ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କଙ୍ଗନା ରାଣାବତ (ଜନ୍ମ: ୨୩ ମାର୍ଚ୍ଚ ୧୯୮୬) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । କଙ୍ଗନା ୩ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ବେଳେ ୪ଟି ଭିନ୍ନ ଭିନ୍ନ ବିଭାବର ଫିଲ୍ମଫେୟାର ପୁରସ୍କାର ପାଇଥିଲେ । ହିମାଚଳ ପ୍ରଦେଶର ଭମ୍ବଳାଠାରେ ଜନ୍ମିତ କଙ୍ଗନା ଛୋଟବେଳୁ ତାଙ୍କ ପିତାମାତାଙ୍କ କଥାନୁସାରେ ଡାକ୍ତର ହେବାର ସ୍ୱପ୍ନ ଦେଖିଥିଲେ । ମାତ୍ର ପରେ ସେ ତାଙ୍କ ପଥ ନିଜେ ବାଛିଥିଲେ ଏବଂ ଦିଲ୍ଲୀ ଯାଇଥିଲେ । ସେଠାରେ ସେ ଜଣେ ମଡେଲ ଭାବରେ କିଛିଦିନ କାମ କରିଥିଲେ । ଏହପରେ ନିର୍ଦ୍ଦେଶକ ଅରବିନ୍ଦ ଗୌରଙ୍କ ଅଧିନରେ ପ୍ରଶିକ୍ଷଣ ନେବା ପରେ କଙ୍ଗନା ୨୦୦୬ରେ ହିନ୍ଦୀ କଥାଚିତ୍ର ଗ୍ୟାଙ୍ଗଷ୍ଟାରରେ ତାଙ୍କର ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା । ଏହାପରେ ସେ ଓ ଲମ୍ହା, ଲାଇଫ୍ ଇନ୍ ଏ ମେଟ୍ରୋ, ଫ୍ୟାସନ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ ଫ୍ୟାସନ ଚଳଚ୍ଚିତ୍ର ପାଇଁ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ଫିଲ୍ମଫେୟାରରେ ଶ୍ରେଷ୍ଠ ସହକାରୀ ଅଭିନେତ୍ରୀ ପୁରସ୍କାର ପାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କ ଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
ଡାକ୍ଟିନୋମାଇସିନ (ଇଂରାଜୀ ଭାଷାରେ Dactinomycin, ଅନ୍ୟ ନାମ ଆକ୍ଟିନୋମାଇସିନ/actinomycin D) ଏକ କେମୋଥେରାପି ଔଷଧ (chemotherapy medication) ଯାହା ଅନେକ ପ୍ରକାରର କର୍କଟ ରୋଗ ଚିକିତ୍ସାରେ ବ୍ୟବହାର କରାଯାଏ । ଏହି କର୍କଟ ରୋଗମାନଙ୍କର ନାମ ଯଥାକ୍ରମେ ଉଇମସ୍ ଟ୍ୟୁମର (Wilms tumor, ରାବ୍ଡୋମାୟୋସାର୍କୋମା (rhabdomyosarcoma), ଇଉଇଙ୍ଗସ୍ ସାର୍କୋମା (Ewing's sarcoma, ଟ୍ରଫୋବ୍ଲାସ୍ଟିକ ନିଓପ୍ଲାଜ୍ମ (trophoblastic neoplasm, ଟେସ୍ଟିକୁଲାର କର୍କଟ (testicular cancer), ଓ କେତେକ ପ୍ରକାରର ଓଭାରି କର୍କଟ (ovarian cancer) । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମେଘଦୂତ ରାଧାନାଥ ରାୟଙ୍କ ରଚିତ ଏକ ଦୀର୍ଘ କବିତା ଅଟେ । ଏହା "ଜନ୍ ବିମ୍ସ୍ ଏସ୍କ୍ଵେର"(John Beames Esquire) ଙ୍କୁ ଉତ୍ସର୍ଗ କରାଯାଇଛି । ସଂପୂର୍ଣ୍ଣ କାବ୍ୟଟି ଦୁଇ ଭାଗରେ ବିଭକ୍ତ ଯଥା: 'ପୂର୍ବ-ମେଘ' ଓ 'ଉତ୍ତର-ମେଘ' । ଉଭୟ ଭାଗରେ କଳହଂସ କେଦାର ରାଗ ବ୍ୟବହାର ହୋଇଛି । ପୂର୍ବ ମେଘ ସଂପୂର୍ଣ୍ଣ ୫୬୪ ଟି ଧାଡି ବିଶିଷ୍ଟ ଓ ଉତ୍ତରମେଘ ୪୬୮ଟି ଧାଡି ବିଶିଷ୍ଟ ଅଟେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଲିଓନ ହେଉଛି ଏକ ପ୍ରାଚୀନ ତଥା ଐତିହାସିକ ସହର।