ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ପୃଥିବୀର ନିକଟତମ କକ୍ଷପଥରେ ଥିବା ବାସଯୋଗ୍ୟ ଏକ କୃତ୍ରିମ ଉପଗ୍ରହ ବା ମହାକାଶ ଯାନ। ପୃଥିବୀ କକ୍ଷପଥରେ ଥିବା ସମସ୍ତ ମନୁଷ୍ୟକୃତ ପଦାର୍ଥ ମଧ୍ୟରେ ଏହା ବୃହତ୍ତମ ଅଟେ। ପୃଥିବୀର ନିକଟତମ କକ୍ଷପଥରେ ଥିବାରୁ ଏହା ପ୍ରାୟତଃ ପୃଥିବୀପୃଷ୍ଠରୁ ଖାଲି ଆଖିରେ ଦେଖାଯାଇଥାଏ। ଏହି ମହାକାଶ କେନ୍ଦ୍ର ଯୁକ୍ତରାଷ୍ଟ୍ର ଆମେରିକା,ରୁଷିଆ,ଜାପାନ,ୟୁରୋପ ଓ କାନାଡାର ମହାକାଶ ଗବେଷଣା ସଂସ୍ଥାମାନଙ୍କର ଏକ ମିଳିତ ଉଦ୍ୟମ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ଵୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଲିଉପ୍ରୋରେଲିନ (ଇଂରାଜୀ ଭାଷାରେ Leuprorelin, ଅନ୍ୟ ନାମ ଲିଉପ୍ରୋଲାଇଡ/leuprolide) ଏକ କୃତ୍ରିମ ହରମୋନ (hormone) ଯାହା ପ୍ରୋସ୍ଟେଟ କର୍କଟ, ସ୍ତନ କର୍କଟ, ଏଣ୍ଡୋମେଟ୍ରିଓସିସ, ୟୁଟେରାଇନ ଫାଇବ୍ରଏଡ (uterine fibroids) ଓ ପ୍ରାକ୍ ଯୁବକ୍ରାନ୍ତି/ପ୍ୟୁବର୍ଟି (early puberty) ଆଦି ରୋଗମାନଙ୍କ ଚିକିତ୍ସାରେ ଦିଆଯାଏ । ଏହା ମାଂସପେଶୀରେ ଇଞ୍ଜେକସନ (injection into a muscle) ବା ଚର୍ମ ତଳ ଇଞ୍ଜେକସନ (under the skin) ଆକାରରେ ଦିଆଯାଏ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତୀୟ କ୍ରିକେଟ ଦଳର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂହ ଧୋନି । ଆଜି ପର୍ଯ୍ୟନ୍ତ କେବଳ ଭାରତ ନୁହେଁ ଭାରତ ବାହାରେ ମଧ୍ୟ ବହୁ ମ୍ୟାଚ ଓ ଟୁର୍ଣ୍ଣାମେଣ୍ଟ ଜିତିବାରେ ତାଙ୍କର ବଳିଷ୍ଠ ଅବଦାନ ରହିଛି । ଭାରତ ଧୋନିଙ୍କ ନେତୃତ୍ୱରେ ୨୦୦୭ ରେ ଟି୨୦ ବିଶ୍ବକପ ଓ ୨୦୧୧ ରେ ଦିନିକିଆ ବିଶ୍ୱକପ୍ ବିଜୟୀ ହୋଇଛି । ଏହାଛଡା ଧୋନି ଭାରତକୁ ଆହୁରି ଅନେକ ବିଶ୍ବସ୍ତରୀୟ ଚାମ୍ପିୟନସିପ୍ ମଧ୍ୟ ଜିତାଇଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ । ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଏବଂ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫାଗୃପ ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଅଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମା' ପାର୍ବତୀ ଓ ଶିବ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ I କିଛି ଭକ୍ତ ମା’ ପାର୍ବତୀଙ୍କ ମା’ ବାପା ହୁଅନ୍ତି ଓ ଆଉ କିଛି ଭକ୍ତ ପ୍ରଭୁ ଶଙ୍କରଙ୍କର ମା’ ବାପା ହୋଇ ଉଭୟଙ୍କର ବିବାହକାର୍ଯ୍ୟ ସମାପନ କରନ୍ତି । ସାଧାରଣ ବାହାଘର ପରି ପାରମ୍ପରିକ ରୀତିରେ ପ୍ରଭୁ ଶଙ୍କରଙ୍କୁ ବରଯାତ୍ରୀଙ୍କ ସହିତ ବଡ଼ ଧୂମ୍ଧାମ୍ରେ ମା’ ପାର୍ବତୀଙ୍କ ଘରକୁ ନେଇ ବୈଦିକ ରୀତିରେ ବିବାହ କରାଯାଏ । ରଙ୍ଗବେରଙ୍ଗ ଚିତ୍ରରେ ସୁଶୋଭିତ ରଥରେ ଶିବ ଓ ମା’ ପାର୍ବତୀଙ୍କୁ ଅଣାଯାଏ । ମଧ୍ୟରାତ୍ରୀରୁ ଏଇ ପଟୁଆର ଆରମ୍ଭ ହୋଇ ପରଦିନ ଦିପହର ବେଳକୁ ଶିବପାର୍ବତୀଙ୍କ ପୂଜାରେ ଶେଷହୁଏ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ଵୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ଵବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣ ରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।