ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଡେଜି ଶାହା (ଜନ୍ମ: ୨୫ ଅଗଷ୍ଟ ୧୯୮୪) ଜଣେ ଭାରତୀଯ କଥାଚିତ୍ର ଅଭିନେତ୍ରୀ, ମଡେଲ, ନର୍ତ୍ତକୀ ଏବଂ ନୃତ୍ୟ ଶିକ୍ଷିକା । ସେ ନୃତ୍ୟଗୁରୁ ଗଣେଶ ଆଚାର୍ଯ୍ୟଙ୍କ ସହ ୧୦ବର୍ଷ ଧରି କାମ କରିଥିଲେ । ୨୦୧୦ରେ ସେ ଏକ ମଲାୟଲମ୍ ଏବଂ ତାମିଲ ଦ୍ୱିଭାଷୀ କଥାଚିତ୍ର ବନ୍ଦେ ମାଆତରମରେ ଅତିଥି କଳାକାର ଭାବରେ ଅଭିନୟ କରିଥିଲେ । ଏହାପରେ ସେ ୨୦୧୧ରେ କନ୍ନଡ଼ ଚଳଚ୍ଚିତ୍ର ବଡିଗାର୍ଡ଼ ଜରିଆରେ ମୁଖ୍ୟ ଭୂମିକାରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ୨୦୧୪ରେ ଅଭିନେତା ସଲମାନ ଖାଁଙ୍କ ସହ ଜୟ ହୋ ଚଳଚ୍ଚିତ୍ର ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୨୦୧୫ରେ ସେ ହେଟ୍ ଷ୍ଟୋରୀ- ୩ରେ ଅଭିନେତା ସର୍ମଣ ଜୋସୀ, ଜରୀନ ଖାନଙ୍କ ସହ ଅଭିନୟ କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ରୀମା ଲାଗୁ (୨୧ ଜୁନ ୧୯୫୮- ୧୮ ମଇ ୨୦୧୭) ଜଣେ ଭାରତୀୟ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ ଥିଲେ । ସେ ମୁଖ୍ୟତଃ ହିନ୍ଦୀ ଏବଂ ମରାଠୀ କଥାଚିତ୍ରମାନଙ୍କରେ ମାଆ ଭୂମିକାରେ ଅନେକ ଅଭିନୟ କରିଥିଲେ । ଦୀର୍ଘ ଚାରି ଦିଶନ୍ଧି ଧରି ସେ ପ୍ରାୟତଃ ମରାଠୀ ମଞ୍ଚ ଅଭିନୟରେ ସକ୍ରୀୟ ଥିଲେ । ମରାଠୀ ଧାରାବାହିକ ତୁଜା ମଜା ଜାମେନରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ମୈନେ ପ୍ୟାର କିୟ, ଆଶିକ୍, ସାଜନ୍, ହମ୍ ଆପ୍କେ ହୈ କୌନ୍, ବାସ୍ତବ, କୁଛ୍ କୁଛ୍ ହୋତା ହୈ, ହମ୍ ଆପ୍କେ ହୈ କୌନ୍ ଭଳି ଅନେକ ସଫଳ ହିନ୍ଦୀ କଥାଚିତ୍ରରେ ସେ ମାଆ ଭୂମିକାରେ ଅଭିନୟ କରିଥିଲେ । ଦୂରଦର୍ଶନରେ ମଧ୍ୟ ସେ ଅନେକ ଅଭିନୟ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମଦ ଏକ ପ୍ରକାର ନିଶା ଉଦ୍ରେକକାରୀ ପାନୀୟ । ବିଭିନ୍ନ ପ୍ରକାର ଦ୍ରବ୍ୟରୁ ମଦ ପ୍ରସ୍ତୁତ କରାଯାଏ । ପ୍ରତିଶବ୍ଦ - ମଦ୍ୟ, ମଦିରା, ସରାପ, ତାଡ଼ି । ଏ ସମସ୍ତ ଦେଶୀୟ ମଦରେ ଗଣାଯାଆନ୍ତି । ଏହା ଛଡ଼ା ବିଭିନ୍ନ ବିଲାତି ମଦ ବା ଭାରତ ବାହାରେ ତିଆରି ହେଉଥିବା ମଦ ମଧ୍ୟ ମିଳେ । ଇଂରାଜୀରେ ଏହା ବିଭରେଜ (Beverage) ବା ଜଳ ଅତିରିକ୍ତ ପାନୀୟ ଶ୍ରେଣୀରେ ଜଣାଶୁଣା । ଏହାକୁ ଇଂରାଜୀରେ ହାର୍ଡ ଡ୍ରିଙ୍କ ମଧ୍ୟ କୁହାଯାଏ, ଏହା ଭିନ୍ନ ଅନ୍ୟ ପାନୀୟମାନଙ୍କୁ ସଫ୍ଟ ଡ୍ରିଙ୍କ କୁହାଯାଏ ଓ ଏହି ସଫ୍ଟ ଡ୍ରିଙ୍କରେ ଆଲ୍କୋହୋଲ୍ ମଧ୍ୟ ସମୁଦାୟ ପରିମାଣର ୦.୫% ରୁ କମ ରଖାଯାଇଥାଏ । if the drink is to be considered non-alcoholic.
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଟ୍ରମ୍ପ ଅର୍ଗାନାଇଜେସନ୍ର ଚେୟାରମ୍ୟାନ୍ ହେଉଛନ୍ତି ଟ୍ରମ୍ପ । 2014ରେ ଯେଉଁ କମ୍ପାନିର ରାଜସ୍ବ ଥିଲା 9.5 ୟୁଏସ୍ ବିଲିୟନ୍ ଡଲାର । ସେ ବର୍ତ୍ତମାନ 3.7 ବିଲିୟନ୍ ଡଲାର ମାଲିକ । ତାଙ୍କର ଟ୍ରମ୍ପ ଟାଓ୍ବାର ପେଣ୍ଟ ହାଉସ୍ର ମୂଲ୍ୟ ହେଉଛି ଶହେ ମିଳିୟନ୍ ଡଲାର । ଏହାଛଡ଼ା ତାଙ୍କର ରହିଛି ନ୍ୟୁୟର୍କରେ ଏକ ବିରାଟ ମ୍ୟାନସନ୍ । ଟ୍ରମ୍ପଙ୍କ ଗୋଲ୍ଡ ପ୍ଲେଟେଡ୍ ମୋଟର ସାଇକେଲ , 3ଟି ସିକୋରିସ୍କାଏ ହେଲିକପ୍ଟର ଓ ଏକ ବୋଇଂ 757 ରହିଛି । ଏହା ବାଦ ତାଙ୍କ ପାଖରେ ରହିଛି ପ୍ରାୟ 23 ମିଲିଅନ୍ ଡଲାରର ଜେଟ୍ ବିମାନ । ସେ ବର୍ତ୍ତମାନ ଆମେରିକାର 113 ତମ ଓ ବିଶ୍ବର 324ତମ ଧନୀ ବ୍ୟକ୍ତି [୧] ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ବସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ବପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ବତୀ ନଦୀ ଦ୍ବୟ ମଧ୍ୟରେ ହୋଇଥିଲା।