ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଅସିନ ଥୋଟ୍ଟୁମକଳ (ଜନ୍ମ: ୨୬ ଅକ୍ଟୋବର ୧୯୯୫), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ପ୍ରଶିକ୍ଷିତ ଭାରତ ନାଟ୍ୟମ ନର୍ତ୍ତକୀ । ସେ ୩ଟି ଫିଲ୍ମଫେୟାର ପୁରସ୍କାର ପାଇଛନ୍ତି । ଆସୀନ ତାଙ୍କ ଅଭିନୟ ଜୀବନ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରୁ ଆରମ୍ଭ କରିଥିଲେ ଏବଂ ପରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରିଥିଲେ । ସେ ଆଠଟି ଭାଷା କହିପାରନ୍ତି । ତେଣୁ ସେ ତାଙ୍କ ନିଜ ଚଳଚ୍ଚିତ୍ର ନିଜ କଣ୍ଠରେ ଡବିଂ କରିଥାନ୍ତି । ପଦ୍ମିନୀଙ୍କୁ ଛାଡ଼ିଲା ପରେ ସେ ହେଉଛନ୍ତି ଏକମାତ୍ର ମଲାୟଲମ୍ ଅଭିନେତ୍ରୀ, ଯିଏକି ତାଙ୍କର ସମସ୍ତ ଚଳଚ୍ଚିତ୍ର ପାଇଁ ନିଜେ ହିଁ କଣ୍ଠଦାନ କରିଛନ୍ତି । ୨୦୦୭ରେ ଏକ ସଂସ୍ଥା ଅସିନଙ୍କୁ 'କଲିଉଡ଼୍'ର ରାଣୀ ଦର୍ଶାଇଥିଲା । ୧୦୦କୋଟି ଆୟ କରିଥିବା ହିନ୍ଦୀ କଥାଚିତ୍ରରେ ସେ ମଧ୍ୟ ଅଭିନୟ କରିଛନ୍ତି ।
ଡାହୁକ ବୋଲି ଜଗନ୍ନାଥଙ୍କ ରଥ ଯାତ୍ରା ବେଳେ ରଥ ଉପରେ ବୋଲାଯାଉଥିବା ଗୀତ । ଏହି ଗୀତିଗୁଡିକ ଡାହୁକମାନଙ୍କ ଦେଇ ବୋଲାଯାଉଥିବାରୁ ଏହାକୁ "ଡାହୁକ ଗୀତ" ମଧ୍ୟ କୁହାଯାଏ । ଡାହୁକ ବୋଲି ବିନା ରଥ ଗଡେ ନାହିଁ ବୋଲି ପ୍ରବାଦ ଅଛି ଏବଂ ଏହି ଡାହୁକଗୀତ "ରଥଟଣା"ରେ ଏକ ମୂଖ୍ୟ ଭୁମିକା ନିର୍ବାହ କରି ଆସୁଅଛି । ଏହା ବୌଦ୍ଧ ଧର୍ମ ଅନ୍ତର୍ଗତ ବଜ୍ରଯାନୀ ପରମ୍ପରାର ଅବଶେଷ ତଥା ଏହାର ପଦଗୁଡ଼ିକ ବୌଦ୍ଧ ଚର୍ଯା ସାହିତ୍ୟର ସନ୍ତକ ହୋଇଥିବାବେଳେ ଡାହୁକମାନଙ୍କୁ ଚର୍ଯାପଦର ସିଦ୍ଧମାନଙ୍କର ବଂଶଧର ବୋଲି ବିଶ୍ୱାସ କରାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମାନସିକ ରୋଗ ମନର ଏକ ଅସାଧାରଣ ଅବସ୍ଥା ଯାହା ମନୁଷ୍ୟର ବ୍ୟବହାରରୁ ଜଣାପଡ଼େ । ଏହାର ଦୂର୍ଦ୍ଦଶା ଓ ଅସମର୍ଥତା ସହ ସମ୍ପର୍କ ଥାଏ ଯାହା ଲୋକର ସାଧାରଣ ସଂସ୍କୃତି ସହ ଜଡ଼ିତ ନ ଥାଏ । ଗୋଟିଏ ମଣିଷର ଚିନ୍ତାଧାରା, କର୍ମ, ଭାବନା ଓ ଗ୍ରହଣ ଶକ୍ତି ଉପରେ ମାନସିକ ରୋଗର ସଂଜ୍ଞା ନିର୍ଭର