ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବ୍ରତ ଶବ୍ଦ ସଂସ୍କୃତ ‘ବୃ’ ଧାତୁରୁ ନିଷ୍ପନ୍ନ । ଏହାର ଅର୍ଥ ବରଣ କରିବା, ପ୍ରାର୍ଥନା କରିବା । ସ୍ୱର୍ଗ ସୁଖ, ଧନାଦି କାମନାରେ ନିୟମିତ ବା ସଂପଳ୍ପିତ ଧର୍ମାନୁଷ୍ଠାନ ବା ଉପବାସାଦିକୁ ବ୍ରତ ବୋଲି ଅଭିଧାନମାନଙ୍କରେ ଉଲ୍ଲେଖ କରାଯାଇଛି । କାମନା ପୂରଣ ଉଦ୍ଦେଶ୍ୟରେ ଆଚରଣ ଏବଂ ଖାଦ୍ୟପେୟରେ ଶୁଦ୍ଧ ଏବଂ ସଂଯତ ରହି ନିର୍ଦ୍ଦିଷ୍ଟ ତିଥି, ବାର, ଯୋଗ, ସପ୍ତାହ, ମାସ ବା ସମୟରେ କୌଣସି ଦେବୀଙ୍କର ସନ୍ତୋଷ ବିଧାନ ବା ଆନୁକୂଲ୍ୟ ଲାଭ ପାଇଁ ସଂକଳ୍ପବଦ୍ଧ ହୋଇ ନିର୍ଦ୍ଧାରିତ ନିୟମ ଅନୁସାରେ ସମ୍ପାଦିତ ଏକ ପ୍ରକାରର ଧର୍ମକୃତ୍ୟକୁ ବ୍ରତ କୁହାଯାଏ । ବ୍ରତ ପାଳନରେ ନିରାହାର ରହିବା ଅପରିହାର୍ଯ୍ୟ ନୁହେଁ । କେତେକ ବ୍ରତରେ ଲଘୁ ଓ ଯଜ୍ଞ ଉପଯୋଗୀ ଖାଦ୍ୟ ଗ୍ରହଣର ବିଧି ଉଲ୍ଲେଖ ଅଛି । ବ୍ରତ ଗୁଡ଼ିକ ସାଧାରଣତଃ ସ୍ମୃତି ବା ଧର୍ମଶାସ୍ତ୍ର ଅନୁମୋଦିତ ପ୍ରଣାଳୀରେ ପାଳିତ ହୁଏ । ଏଥିରେ ସଂକଳ୍ପ, ଇଷ୍ଟପୂଜା ଓ କଥା ଶ୍ରବଣ ଅନିବାର୍ଯ୍ୟ ଅଙ୍ଗ ଭାବରେ ଥାଏ । ଏହା ପୁରୁଷ ଓ ସ୍ତ୍ରୀ ଉଭୟ ପାଳନ କରିପାରିବେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଏବଲିନ ଲକ୍ଷ୍ମୀ ଶର୍ମା (ଜନ୍ମ: ୧୨ ଜୁଲାଇ ୧୯୮୬) ଜଣେ ଜର୍ମାନ ଜନ୍ମିତା ଭାରତୀୟ ମଡେଲ ଏବଂ ଅଭିନେତ୍ରୀ । ସେ ୨୦୦୬ରେ ଇଂରାଜୀ ଚଳଚ୍ଚିତ୍ର ଟର୍ଣ୍ଣ ଲେଫ୍ଟ ଜରିଆରେ ଅଭିନୟ ଆରମ୍ଭ କରିଥିଲେ । ୨୦୧୨ରେ ସେ ଫ୍ରମ ସିଡ୍ନୀ ଉଇଥ୍ ଲଭ୍ କଥାଚିତ୍ର ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ନୌଟଙ୍କି ସାଲା, ୟେ ଜବାନୀ ହୈ ଦିୱାନୀ, ଇସ୍କ, ୟାରିୟାଁ, ମେଁ ତେରା ହିରୋ, କୁଛ୍ କୁଛ୍ ଲୋଚା ହୈ ଭଳି ହିନ୍ଦୀ କଥାଚିତ୍ରରେ ଅଭିନୟ କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳ ରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଏ ତ୍ରେତୟା ଯୁଗର ସୂର୍ଯ୍ୟବଂଶୀଯ ଅଷ୍ଟାବିଂଶ ରାଜା । ଏହାଙ୍କର ପିତା ତ୍ରିଶଙ୍କୁ ପୁତ୍ର ରୋହିତାଶ୍ଵ ଓ ରାଣୀ ଶୈବ୍ୟା ।ଏ ଅତି ଧର୍ମନିଷ୍ଠ, ଗୁଣବାନ୍ ଓ ଦାତା ଥିଲେ ଦିନେ ସ୍ଵର୍ଗରେ ବିଶ୍ଵାମିତ୍ର ବଶିଷ୍ଟଙ୍କଠାରୁ ହରିଶ୍ଚନ୍ଦ୍ରଙ୍କ ଧର୍ମନିଷ୍ଠା ଓ ଦାନତ୍ଵର ପ୍ରଶଂସା ଶୁଣି ଏହା ପରୀକ୍ଷା କରିବା ପାଇଁ ହରିଶ୍ଚନ୍ଦ୍ରଙ୍କ ନିକଟରେ ଉପସ୍ଥିତ ହେଲେ; ଏବଂ ଏହାଙ୍କୁ ରାଜ୍ୟ ସହିତ ସର୍ବସ୍ଵ ମାଗିବାରୁ ଏ ଅକୁଣ୍ଠିତ ଚିତ୍ତରେ ବିଶ୍ଵାମିତ୍ରକୁ ସମସ୍ତ ଦାନ କରି ଏକବସ୍ତ୍ର ହୋଇ ସ୍ତ୍ରୀ ଓ ପୁତ୍ର ସହିତ ରାଜ୍ୟତ୍ୟାଗ କଲେ । ତଥାପି ବିଶ୍ଵାମିତ୍ର ଏତିକିରେ ସନ୍ତୁଷ୍ଟ ନ ହୋଇ ଏହାଙ୍କଠାରୁ 'ଦାନର ଦକ୍ଷିଣା' ପାଇବା ପାଇଁ ଅଳି କଲେ । ବିଶ୍ଵାମିତ୍ରଙ୍କୁ ଦକ୍ଷିଣା ଦେବାପାଇଁ ଧନ ସଂଗ୍ରହ କରିବାର ଅନ୍ୟଉପାୟ ନଥିବାରୁ ହରିଶ୍ଚନ୍ଦ୍ର ନିଜର ସ୍ତ୍ରୀ ଶୈବ୍ୟାଙ୍କୁ ଦାସୀରୂପେ ଓ ଏକମାତ୍ର ପୁତ୍ର ରୋହିତାଶ୍ଵକୁ ଦାସରୂପେ ଜଣେ ବ୍ରାହ୍ମଣଙ୍କୁ ବିକ୍ରି କଲେ ଓ ନିଜେ ଗୋଟିଏ ଚଣ୍ଡାଳ ନିକଟରେ ଦାସତ୍ଵ ଗ୍ରହଣ କରି, ଏବଂ ଭୂତ ଦାସତ୍ଵଲବ୍ଧ ଧନ ଆଣି ବିଶ୍ଵାମିତ୍ରଙ୍କୁ ଦକ୍ଷିଣା ଦେଲେ । ଶ୍ମଶାନରେ ଶବସଂସ୍କାର କରିବାପାଇଁ ଆସିବା ବ୍ୟକ୍ତିମାନଙ୍କଠାରୁ ଶୁଳ୍କ (ଟିକସ) ଅସୁଲ କରିବାର ଭାର ଏହାଙ୍କ ଖମିଦ ଚଣ୍ଡାଳ ହରିଶ୍ଚନ୍ଦ୍ରଙ୍କଠାରେ ଅର୍ପଣ କରିଥିଲା; ତେଣୁ ଏ ଅଗତ୍ୟା ଶ୍ମଶାନରେ ରହି ସେ କାର୍ଯ୍ୟ କରୁଥାଆନ୍ତି ଏଣେ ଶୈବ୍ୟା ରୋହତାଶ୍ଵ ସହିତ ବ୍ରାହ୍ମଣ ଘରେ ଦାସୀ ବୃତ୍ତି କରି ଅତି ଦୁଃଖରେ କାଳୟାପନ କରୁଥାଆନ୍ତି, ଓ ଏହି ଅବସ୍ଥାରେ ହରିଶ୍ଚନ୍ଦ୍ରଙ୍କ ସଙ୍ଗେ ସ୍ତ୍ରୀଙ୍କର ଓ ପୁତ୍ରଙ୍କର କିଛିମାତ୍ର ସଂଶ୍ରବ ନ ଥାଏ ଏହିରୂପେ କିଛି ଦିନ ଗତ ହେବା ପରେ ରୋହିତାଶ୍ଵ ସର୍ପଦଂଶନରେ ପ୍ରାଣତ୍ୟାଗ କଲା । ଶୈବ୍ୟା ପୁତ୍ରର ଶବକୁ ସଂସ୍କାର କରିବାପାଇଁ ନିଶାରାତିରେ ଶ୍ମଶାନକୁ ନେଲେ ପ୍ରଥମେ ସ୍ଵାମୀ ଓ ସ୍ତ୍ରୀ କେହି କାହାରିକୁ ଚିହ୍ନି ପାରିଲେ ନାହିଁ ଶ୍ମଶାନରେ ଶୁଳ୍କ ଦେବାପାଇଁ ଶୈବ୍ୟାଙ୍କର ଅର୍ଥସଙ୍ଗତି ନ ଥିଲା ତଥାପି ଚଣ୍ଡାଳର ନିର୍ଦ୍ଧାରିତ ଶୁଳ୍କ ଦେବାପାଇଁ ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଜିଗର କରିବାରୁ ଶୈବ୍ୟା ଶୋକାଭିଭୁତା ହୋଇ ନିଜର ପୂର୍ବ ବୃତ୍ତାନ୍ତ ବର୍ଣ୍ଣନା କରି ରୋଦନ କଲେ; ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଓ ଶୈବ୍ୟା ହରିଶ୍ଚନ୍ଦ୍ରଙ୍କୁ ଚିହ୍ନିଲେ ଏକମାତ୍ର ପୁତ୍ର ମୃତ ହେବାରୁ ମାତାପିତା ଦୁହେଁ ମଧ୍ୟ ପୁତ୍ରର ଶବ ସଙ୍ଗେ ଚିତାଗ୍ନିରେ ଝାସ ଦେଇ ଇହଲୋକର ପାପତାପ ଦୁଃଖଶୋକରୁ ମୃକ୍ତ ହେବା ପାଇଁ ଚିତାଗ୍ନି ଜଳାଇଲେ । ଏହି ଅବସ୍ଥାରେ ଏହାଙ୍କର ଧର୍ମନିଷ୍ଠତାରେ ପ୍ରୀତ ହୋଇ ବିଶ୍ଵାମିତ୍ର ସେହି ଶ୍ମଶାନରେ ଉପସ୍ଥିତ ହେଲେ ଓ ବର ଦାନପୂର୍ବକ ରୋହିତାଶ୍ଵକୁ ଜୀଆଇଁ ଦେଲେ ଓ ହରିଶ୍ଚନ୍ଦ୍ରଙ୍କୁ ରାଜ୍ୟ ଫେରାଇ ଦେଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ନିମ୍ନ ରକ୍ତ ଶର୍କରା ବା ହାଇପୋଗ୍ଲାଇସେମିଆ ବା ସ୍ୱଳ୍ପ ରକ୍ତ ଗ୍ଲୁକୋଜ (ଇଂରାଜୀ ଭାଷାରେ Hypoglycemia ବା low blood sugar or low blood glucose) ଏକ ଅବସ୍ଥା ଯେଉଁଥିରେ ରକ୍ତ ଶର୍କରା ବା ରକ୍ତ ଗ୍ଲୁକୋଜ ସ୍ତର ସାଧାରଣ ସ୍ତରଠାରୁ କମ ହୋଇଯାଏ । ଏହା ଯୋଗୁ ପ୍ରକାଶିତ ହେଉଥିବା ଲକ୍ଷଣମାନଙ୍କର ନାମ: କଥା କହିବାରେ ଅସୁବିଧା, ଅସମଞ୍ଜସ ଚାଲିଚଳଣ, ଘାବରେଇଯିବା, ଅଚେତା ହେବା, ବାତ (seizures) ମାରିବା ଓ ମୃତ୍ୟୁ । ଭୋକ ଅନୁଭବ, ଝାଳ ବୋହିବା, ଥରିବା ଓ ଦୂର୍ବଳ ଲାଗିବା ଭଳି ଲକ୍ଷଣ ମଧ୍ୟ ପ୍ରକାଶ ପାଏ । ଏହି ଲକ୍ଷଣମାନ ଶୀଘ୍ର ପ୍ରକାଶ ପାଏ ।
ଔଡି ଏଜି, (ଇଂରାଜୀ: AUDI AG) ଏକ ଜର୍ମାନ୍ ଯାନବାହାନ ନିର୍ମାତା ଯାହା ବିଭିନ୍ନ ପ୍ରକାର ବିଳାସମୟ କାର୍ ଗୁଡିକର ପରିକଳ୍ପନା,ନିର୍ମାଣ ତଥା ବିକ୍ରୟ କରିଥାଏ | ଔଡି ଏହାର ବିଶ୍ୱବ୍ୟାପୀ ସମସ୍ତ ସଞ୍ଚାଳନ ଜର୍ମାନୀ ଦେଶରେ ଥିବା ବାଭାରିଆ ରାଜ୍ୟର ଇଙ୍ଗୁଲଷ୍ଟାଟ୍ ସହରର ନିଜସ୍ୱ ମୁଖ୍ୟାଳୟରୁ କରିଥାଏ |ଔଡି ତାହାର ସମସ୍ତ ଯ଼ାନଗୁଡିକ ବିଶ୍ୱରେ ଥିବା ସମୁଦାୟ ନଅଟି କାରଖାନାରୁ ଉତ୍ପାଦନ କରିଥାଏ |
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହିନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁ ଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
ଶର ତୃଣ ଏକ ପ୍ରକାରର ଘାସ ଜାତୀୟ ଦୀର୍ଘଜୀବୀ ତୃଣ । ଏହାର ବୈଜ୍ଞାନିକ ନାମ Saccharum arundinaceum ଏବଂ ସାଧାରଣ ଇଂରାଜୀରେ ଏହି ଘାସକୁ hardy sugar cane ତଥା pin Reed grass ମଧ୍ଯ କୁହାଯାଏ । ଏହି ଜାତୀୟ ତୃଣ ମୁଖ୍ଯତଃ ପୂର୍ବ,ପଶ୍ଚିମ ତଥା ଦକ୍ଷିଣ ପୂର୍ବ ଏସିଆରେ ଦେଖିବାକୁ ମିଳିଥାଏ ଏବଂ ଏହାର ଉତ୍ପତ୍ତି ଦକ୍ଷିଣ ପୂର୍ବ ଏସିଆରେ ହୋଇଅଛି । ଓଡ଼ିଆରେ ଏହି ଘାସକୁ କାଣ୍ଡଶର ତଥା କେବଳ ଶର ଘାସ ମଧ୍ଯ କୁହାଯାଏ ।
କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ୍)
'କିସ୍' ବା କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସେସ ହେଇଛି ଭୁବନେଶ୍ବରର ପଟିଆଠାରେ ଥିବା ଏକ ଶିକ୍ଷାନୁଷ୍ଠାନ ଯେଉଁଥିରେ ୧୦୦୦୦ରୁ ଅଧିକ ଆଦିବାସୀ ପିଲାମାନଙ୍କୁ ମାଗଣାରେ ଶିକ୍ଷାଦାନ ଓ ରହିବା ଖାଇବା ବ୍ୟବସ୍ଥା ଦିଆଯାଉଛି । ଭୁବନେଶ୍ୱର ଉପକଣ୍ଠ ପଟିଆଠାରେ ୧୯୯୩ରେ ମାତ୍ର ୧୨୫ଜଣ ବସ୍ତିପିଲାଙ୍କୁ ମାଗଣାରେ ଶିକ୍ଷା ଦେବା ପାଇଁ କିସ ଆରମ୍ଭ କରଯାଇଥିଲା । ଏହି ଅନୁଷ୍ଠାନର ପ୍ରତିଷ୍ଠାତା ହେଉଛନ୍ତି