ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣୀ ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ହଂସିକା ମୋଟୱାନୀ (ଜନ୍ମ: ୯ ଅଗଷ୍ଟ ୧୯୯୧) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ହଂସିକା ଛୋଟବେଳେ ହିନ୍ଦୀ କଥାଚିତ୍ର ଏବଂ ଧାରାବାହିକରେ ଅଭିନୟ କରିଥିଲେ । ପରେ ସେ ନାୟିକା ଭାବରେ ତେଲୁଗୁ, ତାମିଲ, ହିନ୍ଦୀ, କନ୍ନଡ଼, ମାଲାୟଲମ୍ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ୨୦୦୭ରେ ହଂସିକା ତେଲୁଗୁ ଚଳଚ୍ଚିତ୍ର ଦେଶ୍ମୁଦୁରୁରେ ନାୟକ ଅଲ୍ଲୁ ଅର୍ଜୁନଙ୍କ ସହ ନାୟିକା ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ସେ ଦକ୍ଷିଣ ଭାରତୀୟ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ପାଇଥିଲେ । ଏହାପରେ ଉଭୟ ତେଲୁଗୁ ଏବଂ ତାମିଲ କଥାଚିତ୍ର ଜଗତରେ ହଂସିକା କଣ୍ଟ୍ରି, ମସ୍କା, ଓ ମାଇଁ ଫ୍ରେଣ୍ଡ, ସିଙ୍ଘମ୍-୨, ମାପିଲ୍ଲାଇ, ଭେଲ୍ଲାଦ୍ୟୁମ୍, ଓରୁ କାଲ ଓରୁ କନ୍ନାଡ଼ି ଭଳି ଅନେକ ସଫଳ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ରଘୁନାଥ ମୁର୍ମୁ (୫ ମଇ ୧୯୦୫ – ୧ ଫେବ୍ରୁଆରି, ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ଵୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ଵବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଟ୍ରମ୍ପ ଅର୍ଗାନାଇଜେସନ୍ର ଚେୟାରମ୍ୟାନ୍ ହେଉଛନ୍ତି ଟ୍ରମ୍ପ । 2014ରେ ଯେଉଁ କମ୍ପାନିର ରାଜସ୍ବ ଥିଲା 9.5 ୟୁଏସ୍ ବିଲିୟନ୍ ଡଲାର । ସେ ବର୍ତ୍ତମାନ 3.7 ବିଲିୟନ୍ ଡଲାର ମାଲିକ । ତାଙ୍କର ଟ୍ରମ୍ପ ଟାଓ୍ବାର ପେଣ୍ଟ ହାଉସ୍ର ମୂଲ୍ୟ ହେଉଛି ଶହେ ମିଳିୟନ୍ ଡଲାର । ଏହାଛଡ଼ା ତାଙ୍କର ରହିଛି ନ୍ୟୁୟର୍କରେ ଏକ ବିରାଟ ମ୍ୟାନସନ୍ । ଟ୍ରମ୍ପଙ୍କ ଗୋଲ୍ଡ ପ୍ଲେଟେଡ୍ ମୋଟର ସାଇକେଲ , 3ଟି ସିକୋରିସ୍କାଏ ହେଲିକପ୍ଟର ଓ ଏକ ବୋଇଂ 757 ରହିଛି । ଏହା ବାଦ ତାଙ୍କ ପାଖରେ ରହିଛି ପ୍ରାୟ 23 ମିଲିଅନ୍ ଡଲାରର ଜେଟ୍ ବିମାନ । ସେ ବର୍ତ୍ତମାନ ଆମେରିକାର 113 ତମ ଓ ବିଶ୍ବର 324ତମ ଧନୀ ବ୍ୟକ୍ତି [୧] ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ ଦିନ ହିନ୍ଦୁ ଧର୍ମାବଲମ୍ବୀଙ୍କ ଦ୍ଵାରା ପାଳନ କରାଯାଏ । ଲୋକ ବିଶ୍ଵାସ ଅନୁସାରେ ବିଷ୍ଣୁଙ୍କର ଦଶାବତାର ମଧ୍ୟରେ ନୃସିଂହ ଚତୁର୍ଥ ଅବତାର ଅଟନ୍ତି । ନର (ମଣିଷ) ଓ ସିଂହର ମିଶ୍ରଣକୁ ନୃସିଂହ କୁହାଯାଏ । ସିଂହର ମସ୍ତକ ଓ ମନୁଷ୍ୟ ଶରୀର ଧାରଣ କରି ନୃସିଂହ ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀରେ ଆବିର୍ଭାବ ହୋଇଥିଲେ । ଭକ୍ତ ପ୍ରହ୍ଲାଦଙ୍କୁ ନିର୍ଯାତନା ମୁକ୍ତ କରିବା ପାଇଁ ନୃସିଂହ ରୂପରେ ସ୍ତମ୍ଭରୁ ବାହାରି ରାଜା ହିରଣ୍ୟକଶିପୁଙ୍କୁ ବିଦାରଣ କରିଥିବାର ବର୍ଣ୍ଣନା ରହିଛି ।
ଡୋସେଟାକସେଲ (ଇଂରାଜୀ ଭାଷାରେ Docetaxel, ବିକ୍ରୟ ନାମ ଟାକ୍ସୋଟିଅର/Taxotere) ଏକ କେମୋଥେରାପି ଔଷଧ (chemotherapy medication) ଯାହା ଅନେକ ପ୍ରକାରର କର୍କଟ ରୋଗର ଚିକିତ୍ସାରେ ଦିଆଯାଏ । ଉକ୍ତ ରୋଗମାନଙ୍କର ନାମ ଯଥାକ୍ରମେ ସ୍ତନ କର୍କଟ, ମୁଣ୍ଡ ଓ ବେକ କର୍କଟ, ପାକସ୍ଥଳୀ କର୍କଟ, ପ୍ରୋସ୍ଟେଟ କର୍କଟ ଓ ନନ୍ ସ୍ମଲ-ସେଲ ଫୁସଫୁସ କର୍କଟ (non small-cell lung cancer) । ଏହି ଔଷଧ ଏକକ ଭାବରେ ବା ଅନ୍ୟ କେମୋଥେରାପି ଔଷଧ ସହିତ ଦିଆଯାଇପାରେ । ଏହା ଶିରାଭ୍ୟନ୍ତର ଧୀର ଇନଫ୍ୟୁଜନ (slow injection into a vein) ଆକାରରେ ଦିଆଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ଵୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କ ଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜ ର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ଵର ଉତ୍ତୋଳନ କରିଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମସ୍ତିଷ୍କ ଅର୍ବୁଦ (ଇଂରାଜୀରେ Brain tumour) ବା ଖପୁରୀ ମଧ୍ୟସ୍ଥ ଅର୍ବୁଦ ସୃଷ୍ଟି ହୁଏ ଯେତେବେଳେ ମସ୍ତିଷ୍କରେ ଅସାଧାରଣ ଜୀବକୋଷ ବୃଦ୍ଧି ହୋଇଚାଲେ । ଦୁଇ ପ୍ରକାର ମୂଖ୍ୟ ଅର୍ବୁଦ ଦେଖାଯାଏ; ମୃଦୁ(benign) ଓ ଦୃତବୃଦ୍ଧି(malignant) ଅର୍ବୁଦ । ଦୃତବୃଦ୍ଧି ଅର୍ବୁଦମାନଙ୍କୁ ମଧ୍ୟ ଦୁଇ ଭାଗରେ ବିଭକ୍ତ କରାଯାଏ; ପ୍ରାଥମିକ ଅର୍ବୁଦ, ଯାହା ମସ୍ତିଷ୍କରେ ସୃଷ୍ଟି ହୁଏ ଓ ମସ୍ତିଷ୍କ ମେଟାସ୍ଟାସିସ, ଯାହା ଅନ୍ୟ କୌଣସି ସ୍ଥାନରେ ସୃଷ୍ଟି ହୋଇ ମସ୍ତିଷ୍କକୁ ଆସିଥାଏ । ଏଠାରେ କେବଳ ମସ୍ତିଷ୍କରୁ ସୃଷ୍ଟ ଅର୍ବୁଦ ବିଷୟରେ ଆଲୋଚନା କରାଯିବ । ସମସ୍ତ ପ୍ରକାର ଅର୍ବୁଦ ଲକ୍ଷଣ ଦେଖାନ୍ତି, ମସ୍ତିଷ୍କ ଅଂଶ ଭେଦରେ ଅଲଗା ହୁଏ । ମୁଣ୍ଡବଥା, ବାତ ମାରିବା, ଦୃଷ୍ଟିଦୋଷ, ବାନ୍ତି ଓ ମାନସିକ ପରିବର୍ତ୍ତନ ଭଳି ଲକ୍ଷଣ ଦେଖାଯାଏ । ମୁଣ୍ଡବଥା ସକାଳେ ଉତ୍କଟ ହୁଏ ଓ ବାନ୍ତି ହେବାପରେ ଛାଡ଼ିଯାଏ । ଚାଲିବାରେ, କହିବାରେ ଓ ସ୍ପର୍ଶ କରିବାରେ ଅସୁବିଧା ହୁଏ । ରୋଗ ଆଗେଇଲେ ଚେତନଶୂନ୍ୟତା ହୁଏ ।
ଗ୍ଲାୟୋବ୍ଲାସ୍ଟୋମା ମଲ୍ଟିଫର୍ମ (ଜିବିଏମ), ଅନ୍ୟ ନାମ ଗ୍ଲାୟୋବ୍ଲାସ୍ଟୋମା ଓ ଗ୍ରେଡ ୪ ଆସ୍ଟ୍ରୋସାଇଟୋମା, ଏକ ଅତି ସାଧାରଣ ଓ ଅତ୍ୟନ୍ତ ଆକ୍ରମକ କର୍କଟ ଯାହା ମସ୍ତିଷ୍କ ଭିତରେ ସୃଷ୍ଟି ହୁଏ । ପ୍ରାରମ୍ଭରେ ଏହାର ଚିହ୍ନ ଓ ଲକ୍ଷଣ ଅନିର୍ଦ୍ଦିଷ୍ଟ ଥାଏ । ମୁଣ୍ଡବଥା, ବ୍ୟକ୍ତିତ୍ୱର ପରିବର୍ତ୍ତନ, ଅଇ ଓ ସ୍ଟ୍ରୋକ ଭଳି ଲକ୍ଷଣ ଦେଖାଯାଇପାରେ । ଲକ୍ଷଣ ଗୁଡ଼ିକ ଅଧିକାଂଶ ସମୟରେ ଶୀଘ୍ର ଅତି ଖରାପ ଦିଗକୁ ଗତି କରେ । ଏହା ବଢ଼ିଯାଇ ଅଚେତନ ଅବସ୍ଥାକୁ ଯାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁ ରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
ମହିଳା ଯୌନାଙ୍ଗ ଛେଦନ (ଇଂରାଜୀରେ Female genital mutilation ବା ଏଫ.ଜି.ଏମ୍ FGM), ଅନ୍ୟ ନାମ ମହିଳା ଯୌନାଙ୍ଗ କର୍ତ୍ତନ (ଇଂରାଜୀରେ female genital cutting) ଓ ମହିଳା ସୁନ୍ନତ୍ (ଇଂରାଜୀରେ female circumcision), ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅର୍ପିତ ସଂଜ୍ଞା ଅନୁସାରେ ସମସ୍ତ ପ୍ରଣାଳୀ ଯେଉଁଥିରେ ଯୌନାଙ୍ଗକୁ ଅଣଡାକ୍ତରୀ କାରଣ ଯୋଗୁ ଆଂଶିକ ବା ସମ୍ପୁର୍ଣ୍ଣ ବହିଷ୍କାର କରାଯାଏ ବା ଆଘାତ ଦିଆଯାଏ । ଆଫ୍ରିକାର ୨୭ଟି ଦେଶର ଓ ଏସିଆ, ମଧ୍ୟ ପୂର୍ବ ତଥା କେତେକ ଦେଶାନ୍ତରୀ ଲୋକଙ୍କର ଅନେକ ସମ୍ପ୍ରଦାୟ ଏହାକୁ ସାଂସ୍କୃତିକ ପ୍ରଥା ହିସାବରେ ପାଳନ କରନ୍ତି । ଜନ୍ମର କିଛି ଦିନ ପରଠାରୁ ଆରମ୍ଭ କରି ପୁଷ୍ପବତୀ ହେବା ପର୍ଯ୍ୟନ୍ତ ଏହି ପ୍ରଥା ଅନୁସରଣ କରାଯାଏ, ଅର୍ଦ୍ଧେକ ଜଣାଶୁଣା ଦେଶମାନଙ୍କର ଅଧିକାଂଶ ଝିଅ ୫ ବର୍ଷ ବୟସ ପୂର୍ବରୁ ଏହି ପ୍ରଥାର ଶିକାର ହୁଅନ୍ତି । ଏହି ପ୍ରଥାରେ ବିଭିନ୍ନ ଗୋଷ୍ଠି ଏକ ବା ଏକାଧିକ ପଦ୍ଧତି ଅବଲମ୍ବନ କରନ୍ତି । ବିଭିନ୍ନ ପ୍ରଥା: ଆଂଶିକ ବା ସମ୍ପୁର୍ଣ୍ଣ ଭଗାଙ୍କୁର (clitoris) ଓ ତାହାର ଘୋଡ଼ଣି ଛେଦନ; ଆଂଶିକ ବା ସମ୍ପୁର୍ଣ୍ଣ ଭଗାଙ୍କୁର ଓ ଅନ୍ତଃ ଭଗୋଷ୍ଠ; ଅତ୍ୟନ୍ତ ଅମାନୁଷିକ ସମୁଦାୟ ଯୌନାଙ୍ଗ କାଢ଼ିଦେଇ ଯୋନିପଥ (vagina) ବନ୍ଦ କରିଦିଆଯାଏ । ଶେଷୋକ୍ତ ପଦ୍ଧତିରେ ଛୋଟ ଗର୍ତ୍ତ ରଖାଯାଏ ପରିସ୍ରା ଓ ମାସିକ ଋତୁସ୍ରାବ ଯିବା ନିମନ୍ତେ ଓ ଏହାକୁ ଯୌନ ସଙ୍ଗମ ଓ ସନ୍ତାନ ଜନ୍ମ ନିମନ୍ତେ ଖୋଲାଯାଏ । ଏହି ପଦ୍ଧତି ପରେ ସଂକ୍ରମଣ, କ୍ରନିକ ଯନ୍ତ୍ରଣା, ସିସ୍ଟ, ଗର୍ଭ ଅକ୍ଷମତା, ଛୁଆ ଜନ୍ମ ସମୟରେ ଅସୁବିଧା ଓ ସାଂଘାତିକ ରକ୍ତପାତ ହେବା ସମ୍ଭାବନା ଥାଏ । ଲିଙ୍ଗ ଅସମଞ୍ଜତା, ମହିଳାଙ୍କର ଯୌନତାକୁ ନିୟନ୍ତ୍ରଣ କରିବା ପ୍ରଚେଷ୍ଟା, ଓ ପବିତ୍ରତା, ସଞ୍ଜମତା ଓ ବାହ୍ୟ ସୌନ୍ଦର୍ଯ୍ୟ ବଜାୟ ରଖିବା ନିମନ୍ତେ ଏହି ପ୍ରଥା ଭାବନା ମୂଳରେ ଅଛି । ଏହି ପ୍ରଥା ମହିଳା ମାନଙ୍କଦ୍ୱାରା ଆରମ୍ଭ ଓ ଗତିଶୀଳ ହୁଏ ଯେଉଁମାନେ ଏହାକୁ ଗୌରବ ବୋଲି ଭାବନ୍ତି ଓ ଏହା ନ କଲେ ପରବର୍ତ୍ତୀ ପିଢ଼ିର ଝିଅମାନେ ସାମାଜିକ ବହିଷ୍କାରର ଶୀକାର ହେବା ସମ୍ଭାବନା ରହେ । ୧୩୦ ନିୟୁତରୁ ଅଧିକ ମହିଳା ଓ ଝିଅମାନେ ୨୯ଟି ଦେଶରେ ଏହା ଅନୁଭବ କରୁଛନ୍ତି । ଡିଜିବାଉଟି, ଏରିଟ୍ରିଆ, ସୋମାଲିଆ ଓ ସୁଦାନ ଦେଶମାନଙ୍କରେ ୮ ନିୟୁତ ମହିଳା ଯୋନିବନ୍ଦ ପ୍ରଥାର ଶୀକାର ହୋଇଛନ୍ତି । ଏହି ପ୍ରଥା ଚାଲୁଥିବା ଅଧିକାଂଶ ଦେଶମାନଙ୍କରେ ଏଫ.ଜି.ଏମ୍. ପ୍ରଥାକୁ କାନୁନ ବଳରେ ବେନିୟମ ବା ବନ୍ଦ କରିଦିଆଯାଇଛି କିନ୍ତୁ ଏହି ନିୟମ ବଳବତ୍ତର ହୋଇପାରୁ ନାହିଁ । ୧୯୭୦ ମସିହାଠାରୁ ଏହି ପ୍ରଥାକୁ ପରିତ୍ୟାଗ କରିବାକୁ ଲୋକଙ୍କୁ ବୁଝେଇ କୁହାଯାଉଛି ଓ ୟୁନାଇଟେଡ ନେସନ୍ସ ଜେନେରାଲ ଆସେମ୍ବ୍ଲି ଏହାକୁ ମାନବିକ ଅଧିକାର ପରିପନ୍ଥି ଭାବେ ବିଚାର କରିଛି । ବିରୋଧୀମାନେ ମଧ୍ୟ ସମାଲୋଚନା ବିହୀନ ନୁହନ୍ତି ବିଶେଷତଃ ନୃତତ୍ତ୍ୱବିଦ୍ମାନେ । ଏରିକ୍ ସିଲ୍ଭର୍ମ୍ୟାନ୍ ଲେଖିଛନ୍ତି ଯେ ଏଫ.ଜି.ଏମ୍.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାଇନୋରେଲବିନ (ଇଂରାଜୀ ଭାଷାରେ Vinorelbine ବା NVB, ବିକ୍ରୟ ନାମ ନାଭେଲବିନ/Navelbine) ଗୋଟିଏ କେମୋଥେରାପି ଔଷଧ (chemotherapy medication) ଯାହା ଅନେକ ଗୁଡ଼ିଏ କର୍କଟ ରୋଗମାନଙ୍କର ଚିକିତ୍ସାରେ ବ୍ୟବହୃତ ହୁଏ । ଏହି ରୋଗମାନଙ୍କର ନାମ ସ୍ତନ କର୍କଟ ଓ ଫୁସଫୁସ କର୍କଟ । ଏହି ଔଷଧ ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।