କରେ । ଏହା ମସ୍ତିଷ୍କର କୌଣସି ନିର୍ଦ୍ଦିଷ୍ଟ ଅଂଶର କାମ ଉପରେ ନିର୍ଭର କରେ ବା ସାମାଜିକ ସ୍ତରରେ ଅନ୍ୟ ସ୍ନାୟୁ ମଣ୍ଡଳର କାମ ଉପରେ ନିର୍ଭର କରେ ଯାହା ମୂଖ୍ୟତଃ ସାମାଜିକ ପରିପ୍ରେକ୍ଷୀରେ ଜଡ଼ିତ ଥାଏ । ମାନସିକ ସ୍ଵାସ୍ଥ୍ୟର ବୁଝାମଣା ସମୟ କ୍ରମେ ବଦଳି ଚାଲିଛି । ଏହାର ବର୍ଗୀକରଣ ବଦଳି ଚାଲିଛି । ଅନେକ କ୍ଷେତ୍ରରେ ମାନସିକ ସ୍ଵାସ୍ଥ୍ୟ ଓ ମାନସିକ ରୋଗର ସ୍ଥିତି ନେଇ ରୋଗ ନିର୍ଣ୍ଣୟ ଜଟିଳ ହୋଇଯାଏ । ଡବ୍ଲ୍ୟୁ.ଏଚ୍.ଓ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କେଦାରନାଥ, ଉତ୍ତରାଖଣ୍ଡ ରାଜ୍ୟର ପ୍ରମୂଖ ସହର ତଥା ଏକ ଧାର୍ମିକ ଯାତ୍ରାଧାମ । ଏହା ପ୍ରମୁଖ ଚାରଧାମ ମଧ୍ୟରୁ ଗୋଟିଏ ଧାମ । ଏଠାକୁ ପହଞ୍ଚିବାକୁ କୌଣସି ସଡକ ସୁବିଧା କିମ୍ୱା ରେଳରାସ୍ତା ନାହିଁ । ୧୪କି ମି ଦୁର୍ଗମ ରାସ୍ତା ଚାଲିବାକୁ ପଡ଼ିଥାଏ । ଶୀତ ଛଅ ମାସ ଏହି ମନ୍ଦିର ବନ୍ଦ ରୁହେ ଓ ଭଗବାନ ଶିବଙ୍କୁ (କେଦାରନାଥ) ଉଖି ମଠରେ ପୂଜା କରାଯାଇଥାଏ । ପ୍ରତିବର୍ଷ ଅକ୍ଷୟ ତୃତୀୟାରେ ଭଗବାନଙ୍କୁ ଉଖି ମଠରୁ କେଦାରନାଥ ଅଣାଯାଇଥାଏ । ସେହିଦିନ କେଦାରନାଥ ମନ୍ଦିର ଖୋଲେ ଏବଂ ଗ୍ରୀଷ୍ମ ଛଅ ମାସ ଭଗବାନ ସେଠାରେ ପୂଜା ପାଇଥାନ୍ତି । ଉଖି ମଠ ରୁଦ୍ରପ୍ରୟାଗରୁ ୪୧ କି ମି ଦୂରରେ ଅବସ୍ଥିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ତାରିଣୀ ମନ୍ଦିର ଓଡ଼ିଶା ର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁ ଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କ ଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କଟି ଯନ୍ତ୍ରଣା ବା ନିମ୍ନ ପିଠି ଯନ୍ତ୍ରଣା (ଏଲବିପି) ଏକ ସାଧାରଣ ମାଂସପେଶୀକଙ୍କାଳ ବେମାରୀ ଯାହା ପିଠିର ମାଂସପେଶୀ, ସ୍ନାୟୁ ଓ ଅସ୍ଥିରେ ହୁଏ । ଏଥିରେ ସାଧାରଣ ଧରଣର ଯନ୍ତ୍ରଣା ହୁଏ କିନ୍ତୁ ସର୍ବଦା ଚାଲୁରହେ ବା ହଠାତ୍ ତୀବ୍ର ଅନୁଭବ ହୁଏ । ଯନ୍ତ୍ରଣା ସମୟ ଅନୁସାରେ ଏହି ରୋଗକୁ ୩ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ଆକ୍ୟୁଟ ବା ତୀବ୍ର (୬ ସପ୍ତାହରୁ କମ୍), ସବ-କ୍ରନିକ (୬ରୁ ୧୨ ସପ୍ତାହ) ଓ କ୍ରନିକ ବା ଦୀର୍ଘକାଳୀନ (୧୨ ସପ୍ତାହରୁ ଅଧିକ) । ଅନ୍ତର୍ନିହିତ କାରଣ ଅନୁସାରେ ଏହାକୁ ମେକାନିକାଲ, ନନ୍ମେକାନିକାଲ ଓ ରେଫର୍ଡ୍ ଯନ୍ତ୍ରଣା କୁହାଯାଏ । ନିମ୍ନ ପିଠି ଯନ୍ତ୍ରଣା ପ୍ରାୟ କିଛି ସପ୍ତାହ ମଧ୍ୟରେ କମିଯାଏ; ୪୦ରୁ ୯୦% ଲୋକ ୬ ସପ୍ତାହ ମଧ୍ୟରେ ସମ୍ପୁର୍ଣ୍ଣ ଭଲ ହୋଇଯାଆନ୍ତି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ସାଇଟାରାବିନ (ଇଂରାଜୀ ଭାଷାରେ Cytarabine, also known as cytosine arabinoside ବା ara-C), ଏକ କେମୋଥେରାପି ଔଷଧ (chemotherapy medication) ଯାହା ଆକ୍ୟୁଟ ମାୟେଲଏଡ ଲିଉକେମିଆ (acute myeloid leukemia ବା AML), ଆକ୍ୟୁଟ ଲିମ୍ଫାଟିକ ଲିଉକେମିଆ (acute lymphocytic leukemia ବା ALL), କ୍ରନିକ ମାୟେଲୋଜେନସ ଲିଉକେମିଆ (chronic myelogenous leukemia ବା CML), ଓ ନନ୍-ହଜକିନସ ଲିମ୍ଫୋମା (non-Hodgkin's lymphoma) ଆଦି ରୋଗମାନଙ୍କରେ ଚିକିତ୍ସାରେ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein), ଚର୍ମ ତଳ ଇଞ୍ଜେକସନ (under the skin) ବା ସେରେବ୍ରୋସ୍ପାଇନାଲ ଫ୍ଲୁଇଡ (cerebrospinal fluid) ଆଦି ସ୍ଥାନମାନଙ୍କରେ ଦିଆଯାଏ । ଏଥିରେ ଏକ ଲାଇପୋସୋମାଲ ଫର୍ମୁଲା (liposomal) ଥିବାରୁ ଲିମ୍ଫୋମାଟସ ମେନିଞ୍ଜାଇଟିସ (lymphoma involving the meninges) ରୋଗରେ ଉନ୍ନତ ଫଳାଫଳ ମିଳେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ପ୍ରାକ୍ ଋତୁସ୍ରାବ ଲକ୍ଷଣପୁଞ୍ଜ (ଇଂରାଜୀ ଭାଷାରେ ପ୍ରିମେନସ୍ଟ୍ରୁଆଲ ସିଣ୍ଡ୍ରୋମ ବା ପିଏମଏସ ଯଥାକ୍ରମେ Premenstrual syndrome ବା PMS) ମହିଳାଙ୍କର ମାସିକ ଧର୍ମ ଆରମ୍ଭର ୧ ରୁ ୨ ସପ୍ତାହ ପୁର୍ବରୁ ଦେଖାଯାଉଥିବା ଶାରୀରିକ ଓ ମାନସିକ ଲକ୍ଷଣମାନଙ୍କୁ କୁହାଯାଏ । ଏଥିରେ ଭିନ୍ନ ଭିନ୍ନ ଧରଣର ଲକ୍ଷଣ ଦେଖାଯାଏ ଓ ଋତୁସ୍ରାବ ଆରମ୍ଭ ହେବା ବେଳକୁ ଉପଶମ ହୋଇଯାଏ । ବ୍ରଣ, ସ୍ତନ ଦରଜ ଓ ଫୁଲା, ଥକ୍କା ଲାଗିବା, ବିରକ୍ତିଭାବ ଓ ପରିବର୍ତ୍ତିତ ମନୋଦଶା ଇତ୍ୟାଦି ଲକ୍ଷଣମାନ ଏଥିରେ ଦେଖାଯାଏ । ଅଧିକାଂଶ ସମୟରେ ପ୍ରାୟ ୬ ଦିନ ପର୍ଯ୍ୟନ୍ତ ଏହି ଲକ୍ଷଣ ଲାଗିରହେ । ସମୟକ୍ରମେ ମହିଳାଙ୍କର ଲକ୍ଷଣରେ ପରିବର୍ତ୍ତନ ହୁଏ । ଗର୍ଭାବସ୍ଥାରେ ଓ ଋତୁବନ୍ଦ ପରେ ଏହି ଲକ୍ଷଣ ପ୍ରକାଶ ପାଏ ନାହିଁ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ନାଗରା ଏକ ମଧ୍ୟ ପୂର୍ବ ବାଦ୍ୟଯନ୍ତ୍ର । ଏହାର ଗୋଲ ପଛ ଓ ସମାନ ମୁଣ୍ଡି ଥାଏ । ଏହା ସାଧାରଣତଃ ଯୋଡ଼ା ବଜାଯାଏ । ଏଥିପାଇଁ ଏହାକୁ ଯୋଡ଼ିନାଗରା ମଧ୍ୟ କୁହାଯାଏ । ଏହା ବାକିସ୍ଥାନରେ ଏକ ଝିଲ୍ଲିବାଜା କେଟଲି ବାଜା ପ୍ରକାରର ହୋଇଥିଲେ ହେଁ କେବଳ ଓଡ଼ିଶାରେ ଏକ ଗୋଲାକାର । ଓଡ଼ିଶାରେ ବିଭିନ୍ନ ପାରମ୍ପାରିକ ଲୋକନୃତ୍ୟ ଛଉ, ପାଇକ ଓ ନାଗା ନାଟରେ ଧୁମସା, ଢୋଲ, ପଖଉଜ ଆଦି ସହ ନାଗରା ମଧ୍ୟ ବାଜିଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭା ଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ଜନ୍ମ ନିରୋଧ ବା ଜନ୍ମ ନିୟନ୍ତ୍ରଣ ବା ପ୍ରଜନନ ଶକ୍ତି ନିୟନ୍ତ୍ରଣ ଏକ ପଦ୍ଧତି ଯାହାଦ୍ଵାରା ଗର୍ଭ ନିରୋଧ କରାଯାଏ ଅର୍ଥାତ ପିଲା ଜନ୍ମ ନ ହେବା ନିମନ୍ତେ ବନ୍ଦବୋସ୍ତ କରାଯାଏ । ଯୋଜନା, ବନ୍ଦବୋସ୍ତ ଓ ଜନ୍ମ ନିୟନ୍ତ୍ରଣକୁ ସାମୁହିକ ଭାବରେ ପରିବାର ଯୋଜନା ବା ପରିବାର ନିୟନ୍ତ୍ରଣ କହନ୍ତି । ପୁରାକାଳରୁ ଜନ୍ମ ନିରୋଧ ପଦ୍ଧତିର ପ୍ରଚଳନ ଚାଲିଆସିଛି କିନ୍ତୁ ବିଂଶ ଶତାବ୍ଦୀରେହିଁ ଫଳପ୍ରଦ ଓ ନିରାପଦ ପଦ୍ଧତି ଉପଲବ୍ଧ ହେଲା । ଧାର୍ମିକ, ନୈତିକ ଓ ରାଜନୈତିକ କାରଣରୁ ଅନେକ ସଂସ୍କୃତିରେ ଜନ୍ମ ନିରୋଧକୁ ବିରୋଧ କରାଯାଏ । ସବୁଠାରୁ ଫଳପ୍ରଦ ବନ୍ଧ୍ୟାକରଣ ମଧ୍ୟରେ ଭାସେକ୍ଟୋମି(ପୁରୁଷମାନଙ୍କର ବନ୍ଧ୍ୟାକରଣ), ମହିଳାମାନଙ୍କର ଟ୍ୟୁବାଲ ଲାଇଗେସନ୍, ଆଇ.ୟୁ.ଡି.