ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସାନା ଖାନ (ଜନ୍ମ: ୨୧ ଅଗଷ୍ଟ ୧୯୮୮) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ, ମଡେଲ ଏବଂ ନର୍ତ୍ତକୀ । ସାନା ଜଣେ ମଡେଲ ଭାବରେ ବିଜ୍ଞାପନରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ମୁଖ୍ୟତଃ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର, ଦୂରଦର୍ଶନ ବିଜ୍ଞାପନ, ଚଳଚ୍ଚିତ୍ରରେ ନୃତ୍ୟ, ଦୂରଦର୍ଶନ କାର୍ଯ୍ୟକ୍ରମ ଇତ୍ୟାଦିରେ କାମ କରିଛନ୍ତି । ୫ଟି ଭାଷାର ପ୍ରାୟ ୧୪ଟ ଚଳଚ୍ଚିତ୍ରରେ ସେ ଅଭିନୟ କରିବା ସହ ପାଖାପାଖି ୫୦ରୁ ଅଧିକ ବିଜ୍ଞାପନରେ କାମ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଆପାଟୋସରସ୍ (ଅର୍ଥ ଧୂର୍ତ୍ତ ସରୀସୃପ) ଏକ ବିଲୁପ୍ତ ସରୋପଡ୍ ଡାଇନୋସର ପ୍ରଜାତି ଯାହା ଜୁରାସିକ ଯୁଗର ଅନ୍ତ ଆଡକୁ ଉତ୍ତର ଆମେରିକାରେ ବସବାସ କରୁଥିଲା । ୧୮୭୭ ରେ ପ୍ରଥମ କରି ଅଥ୍ନିଏଲ ଚାର୍ଲ୍ସ୍ ମାର୍ଶ ଏହାର ପ୍ରଥମ ଜାତି Apatosaurus ajax ର ବର୍ଣ୍ଣନା ଦେଇଥିଲେ । ଅନ୍ୟ ଏକ ଜାତି Apatosaurus louisae ୧୯୧୬ ରେ ଆବିଷ୍କୃତ ହୋଇଥିଲା । ୧୫.୨ ରୁ ୧୫.୧ କୋଟି ବର୍ଷ ପୂର୍ବେ ବଞ୍ଚିଥିଲେ । ବ୍ରଣ୍ଟୋସରସ କୁ ଆପାଟୋସରସ୍ ର ଏକ ପ୍ରଜାତି ରୂପେ ଗଣନା କରାଯାଏ ଓ ଏହାର ଏକମାତ୍ର ଜାତିକୁ ୧୯୦୩ ରେ A. excelsus ବୋଲି ପୁନଃନାମକରଣ କରାଯାଇଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ବ୍ୟାୟାମ ଏକ ଶାରୀରିକ କ୍ରିୟା ଯାହାଦ୍ୱାରା ଦେହ ସୁସ୍ଥ ଓ କାର୍ଯ୍ୟକ୍ଷମ ହୋଇଥାଏ । ମନୁଷ୍ୟ ବିଭିନ୍ନ ଇଚ୍ଛା ପୁରଣ ନିମନ୍ତେ ବ୍ୟାୟାମ କରେ ଯଥା ଓଜନ କମେଇବା ବା ସ୍ଥିର ରଖିବା, ମାଂସପେଶୀ ସୁଦୃଢ଼ କରିବା, କ୍ରୀଡ଼ା କୌଶଳରେ ଶୀର୍ଷକୁ ଯିବା, ନିର୍ଦ୍ଦିଷ୍ଟ ଗଣ୍ଠିମାନଙ୍କୁ ଚଳନକ୍ଷମ ରଖିବା ଓ ଆନନ୍ଦ ପାଇବା ନିମନ୍ତେ କରାଯାଏ । ନିୟମିତ ଓ ବାରମ୍ବାର ବ୍ୟାୟାମ କଲେ ଇମ୍ମ୍ୟୁନ ରୋଗ ପ୍ରତିରେଧକ ଶକ୍ତି ବଢ଼ିଥାଏ ତଥା ହୃତ୍ପିଣ୍ଡ ଓ ରକ୍ତନଳି ରୋଗ, ଟାଇପ ୨ ଡାଏବେଟିସ ଓ ମେଦ ବହୁଳତା ଆଦି ରୋଗମାନଙ୍କୁ ପ୍ରତିରୋଧ ହୋଇଥାଏ । ବ୍ୟାୟାମ ଦ୍ୱାରା ମାନସିକ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହେ, ବିଷାଦ ଦୂର ହୁଏ, ଯୁକ୍ତାତ୍ମକ ମନୋବଳ ବୃଦ୍ଧି ହୁଏ ଏବଂ ସୁସ୍ଥ ଶରୀରର ଯୌନକ୍ଷମତା ବୃଦ୍ଧି ହୁଏ । ଶିଶୁ ମେଦ ବହୁଳତା ବିଶ୍ୱବ୍ୟାପୀ ଏକ ଚିନ୍ତାର ବିଷୟ । ଏହାର ବିବିଧ ଉପକାରୀତାକୁ ଦୃଷ୍ଟିରେ ରଖି ସ୍ଵାସ୍ଥ୍ୟ କର୍ମୀମାନେ ବ୍ୟାୟାମର ଉପକାରୀତାକୁ "ଆଶ୍ଚର୍ଯ୍ୟଜନକ" ବା "ଚମତ୍କାର" ଔଷଧ ଭାବେ ଅଭିହିତ କରିଥାନ୍ତି ।।
'ମିଥାଇଲପ୍ରେଡନିସୋଲୋନ (ଇଂରାଜୀ ଭାଷାରେ Methylprednisolone, ବିକ୍ରୟ ନାମ ଡେପୋମେଡ୍ରୋଲ/Depo-Medrol ଓ ସଲ୍ୟୁମେଡ୍ରୋଲ'Solu-Medrol) ଏକ କର୍ଟିକୋସ୍ଟିରଏଡ (corticosteroid) ଔଷଧ ଯାହା ଏକ ଇମ୍ମ୍ୟୁନିଟି ପ୍ରଣାଳୀକୁ କମ କରିଦେବା (suppress the immune system) ଫଳରେ ପ୍ରଦାହ (inflammation) କମିଯାଏ । ଚର୍ମ ରୋଗ, ରିଉମାଟିକ ରୋଗ (rheumatic disorders), ଆଲର୍ଜି, ଆଜ୍ମା, ଉର୍ଦ୍ଧ୍ଵଶ୍ଵାସନଳୀ ପ୍ରଦାହ, ସିଓପିଡି, କେତେକ କର୍କଟ ରୋଗ, ମଲ୍ଟିପ୍ଲ ସ୍କ୍ଲେରୋସିସ ଓ ଯକ୍ଷ୍ମା ଇତ୍ୟାଦି ରୋଗମାନଙ୍କରେ ବ୍ୟବହାର କରାଯାଏ । ଏହା ପାଟିରେ (given by mouth), ଶିରାଭ୍ୟନ୍ତର (into a vein) ଓ ମାଂସପେଶୀରେ ଇଞ୍ଜେକସନ (muscle) ଆକାରରେ ଦିଆଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଗୋପବନ୍ଧୁ ଚୌଧୁରୀ ଜଣେ ସ୍ଵାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ନେତା ଥିଲେ । ସେ କଟକରେ ୮ ମଇ ୧୮୯୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ପିତା ଗୋକୁଳାନନ୍ଦ ଚୌଧୁରୀ କଟକରେ ଓକିଲାତି କରୁଥିଲେ । ଗୋପବନ୍ଧୁ ଯେଉଁ ଘରେ ଜନ୍ମଗ୍ରହଣ କରିଥିଲେ, ସେ ଘର ପରବର୍ତ୍ତୀ ସମୟରେ "ସ୍ଵରାଜ ଆଶ୍ରମରେ" ପରିଣତ ହୋଇଥିଲା । ପୈତୃକ ଗ୍ରାମ ଜଗତସିଂହପୁର ଜିଲ୍ଲାର ଖେରସରେ ଶିକ୍ଷାରମ୍ଭ କରି, ସେ କଟକର ରେଭେନ୍ସା କଲିଜିଏଟ ସ୍କୁଲ ଓ ରେଭେନ୍ସା ମହାବିଦ୍ୟାଳୟ ହୋଇ କଲିକତାର ପ୍ରେସିଡେନ୍ସି କଲେଜରୁ କୃତିତ୍ଵର ସହ ସ୍ନାତକ ଓ ସ୍ନାତକୋତ୍ତର ଉପାଧୀ ହାସଲ କରିଥିଲେ ।କଲିକତାରେ ଆଇନ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରି ୧୯୧୭ ମସିହାରେ କଟକର ଡେପୁଟି ମାଜିଷ୍ଟ୍ରେଟ ରୂପେ ଅବସ୍ଥାପିତ ହୋଇଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମା' ପାର୍ବତୀ ଓ ଶିବ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ I କିଛି ଭକ୍ତ ମା’ ପାର୍ବତୀଙ୍କ ମା’ ବାପା ହୁଅନ୍ତି ଓ ଆଉ କିଛି ଭକ୍ତ ପ୍ରଭୁ ଶଙ୍କରଙ୍କର ମା’ ବାପା ହୋଇ ଉଭୟଙ୍କର ବିବାହକାର୍ଯ୍ୟ ସମାପନ କରନ୍ତି । ସାଧାରଣ ବାହାଘର ପରି ପାରମ୍ପରିକ ରୀତିରେ ପ୍ରଭୁ ଶଙ୍କରଙ୍କୁ ବରଯାତ୍ରୀଙ୍କ ସହିତ ବଡ଼ ଧୂମ୍ଧାମ୍ରେ ମା’ ପାର୍ବତୀଙ୍କ ଘରକୁ ନେଇ ବୈଦିକ ରୀତିରେ ବିବାହ କରାଯାଏ । ରଙ୍ଗବେରଙ୍ଗ ଚିତ୍ରରେ ସୁଶୋଭିତ ରଥରେ ଶିବ ଓ ମା’ ପାର୍ବତୀଙ୍କୁ ଅଣାଯାଏ । ମଧ୍ୟରାତ୍ରୀରୁ ଏଇ ପଟୁଆର ଆରମ୍ଭ ହୋଇ ପରଦିନ ଦିପହର ବେଳକୁ ଶିବପାର୍ବତୀଙ୍କ ପୂଜାରେ ଶେଷହୁଏ ।
ମୁଖବ୍ରଣ (ଇଂରାଜୀରେ Acne vulgaris କିମ୍ବା କେବଳ acne) ଗୋଟିଏ ଦୀର୍ଘସୂତ୍ରୀ ଚର୍ମ ରୋଗ ଯେଉଁଥିରେ ସ୍ଥାନେ ସ୍ଥାନେ ମୁହଁରେ କଳାମୁଣ୍ଡିଆ ବ୍ରଣ, ଧଳାମୁଣ୍ଡିଆ ବ୍ରଣ, କାଠ ବ୍ରଣ, ତେଲିଆ ଚର୍ମ, ବ୍ରଣ ଓ ବ୍ରଣକ୍ଷତ ଇତ୍ୟାଦି ଦେଖାଯାଏ । ମୁଖମଣ୍ଡଳର ଏହି ବିକୃତି ଯୋଗୁ ଅନେକ ସମୟରେ ଉଦ୍ବିଗ୍ନତା, ସ୍ୱାଭିମାନ କମିବା ଓ ଅତି ବେଶିରେ ଅବସାଦ ଓ ଆତ୍ମହତ୍ୟା ପ୍ରବଣତା ଦେଖାଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଗୋପାଳ ଘୋଷ (୧୯୨୦-୨୦୧୫) ଜଣେ ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ୧ ମଇ ୧୯୨୦, ଶନିବାର ଦିନ ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ରଘୁନାଥପୁରର ଏକ ଜମିଦାର ପରିବାରରେ ଗୋପାଳ ଘୋଷ ଜନ୍ମ ଗ୍ରହଣ କରିଥିଲେ । ତାଙ୍କୁ ମାତ୍ର ୬ବର୍ଷ ବୟସ ହୋଇଥିବାବେଳେ ଭକ୍ତ ଧ୍ରୁବ ନାଟକରେ ମୁଖ୍ୟ ଚରିତ୍ର ଧ୍ରୁବ ଭୂମିକାରେ ଅଭିନୟ କରିଥିଲେ । ଏହାପରେ ସେ ୧୦୦ରୁ ଅଧିକ ଡ୍ରାମାରେ ଅଭିନୟ କରିଥିବାବେଳେ ଭାରତୀ ଥିଏଟର, ଜନତା ରଙ୍ଗ ମଞ୍ଚ, ଏଚ୍ଏମ୍ଭି ଗ୍ରାମଫୋନ୍ରେ ନିୟମିତ କଳାକାର ଭାବରେ କାର୍ଯ୍ୟ କରୁଥିଲେ । ଶ୍ରୀ ଜଗନ୍ନାଥ ଥିଲା ତାଙ୍କର ଅଭିନୀତ ପ୍ରଥମ ସିନେମା । ସେଥିରେ ସେ ବିଦ୍ୟାପତି ଭୂମିକାରେ ଅଭିନୟ କରି ବେଶ୍ ପ୍ରଶଂସିତ ହୋଇଥିଲେ । ଯେତେବେଳେ ଓଡ଼ିଶାରେ ସିନେମା ହଲ୍ ନଥିଲା ସେହି ସମୟରେ ସେ ୧୨ଟି ଭ୍ରାମ୍ୟମାଣ ଥିଏଟର ଅାରମ୍ଭ କରିଥିଲେ । ୨୦୦୪ରେ ଇଟିଭିରେ ପ୍ରସାରିତ ବୁଢା ଶଙ୍ଖାରିରେ ୮୪ ବର୍ଷ ବୟସରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ହୃଷୀକେଶ ପଣ୍ଡା, ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଓ ଓଡ଼ିଆ ଭାଷାର ସାହିତ୍ୟିକ । ସେ, ୧୯୭୯ ମସିହାର ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ସଚିବ ପଥରେ ଥାଇ, ୨୦୧୫ ଅପ୍ରେଲ ମାସରେ ସେ ଭାରତୀୟ ପ୍ରଶାସନିକ ସେବା ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ଅବସର ଗ୍ରହଣ କରିବା ପରେ, ନିଜ ଗ୍ରାମ ଭଦ୍ରକ ଜିଲ୍ଲାର କାଳିଦାସପୁରରେ ରହି ସାହିତ୍ୟ ସର୍ଜନା କରିବାକୁ ନିଷ୍ପତି ନେଇଛନ୍ତି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ଆଘାତୋତ୍ତର ଚାପ ବେମାରୀ (PTSD) ଏକ ମାନସିକ ବେମାରୀ ଯାହା ଜଣେ ମଣିଷ ଯୌନ ଆକ୍ରମଣ, ଯୁଦ୍ଧ, ଗାଡ଼ି ଧକ୍କା ବା ଅନ୍ୟାନ୍ୟ ଜୀବନ ଆଶଙ୍କା ଥିବା ଘଟଣା ପରେ ବାହାରେ । ଏହି ରୋଗର ଲକ୍ଷଣ - ବ୍ୟାକୁଳ ଭାବନା, ଅନୁଭବ ବା ଆଘାତ ସମ୍ପର୍କୀୟ ଘଟଣାର ସ୍ୱପ୍ନ, ଆଘାତ ସମ୍ପର୍କୀୟ ସଂକେତ ମିଳିବାରେ ବ୍ୟାକୁଳତା, ମଣିଷର ଭାବନା ଓ ଅନୁଭବରେ ପରିବର୍ତ୍ତନ ଓ ଯୁଦ୍ଧ ବା ପଳାୟନ ପ୍ରତିକ୍ରିୟା । ଘଟଣାର ଏକ ମାସରୁ ଅଧିକ ସମୟ ପର୍ଯ୍ୟନ୍ତ ଏହି ଲକ୍ଷଣ ରହେ । ଅଳ୍ପ ବୟସ୍କ ପିଲା ସଙ୍କଟ ଅଭିବ୍ୟକ୍ତି କମ୍ କରନ୍ତି କିନ୍ତୁ ଖେଳ ମାଧ୍ୟମରେ ଏହା ପ୍ରକାଶ ପାଏ । ଏହି ରୋଗୀମାନଙ୍କର ଆତ୍ମହତ୍ୟା ସଙ୍କଟ ରହେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।