ପୂର୍ବ କେନ୍ଦ୍ରୀୟ ଫ୍ରାନ୍ସର ରୋନ-ଆଲପସ ଅଞ୍ଚଳ ଅନ୍ତର୍ଗତ ପ୍ୟାରିସ ଓ ମର୍ଶାଇଲ ମଧ୍ୟରେ ଏହା ଅବସ୍ତିତ।ପ୍ୟାରିସଠାରୁ ଏହାର ଦୂରତା ୪୭୦କିମି ଓ ମର୍ଶାଇଲ ଠାରୁ ୩୨୦କି.ମି। ଲିଓନ ହେଉଛି ରୋନ୍ ଅଞ୍ଚଳ ତଥା ରୋନ୍ ଅଞ୍ଚଳର ରାଜଧାନୀ ।ଅଷ୍ଟାଦଶ ଓ ଊନ୍ନବିଂଶ ଶତାବ୍ଦୀରେ ଏଠାରେ ଆଧୁନିକ ସହରର ମୂଳଦୁଆ ପଡ଼ିଥିଲା।ପରେ ଲୋକସଂଖ୍ୟା ବୃଦ୍ଧି ଓ ସହରର ବିକାଶ ଘଟି ତାହା ଫ୍ରାନ୍ସର ଦ୍ଵିତୀୟ ସର୍ବ ବୃହତ ସହରର ମାନ୍ୟତା ଲାଭ ପାଇଥିଲା।
ଓଡ଼ିଶା ଯାତ୍ରା ପ୍ରତିଭା ସମ୍ମାନ ଓଡ଼ିଶାର ଯାତ୍ରା ପ୍ରତିଭାମାନଙ୍କୁ ସମ୍ମାନ ନିମନ୍ତେ ଗଠିତ ଏକ ଦିଆଯାଉଥିବା ଏକ ପୁରସ୍କାର । ଏହା ବାଲେଶ୍ୱର ଜିଲ୍ଲାର ବାହାନଗା ପଞ୍ଚାୟତ ସମିତିରେ ଥିବା ଓଡ଼ଶାଳ ଗାଁରେ ଥିବା ପଞ୍ଚସଖା ଯାତ୍ରା ଏକାଡେମି ତରଫରୁ ଦିଆଯାଇଥାଏ । ଏହି ଅନୁଷ୍ଠାନ ଏହି ଅନୁଷ୍ଠାନ ତରଫରୁ ଯାତ୍ରା ନିମନ୍ତେ ଓଡ଼ିଶା ଯାତ୍ରା ପ୍ରତିଭା ସମ୍ମାନ ପୁରସ୍କାର ଦିଆଯାଇଥାଏ । ଏଥିରେ ଯାତ୍ରା ଜଗତର ୧୪ ଜଣ ପ୍ରତିଭାଙ୍କୁ ଅନୁଷ୍ଠାନ ତରଫରୁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ । ୨୦୧୫ ଫେବ୍ରୁଅାରି ୧୬ ତାରିଖରେ ଓଡ଼ଶାଳ ସ୍ଥିତ ବାବା ବତ୍ସେଶ୍ୱର ମୁକ୍ତ ରଙ୍ଗମଞ୍ଚରେ "ଓଡ଼ିଶା ଯାତ୍ରା ପ୍ରତିଭା ସମ୍ମାନ" ପ୍ରଦାନ କରାଯିବ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଟ୍ରାନ୍ସଫର୍ମର ହେଉଛି ଏକ ଯନ୍ତ୍ର , ଯାହାକି ଚୁମ୍ବକୀୟ କ୍ଷେତ୍ରର ସାହାୟତାରେ ଗୋଟିଏ ଭୋଲଟେଜ୍ ଲେବଲ୍ (Voltage level) ରେ ଥିବା ବୈଦୁତିକ ଶକ୍ତି (AC)କୁ ଅନ୍ୟ ଏକ ଭୋଲଟେଜ୍ ଲେବଲ୍ ରେ ଥିବା ବୈଦୁତିକ ଶକ୍ତି (AC)କୁ ପରିବର୍ତ୍ତନ କରିଥାଏ । ଏହାର ଦୁଇ କିମ୍ବା ତତୋଽଧିକ କଏଲ୍(Coil) ଥାଏ ଯାହାକି ଏକ ସାଧାରଣ ଫେରୋ-ମ୍ୟାଗ୍ନେଟିକ୍ କୋର୍ (Ferromagnetic Core) ଚାରିପଟେ ଗୁଡା ହୋଇ ରହିଥାଏ । ଏହି କଏଲ୍ ଗୁଡିକ (ସାଧାରଣତଃ) ସିଧାସଳଖ ଯୋଡା ଯାଇ ନଥାଏ । କଏଲ ଗୁଡିକ ଭିତରେ ଏକ ମାତ୍ର ଯୋଡେଇ ହେଲା କୋର୍ ଭିତରେ ଥିବା ସାଧାରଣ ଚୁମ୍ବକୀୟ ଫ୍ଲକ୍ସ୍ (common magnetic flux) । ଟ୍ରାନ୍ସଫର୍ମର ର ଗୋଟିଏ ୱାଇଣ୍ଡିଂ ବୈଦୁତିକ ଶକ୍ତି ଉତ୍ସ (ac power source) ସହ ଯୋଡା ଯାଇଥାଏ ଏବଂ ଦ୍ଵିତୀୟଟି (ବେଳେବେଳେ ତୃତୀୟଟି) ଲୋଡ୍(Load)କୁ ବୈଦୁତିକ ଶକ୍ତି ଯୋଗାଇଦିଏ । ଟ୍ରାନ୍ସଫର୍ମର ର ଯେଉଁ ୱାଇଣ୍ଡିଂ ଟି ଶକ୍ତି ଉତ୍ସ ସହ ଯୋଡା ଯାଇଥାଏ ତାକୁ ପ୍ରାଥମିକ ୱାଇଣ୍ଡିଂ ଓ ଯେଉଁ ୱାଇଣ୍ଡିଂ ଟି ଲୋଡ ସହ ଯୋଡା ଯାଇଥାଏ ତାକୁ ଦ୍ଵିତୀୟକ ୱାଇଣ୍ଡିଂ କୁହାଯାଏ । ଯଦି ଟ୍ରାନ୍ସଫର୍ମରରେ ତୃତୀୟ ୱାଇଣ୍ଡିଂ ଥାଏ ତେବେ ତାକୁ ତୃତୀୟକ ୱାଇଣ୍ଡିଂ (Tertiary Winding) କୁହାଯାଏ ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଡନୋରୁବିସିନ (ଇଂରାଜୀ ଭାଷାରେ Daunorubicin, ଅନ୍ୟ ନାମ ଡନୋମାଇସିନ) ଏକ କେମୋଥେରାପି ଔଷଧ (chemotherapy medication) ଯାହା କର୍କଟ ରୋଗର ଚିକିତ୍ସାରେ ବ୍ୟବହାର କରାଯାଏ । ଏହି ରୋଗମାନଙ୍କର ନାମ ଯଥାକ୍ରମେ ଆକ୍ୟୁଟ ମାୟେଲଏଡ ଲିଉକେମିଆ, (acute myeloid leukemia ବା AML) ଆକ୍ୟୁଟ ଲିମ୍ଫୋସାଇଟିକ ଲିଉକେମିଆ (acute lymphocytic leukemia ବା ALL), କ୍ରନିକ ମାୟେଲୋଜେନସ ଲିଉକେମିଆ (chronic myelogenous leukemia ବା CML) ଓ କାପୋସି ସାର୍କୋମା (Kaposi's sarcoma) । ଏହା ଶିରାଭ୍ୟନ୍ତର ଇଞ୍ଜେକସନ injection into a vein ଆକାରରେ ଦିଆଯାଏ । ଏହାର ଅନ୍ୟ ଏକ ଲାଇପୋସୋମାଲ ମିଶ୍ରଣ ଉପଲବ୍ଧ ଅଛି ଯାହାର ନାମ ଲାଇପୋସୋମାଲ ଡନୋରୁବିସିନ (liposomal daunorubicin) ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜନସଂଖ୍ୟା ହିସାବ ରେ ଜାତୀୟ ରାଜଧାନୀ ସମୂହ ର ତାଲିକା
Thଏହା ଜନସଂଖ୍ୟା ହିସାବ ରେ ବିଶ୍ଵ ର ଦେଶ ମାନଙ୍କର ଜାତୀୟ ରାଜଧାନୀ ସମୂହ ର ତାଲିକା ଯାହା ଜନସଂଖ୍ୟା ଆଧାର କୁ ନେଇ କରାଯାଇଛି । ଏଥିରେ ନିର୍ଭରଶୀଳ ଅଞ୍ଚଳ ଓ ବିବାଦୀୟ ଅଞ୍ଚଳ ସ,ମୂହ କୁ ବକ୍ରୀତ ଲିପି ରେ ଉଲ୍ଲେଖ କରାଯାଇଛି । ଦିଆ ଯାଇଥିବା ଜନସଂଖ୍ୟା କେବଳ ରାଜଧାନୀ ସହର ର , ଏଥିରେ ସହରତଳି ଓ ମେଟ୍ରୋପାଳିଟାନ ଅଞ୍ଚଳ ମିଶା ଯାଇନାହିଁ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ପ୍ରାୟ ୭୫ବର୍ଷର ସାହିତ୍ୟ ବର୍ଷର ସାହିତ୍ୟ ସାଧନା ମଧ୍ୟରେ, ସେ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ ଲେଖନୀ ଚାଳନା କରିଯାଇଛନ୍ତି । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ହିଁ ଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।