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦେବଦାସ ଛୋଟରାୟ ଜଣେ ଭାରତୀୟ ଓଡ଼ିଆ ଲେଖକ, ପ୍ରଶାସନିକ ଅଧିକାରୀ ଓ ଶିକ୍ଷାବିଦ । ସେ ଓଡ଼ିଶାର କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଥିଲେ । ସେ ନିଜର କବିତା, କ୍ଷୁଦ୍ରଗଳ୍ପ ଓ ଗୀତିକବିତା, ମଞ୍ଚନାଟକ ଆଦି ରଚନା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଆଦିରେ ସମ୍ମାନୀତ । ଆଧୁନିକ ଓଡ଼ିଆ ମଞ୍ଚ ନିର୍ମାଣରେ ସେ ମୁଖ୍ୟ ଭୂମିକା ନିଭାଇଥିଲେ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସିରୋସିସ୍ /sɪˈroʊsɪs/ ଏକ ପ୍ରକାର ରୋଗ ଯେଉଁଥିରେ ଦୀର୍ଘକାଳୀନ କ୍ଷତି ଯୋଗୁ ଯକୃତ ଭଲ ରୂପେ କାର୍ଯ୍ୟ କରିପାରେ ନାହିଁ । ସ୍ୱାଭାବିକ ଭାବରେ ରୋଗ ବର୍ଷ ବର୍ଷ ଧରି ଧୀରେ ବଢ଼ିଚାଲେ । ରୋଗ ଆରମ୍ଭରେ କୋଣସି ଲକ୍ଷଣ ପ୍ରକାଶ ପାଏନାହିଁ । ରୋଗ ଖରାପ ଦିଗକୁ ଗତି କଲେ ଦୁର୍ବଳ ଲାଗେ, ଗଲୁ କରେ, ଗୋଡ଼ ନିମ୍ନଭାଗ ଫୁଲିଯାଏ, ଚମ ହଳଦିଆ ହୁଏ, ସହଜରେ କ୍ଷତ ହୁଏ, ପେଟରେ ତରଳ ପଦାର୍ଥ ଜମିଯାଏ ଓ ପେଟ ବୁଢ଼ିଆଣି ବସା ପରି ଶିରାଳ ଦେଖାଯାଏ । ପେଟରେ ଜମିଥିବା ତରଳ ପଦାର୍ଥ ସ୍ୱତଃ ସଂକ୍ରମିତ ହୋଇଯାଇପାରେ । ଅନ୍ୟ ଜଟିଳତା ମଧ୍ୟରେ ହେପାଟିକ ଏନକେଫାଲୋପାଥି, ଏସୋଫେଗସରେ ଥିବା ସ୍ଫିତ ରକ୍ତନଳୀରୁ ରକ୍ତସ୍ରାବ ଓ କର୍କଟ ରୋଗ ହୋଇପାରେ । ହେପାଟିକ ଏନକେଫାଲୋପାଥି ହେଲେ ମାନସିକ ଦ୍ୱନ୍ଦ ହୁଏ ଓ ମୂର୍ଚ୍ଛା ହେବା ସମ୍ଭାବନା ରହେ ।
ରସରାଜ ନାରାୟଣ ପ୍ରସାଦ ସିଂହ (ଜନ୍ମ ୨୮ ମଇ ୧୯୩୩) ଜଣେ ଓଡ଼ିଆ କବି ଓ କଥାଚିତ୍ର ଗୀତିକାର । ଅସୁରେଶ୍ଵର ବିଦ୍ୟାଳୟରେ ପଢିବା ବେଳେ ସାହିତ୍ୟ ଶିକ୍ଷକ ଗୋଲକ ଚନ୍ଦ୍ର ପ୍ରଧାନଙ୍କ ଠାରୁ ପ୍ରେରଣା ପାଇ ସେ ଅଷ୍ଟମ ପଢିବା ବେଳେ କବିତା ଲେଖା ଆରମ୍ଭ କରିଥିଲେ । ୧୯୫୦ମସିହାରେ ତାଙ୍କୁ ଆକାଶବାଣୀ କଟକରେ କବିତା ପଢିବାର ସୁଯୋଗ ମିଳିଲା । ୨-୩ ବର୍ଷ ପରେ ତାଙ୍କର ପରିଚିତି ହେଲା କାଳୀଚରଣ ପଟ୍ଟନାୟକଙ୍କ ସହ । କବିତାକୁ ଗୀତ କରିବାର ଧାରା ସେ କାଳୀଚରଣ ପଟ୍ଟନାୟକଙ୍କ ଠାରୁ ଶିଖିଥିଲେ । ୧୯୬୦ରେ ତାଙ୍କୁ ଆକାଶବାଣୀରେ ସ୍ଵୀକୃତିପ୍ରାପ୍ତ ଗୀତିକାରର ମାନ୍ୟତା ମିଳିଲା । ୧୯୬୨ରେ ତାଙ୍କୁ ଚଳଚ୍ଚିତ୍ରରେ ଗାଇବାର ସୁଯୋଗ ମିଳିଲା । ଚଳଚ୍ଚିତ୍ର ଥିଲା "ନୂଆ ବୋଉ" ଓ ପ୍ରଥମ ଗୀତ ଥିଲା "ରଥ ଯା ଚାଲି ଯା" ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଏ ତ୍ରେତୟା ଯୁଗର ସୂର୍ଯ୍ୟବଂଶୀଯ ଅଷ୍ଟାବିଂଶ ରାଜା । ଏହାଙ୍କର ପିତା ତ୍ରିଶଙ୍କୁ ପୁତ୍ର ରୋହିତାଶ୍ଵ ଓ ରାଣୀ ଶୈବ୍ୟା ।ଏ ଅତି ଧର୍ମନିଷ୍ଠ, ଗୁଣବାନ୍ ଓ ଦାତା ଥିଲେ ଦିନେ ସ୍ଵର୍ଗରେ ବିଶ୍ଵାମିତ୍ର ବଶିଷ୍ଟଙ୍କଠାରୁ ହରିଶ୍ଚନ୍ଦ୍ରଙ୍କ ଧର୍ମନିଷ୍ଠା ଓ ଦାନତ୍ଵର ପ୍ରଶଂସା ଶୁଣି ଏହା ପରୀକ୍ଷା କରିବା ପାଇଁ ହରିଶ୍ଚନ୍ଦ୍ରଙ୍କ ନିକଟରେ ଉପସ୍ଥିତ ହେଲେ; ଏବଂ ଏହାଙ୍କୁ ରାଜ୍ୟ ସହିତ ସର୍ବସ୍ଵ ମାଗିବାରୁ ଏ ଅକୁଣ୍ଠିତ ଚିତ୍ତରେ ବିଶ୍ଵାମିତ୍ରକୁ ସମସ୍ତ ଦାନ କରି ଏକବସ୍ତ୍ର ହୋଇ ସ୍ତ୍ରୀ ଓ ପୁତ୍ର ସହିତ ରାଜ୍ୟତ୍ୟାଗ କଲେ । ତଥାପି ବିଶ୍ଵାମିତ୍ର ଏତିକିରେ ସନ୍ତୁଷ୍ଟ ନ ହୋଇ ଏହାଙ୍କଠାରୁ 'ଦାନର ଦକ୍ଷିଣା' ପାଇବା ପାଇଁ ଅଳି କଲେ । ବିଶ୍ଵାମିତ୍ରଙ୍କୁ ଦକ୍ଷିଣା ଦେବାପାଇଁ ଧନ ସଂଗ୍ରହ କରିବାର ଅନ୍ୟଉପାୟ ନଥିବାରୁ ହରିଶ୍ଚନ୍ଦ୍ର ନିଜର ସ୍ତ୍ରୀ ଶୈବ୍ୟାଙ୍କୁ ଦାସୀରୂପେ ଓ ଏକମାତ୍ର ପୁତ୍ର ରୋହିତାଶ୍ଵକୁ ଦାସରୂପେ ଜଣେ ବ୍ରାହ୍ମଣଙ୍କୁ ବିକ୍ରି କଲେ ଓ ନିଜେ ଗୋଟିଏ ଚଣ୍ଡାଳ ନିକଟରେ ଦାସତ୍ଵ ଗ୍ରହଣ କରି, ଏବଂ ଭୂତ ଦାସତ୍ଵଲବ୍ଧ ଧନ ଆଣି ବିଶ୍ଵାମିତ୍ରଙ୍କୁ ଦକ୍ଷିଣା ଦେଲେ । ଶ୍ମଶାନରେ ଶବସଂସ୍କାର କରିବାପାଇଁ ଆସିବା ବ୍ୟକ୍ତିମାନଙ୍କଠାରୁ ଶୁଳ୍କ (ଟିକସ) ଅସୁଲ କରିବାର ଭାର ଏହାଙ୍କ ଖମିଦ ଚଣ୍ଡାଳ ହରିଶ୍ଚନ୍ଦ୍ରଙ୍କଠାରେ ଅର୍ପଣ କରିଥିଲା; ତେଣୁ ଏ ଅଗତ୍ୟା ଶ୍ମଶାନରେ ରହି ସେ କାର୍ଯ୍ୟ କରୁଥାଆନ୍ତି ଏଣେ ଶୈବ୍ୟା ରୋହତାଶ୍ଵ ସହିତ ବ୍ରାହ୍ମଣ ଘରେ ଦାସୀ ବୃତ୍ତି କରି ଅତି ଦୁଃଖରେ କାଳୟାପନ କରୁଥାଆନ୍ତି, ଓ ଏହି ଅବସ୍ଥାରେ ହରିଶ୍ଚନ୍ଦ୍ରଙ୍କ ସଙ୍ଗେ ସ୍ତ୍ରୀଙ୍କର