ପରିବାର ଯୋଜନା ବା ପରିବାର ନିୟନ୍ତ୍ରଣ କହନ୍ତି । ପୁରାକାଳରୁ ଜନ୍ମ ନିରୋଧ ପଦ୍ଧତିର ପ୍ରଚଳନ ଚାଲିଆସିଛି କିନ୍ତୁ ବିଂଶ ଶତାବ୍ଦୀରେହିଁ ଫଳପ୍ରଦ ଓ ନିରାପଦ ପଦ୍ଧତି ଉପଲବ୍ଧ ହେଲା । ଧାର୍ମିକ, ନୈତିକ ଓ ରାଜନୈତିକ କାରଣରୁ ଅନେକ ସଂସ୍କୃତିରେ ଜନ୍ମ ନିରୋଧକୁ ବିରୋଧ କରାଯାଏ । ସବୁଠାରୁ ଫଳପ୍ରଦ ବନ୍ଧ୍ୟାକରଣ ମଧ୍ୟରେ ଭାସେକ୍ଟୋମି(ପୁରୁଷମାନଙ୍କର ବନ୍ଧ୍ୟାକରଣ), ମହିଳାମାନଙ୍କର ଟ୍ୟୁବାଲ ଲାଇଗେସନ୍, ଆଇ.ୟୁ.ଡି.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଯାଜପୁର ନଦୀରେ ଭରା ଓଡ଼ିଶାର ଏକ ସହର । ଏହାର ଉତ୍ତର ଦିଗ ରେ ଭଦ୍ରକ ଜିଲ୍ଲା ଅଛି । ଯାଜପୁରଠାରେ ଥିବା ବିରଜା ମନ୍ଦିର ଓଡ଼ିଶାର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା ଓଡ଼ିଶାର ରାଜଧାନୀ ଥିଲା, କାଳକ୍ରମେ କଟକକୁ ଉଠିଗଲା ଓଡ଼ିଶାର ରାଜଧାନୀ । "ଯାଜପୁର" ଶବ୍ଦ ର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯଜ୍ଞ କରାଇଥିଲେ ଏବଂ କାନ୍ୟକୁବ୍ଜ ରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା ଓଡ଼ିଶାରେ ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନ କୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।