ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଅଦା ଶର୍ମା (ଜନ୍ମ: ୧୧ ମଇ ୧୯୯୧) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ହିନ୍ଦୀ, ତେଲୁଗୁ ଏବଂ ତାମିଲ ଭାଷା ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ଅଦା ତାଙ୍କ ବିଦ୍ୟାଳୟ ଶିକ୍ଷା ଶେଷ କରିବା ପରେ ୨୦୦୮ରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ହିନ୍ଦୀ କଥାଚିତ୍ର ୧୯୨୦ ଜରିଆରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ଅଦାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ଭାବରେ ମନୋନୀତ କରାଯାଇଥିଲା । ପରେ ସେ ୨୦୧୪ରେ ତେଲୁଗୁ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ପରେ ସେ କନ୍ନଡ଼ ଏବଂ ତାମିଲ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଅଦାଙ୍କ ଅଭିନୀତ ସଫଳତମ ହିନ୍ଦୀ ଚଳଚ୍ଚିତ୍ରଗୁଡ଼ିକ ହେଲା ୨୦୧୪ର ହସି ତୋ ଫସି, ୨୦୧୭ର କମାଣ୍ଡୋ ୨ । ଅଦାଙ୍କ ତେଲୁଗୁ କଥାଚିତ୍ର ଜଗତରେ ମଧ୍ୟ ଜଣେ ସଫଳ ଅଭିନେତ୍ରୀ ଭାବରେ ସ୍ଥାନ ପାଇଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଆଳି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଆଳି (କ୍ରମିକ ସଂଖ୍ୟା: ୯୮) କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଆଳି ବ୍ଳକ ଓ ରାଜକନିକା ବ୍ଳକ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫ୍ଲୋରୋୟୁରାସିଲ (ଇଂରାଜୀ ଭାଷାରେ Fluorouracil ବା 5-FU), ବିକ୍ରୟ ନାମ ଆଡ୍ରୁସିଲ/Adrucil) ଏକ ଔଷଧ ଯାହା କର୍କଟ ରୋଗର ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । କୋଲୋନ କର୍କଟ, ଗ୍ରାସନଳୀ କର୍କଟ, ପାକସ୍ଥଳୀ କର୍କଟ, ଅଗ୍ନାଶୟ କର୍କଟ, ସ୍ତନ କର୍କଟ ଓ ଗର୍ଭାଶୟ ଗ୍ରୀବା କର୍କଟଇତ୍ୟାଦି ରୋଗମାନଙ୍କରେ ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein ) ଆକାରରେ ଦିଆଯାଏ । ଏକ କ୍ରିମ ଆକାରରେ ଏହା ଆକ୍ଟିନିକ କେରାଟୋସିସ (actinic keratosis) ଓ ବାସାଲ ସେଲ କର୍କଟ (basal cell carcinoma) ରୋଗମାନଙ୍କରେ ଦିଆଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉପବାସ ଶବ୍ଦକୁ ଲୋକେ ଉପାସ ବୋଲି କହିଥାନ୍ତି । ଆଂଶିକ ଖାଦ୍ୟ ଗ୍ରହଣ କରିବା କିମ୍ବା ଖାଦ୍ୟ ଗ୍ରହଣ କରିବା ଅନିଚ୍ଛାକୁ ଉପବାସ କୁହାଯାଏ । ଏହା ସାଧାରଣତଃ ୨୪ ଘଣ୍ଟା ପାଇଁ କିମ୍ବା ସାମୟିକ ଭାବେ ଅତିକମରେ ୧୨ ଘଣ୍ଟାରୁ ଆରମ୍ଭ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ ପାଳନ କରାଯିବାର ଦେଖାଯାଏ । ଜଳ ଉପବାସରେ କେବଳ ଜଳ ଗ୍ରହଣ କରାଯାଏ । ପ୍ରାୟ ସମସ୍ତ ଧର୍ମର ଲୋକେ ବିଭିନ୍ନ ନାମରେ ଏହାକୁ ପାଳନ୍ତି । ଖାଦ୍ୟଭାବରୁ ମଧ୍ୟ ଅନେକ ଲୋକ ଉପାସେ ରୁହନ୍ତି ।