ଓ ପୁତ୍ରଙ୍କର କିଛିମାତ୍ର ସଂଶ୍ରବ ନ ଥାଏ ଏହିରୂପେ କିଛି ଦିନ ଗତ ହେବା ପରେ ରୋହିତାଶ୍ଵ ସର୍ପଦଂଶନରେ ପ୍ରାଣତ୍ୟାଗ କଲା । ଶୈବ୍ୟା ପୁତ୍ରର ଶବକୁ ସଂସ୍କାର କରିବାପାଇଁ ନିଶାରାତିରେ ଶ୍ମଶାନକୁ ନେଲେ ପ୍ରଥମେ ସ୍ଵାମୀ ଓ ସ୍ତ୍ରୀ କେହି କାହାରିକୁ ଚିହ୍ନି ପାରିଲେ ନାହିଁ ଶ୍ମଶାନରେ ଶୁଳ୍କ ଦେବାପାଇଁ ଶୈବ୍ୟାଙ୍କର ଅର୍ଥସଙ୍ଗତି ନ ଥିଲା ତଥାପି ଚଣ୍ଡାଳର ନିର୍ଦ୍ଧାରିତ ଶୁଳ୍କ ଦେବାପାଇଁ ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଜିଗର କରିବାରୁ ଶୈବ୍ୟା ଶୋକାଭିଭୁତା ହୋଇ ନିଜର ପୂର୍ବ ବୃତ୍ତାନ୍ତ ବର୍ଣ୍ଣନା କରି ରୋଦନ କଲେ; ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଓ ଶୈବ୍ୟା ହରିଶ୍ଚନ୍ଦ୍ରଙ୍କୁ ଚିହ୍ନିଲେ ଏକମାତ୍ର ପୁତ୍ର ମୃତ ହେବାରୁ ମାତାପିତା ଦୁହେଁ ମଧ୍ୟ ପୁତ୍ରର ଶବ ସଙ୍ଗେ ଚିତାଗ୍ନିରେ ଝାସ ଦେଇ ଇହଲୋକର ପାପତାପ ଦୁଃଖଶୋକରୁ ମୃକ୍ତ ହେବା ପାଇଁ ଚିତାଗ୍ନି ଜଳାଇଲେ । ଏହି ଅବସ୍ଥାରେ ଏହାଙ୍କର ଧର୍ମନିଷ୍ଠତାରେ ପ୍ରୀତ ହୋଇ ବିଶ୍ଵାମିତ୍ର ସେହି ଶ୍ମଶାନରେ ଉପସ୍ଥିତ ହେଲେ ଓ ବର ଦାନପୂର୍ବକ ରୋହିତାଶ୍ଵକୁ ଜୀଆଇଁ ଦେଲେ ଓ ହରିଶ୍ଚନ୍ଦ୍ରଙ୍କୁ ରାଜ୍ୟ ଫେରାଇ ଦେଲେ ।
ସନ୍ତୋଷ ଟ୍ରଫି ଫୁଟବଲ ୧୯୪୧ ମସିହାରେ ଭାରତୀୟ ଫୁଟବଲ ଆସୋସିଏଶନ ସଭାପତି ଥିବା ସନ୍ତୋଷର ମହାରାଜା ସାର ମନ୍ମଥ ନାଥ ରାୟ ଚୈଧୁରୀଙ୍କ ନାମରେ ଏହି ଟ୍ରଫିର ନାମକରଣ ହେଇଛି।ସନ୍ତୋଷ ବର୍ତ୍ତମାନ ବାଂଲାଦେଶରେ ଅବସ୍ତିତ । କିନ୍ତୁ ସ୍ଵାଧୀନତା ପୂର୍ବରୁ ଅଖଣ୍ଡ ଭାରତୀୟ ରାଜ୍ୟଭାବେ ରହିଥିବା ସନ୍ତୋଷ ନାମରେ ହିଁ ଏହି ଟ୍ରଫିର ନାମକରଣ ହେଇଛି । ୧୯୪୧ ମସିହାରୁ ପ୍ରତିବର୍ଷ ଜାତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଭାବେ ଅନୁଷ୍ଠିତ ହେଇଆସୁଛି ଏହି ପ୍ରତିଯୋଗିତା । ଏଥିରେ ପ୍ରତ୍ୟେକ ରାଜ୍ୟ, କେନ୍ଦ୍ରଶାସିତ ଅଂଚଳ ଓ ବିଭିନ୍ନ ସରକାରୀ ସଂଗଠନ ଗୁଡିକ ଅଂଶଗ୍ରହଣ କରିଆସୁଛନ୍ତି । ରନର୍ସ ଅଫ ଟ୍ରଫି କମଳା ଗୁପ୍ତା ଙ୍କ ନାମରେ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଦଳକୁ ମହୀଶୁର ଫୁଟବଲ ଆସୋସିଏଶନ ପକ୍ଷରୁ ସମ୍ପାଙ୍ଗୀ କପ ୧୯୫୨ ମସିହାରୁ ଦିଆହୋଇଆସୁଛି । ସମ୍ପାଙ୍ଗୀ ମହୀଶୁର(ବର୍ତ୍ତମାନ କର୍ଣ୍ଣାଟକ)ର ଜଣେ ପ୍ରସିଦ୍ଧ ଫୁଟବଲ ଖେଳାଳି ଥିଲେ ଏବଂ ତାଙ୍କ ନାମରେ ଏହି ଟ୍ରଫି ଦେବାର ବ୍ୟବସ୍ଥା କରାଯାଇଛି।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ମେଡ୍ରକ୍ସିପ୍ରୋଜେସ୍ଟେରନ ଆସେଟେଟ (ଇଂରାଜୀ ଭାଷାରେ Medroxyprogesterone acetate ବା MPA), ବିକ୍ରୟ ନାମ ଡେପୋ-ପ୍ରୋଭେରା/Depo-Provera) ଏକ କୃତ୍ରିମ ପ୍ରଜେସ୍ଟିନ (progestin) ଟାଇପର ହରମୋନ (hormone) ଯାହା କାରଖାନାରେ ପ୍ରସ୍ତୁତ କରାଯାଏ । ଏହା ଜନ୍ମ ନିରୋଧ (birth control) ନିମନ୍ତେ ଓ ଋତୁବନ୍ଦ ଲକ୍ଷଣ (menopausal symptoms) ଉପସମ ନିମନ୍ତେ ହରମୋନ ବଦଳ ଥେରାପି (hormone replacement therapy) ଭାବରେ ବ୍ୟବହାର କରାଯାଏ ।ଏଣ୍ଡୋମେଟ୍ରିଓସିସ, ଅସାଧାରଣ ଜରାୟୁ ରକ୍ତସ୍ରାବ (abnormal uterine bleeding), ପାରାଫିଲିଆ (abnormal sexuality in males) ଓ କେତେକ କର୍କଟ ରୋଗର ଚିକିତ୍ସାରେ ଦିଆଯାଏ । ଏହା ପାଟିରେ ବା ମାଂସପେଶୀ ଇଞ୍ଜେକସନ (into a muscle) ବା ଚର୍ମତଳ ଇଞ୍ଜେକସନ (under the skin) ଆକାରରେ ଦିଆଯାଏ ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣ ଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (Oryza sativa)। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବିଳମ୍ବ କିସମର ଅଟେ।
