ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶମିତା ସେଟ୍ଟି (ଜନ୍ମ: ୨ ଫେବୃଆରୀ ୧୯୭୯) ଜଣେ ଇଣ୍ଟେରିଅର ଡିଜାଇନର୍ ଏବଂ ପ୍ରାକ୍ତନ ଭାରତୀୟ କଥାଚିତ୍ର ଅଭିନେତ୍ରୀ, ମଡେଲ । ଶମିତା ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କର ସାନ ଭଉଣୀ । ଆଦିତ୍ୟ ଚୋପ୍ରାଙ୍କ ନିର୍ଦ୍ଦେଶିତ ମୋହବତେଁ ଚଳଚ୍ଚିତ୍ରରୁ ଅଭିନୟରେ ପ୍ରବେଶ କରିଥିଲେ ଶମିତା । ଏହି ଚଳଚ୍ଚିତ୍ର ପାଇଁ ସେ ୨୦୦୧ରେ ଆନ୍ତର୍ଜାତୀୟ ଭାରତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ନବାଗତା ସମ୍ମାନ ପାଇଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରପିଣୀ ଦେବୀ ତାରାତାରିଣୀଙ୍କ ଏକ ମନ୍ଦିର । ଆମ ଦେଶରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ ପୂଜା ପାଉଛନ୍ତି । ଏହି ପୀଠର ମହିମା ଯୋଗୁଁ ବେଶ ପ୍ରସିଦ୍ଧି ଲାଭ କରିଛି । ଓଡ଼ିଶାରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ମା ତାରାତାରିଣୀଙ୍କ ପୀଠର ସ୍ୱାତନ୍ତ୍ର୍ୟତା ରହିଛି । ଏହି ପୀଠ ବୌଦ୍ଧ, ବୈଷ୍ଣବୀ, ତନ୍ତ୍ର ଓ ଶକ୍ତିପୀଠ ନାମରେ ପ୍ରସିଦ୍ଧି ଲାଭ କରିଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କରଣଜିତ କୌର ଭୋହରା (ଜନ୍ମ ୧୩ ମେ, ୧୯୮୧), ଯିଏକି ନିଜ ଷ୍ଟେଜ ନାଁ ସନି ଲିୟୋନ ନାଁ ରେ ଅଧିକ ପରିଚିତ ହେଉଛନ୍ତି ଜଣେ କାନଡ଼ୀୟ ଅଭିନେତ୍ରୀ, ମଡେଲ ଓ ଭୂତପୂର୍ବ ପର୍ଣ୍ଣଷ୍ଟାର । କ୍ୟାରେନ ମାଲହୋତ୍ରା ତାଙ୍କର ଆଉ ଗୋଟେ ଷ୍ଟେଜ ନାଁ । ତାଙ୍କ ସଫଳତା ମଧ୍ୟରେ ରହିଛି: ୨୦୦୩ ରେ ପେଣ୍ଟହାଉସ ପେଟ୍ ଅଫ ଦ ଇୟର, ୨୦୧୦ ରେ ମାକ୍ସିମ ଦ୍ୱାରା ୧୨ ସର୍ବଶ୍ରେଷ୍ଠ ପର୍ଣ୍ଣଷ୍ଟାର ତାଲିକାରେ ଅନ୍ତର୍ଭୁକ୍ତ ଇତ୍ୟାଦି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ଗୁଆ ଗଛ ଲମ୍ବା, ଉଚ୍ଚ ଓ ଏକ ଚିରହରିତ୍ ବୃକ୍ଷ । ଗଛର ଶୀର୍ଷରେ ମୁକୁଟ ସଦୃଶ୍ୟ ପତ୍ରଗୁଡ଼ିକ ରହିଥାଏ । ଏହା ଏକ ଶାଖାବିହୀନ ଉଦ୍ଭିଦ । ପତ୍ରର ତଳଭାଗରେ ଏକ ପ୍ରକାର ଆବରଣ ରହିଥାଏ । ଫଳଗୁଡ଼ିକ ଝୁଲି ହୋଇ ରହିଥାଏ । ଫଳ ୩.୮ରୁ ୫ ସେଣ୍ଟିମିଟର ଲମ୍ବ । ଏସବୁ ଦେଖିବାକୁ ଚିକ୍କଣ ଓ ନାରଙ୍ଗୀ ରଙ୍ଗର ହୋଇଥାଏ । ପାଚିଲେ ଅଳ୍ପ ଧୂସରିଆ ମିଶା ନାରଙ୍ଗୀ ରଙ୍ଗ ପାଲଟିଯାଏ । ଫଳରେ ରହିଥିବା ମଞ୍ଜିକୁ ଗୁଆ କହନ୍ତି । ଏହା ଔଷଧାଗାରରେ ବ୍ୟବହୃତ ହୋଇଥାଏ । ଗୁଆ ଗଛର ଫୁଲ, ଫଳ, ମୂଳ, ମଧ୍ୟସ୍ଥିତ ମଞ୍ଜପତ୍ର, କତା ଓ ବାହୁଙ୍ଗାକୁ ମଧ୍ୟ ଔଷଧ ରୂପେ ବ୍ୟବହାର କରାଯାଏ ।