ଧର୍ମପ୍ରାଣ ବ୍ୟକ୍ତିମାନେ ଏହାକୁ ଅତି ନିଷ୍ଠାର ସହ ପାଳନ କରନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ଟ୍ରାନ୍ସଫର୍ମର ହେଉଛି ଏକ ଯନ୍ତ୍ର , ଯାହାକି ଚୁମ୍ବକୀୟ କ୍ଷେତ୍ରର ସାହାୟତାରେ ଗୋଟିଏ ଭୋଲଟେଜ୍ ଲେବଲ୍ (Voltage level) ରେ ଥିବା ବୈଦୁତିକ ଶକ୍ତି (AC)କୁ ଅନ୍ୟ ଏକ ଭୋଲଟେଜ୍ ଲେବଲ୍ ରେ ଥିବା ବୈଦୁତିକ ଶକ୍ତି (AC)କୁ ପରିବର୍ତ୍ତନ କରିଥାଏ । ଏହାର ଦୁଇ କିମ୍ବା ତତୋଽଧିକ କଏଲ୍(Coil) ଥାଏ ଯାହାକି ଏକ ସାଧାରଣ ଫେରୋ-ମ୍ୟାଗ୍ନେଟିକ୍ କୋର୍ (Ferromagnetic Core) ଚାରିପଟେ ଗୁଡା ହୋଇ ରହିଥାଏ । ଏହି କଏଲ୍ ଗୁଡିକ (ସାଧାରଣତଃ) ସିଧାସଳଖ ଯୋଡା ଯାଇ ନଥାଏ । କଏଲ ଗୁଡିକ ଭିତରେ ଏକ ମାତ୍ର ଯୋଡେଇ ହେଲା କୋର୍ ଭିତରେ ଥିବା ସାଧାରଣ ଚୁମ୍ବକୀୟ ଫ୍ଲକ୍ସ୍ (common magnetic flux) । ଟ୍ରାନ୍ସଫର୍ମର ର ଗୋଟିଏ ୱାଇଣ୍ଡିଂ ବୈଦୁତିକ ଶକ୍ତି ଉତ୍ସ (ac power source) ସହ ଯୋଡା ଯାଇଥାଏ ଏବଂ ଦ୍ଵିତୀୟଟି (ବେଳେବେଳେ ତୃତୀୟଟି) ଲୋଡ୍(Load)କୁ ବୈଦୁତିକ ଶକ୍ତି ଯୋଗାଇଦିଏ । ଟ୍ରାନ୍ସଫର୍ମର ର ଯେଉଁ ୱାଇଣ୍ଡିଂ ଟି ଶକ୍ତି ଉତ୍ସ ସହ ଯୋଡା ଯାଇଥାଏ ତାକୁ ପ୍ରାଥମିକ ୱାଇଣ୍ଡିଂ ଓ ଯେଉଁ ୱାଇଣ୍ଡିଂ ଟି ଲୋଡ ସହ ଯୋଡା ଯାଇଥାଏ ତାକୁ ଦ୍ଵିତୀୟକ ୱାଇଣ୍ଡିଂ କୁହାଯାଏ । ଯଦି ଟ୍ରାନ୍ସଫର୍ମରରେ ତୃତୀୟ ୱାଇଣ୍ଡିଂ ଥାଏ ତେବେ ତାକୁ ତୃତୀୟକ ୱାଇଣ୍ଡିଂ (Tertiary Winding) କୁହାଯାଏ ।
ବୃକକ ବା କିଡନୀ ମାନବ ଶରୀରରେ ଥିବା ନିଷ୍କାସନ ବିଭାଗର ଦୁଇଟି ଅଙ୍ଗ, ଦେଖିବାକୁ ଶିମ୍ବ ମଞ୍ଜି ଭଳି ଓ ଆକାର ମୁଠା ହୋଇଥିବା ହାତ ଭଳି । ଅଣ୍ଟା ପାଖରେ ପେଟ ଭିତରେ ମେରୁ ଅସ୍ଥି ଦୁଇ ପଟରେ ପେରିଟୋନିଅମ ପଛ ପାଖରେ ଦୁଇଟି କିଡନୀ ଥାଏ । ବାମ କିଡନି ଅପେକ୍ଷା ଡାହାଣ କିଡନୀ ସାମାନ୍ୟ ତଳକୁ ଥାଏ ଓ ବାମ କିଡନି ମେରୁ ଅସ୍ଥିର ଅଧିକ ପାଖକୁ ଥାଏ । ପ୍ରତ୍ୟେକ କିଡନୀକୁ ଗୋଟିଏ ‘କିଡନୀ ଧମନୀ’ ପ୍ରବେଶ କରେ ଓ ଗୋଟିଏ ‘କିଡନୀ ଶିରା’ ବାହାରେ । କିଡନୀରୁ ଗୋଟିଏ ନଳୀ ବାହାରେ ଯାହାକୁ ୟୂରେଟର କହନ୍ତି । ଏହି ୟୂରେଟର ମଧ୍ୟ ଦେଇ କିଡନୀରୁ ପରିସ୍ରା ବାହାରି ମୂତ୍ରାଶୟରେ ଜମା ହୁଏ ।
ଭଦ୍ରକ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଭଦ୍ରକ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣ ଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।