କାର୍ତ୍ତିକ କୁମାର ଘୋଷ (୨୩ ଅକ୍ଟୋବର ୧୯୦୩ – ୧୯ ମଇ, ୧୯୯୭) ଏକଧାରରେ ଅଭିନେତା, ନାଟ୍ୟକାର, ଗୀତିକାର, ଗାୟକ ଓ ନର୍ତ୍ତକ ଥିଲେ | ସେ ୧୯୦୩ ମସିହା ଅକ୍ଟୋବର ୨୩ତାରିଖ ଦିନ କଟକର ବାଖରାବାଦରେ ଜନ୍ମଗ୍ରହଣ କରିଥିଲେ ।କାହାଣୀକାର ଓ ଗୀତିକାର ଅଶ୍ଵିନୀ କୁମାର ଘୋଷ କାର୍ତ୍ତିକ କୁମାରଙ୍କ ସାନ ଭାଇ । ଶ୍ରୀ ଲୋକନାଥ କଥାଚିତ୍ରର 'ଆଜି ଆକାଶେ କି ରଙ୍ଗ ଲାଗିଲା' ଗୀତଟି ସେ ରଚନା କରିଥିଲେ । ତାଙ୍କ ରଚିତ 'ଓଡ଼ିଆ ଚଳଚ୍ଚିତ୍ରର ଇତିହାସ' ୧୯୮୪ ମସିହାରେ ପ୍ରକାଶିତ ହେଇଥିଲା । ୧୯୯୭, ମଇ ୧୯ ତାରିଖ ଦିନ ତାଙ୍କର ମୃତ୍ୟୁ ହେଇଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭୁବନେଶ୍ଵର ମିଶ୍ର (୧୫ ଜୁଲାଇ ୧୯୨୭ - ୭ ମଇ ୧୯୯୩) ଜଣେ ସଙ୍ଗୀତ ନିର୍ଦ୍ଦେଶକ ଏବଂ ବେହେଲା ବାଦକ ଥିଲେ । ହିନ୍ଦୁସ୍ତାନୀ, କର୍ଣ୍ଣାଟକୀ ଓ ଓଡ଼ିଶୀ ସଙ୍ଗୀତରେ ସେ ଦକ୍ଷ ଥିଲେ । ସେ ୧୫ ଜୁଲାଇ ୧୯୨୭ରେ ଜନ୍ମଗ୍ରହଣ କରିଥିଲେ । ଅଳ୍ପ କଥା କହୁଥିବାରୁ, ତାଙ୍କ ବାପା ନାମ ରଖିଥିଲେ "ମୁନି" । ଗୁରୁ କେଳୁଚରଣ ମହାପାତ୍ରଙ୍କ ସହିତ ମିଶି ପଣ୍ଡିତ ଭୁବନେଶ୍ଵର ମିଶ୍ର ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତ ପାଇଁ ବିଶ୍ଵବ୍ୟାପି ଆଦୃତି ଆଣି ପାରିଛନ୍ତି । ଜୟଦେବଙ୍କ ଗୀତ ଗୋବିନ୍ଦରେ ସୂର ଦେଇ, ସେ ତାକୁ ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଦେଶ ବିଦେଶରେ ପହଞ୍ଚାଇ ପାରିଛନ୍ତି । ପଣ୍ଡିତ ହରିପ୍ରସାଦ ଚୌରାଶିଆଙ୍କ ସହ ମିଶି ଭୁବନ-ହରି ନାମରେ ସେ ବହୁ ଓଡ଼ିଆ ଏବଂ ହିନ୍ଦୀ ଚଳଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ମଧ୍ୟ କରିଛନ୍ତି ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟ ଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟା କୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟି ର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସ କୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।