ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ବର୍ଣ୍ଣାଳୀ ହୋତା ଜଣେ ଓଡ଼ିଆ ଗାୟିକା। ଓଡ଼ିଆ ଝିଅ ଭାବେ ସେ ପ୍ରଥମ ଯିଏକି କେବଳ ଜାତୀୟ ସ୍ତରରେ ନୁହେଁ ଅାନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଅାଣିପାରିଛନ୍ତି। ଷ୍ଟାର୍ ପ୍ଲସ୍ରେ ପ୍ରସାରିତ ହୋଇଥିବା ରିୟଲିଟି ସୋ ଦିଲ୍ ହୈ ହିନ୍ଦୁସ୍ଥାନୀର ରନର୍ସଅପ୍ ହୋଇଛନ୍ତି। ଏହା ପୂର୍ବରୁ ସେ ୨୦୧୧ ମସିହାରେ ଜି-ଟିଭିରେ ପ୍ରସାରିତ ସାରେଗାମାପା ରିୟଲିଟି ସୋରେ ଟପ୍-୬ରେ ସ୍ଥାନ ପାଇଥିଲେ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ଵ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷ ରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ଵ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ଵାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ଵାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରଘୁନାଥ ମୁର୍ମୁ ( ଜନ୍ମ ୫ ମେ, ୧୯୦୫, ଦାଣ୍ଡବୋସ, ମୟୂରଭଞ୍ଜ, ଓଡ଼ିଶା – ୧ ଫେବ୍ରୁଆରି, ୧୯୮୨) ଅଲ ଚିକି ଲିପିର ଜନକ । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଅଛନ୍ତି । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ଵୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ଵବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି ।
ଆଲୋପ୍ୟୁରିନଲ (ଇଂରାଜୀ ଭାଷାରେ Allopurinol, ବିକ୍ରୟ ନାମ ଜାଇଲୋପ୍ରିମ/Zyloprim) ଏକ ଔଷଧ ଯାହା ଅଧିକ ରକ୍ତ ୟୁରିକ ଏସିଡ ଥିଲେ କମେଇବାକୁ ଦିଆଯାଏ । ବିଶେଷତଃ ଗାଉଟ୍ ରୋଗ ଚିକିତ୍ସାରେ, ବୃକ୍କ ପଥର ରୋଗର ପ୍ରତିଷେଧ ନିମନ୍ତେ ଓ କେମୋଥେରାପି (chemotherapy) ଜନିତ ଅଧିକ ରକ୍ତ ୟୁରିକ ଏସିଡ ହେଲେ ଦିଆଯାଏ । ଏହା ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injected into a vein) ଆକାରରେ ଦିଆଯାଏ ।
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଟ୍ରମ୍ପ ଅର୍ଗାନାଇଜେସନ୍ର ଚେୟାରମ୍ୟାନ୍ ହେଉଛନ୍ତି ଟ୍ରମ୍ପ । 2014ରେ ଯେଉଁ କମ୍ପାନିର ରାଜସ୍ବ ଥିଲା 9.5 ୟୁଏସ୍ ବିଲିୟନ୍ ଡଲାର । ସେ ବର୍ତ୍ତମାନ 3.7 ବିଲିୟନ୍ ଡଲାର ମାଲିକ । ତାଙ୍କର ଟ୍ରମ୍ପ ଟାଓ୍ବାର ପେଣ୍ଟ ହାଉସ୍ର ମୂଲ୍ୟ ହେଉଛି ଶହେ ମିଳିୟନ୍ ଡଲାର । ଏହାଛଡ଼ା ତାଙ୍କର ରହିଛି ନ୍ୟୁୟର୍କରେ ଏକ ବିରାଟ ମ୍ୟାନସନ୍ । ଟ୍ରମ୍ପଙ୍କ ଗୋଲ୍ଡ ପ୍ଲେଟେଡ୍ ମୋଟର ସାଇକେଲ , 3ଟି ସିକୋରିସ୍କାଏ ହେଲିକପ୍ଟର ଓ ଏକ ବୋଇଂ 757 ରହିଛି । ଏହା ବାଦ ତାଙ୍କ ପାଖରେ ରହିଛି ପ୍ରାୟ 23 ମିଲିଅନ୍ ଡଲାରର ଜେଟ୍ ବିମାନ । ସେ ବର୍ତ୍ତମାନ ଆମେରିକାର 113 ତମ ଓ ବିଶ୍ବର 324ତମ ଧନୀ ବ୍ୟକ୍ତି [୧] ।
କଳାହାଣ୍ଡି , ବଲାଙ୍ଗିର , କୋରାପୁଟ ଅଞ୍ଚଳ ( KBK)
କଳାହାଣ୍ଡି , ବଲାଙ୍ଗିର , କୋରାପୁଟ ଅଞ୍ଚଳ ( KBK), ଭାରତୀୟ ରାଜ୍ୟ ଓଡ଼ିଶା ର ଏକ ଅର୍ଥନୈତିକ ପଛୁଆ ଅଞ୍ଚଳ । ଏହି ଚିର ମରୁଡି ଗ୍ରସ୍ତ ଅଞ୍ଚଳ ଭାରତ ର ଏକ ସର୍ବାଧିକ ଅନଗ୍ରସର ଅଞ୍ଚଳ ଭାବରେ ପରିଚିତ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଝାଡ଼ଖଣ୍ଡର ରାଜ୍ୟପାଳ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ଆଦିବାସୀ ବହୁଳ ଝାଡ଼ଖଣ୍ଡ ରାଜ୍ୟର ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି । ସେ ପ୍ରଥମ ନାରୀ ନେତ୍ରୀ ଯେ ରାଜ୍ୟପାଳ ଭାବେ ନେତୃତ୍ଵ ନେଇଛନ୍ତି ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ଵାଧିନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬ ୨୦୦୦ ରୁ ଅଗଷ୍ଟ ୬ ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ବାରାକ ହୁସେନ ଓବାମା ( /bəˈrɑːk huːˈseɪn ɵˈbɑːmə/; ଜନ୍ମ : ୪ ଅଗଷ୍ଟ ୧୯୬୧) ଯୁକ୍ତରାଷ୍ଟ୍ର ଆମେରିକାର ୪୪ତମ ରାଷ୍ଟ୍ରପତି ଏବଂ ପ୍ରଥମ ଆଫ୍ରିକୀୟ-ଆମେରିକୀୟ ରାଷ୍ଟ୍ରପତି । ତାଙ୍କର ଜନ୍ମ ହବାଇ ରାଜ୍ୟର ହନଲୁଲୁଠାରେ ହୋଇଥିଲା । ଓବାମା କଲମ୍ବିଆ ବିଶ୍ଵବିଦ୍ୟାଳୟ ଓ ହାବାର୍ଡ ଆଇନ ବିଦ୍ୟାଳୟରୁ ସ୍ନାତକୋତର ଡିଗ୍ରୀ ହାସଲ କରିଛନ୍ତି । ସେ ହାବାର୍ଡ ଆଇନ ବିଦ୍ୟାଳୟରେ ଅଧ୍ୟକ୍ଷ ରୂପେ ମଧ୍ୟ କାର୍ଯ୍ୟ କରିଥିଲେ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।