ବୋଲ ବମ କହିଲେ ଶ୍ରାବଣ ମାସରେ ଜଳାଭିଷେକ କରିବା ପାଇଁ ଶିବ ମନ୍ଦିର ଉଦ୍ଦେଶ୍ୟରେ କରାଯାଉଥିବା ଧାର୍ମିକ ପଦଯାତ୍ରାକୁ ବୁଝାଯାଏ । ଓଡ଼ିଶାର ବିଭିନ୍ନ ଶୈବକ୍ଷେତ୍ରରେ ଏହି ଉତ୍ସବ ପାଳନ କରାଯାଇଥାଏ । ଆଷାଢ଼ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ଶ୍ରାବଣ ପୂର୍ଣ୍ଣିମା ପର୍ଯ୍ୟନ୍ତ ସମସ୍ତ ସୋମବାରରେ ବିଭିନ୍ନ ଶିବ ମନ୍ଦିରରେ ଭକ୍ତମାନେ ଶିବଙ୍କ ମସ୍ତକରେ ପାଣି ଢାଳନ୍ତି । ବୋଲ ବମ ଯାତ୍ରାରେ ଭାଗନେଉଥିବା ଭକ୍ତମାନଙ୍କୁ 'କାଉଡ଼ିଆ' କହାଯାଏ । ଭକ୍ତମାନେ ଗେରୁଆ ବସ୍ତ୍ର ପରିଧାନ କରି କାନ୍ଧରେ କଳସୀ ଭାର ଧରି ଚାଲି ଚାଲି ସଂପୂର୍ଣ୍ଣ ପଥ ଅତିକ୍ରମ କରିଥାନ୍ତି । ବହୁ ଭକ୍ତ କଟକରୁ ମହାନଦୀର ଗଡ଼ଗଡ଼ିଆ ଘାଟରୁ ପାଣି ଆଣି ଭୁବନେଶ୍ଵରର ଲିଙ୍ଗରାଜ ମନ୍ଦିରରେ ଢାଳନ୍ତି । ଏହା ବ୍ୟତିତ ଓଡ଼ିଶାର ଅନ୍ୟାନ ସ୍ଥାନ ଯଥା, ପୁରୀର ଲୋକନାଥ ମନ୍ଦିରରେ, ଆଖଣ୍ଡଳମଣି ମନ୍ଦିରରେ, ଢେଙ୍କାନାଳର କପିଳାସ ଶିବ ମନ୍ଦିର ଆଦିରେ ମଧ୍ୟ ଭକ୍ତମାନେ ପାଣି ଢାଳନ୍ତି । ଏହି ଧାର୍ମିକ ଯାତ୍ରାରେ ଆଜିକାଲି ମହିଳାମାନେ ମଧ୍ୟ ବହୁ ସଂଖ୍ୟାରେ ଭାଗ ନେଲେଣି । ଯାତ୍ରା ସମୟରେ 'କାଉଡ଼ିଆ' ମାନଙ୍କର ସେବା ଶୁଶ୍ରୂଷା ତଥା ଯାତ୍ରା କଷ୍ଟ ଲାଘବ କରିବା ପାଇଁ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନ ତଥା ସାଧାରଣ ଜନତା ରାସ୍ତାକଡ଼ରେ ବିଶ୍ରାମ ଓ ଜଳଯୋଗର ବ୍ୟବସ୍ଥା କରିଥାନ୍ତି ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁ ରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦ ଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଅଠରନଳା ହେଉଛି ଓଡ଼ିଶା ପୁରୀଜିଲ୍ଲାରେ ୧୩୦୦ ମସିହାରେ ସ୍ଥାପିତ ହୋଇଥିବା ଏକ ପ୍ରାଚୀନ ପୋଲ ତଥା ଏକ ଐତିହାସିକ ସ୍ଥଳୀ । ଅଠରନଳା ପାର ହେଲା ପରେ ଜଗନ୍ନାଥ ମନ୍ଦିର ବା ଶ୍ରୀମନ୍ଦିର ଦେଖାଯାଏ । ବସ ଯୋଗେ ପୁରୀକୁ ଯିବାବେଳେ ବାଟରେ ଅଠରନଳା ପଡ଼ିଥାଏ । ଏହି ଅଠରନଳା ବନ୍ଧର ଦୈର୍ଘ୍ୟ ୨୯୦ ଫୁଟ । ଅଠର ନଳା ପହଞ୍ଚିଗଲେ ଶ୍ରଦ୍ଧାଳୁ ତଥା ଯାତ୍ରୀମାନେ ଶ୍ରୀକ୍ଷେତ୍ରର ଖୁବ ନିକଟତର ହୋଇଗଲେ ବୋଲି ଭାବିଥାନ୍ତି । ଅଠର ନଳାଠାରୁ ଶ୍ରୀମନ୍ଦିରର ନୀଳଚକ୍ର ଓ ଦଧିନଉତି ଦୃଶ୍ୟମାନ ହୁଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।