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଆୟେଶା ଟକିଆ (ଜନ୍ମ: ୧୦ ଏପ୍ରିଲ ୧୯୮୬) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ଆୟେଶା ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରିଛନ୍ତି । ୨୦୦୪ରେ ଆୟେଶା ହିନ୍ଦୀ କଥାଚିତ୍ର ଟାର୍ଜନ୍- ଦ ୱାଣ୍ଡର କାର ଜରିଆରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠନବାଗତା ପୁରସ୍କାର ମିଳିଥିଲା । ଏହାପରେ ୨୦୦୬ରେ ଆୟେଶାଙ୍କ ଅଭିନୀତ ସଫଳତମ ଚଳଚ୍ଚିତ୍ର ଥିଲା ଦୋର୍ ଏବଂ ୨୦୦୯ରେ ସଲମାନ ଖାଁଙ୍କ ସହ ୱାଣ୍ଟେଡ୍ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।
ଡାଲି (ହିନ୍ଦୀ : दाल ଦାଲ (Dāl), ନେପାଳୀ: दाल ଦାଲ, ବଙ୍ଗାଳୀ: ডাল ଦାଲ, କନ୍ନଡ଼: ಬೇಳೆ ବେଳେ (Bēḷe), କୋଙ୍କଣି: दाळ, ଦାଲ (Dāl), ମାଲୟାଲମ: ପାରିପ୍ପୁ (Parippu), ମରାଠୀ: डाळ ଦାଲ (Ḍāḷ), ଓଡ଼ିଆ: ଡାଲି ଡାଲି, ତାମିଲ: பருப்பு ପାରିପ୍ପୁ (Parippu), ତେଲୁଗୁ: పప్పు ପାପ୍ପୁ (Pappu), ଦାଲ (Dāl), ଉର୍ଦ୍ଦୁ: دال, ଗୁଜରାଟୀ: દાળ, ପଞ୍ଜାବୀ: ਦਾਲ਼ ଦାଲ (Dāl) ଡାଲମା ଆଦି ତରକାରୀ ରନ୍ଧାରେ ବ୍ୟବହୃତ ଏକ ଶସ୍ୟ । ଚୋପାରୁ ବାହାର କରାଯାଇଥିବା ଡାଲିକୁ ତରକାରି କରିବାରେ ବ୍ୟବହାର କରାଯାଇଥାଏ ।
ଜଣ୍ଡିସ୍ ବା କାମଳ (ଇଂରାଜୀ ଭାଷାରେ Jaundice, ଅନ୍ୟ ଇଂରାଜୀ ନାମ icterus) ରୋଗରେ ଚର୍ମ ଓ ଚକ୍ଷୁର ଶ୍ୱେତପଟଳରେ (whites of the eyes) ହଳଦିଆ ବା ଶାଗୁଆ ବର୍ଣ୍ଣକଣା ଜମାହୋଇଯାଏ; ରକ୍ତରେ ଅଧିକ ବିଲିରୁବିନ (high bilirubin levels) ସ୍ତର ରହିବା ଯୋଗୁ ଏହି ପରିବର୍ତ୍ତନ ହୁଏ । ଏହି ରୋଗରେ ସାଧାରଣତଃ ଗଲୁ ହୁଏ । ମଳ (feces) ଫିକା ଓ ପରିସ୍ରା ଗାଢ଼ ଦେଖାଯାଏ । ଅର୍ଦ୍ଧେକ ନବଜାତ ଶିଶୁଙ୍କ ଜନ୍ମର ପ୍ରଥମ ସପ୍ତାହରେ ନବଜାତ କାମଳ (Jaundice in babies) ରୋଗ ହୁଏ କିନ୍ତୁ ଅଧିକାଂଶ କେଶ୍ରେ ଏହା ଏକ ସମସ୍ୟା ନୁହେଁ । ବିଲିରୁବିନ ସ୍ତର ଅତି ଅଧିକ ଓ ବହୁତ ସମୟ ଧରି ରହିଲେ ମସ୍ତିଷ୍କ କ୍ଷତିଗ୍ରସ୍ତ ହୋଇପାରେ ଯାହାକୁ କେର୍ନିକ୍ଟେରସ (kernicterus) କୁହାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।