ଅଚ୍ୟୁତ ସାମନ୍ତ । ଏଠାରେ ଓଡ଼ିଶାର ୩୦ଟି ଜିଲାର ପ୍ରାୟ ୨୨ହଜାରରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ପ୍ରାଥମିକ ଶ୍ରେଣୀଠାରୁ ସ୍ନାତକୋତ୍ତର ପର୍ଯ୍ୟନ୍ତ ସଂପୂର୍ଣ୍ଣ ନିଃଶୁଳ୍କ ଶିକ୍ଷାଲାଭ କରୁଛନ୍ତି । ଅନୁଷ୍ଠାନର ୮ଶହ ମେଧାବୀ ଛାତ୍ରଛାତ୍ରୀ କିଟ୍ ବିଶ୍ୱବିଦ୍ୟାଳୟରେ ଇଞ୍ଜିନିୟରିଂ, ମେଡିକାଲ, ଆଇନ, ମ୍ୟାନେଜମେଣ୍ଟ ଭଳି ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମରେ ମଧ୍ୟ ନିଃଶୁଳ୍କ ଶିକ୍ଷା ପାଇପାରୁଛନ୍ତି । ଏହା ବ୍ୟତୀତ ଝାଡ଼ଖଣ୍ଡ, ଛତିଶଗଡ଼, ଆସାମ ଓ ପଶ୍ଚିମବଙ୍ଗ ଆଦି ୭ଟି ରାଜ୍ୟର ଜନଜାତି ପିଲାମାନେ ମଧ୍ୟ ଏଠାରେ ଉଚ୍ଚଶିକ୍ଷା ପାଇପାରୁଛନ୍ତି । ଜଣେ ବ୍ୟକ୍ତି ୧୦ ଜଣ ଆଦିବାସୀ ପିଲାଙ୍କ ଦାୟିତ୍ୱ ବହନ କରି ମାଗଣାରେ ଶିକ୍ଷା ପ୍ରଦାନ କରିବା ଦୁରୂହ ବ୍ୟାପାର । ସେଭଳି ସ୍ଥଳେ କିସ୍ରେ ୨୨ହଜାର ପିଲା ଗୋଟିଏ ସ୍ଥାନରେ ରହି ପାଠପଢ଼ି ମଣିଷ ହେବା ନିଶ୍ଚିତ ଭାବେ ଗୌରବର କଥା । ଏହାର ସମୀକ୍ଷା ପାଇଁ ଆମେରିକା ଫୁଲବ୍ରାଇଟ ସ୍କଲାର କ୍ରଷ୍ଟାଇନ ଫିନାନ ୨୦୧୪ରୁ ଗବେଷଣା କରୁଛନ୍ତି ।
ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତାରକ୍ତହୀନତା ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା ଲୋହିତ ରକ୍ତ କଣିକା ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା ହେମୋଗ୍ଲୋବିନ ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ ।> ହେମୋଗ୍ଲୋବିନର ଅମ୍ଳଜାନ ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ । ଇଂରାଜୀରେ ଏହି ରୋଗକୁ ଆନିମିଆ କହନ୍ତି । ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା କ୍ୟାପିଲାରି ବା ଅତି ସୂକ୍ଷ୍ମ ରକ୍ତ ନଳୀ (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ରକ୍ତରେ ଅମ୍ଳଜାନ ପରିମାଣ କମିଯାଏ ଯାହାକୁ ହାଇପୋକ୍ସିଆ କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ । ଆନିମିଆ ଧୀରେ ଧୀରେ ଆସିଲେ ଲକ୍ଷଣ ଅସ୍ପଷ୍ଟ ହୁଏ: ଥକ୍କାଣ, ଦୂର୍ବଳତା, ଛୋଟ ଶ୍ୱାସକ୍ରିୟା ବା ବ୍ୟାୟାମ ଅକ୍ଷମତା ଦେଖାଯାଏ । ଶୀଘ୍ର ହେଉଥିବା ଆନିମିଆ ଲକ୍ଷଣ: ଚିତ୍ତଭ୍ରମ ହୁଏ, ଅଚେତ ହେବା ଭଳି ଲାଗେ ଓ ଅଧିକ ଶୋଷ ହୁଏ । ଶେତା ଦେଖାଯିବା ନିମନ୍ତେ ଅଧିକ ଆନିମିଆ ଆବଶ୍ୟକ । ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଲକ୍ଷଣ ଦେଖାଯାଏ । ରକ୍ତସ୍ରାବ, ଲୋହିତ ରକ୍ତ କଣିକା (ଲୋ.ର.କ.) କମ୍ ତିଆରି ଓ ଅଧିକ ଲୋ.ର.କ. ଭାଙ୍ଗିବା- ଏହି ତିନି କାରଣ ଯୋଗୁ ରୋଗ ହୁଏ । ରକ୍ତକ୍ଷୟର କାରଣ ମଧ୍ୟରେ ଆଘାତ ଖାଦ୍ୟନଳୀ ରକ୍ତସ୍ରାବ ପ୍ରଧାନ । ସ୍ୱଳ୍ପ ତିଆରି କାରଣମାନଙ୍କ ମଧ୍ୟରେ ଦେହରେ ଲୌହ ଅଭାବ, ଭିଟାମିନ ବି୧୨ ଅଭାବ, ଥାଲାସେମିଆ ଓ ଅନେକ ଅସ୍ଥିମଜ୍ଜା ଅର୍ବୁଦ ପ୍ରଧାନ । ଅଧିକ ଭାଙ୍ଗିବା କାରଣ ମଧ୍ୟରେ ମ୍ୟାଲେରିଆ ଓ କେତେକ ଅଟୋଇମ୍ମ୍ୟୁନ ରୋଗ ପ୍ରଧାନ । ଲୋ.ର.କ.ର ଆକାର (size of red blood cells) ଓ ପ୍ରତି କଣିକାରେ ଥିବା ହେମୋଗ୍ଲୋବିନ ପରିମାଣ (amount of hemoglobin in each cell) ଅନୁସାରେ ଏହାକୁ ବର୍ଗୀକରଣ କରାଯାଏ । ଲୋ.ର.କ. ଛୋଟ ହେଲେ ମାଇକ୍ରୋସାଇଟିକ ଆନିମିଆ, ବଡ଼ ହେଲେ ମାକ୍ରୋସାଇଟିକ ଆନିମିଆ ଓ ଅପରିବର୍ତ୍ତିତ ଥିଲେ ନର୍ମୋସାଇଟିକ ଆନିମିଆ କୁହାଯାଏ । ଆନିମିଆ ରୋଗ ନିର୍ଣ୍ଣୟ କରିବା ନିମନ୍ତେ ହେମୋଗ୍ଲୋବିନ ପୁରୁଷଙ୍କଠାରେ ୧୩ରୁ୧୪ଗ୍ରା/ଡେ.ଲି.
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କ ଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର କୁହାଯାଇଥାଏ ।