ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଚନ୍ଦକା ହାତୀ ଅଭୟାରଣ୍ୟ ଏକ ବନ୍ୟପ୍ରାଣୀ ସଂରକ୍ଷଣ ପ୍ରକଳ୍ପ ଯାହା ଭାରତୀୟ ରାଜ୍ୟ ଓଡ଼ିଶା ର ରାଜଧାନୀ ଭୁବନେଶ୍ଵର ର ଉତ୍ତର ପଶ୍ଚିମ କୋଣ ରେ ଅବସ୍ଥିତ । ପୂର୍ବଘାଟ ପର୍ବତମାଳା ଖୋର୍ଦ୍ଧା ପାର୍ବତ୍ୟ ଅଞ୍ଚଳ ର ଜୈବିକ କ୍ଷେତ୍ର କୁ ଲାଗିକରି ଚନ୍ଦକା ଅଭୟାରଣ୍ୟ ୧୭୫.୭୯ ବର୍ଗ କିଲୋମିଟର (୬୭.୮୭ ବର୍ଗ ମିଟର) ବ୍ୟାପୀ ଖୋର୍ଦ୍ଧା ଓ କଟକ ଜିଲ୍ଲାର ଜଙ୍ଗଲ ଜମି ଓ ଛୋଟବଡ ପାହାଡ଼ କୁ ନେଇ ଗଠିତ । ଏହା ଡିସେମ୍ବର ୧୯୮୨ ରେ ହାତୀ ଅଭୟାରଣ୍ୟ ଭାବେ ମାନ୍ୟତା ପାଇଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ରୀମା ଲାଗୁ (୨୧ ଜୁନ ୧୯୫୮- ୧୮ ମଇ ୨୦୧୭) ଜଣେ ଭାରତୀୟ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ ଥିଲେ । ସେ ମୁଖ୍ୟତଃ ହିନ୍ଦୀ ଏବଂ ମରାଠୀ କଥାଚିତ୍ରମାନଙ୍କରେ ମାଆ ଭୂମିକାରେ ଅନେକ ଅଭିନୟ କରିଥିଲେ । ଦୀର୍ଘ ଚାରି ଦିଶନ୍ଧି ଧରି ସେ ପ୍ରାୟତଃ ମରାଠୀ ମଞ୍ଚ ଅଭିନୟରେ ସକ୍ରୀୟ ଥିଲେ । ମରାଠୀ ଧାରାବାହିକ ତୁଜା ମଜା ଜାମେନରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ମୈନେ ପ୍ୟାର କିୟ, ଆଶିକ୍, ସାଜନ୍, ହମ୍ ଆପ୍କେ ହୈ କୌନ୍, ବାସ୍ତବ, କୁଛ୍ କୁଛ୍ ହୋତା ହୈ, ହମ୍ ଆପ୍କେ ହୈ କୌନ୍ ଭଳି ଅନେକ ସଫଳ ହିନ୍ଦୀ କଥାଚିତ୍ରରେ ସେ ମାଆ ଭୂମିକାରେ ଅଭିନୟ କରିଥିଲେ । ଦୂରଦର୍ଶନରେ ମଧ୍ୟ ସେ ଅନେକ ଅଭିନୟ କରିଛନ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ବୃହଦେଶ୍ଵର ମନ୍ଦିର,ତାମିଲନାଡୁର ଥାଞ୍ଜାବରଠାରେ ଥିବା ଏକ ପବିତ୍ର ଧର୍ମକ୍ଷେତ୍ର । ଭାରତ ସରକାରଙ୍କ ପକ୍ଷରୁ ଏହି ଅଞ୍ଚଳକୁ ସ୍ଵତନ୍ତ୍ର ଆଞ୍ଚଳିକ ସାସ୍କୃତିକ କେନ୍ଦ୍ର ଭାବରେ ଘୋଷଣା କରାଯାଇଛି । ଜାତିସଂଘର ୟୁନେସ୍କୋ ଦ୍ଵାରା ଏହା ବିଶ୍ଵ ହେରିଟେଜ ମନୁମେଣ୍ଟରେ ସ୍ଥାନ ପାଇଛି । ଦକ୍ଷିଣ ଭାରତରେ ଏହି ମନ୍ଦିରକୁ ଅତି ପବିତ୍ର ଓ ପ୍ରାଚୀନ ବୋଲି ବିବେଚନା କରାଯାଏ । ସ୍ଥାପତ୍ଯ ଓ ଗଠନ ଶୈଳୀ ଦୃଷ୍ଟିରୁ ମଧ୍ଯ ଏହି ମନ୍ଦିର ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଏହି ମନ୍ଦିର ନିର୍ମାଣ କାଳ ଏକାଦଶ ଶତାବ୍ଦୀ ଏବଂ ଏହାର ପ୍ରତିଷ୍ଠାତା ହେଉଛନ୍ତି ଚୋଳ ବଂଶର ସମ୍ରାଟ ପ୍ରଥମ ରାଜା ଚୋଳ । ଏହି ମନ୍ଦିର ଭଗବାନ ଶିବଙ୍କୁ ସମର୍ପିତ । ଏହି ମନ୍ଦିରର ଗାତ୍ରରେ ଚୋଳ ରାଜବଂଶର କିର୍ତ୍ତୀଗାରିମା ବିମଣ୍ଡିତ ହେଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ବରୁଣ ଏକ ଦ୍ରୁମ ଜାତୀୟ ଉଦ୍ଭିଦ । ମଧ୍ୟମାକୃତିର ଏଇ ବନ୍ୟ ତରୁଟି ତ୍ରିପର୍ଣ୍ଣ, ଅଳ୍ପକେ ଶିମୁଳୀ ପତ୍ର ପରି। ଫଳ ଗୁଡ଼ିକ କାଗିଜି ଲେମ୍ବୁ ପରି ଗୋଲ ହେଲେ ଟାଣୁଆ । ପାଚିଲେ ମହାକାଳ ଫଳ ପରି ଦିଶେ । ଜଳାଧାରରେ ଏ ଗଛ ଜନ୍ମିଥାଏ । ମାଟି ତଳେ ତଳେ ଜଳଧାରା ଯେଉଁ ବାଟେ ଯାଇଥାଏ, ସେଇ ଧାରେ ଧାରେ ଏ ଗଛ ଜନ୍ମିଥାଏ । ଆଗରୁ ଲୋକେ କୂଅ ଖୋଳିବା ଆଗରୁ ବରୁଣ ଚେରକୁ ଦେଖି ଜଳଧାରାର ସନ୍ଧାନ ପାଉଥିଲେ । କେହି କେହି କହନ୍ତି, ସୌଭାଗ୍ୟଯୁକ୍ତ ସ୍ଥାନରେ ଏ ଗଛ ଜନ୍ମିଥାଏ ।
ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ । ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଏବଂ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫାଗୃପ ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଅଛି ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ବସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ବପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ବତୀ ନଦୀ ଦ୍ବୟ ମଧ୍ୟରେ ହୋଇଥିଲା।