ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗାୟନ ଏପରି ଏକ କ୍ରିୟା ଅଟେ ଯାହା ଦ୍ୱାରା ମାନବର ସ୍ୱର ର ସହାୟତାରେ ସଙ୍ଗୀତ ଧ୍ୱନି ଉତ୍ପନ କରାଯାଇଥାଏ ଏବଂ ସାମାନ୍ୟ କଥା ବାର୍ତ୍ତାକୁ ରାଗ ଏବଂ ତାଳ ଦୁହିଁଙ୍କ ପ୍ରୟୋଗରେ ବଢିଥାଏ । ଯେଉଁ ବ୍ୟକ୍ତି ଗାଇଥାଏ ତାଙ୍କୁ ଗାୟକ କିମ୍ବା ସଙ୍ଗୀତକାର କୁହାଯାଇଥାଏ । ଗାୟନ ସର୍ବଦା ଅନ୍ୟ ସଙ୍ଗୀତକାର ମାନଙ୍କ ସମୂହରେ କରାଯାଇଥାଏ , ଯେପରି ଭିନ୍ନ ଭିନ୍ନ ପ୍ରକାର ସ୍ୱର ଥିବା ବହୁ ଗାୟକ ମାନଙ୍କ ସହିତ କିମ୍ବା ବିଭିନ୍ନ ପ୍ରକାର ବାଦ୍ୟ ଯନ୍ତ୍ର ବାଯାଉଥିବା କଳାକାର ମାନଙ୍କ ସହିତ । ସମସ୍ତ ପ୍ରକାରର ବ୍ୟକ୍ତି, ଯିଏ କଥା କହିପାରେ ସେ ମଧ୍ୟ ଗୀତ ଗାଇପାରେ । କାରଣ ଗାୟନ କଥା କହିବାର ଏକ ପରିସ୍କୃତ ରୂପ ଅଟେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ଓଡ଼ିଆ କବି ଥିଲେ । ସେ ରାଧା କୃଷ୍ଣଙ୍କ ପ୍ରେମଲୀଳା ଉପରେ ଆଧାରିତ ଶୃଙ୍ଗାରରସ ଭିତ୍ତିକ ଅନେକ କବିତା, କିଛି ଛାନ୍ଦ, ଚଉପଦୀ, ଭକ୍ତି ସଙ୍ଗିତ, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ସନ୍ଦେଶ ଗୀତିକା ସମେତ ବାତ୍ସଲ୍ୟ ରସ ମିଶ୍ରିତ କେତେକ କବିତା ରଚନା କରିଥିଲେ । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ଗଜରାଜ ଗମନୀ ଆଜ କି ରେ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ତାଙ୍କ ରଚିତ ଲୋକପ୍ରିୟ ରଚନା ମଧ୍ୟରୁ ଅନ୍ୟତମ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ନୂଆ ଦିଲ୍ଲୀ ହେଉଛି ଭାରତର ରାଜଧାନୀ ଓ ବୃହତ୍ତମ ମହାନଗର । ୧୯୩୧ ଫେବୃଆରୀ ୧୩ ରେ ନୂଆଦିଲ୍ଲୀ ଭାରତର ରାଜଧାନୀ ଭାବେ ଆତ୍ମପରିପ୍ରକାଶ କରିଥିଲା ।୧୯୧୧ ଡିସେମ୍ବର ୧୫ରେ ନୂଆ ରାଜଧାନୀ ର ଶିଳାନ୍ୟାସ ହୋଇଥିଲା । ବିଂଶ ଶତାବ୍ଦୀର ଦୁଇ ବ୍ରିଟିଶ ସ୍ଥପତି ସାର୍ ହର୍ବର୍ଟ ବ୍ରେକର ଏହାର ମୂଳଦୂଆ ପ୍ରତିଷ୍ଠା କରିଥିଲେ । ୧୯୨୭ ରେ ଏହାର ନାମ ନୂଆଦିଲ୍ଲୀ ରଖାଯାଇଥିଲା । ତତକାଳୀନ ବ୍ରିଟିଶ ଇଣ୍ଡିଆର ଭାଇସରୟ ଲର୍ଡ ଇରୱ୍ଇନ ନୂଆ ରାଜଧାନୀ ର ଶୁଭ ଉଦଘାଟନ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତି ରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ଵାଧୀନତା , ସାମାଜିକ ସ୍ଥିତି ରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳ ରୁ ମାଧ୍ୟମ କାଳ ମଧ୍ୟ ରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟ ରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳ ରେ ( ବ୍ରିଟିଶ ଶାସନ ସମୟ ରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକ ଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାର କୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତ ରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭା ର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟ ର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀ ର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ଵାଧୀନ ଭରତ ର ସମ୍ବିଧାନ ରେ ମହିଳା ମାନଙ୍କ ଅଧିକାର କୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ଵାଧୀନତା ଓ ଅଧିକାର କୁ ସଂରକ୍ଷିତ କରିବା ପାଇଁ ସ୍ଵାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତ ର ପାର୍ଲିଆମେଣ୍ଟ ରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । . ଏପରି ଏକ ସମୟ ଥିଲା ଯେ 2011 ମସିହା ରେ ଏକା ସମୟ ରେ ଭାରତ ର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭା ର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭା ର ବିରୋଧୀ ଦଳ ର ନେତା ପଦବୀ ରେ ମହିଳା ମାନେ ରହିଥିଲେ । ଏହା ସତ୍ବେ ଭାରତ ରେ ମହିଳା ମାନେ ଅନେକ ସମସ୍ଯା ରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନ ରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାର ରେ ଜଡିତ କରିବା ପରି ଅତ୍ୟାଚାର ର ଶିକାର ହଉଛନ୍ତି ।.
ଶ୍ରୀକାନ୍ତ କିଡାମ୍ବୀ ଜଣେ ଭାରତୀୟ ବ୍ଯାଡମିନ୍ଟନ ଖେଳାଳି। ମାର୍ଚ ୧୬ ,୨୦୧୭ ସୁଦ୍ଧା ତାଙ୍କର ବିଶ୍ଵମାନ୍ୟତା ୩୧। ସେ ୨୦୧୪ ଚାଇନା ଓପନ ସୁପର ସିରିଜ ଜିତିଥିଲେ ଲୀନ ଡାନ ଙ୍କୁ ୨୧-୧୯ ୨୧-୧୭ ରେ ହରାଇ । ସେ ପ୍ରଥମ ଭାରତୀୟ ଭାବେ ପୁରୁଷ ପ୍ରିମିୟର ସୁପର ସିରିଜ ଜିତିଥିଲେ।ସେ ଗୋପିଚାନ୍ଦ ବ୍ଯାଡମିନ୍ଟନ ଅକାଡେମି ହାଇଦରାବାଦ ରେ ପ୍ରଶିକ୍ଷୀତ । ଏବଂ ଗୋସ୍ପୋର୍ଟ୍ସ ଫାଉନ୍ଡେଶନ ବାଙ୍ଗାଲୋର ତାଙ୍କୁ ସହାୟତା କରେ। ଲି ନିଙ୍ଗ ତାଙ୍କୁ ସ୍ପୋନ୍ସର କରୁଛି।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହା ଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟ ଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.