ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରୀମା ଲାଗୁ (୧୯୫୮-୨୦୧୭) ଜଣେ ଭାରତୀୟ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ ଥିଲେ । ସେ ମୁଖ୍ୟତଃ ହିନ୍ଦୀ ଏବଂ ମରାଠୀ କଥାଚିତ୍ରମାନଙ୍କରେ ମାଆ ଭୂମିକାରେ ଅନେକ ଅଭିନୟ କରିଥିଲେ । ଦୀର୍ଘ ଚାରି ଦିଶନ୍ଧି ଧରି ସେ ପ୍ରାୟତଃ ମରାଠୀ ମଞ୍ଚ ଅଭିନୟରେ ସକ୍ରୀୟ ଥିଲେ । ମରାଠୀ ଧାରାବାହିକ ତୁଜା ମଜା ଜାମେନରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ମୈନେ ପ୍ୟାର କିୟ, ଆଶିକ୍, ସାଜନ୍, ହମ୍ ଆପ୍କେ ହୈ କୌନ୍, ବାସ୍ତବ, କୁଛ୍ କୁଛ୍ ହୋତା ହୈ, ହମ୍ ଆପ୍କେ ହୈ କୌନ୍ ଭଳି ଅନେକ ସଫଳ ହିନ୍ଦୀ କଥାଚିତ୍ରରେ ସେ ମାଆ ଭୂମିକାରେ ଅଭିନୟ କରିଥିଲେ । ଦୂରଦର୍ଶନରେ ମଧ୍ୟ ସେ ଅନେକ ଅଭିନୟ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କ ଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର କୁହାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଆଇଓଏସ(ଆଇଫୋନ୍ ଓଏସ୍) ଆପଲ କମ୍ପାନିର ଏକ ଉତ୍ପାଦ , ଏକ ମୋବାଇଲ ଅପରେଟିଙ୍ଗ ସିଷ୍ଟମ , ଯାହାକି କେବଳ ଆପଲ ହାର୍ଡୱେୟାର ପାଇ ବିତରଣ କରାଯାଇଥାଏ । ବଜାରରେ ଆଣ୍ଡ୍ରଏଡ ଅପରେଟିଙ୍ଗ ସିଷ୍ଟମ ପରେ ଏହା ପୃଥିବୀ ରେ ଦ୍ୱିତୀୟରେ ସବୁଠାରୁ ଅଧିକ ବିକ୍ରୟ ହେଉଥିବା ଅପରେଟିଙ୍ଗ ସିଷ୍ଟମ । ଆଣ୍ଡ୍ରଏଡ ଟାବଲେଟ୍ସର ବିକ୍ରୟ ୧୨୭ ପ୍ରତିଶତ ବଢିବା ପରେ ଅଗଷ୍ଟ ୨୦୧୩ରୁ ଆଇପ୍ୟାଡ୍ ଟାବଲେଟ ଦ୍ୱିତୀୟ ସ୍ଥାନ ରେ ଅଛି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
କୁମାର ସାଙ୍ଗାକାରା (ଜନ୍ମ: ୨୭ ଅକ୍ଟୋବର ୧୯୭୭) ଶ୍ରୀଲଙ୍କା ଆନ୍ତର୍ଜାତୀୟ କ୍ରିକେଟ ଦଳର ଜଣେ ପୂର୍ବତନ ଖେଳାଳି ତଥା ଅବସର ନେଇଯାଇଥିବା ଅଧିନାୟକ, ଯିଏକି ବିଶ୍ୱର ଜଣେ ପ୍ରତିଭାଶାଳୀ କ୍ରିକେଟ ଖେଳାଳି ଭାବରେ ଗଣାଯାଆନ୍ତି । ସାଙ୍ଗାକାରା ଦିନିକିଆ କ୍ରିକେଟ ଖେଳରେ ଜଣେ ମହାନତମ ବ୍ୟାଟ୍ସମେନ ଭାବରେ ଗଣାଯାଉଥିବା ବେଳେ, ଶ୍ରୀଲଙ୍କା ଆନ୍ତର୍ଜାତୀୟ କ୍ରିକେଟ ଦଳର ଜଣେ ପ୍ରସିଦ୍ଧ ମ୍ୟାଚ-ବିଜେତା ତଥା ଶ୍ରୀଲଙ୍କା ଦଳରେ ଖେଳିଥିବା ଖେଳାଳୀମାନଙ୍କ ମଧ୍ୟରେ ଜଣେ ଶ୍ରେଷ୍ଠ ଖେଳାଳୀ ଭାବେ ଗଣାଯାଆନ୍ତି । ମହେଲା ଜୟବର୍ଦ୍ଧନଙ୍କ ସହ ସାଙ୍ଗାକାରା ଅନେକ ଆନ୍ତର୍ଜାତୀୟ ରେକର୍ଡ଼ କରିଛନ୍ତି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହେଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ଵର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟ ଦ୍ଵାରା ନିଷ୍ପନ୍ନ । ମି ର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ଵ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହେଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପୂଜା ହେଗଡ଼େ ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ, ଯିଏକି ତେଲୁଗୁ, ତାମିଲ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ପୂଜା ୨୦୧୦ର ମିସ୍ ଇଉନିଭରସ୍ ଇଣ୍ଡିଆ ପ୍ରତିଯୋଗିତାରେ ୩ୟ ସ୍ଥାନରେ ରହିଥିଲେ । ଏହା ପରେ ୨୦୧୨ରେ ସେ ତାମିଲ ଚଳଚ୍ଚିତ୍ର ମୁଗାମୁଡ଼ି ଜରିଆରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ତେଲୁଗୁ ଚଳଚ୍ଚିତ୍ର ଅଭିନେତା ଅକ୍କିନେନି ନାଗାର୍ଜୁନଙ୍କ ପ୍ରଯୋଜିତ ଚଳଚ୍ଚିତ୍ର ଓକ୍କା ଲୈଲା କୋସମ୍ରେ ଅକ୍କିନେନି ନାଗା ଚୈତନ୍ୟ ସହ ତେଲୁଗୁ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୨୦୧୬ରେ ପୂଜା ହିନ୍ଦୀ କଥାଚିତ୍ର ମହେଞ୍ଜୋଦାରୋ ଚଳଚ୍ଚିତ୍ରରେ ଅଭିନେତା ହ୍ରିତିକ ରୋଶନଙ୍କ ସହ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ।
ଏଥିନିଲଏସଟ୍ରାଡାୟଲ/ନରଏଥିସ୍ଟିରନ (ଇଂରାଜୀ ଭାଷାରେ Ethinylestradiol/norethisterone, ଅନ୍ୟ ନାମ ethinyl estradiol/norethindrone) ଏକ ଜନ୍ମ ନିରୋଧ ବଟିକା ଯେଉଁଥିରେ ଏକ ଏଥିନିଲଏସଟ୍ରାଡାୟଲ (ethinylestradio), ଏକ ଏସ୍ଟ୍ରୋଜେନ (estrogen) ଓ ନରଏଥିସ୍ଟିରନ (norethisterone), ଏକ ପ୍ରୋଜେସ୍ଟେରନ (progestin) ଥାଏ । ଜନ୍ମ ନିରୋଧ (birth control), ଋତୁସ୍ରାବ (menstruation) ଲକ୍ଷଣ, ଏଣ୍ଡୋମେଟ୍ରିଓସିସ (endometriosis) ଓ ଋତୁବନ୍ଦ ଲକ୍ଷଣ (menopausal symptoms) ଇତ୍ୟାଦି ବେମାରୀମାନଙ୍କ ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ବ୍ରଣରେ (acne) ମଧ୍ୟ ଏହା ଦିଆଯାଏ । ପାଟିରେ ଏହି ଔଷଧ ଦିଆଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫେବୃଆରୀ ୧୪ ତାରିଖକୁ ଭାଲେଣ୍ଟାଇନ ଦିବସ ଭାବେ ପାଳନ କରାଯାଏ । ବ୍ୟାପକ ଅର୍ଥରେ ପ୍ରେମର ପ୍ରତିକ ରୂପେ ବିଚାର କରାଯାଉଥିବା ଜନୈକ ମହାପୁରୁଷଙ୍କ ନାମାନୁସାରେ ଏହା ନାମିତ । କିନ୍ତୁ ଯୁବକ-ଯୁବତୀଙ୍କ ଉଦ୍ଦାମତା ସଂକୀର୍ଣ୍ଣ ଅର୍ଥରେ ପ୍ରେମ ରୂପେ ଗଣନା କରି ଏହାକୁ ପ୍ରେମ ଦିବସ ବୋଲି ମଧ୍ୟ କୁହାଯାଉଛି । ଆମ ଦେଶରେ ଏ ସଂସ୍କୃତି ବ୍ୟାପକ ହୋଇଛି ଭୋଗବାଦର ବାହାକ ମୁକ୍ତ ଅର୍ଥନୀତିର ଆଗମନ ସହିତ ।
ଟୁ ଇଉଇଉ(Chinese 屠呦呦; pinyin: Tú Yōuyōu; ଜନ୍ମ ୩୦ ଡିସେମ୍ବର ୧୯୩୦) ଜଣେ ଚୀନୀ ଫାର୍ମାସୁଟିକାଲ ରସାୟନବିଦ ଓ ଶିକ୍ଷାବିଦ । ସେ ଲକ୍ଷ ଲକ୍ଷ ଜୀବନ ବଞ୍ଚାଉଥିବା ମ୍ୟାଲେରିଆର ନିରାକରଣ ନିମନ୍ତେ ବ୍ୟବହାର ହେଉଥିବାଆର୍ଟେମିସିନିନ (qinghaosu ନାମରେ ମଧ୍ୟ ଜଣା) ଓ ଡାଇହାଇଡ୍ରୋଆର୍ଟେମିସିନିନର ଆବିଷ୍କାର ନିମନ୍ତେ ଜଣାଶୁଣା । ତାଙ୍କ ଆର୍ଟେମିସିନିନ ଆବିଷ୍କାର ଓ ଏହାର ମ୍ୟାଲେରିଆ ନିରାକରଣ ପ୍ରଭାବ ବିଂଶ ଶତକରେ ଗ୍ରୀଷ୍ମପ୍ରଧାନ ଔଷଧ ତଥା ଦକ୍ଷିଣ ଏସିଆ, ଆଫ୍ରିକା ଓ ଦକ୍ଷିଣ ଆମେରିକାର ଉନ୍ନୟନଶୀଳ ଦେଶର ଲୋକମାନଙ୍କ ସ୍ୱାସ୍ଥ୍ୟର ଉନ୍ନତି ସକାଶେ ଏକ ଯୁଗାନ୍ତକାରୀ କାମ ଭାବେ ସମ୍ମାନୀତ । ତାଙ୍କ କାମ ପାଇଁ ଟୁ ୨୦୧୧ ଲାସକର ଆୱାର୍ଡ଼ ଇନ କ୍ଲିନିକାଲ ମେଡ଼ିସିନ ଓ ଉଇଲିଅମ ସି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁ ରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :