ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ପୁସରଲା ଭେଙ୍କଟ ସିନ୍ଧୁ(ଜନ୍ମ ୫ ଜୁଲାଇ ୧୯୯୫) ଜଣେ ଭାରତୀୟ ପେଶାଦାର୍ ବ୍ୟାଡମିଣ୍ଟନ ଖେଳାଳୀ। ୨୦୧୬ ରେ ହୋଇଥିବା ଅଲମ୍ପିକ ରେ ସେ ପ୍ରଥମ ଭାରତୀୟ ମହିଳା ଭାବେ ରୋପ୍ୟ ପଦକ ହାସଲ କରିଥିଲେ। ସେ ହେଉଛନ୍ତି ଦୁଇ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳୀ ମଧ୍ୟରୁ ଜଣେ ଯିଏ କି ସବୁବେଳେ ଅଲମ୍ପିକ ପଦକ ଜିତି ଆସୁଛନ୍ତି ଏବଂ ଅନ୍ୟ ଜଣକ ହେଉଛନ୍ତି ସାଇନା ନେହୱାଲ। ସିନ୍ଧୁ ଯେତେବେଳେ ୧୭ ବର୍ଷର ଥିଲେ ୨୦୧୨ ମସିହା ସେପ୍ଟେମ୍ବର ମାସରେ BWF ବିଶ୍ୱରେ ପ୍ରଥମ ୨୦ ଜଣଙ୍କ ଉର୍ଦ୍ଧ ରେ ରହିଥିଲେ ଓ ଆନ୍ତର୍ଜାତୀୟ ସ୍ତରକୁ ଯାଇଥିଲେ। ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଯେ କି ବ୍ୟାଡମିଣ୍ଟନ ସିଙ୍ଗଲ ପ୍ଲେୟର ରେ ବିଶ୍ୱ ବିଜେତା ହୋଇ ପଦକ ଆଣିଥିଲେ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗୋବିନ୍ଦ ଅରୁନ୍ ଆହୁଜା (ଜନ୍ମ ୨୧ ଡିସେମ୍ବର ୧୯୬୩), ଗୋବିନ୍ଦା ନାମରେ ଲୋକପ୍ରିୟ ଅଟନ୍ତି।ସେ ଜଣେ ହିନ୍ଦୀ ଚ୍ଚଳଚିତ୍ର ଅଭିନେତା, ମିଳନାନ୍ତ ନାଟ୍ୟକାର ଓ ପୂର୍ବୋକ୍ତ ରାଜନେତା ଅଟନ୍ତି।ତାଙ୍କ ନୃତ୍ୟର ଦକ୍ଷତା ଯୋଗୁଁ ସେ ବେଶ୍ ଜଣାଶୁଣା। ଗୋବିନ୍ଦା ୧୨ ଟି ଫିଲ୍ମ ଫେୟାର ଆୱାର୍ଡ, ଗୋଟିଏ ଫିଲ୍ମ ଫେୟାର ସ୍ପେସିଆଲ ଆୱାର୍ଡ]],ଗୋଟିଏ ଫିଲ୍ମ ଫେୟାର ଆୱାର୍ଡ ଫର୍ ବେଷ୍ଟ କମିଡ଼ିଆନ୍ ଓ ଚାରଟି ଜ଼ି ସିନେମା ଆୱାର୍ଡ ପାଇଁ ମନୋନୀତ ହୋଇଥିଲେ। ଏହି ଅଭିନେତା ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ ଭାରତର ସାଂସଦ ହୋଇ ରହିଆସିଥିଲେ।୧୯୮୬ ମସିହାର ଇଲଜାମ ଚ୍ଚଳଚିତ୍ର ଗୋବିନ୍ଦାଙ୍କ ପ୍ରଥମ ଚ୍ଚଳଚିତ୍ର ଓ ସେ ପ୍ରାୟ ୧୬୫ ଟି ଚ୍ଚଳଚିତ୍ର ରେ ଅଭିନୟ କରିସାରିଛନ୍ତି।୧୯୯୯ ମସିହା ଜୁନ ମାସରେ ବିବିସି ନ୍ୟୁଜ୍ ଅନଲାଇନର ପୋଲରେ ସେ ଦଶମ ଗ୍ରେଟେଷ୍ଟ ଷ୍ଟାର ଅଫ ଦ ଷ୍ଟେଜ ରୂପେ ମନୋନୀତ ହୋଇଥିଲେ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଶାଜାନ ପଦ୍ମସୀ (ଜନ୍ମ: ୧୯୮୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ, ମଡେଲ ଏବଂ ମଞ୍ଚ ଅଭିନେତ୍ରୀ । ସେ ଜଣେ ପ୍ରସିଦ୍ଧ ଅଭିନେତା ଆଲିକ୍ୟୁ ପଦ୍ମସୀ ଏବଂ ଶାଓରନ୍ ପ୍ରଭାକର୍ଙ୍କ ଝିଅ । ସେ ୨୦୦୯ରେ ହିନ୍ଦୀ କଥାଚିତ୍ର ରକେଟ୍ ସିଂହ- ସେଲ୍ସ୍ମ୍ୟାନ୍ ଓଫ୍ ଦ ଇଅର ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ତେଲୁଗୁ ଏବଂ ତାମିଲ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ଦିଲ୍ ତୋ ବଚ୍ଚା ହୈ, ହାଉସଫୁଲ୍ ୨ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମା' ପାର୍ବତୀ ଓ ଶିବ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ I କିଛି ଭକ୍ତ ମା’ ପାର୍ବତୀଙ୍କ ମା’ ବାପା ହୁଅନ୍ତି ଓ ଆଉ କିଛି ଭକ୍ତ ପ୍ରଭୁ ଶଙ୍କରଙ୍କର ମା’ ବାପା ହୋଇ ଉଭୟଙ୍କର ବିବାହକାର୍ଯ୍ୟ ସମାପନ କରନ୍ତି । ସାଧାରଣ ବାହାଘର ପରି ପାରମ୍ପରିକ ରୀତିରେ ପ୍ରଭୁ ଶଙ୍କରଙ୍କୁ ବରଯାତ୍ରୀଙ୍କ ସହିତ ବଡ଼ ଧୂମ୍ଧାମ୍ରେ ମା’ ପାର୍ବତୀଙ୍କ ଘରକୁ ନେଇ ବୈଦିକ ରୀତିରେ ବିବାହ କରାଯାଏ । ରଙ୍ଗବେରଙ୍ଗ ଚିତ୍ରରେ ସୁଶୋଭିତ ରଥରେ ଶିବ ଓ ମା’ ପାର୍ବତୀଙ୍କୁ ଅଣାଯାଏ । ମଧ୍ୟରାତ୍ରୀରୁ ଏଇ ପଟୁଆର ଆରମ୍ଭ ହୋଇ ପରଦିନ ଦିପହର ବେଳକୁ ଶିବପାର୍ବତୀଙ୍କ ପୂଜାରେ ଶେଷହୁଏ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ବିଶ୍ଵ ତମାଖୁହୀନ ଦିବସ ପ୍ରତିବର୍ଷ ୩୧ ମଇ ରେ ପୃଥିବୀ ସାରା ପାଳନ କରାଯାଇଥାଏ । ଏହା ୨୪ ଘଣ୍ଟା ଧରି ପୃଥିବୀରେ ତମାଖୁର ବ୍ୟବହାରକୁ ପୁରାପୁରି ବନ୍ଦ କରିବା ଲକ୍ଷରେ କରାଯାଇଥାଏ । ଏହା ଆହୁରି ମଧ୍ୟ ସ୍ଵାସ୍ଥ୍ୟ ଉପରେ ବିଶ୍ଵରେ ତମାଖୁର ଖରାପ ପ୍ରଭାବ ଉପରେ ଜନସଚେତନତା ତିଆରି କରିବାକୁ ପାଳନ କରାଯାଇଥାଏ ଯାହା ଏବେ ପୃଥିବୀରେ ବାର୍ଷିକ ୫୪ ଲକ୍ଷ ମରଣର କାରଣ ସାଜିଛି । ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ୧୯୮୭ରେ ବିଶ୍ଵ ତମାଖୁହୀନ ଦିବସ ପ୍ରଥମକରି ଆରମ୍ଭ କରିଥିଲେ । ଗତ ୨୦ ବର୍ଷ ଧରି, ଏହି ଦିବସ ସରକାର, ସାମାଜିକ ସ୍ଵାସ୍ଥ୍ୟ ସଙ୍ଗଠନ, ଧୂମପାନକାରୀ, ତମାଖୁ ଚାଷୀ ଓ କାରଖାନାମାନେ ଏହି ଦିବସ ସପକ୍ଷ ଓ ବିପକ୍ଷରେ ମତ ଦେଇଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଫୁଲନ୍ ଦେବୀ (୧୦ ଅଗଷ୍ଟ ୧୯୬୩-୨୫ ଜୁଲାଇ ୨୦୦୧) "ଡାକୁରାଣୀ" ନାମରେ ଲୋକପ୍ରିୟ। ସେ ଜଣେ ଡାକୁ ଥିଲେ ଓ ପରେ ସେ ଭାରତର ଲୋକସଭାର ସଦସ୍ୟା ହେଲେ। ଫୁଲନ୍ ଉତ୍ତର ପ୍ରଦେଶର ଏକ ନୀଚ୍ଚ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ଓ ଅତ୍ୟନ୍ତ ଗରିବୀ ମଧ୍ୟରେ ବଢିଥିଲେ। ପ୍ରଥମ ସ୍ୱାମୀଙ୍କ ଦ୍ୱାରା ନିର୍ଯ୍ୟାତିତ ହୋଇ ନିଜ ସମାଜ ଓ ପରିବାର ଠାରୁ ପରିତ୍ୟକ୍ତା ହେବା ପରେ ସେ ଅପରାଧର ଦୁନିଆକୁ ଆପଣେଇ ନେଇଥିଲେ। ସେହି ଗ୍ରାମର ପ୍ରଧାନ ଜଣେ ଗଣ୍ଡଗୋଳକାରୀ ବ୍ୟକ୍ତିଙ୍କୁ ମାରିଦେବା ପାଇଁ କହିବା ପରେ ଏକ ଡାକୁ ଦଳ ଦ୍ୱାରା ଫୁଲନ୍ ଅପହରଣ ହୋଇଥିଲେ, ସେତେବେଳେ ଫୁଲନ୍ ତରୁଣୀ ଥିଲେ।ଡାକୁ ଦଳର ଲୋକେ ଏହି ଯୁବତୀଙ୍କୁ ଦେଖି ଆଚମ୍ବିତ ହୋଇଥିଲେ ଓ ଫୁଲନ୍ଙ୍କୁ ମାରିବାକୁ ମନା କରିଦେଇଥିଲେ। ଫୁଲନ୍ ଜଙ୍ଗଲରେ ଡାକୁ ଦଳର ସଦସ୍ୟା ପରି ବାସ କଲେ। ପରିମାଣତଃ ଦଳର ମୂଖିଆ ଓ ଫୁଲନ୍ ପ୍ରେମରେ ପଡି ପରେ ପରସ୍ପରକୁ ବିବାହ କରିଥିଲେ। ଦଳର ଜଣେ ଲୋକ ସହ ଫୁଲନ୍ଙ୍କ ସଂପର୍କରେ ବିଦ୍ୱେଷ ଭାବ ଦେଖାଯାଇଥିଲା, ଏହା ଚରମ ସୀମାରେ ପହଞ୍ଚିବା ଫଳରେ ଫୁଲନ୍ଙ୍କ ସ୍ୱାମୀ ବନ୍ଧୁକ ଯୁଦ୍ଧରେ ପ୍ରାଣତ୍ୟାଗ କଲେ। ଏହାପରେ ଫୁଲନ୍ ଦଳର ପ୍ରତିଦ୍ୱନ୍ଦୀମାନଙ୍କ ଦ୍ୱାରା ଧର୍ଷଣ ହୋଇଥିଲେ। ପୁନଶ୍ଚ ଉତ୍ତମ ସ୍ୱାସ୍ଥ୍ୟ ଲାଭ କଲାପରେ ଦଳର ବିଶ୍ୱାସ କରୁଥିବା କିଛି ଲୋକଙ୍କୁ ଏକଜୁଟ କରିଥିଲେ। ପ୍ରତିହିଂସା ପରାୟଣ ହୋଇ, ତାଙ୍କ ପ୍ରତି ଅନ୍ୟାୟ କରିଥିବା ଲୋକଙ୍କୁ ଖୋଜିବା ପାଇଁ ଧର୍ଷଣ ହୋଇଥିବା ବେହମାଇ ଗ୍ରାମକୁ ଫେରିଲେ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କଟି ଯନ୍ତ୍ରଣା ବା ନିମ୍ନ ପିଠି ଯନ୍ତ୍ରଣା (ଏଲବିପି) ଏକ ସାଧାରଣ ମାଂସପେଶୀକଙ୍କାଳ ବେମାରୀ ଯାହା ପିଠିର ମାଂସପେଶୀ, ସ୍ନାୟୁ ଓ ଅସ୍ଥିରେ ହୁଏ । ଏଥିରେ ସାଧାରଣ ଧରଣର ଯନ୍ତ୍ରଣା ହୁଏ କିନ୍ତୁ ସର୍ବଦା ଚାଲୁରହେ ବା ହଠାତ୍ ତୀବ୍ର ଅନୁଭବ ହୁଏ । ଯନ୍ତ୍ରଣା ସମୟ ଅନୁସାରେ ଏହି ରୋଗକୁ ୩ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ଆକ୍ୟୁଟ ବା ତୀବ୍ର (୬ ସପ୍ତାହରୁ କମ୍), ସବ-କ୍ରନିକ (୬ରୁ ୧୨ ସପ୍ତାହ) ଓ କ୍ରନିକ ବା ଦୀର୍ଘକାଳୀନ (୧୨ ସପ୍ତାହରୁ ଅଧିକ) । ଅନ୍ତର୍ନିହିତ କାରଣ ଅନୁସାରେ ଏହାକୁ ମେକାନିକାଲ, ନନ୍ମେକାନିକାଲ ଓ ରେଫର୍ଡ୍ ଯନ୍ତ୍ରଣା କୁହାଯାଏ । ନିମ୍ନ ପିଠି ଯନ୍ତ୍ରଣା ପ୍ରାୟ କିଛି ସପ୍ତାହ ମଧ୍ୟରେ କମିଯାଏ; ୪୦ରୁ ୯୦% ଲୋକ ୬ ସପ୍ତାହ ମଧ୍ୟରେ ସମ୍ପୁର୍ଣ୍ଣ ଭଲ ହୋଇଯାଆନ୍ତି ।
ଓଫ୍ଲୋକ୍ସାସିନ ଇଂରାଜୀ ଭାଷାରେ Ofloxacin) ଏକ ଆଣ୍ଟିବାୟୋଟିକ (antibiotic) ଯାହା ଅନେକ ଜୀବାଣୁ ସଂକ୍ରମଣର (bacterial infection) ଚିକିତ୍ସାରେ ଦିଆଯାଏ । ନିମୋନିଆ, ସେଲ୍ୟୁଲାଇଟିସ (cellulitis), ମୂତ୍ରନଳୀ ସଂକ୍ରମଣ (urinary tract infections), ପ୍ରୋସ୍ଟେଟ ପ୍ରଦାହ (prostatitis), ପ୍ଲେଗ (plague) ଓ କେତେକ ସଂକ୍ରମିତ ତରଳ ଝାଡ଼ା (infectious diarrhea) ରୋଗରେ ଏହି ଔଷଧ ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ମଲ୍ଟିଡ୍ରଗ ରେଜିସ୍ଟାଣ୍ଟ ଯକ୍ଷ୍ମା (multidrug resistant tuberculosis) ରୋଗରେ ଅନ୍ୟାନ୍ୟ ଔଷଧ ସହିତ ଏହା ଦିଆଯାଇପାରେ । ବାହ୍ୟ ଚକ୍ଷୁ ସଂକ୍ରମଣରେ (superficial bacterial infection of the eye) ଆଖି ଡ୍ରପ (eye drop) ଓ ମଧ୍ୟ କର୍ଣ୍ଣ ପ୍ରଦାହରେ କାନ ପରଦା (ear drum) କଣା ହୋଇଗଲେ ଏହା କାନ ଡ୍ରପ (ear drop) ଆକାରରେ ଦିଆଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଗୋବିନ୍ଦ ତେଜ (୨୬ ମଇ ୧୯୨୮- ୧୮ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ଅଭିନେତା, କାହାଣୀକାର, ପ୍ରଯୋଜକ ଓ ନିର୍ଦ୍ଦେଶକ ଥିଲେ । ସେ ୧୯୨୮ ମସିହା ମଇ ୨୬ ତାରିଖରେ ଅନୁଗୋଳର ଅମଲାପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ । ଅନୁଗୋଳରେ ନିଜ ସ୍କୁଲ ଶିକ୍ଷା ସମାପ୍ତ କରି, ସେ କଟକ ଇଞ୍ଜିନିୟରିଂ କଲେଜରେ ଇଞ୍ଜିନିୟରିଂ ପଢ଼ିଥିଲେ । ଶିକ୍ଷାସମାପ୍ତ କରିବା ପରେ, ସେ ଜଣେ ସିଭିଲ ଇଞ୍ଜିନିୟର ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ସେ କିଛିଦିନ ଶିକ୍ଷାଦାନ ମଧ୍ୟ କରିଥିଲେ । ଚଳଚ୍ଚିତ୍ରରେ ଅଭିନୟ କରିବା ପାଇଁ ଚାକିରି ଛାଡ଼ିଥିଲେ । ପରବର୍ତ୍ତୀ ସମୟରେ ସେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟ ଓ ତିରୁପତି ବିଶ୍ଵବିଦ୍ୟାଳୟରୁ ଡକ୍ଟରେଟ ଲାଭ କରିଥିଲେ । କଟକର ସଂଗୀତାନୁଷ୍ଠାନ ନ୍ୟାସନାଲ ମ୍ୟୁଜିକ ଆସୋସିଏସନର ପ୍ରତିଷ୍ଠାତା ନିର୍ଦ୍ଦେଶକ ଥିଲେ । ନାଟ୍ୟକାର ମନୋରଞ୍ଜନ ଦାସ, ଧୀରେନ ଦାସ ଓ ଅନନ୍ତ ମହାପାତ୍ରଙ୍କ ସହ ମିଶି 'ସୃଜନୀ' ନାମରେ ଏକ ସୌଖିନ ନାଟ୍ୟାନୁଷ୍ଠାନ ଗଢିଥିଲେ । ୧୯୮୨ ମସିହାରେ ଏସିଆନ ଗେମ୍ସ ଉତ୍ସବ ଅବସରରେ ଓଡ଼ିଶାର ଲୋକନୃତ୍ୟ ଘୁମୁରା ପରିବେଷଣ କରିବାରେ ସେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ ।