ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କଟକର ବିଡ଼ାନାସୀଠାରେ ରଘୁନାଥ ସାସମଲଙ୍କ ଉଠା ଦହିବରା ଆଳୁଦମ ଦୋକାନଟିଏ ରହିଛି । ଏହା ରଘୁ ଦହିବରା-ଆଳୁଦମ ନାମରେ ପରିଚିତ । ରଘୁନାଥ, ବିଡ଼ାନାସୀର ସ୍ଥାୟୀ ବାସିନ୍ଦା ଓ ଛଅ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି, ଏହି ବ୍ୟବସାୟରେ ଅଛନ୍ତି । ତାଙ୍କୁ ପନ୍ଦର ବର୍ଷ ହେଲାବେଳଠୁ, ସେ ଦହିବରା ବେପାର କରିଆସୁଛନ୍ତି । ବିଡ଼ାନାସୀ ଛକରେ ରଘୁ ସନ୍ଧ୍ୟା ୫.୩୦ ବେଳକୁ ଦହିବରା ଆଳୁଦମ ଏକ ଟ୍ରଲିରେ ଧରି ପହଞ୍ଚନ୍ତି । ସେ ଆସିବା ଆଗରୁ ଗ୍ରାହକମାନେ ତାଙ୍କୁ ଅପେକ୍ଷା କରି ରହିଥାନ୍ତି । ସବୁଦିନ ସେ ପ୍ରାୟ ୨୦୦ ଜଣଙ୍କ ପାଇଁ ଦହିବରା ପ୍ରସ୍ତୁତ କରିଥାନ୍ତି । ଶନିବାର, ରବିବାର ଓ ଛୁଟିଦିନରେ ଅଧିକ ୫୦ ଲୋକଙ୍କ ପାଇଁ ଦହିବରା ପ୍ରସ୍ତୁତ କରନ୍ତି । କଞ୍ଚା ଶାଳପତ୍ର ଠୁଙ୍ଗାରେ ଦହିବରା ଆଳୁଦମ ପରସା ଯାଏ । ଦହିବରା ଖାଇସାରିବା ପରେ ସେହି ଠୁଙ୍ଗାରେ ଦହିପାଣି ପିଇବାକୁ ଦିଆଯାଏ । ଖାଇସାରିବା ପରେ ପେଡ଼ାର ମଧ୍ୟ ବ୍ୟବସ୍ଥା ଥାଏ । ୪୫ ମିନିଟରୁ ଏକ ଘଣ୍ଟା ମଧ୍ୟରେ ତାଙ୍କର ସବୁ ଦହିବରା ବିକ୍ରି ହୋଇଯାଏ । ନିଜ ଘରେ ଗାଇ ରଖି, ସେ ଦହି ପ୍ରସ୍ତୁତ କରିଥାନ୍ତି । ପୂର୍ବଦିନ ରାତି ବାରଟାରୁ ବିରି ବତୁରା ହୋଇ ସକାଳ ୯ଟାରେ ବରା ଛଣା ଆରମ୍ଭ ହୁଏ ଓ ଆଳୁଦମ ପ୍ରସ୍ତୁତ କରାଯାଏ । ଦହିବରା ପ୍ରସ୍ତୁତିରେ ତାଙ୍କର ପୁରା ପରିବାର ସହଯୋଗ କରନ୍ତି । ବିକ୍ରିବଟାରେ ପୁଅ ଲିଙ୍ଗରାଜ, ବନମାଳୀ ଓ ପୁତୁରା ରତ୍ନାକର ସହଯୋଗ କରନ୍ତି । ରଘୁ ଓଡ଼ିଶା ସୀମାଡେଇଁ ୨୦୧୭ ମଇ ମାସରେ ଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶା ପର୍ବରେ ଯୋଗଦେଇ ଦହିବରା ଆଳୁଦମ ବେପାର କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସାୟେଶା ସୈଗଲ (ଜନ୍ମ: ୧୨ ଅଗଷ୍ଟ ୧୯୯୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ସାୟେଶା ହିନ୍ଦୀ, ତେଲୁଗୁ ଏବଂ ତାମିଲ କଥାଚିତ୍ରରେ ଅଭିନୟ କରିଛନ୍ତି । ସାୟେଶାଙ୍କ ପ୍ରଥମ ଚଳଚ୍ଚିତ୍ର ଥିଲା ୨୦୧୫ର ତେଲୁଗୁ ଚଳଚ୍ଚିତ୍ର ଅଖିଳ । ଅଭିନେତା ଅକ୍କିନେନି ନାଗାର୍ଜୁନଙ୍କ ସାନ ପୁଅ ଅକ୍କିନେନି ଅଖିଳଙ୍କ ପ୍ରଥମ ଚଳଚ୍ଚିତ୍ରରେ ସାୟେଶାଙ୍କୁ ନାୟିକା ଭାବରେ ଅଭିନୟର ପ୍ରଥମ ସୁଯୋଗ ମିଳିଥିଲା । ଏହାପରେ ସେ ୨୦୧୬ରେ ହିନ୍ଦୀ କଥାଚିତ୍ର ଶିବାୟ ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସିକ୍ଲୋସ୍ପୋରିନ (ଇଂରାଜୀ ଭାଷାରେ Ciclosporin, ଅନ୍ୟ ଉଚ୍ଚାରଣ ସାଇକ୍ଲୋସ୍ପୋରିନ/cyclosporine ବା cyclosporin, ଏକ ରୋଗ ପ୍ରତିହତକାରୀ ଔଷଧ (immunosuppressant medication) ଓ ଏକ ପ୍ରାକୃତିକ ପଦାର୍ଥ (natural product) । ରିଉମାଟଏଡ ଆର୍ଥ୍ରାଇଟିସ, ସୋରିଆସିସ, କ୍ରନ୍ ରୋଗ, ନେଫ୍ରୋଟିକ ସିଣ୍ଡ୍ରୋମ (nephrotic syndrome) ରୋଗମାନଙ୍କରେ ଓ ପରିତ୍ୟକ୍ତ (rejection) ନ ହେବା ନିମନ୍ତେ ଅଙ୍ଗ ପ୍ରତିରୋପଣ (organ transplant) ଆଦି ଅବସ୍ଥାରେ ଏହା ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ଏହା କେରାଟୋକଞ୍ଜଙ୍କଟିଭାଇଟିସ ସିକା (keratoconjunctivitis sicca) ବା ଶୁଷ୍କ ଆଖିରେ ଟୋପା ବା ଡ୍ରପ୍ (eye drops) ଆକାରରେ ପକାଯାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (Oryza sativa)। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବିଳମ୍ବ କିସମର ଅଟେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଆସ୍ପାରାଜିନେଜ (ଇଂରାଜୀ ଭାଷାରେ Asparaginase, ଅନ୍ୟ ନାମ କ୍ରିସାଣ୍ଟାସ୍ପେସ) ଏକ ଇଞ୍ଜାଇମ (enzyme) ଯାହା ଔଷଧ ଭାବରେ ଓ ଖାଦ୍ୟ ଉତ୍ପାଦନରେ (food manufacturing) ବ୍ୟବହାର ହୁଏ । ଔଷଧ ଭାବରେ ଏହା ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ (acute lymphoblastic leukemia ବା ALL), ଆକ୍ୟୁଟ ମାୟେଲଏଡ ଲିଉକେମିଆ (acute myeloid leukemia ବା AML) ଓ ନନ୍-ହଜକିନ୍ସ ଲିମ୍ଫୋମା ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ଏହା ମାଂସପେଶୀରେ (muscle), ଚର୍ମ ତଳେ (under the skin) ଓ ଶିରାଭ୍ୟନ୍ତର (injection into a vein) ଇଞ୍ଜେକସନ ଆକାରରେ ଦିଆଯାଏ । ଏକ ପେଜିଲେଟେଡ pegylated ସଂସ୍କରଣ ମଧ୍ୟ ମିଳେ । ଖାଦ୍ୟ ଉତ୍ପାଦନରେ ଏହା ଆକ୍ରିଲାମାଇଡ (acrylamide) କମେଇବା ନିମନ୍ତେ ଦିଆଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆ ଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ) ର ରଚନା କରିସାରିଥିଲେ l
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ହ୍ୟାକିଂ କହିଲେ ଫେସବୁକ, ଜି-ମେଲ କିମ୍ବା ୱେବସାଇଟକୁ ବିନା ପାସୱାର୍ଡରେ ଖୋଲିଦେବା କେବଳ ନୁହେଁ, ବରଂ ବୃହତ ଅର୍ଥରେ ସାଇବର ସୁରକ୍ଷା ପ୍ରଣାଳୀରେ ରହିଥିବା ଦୋଷ ତ୍ରୁଟିକୁ ଆବିଷ୍କାର କରିବା ହିଁ ଏହାର ମୂଳଲକ୍ଷ୍ୟ । ସମର୍ପଣ ଭାବ ସହ ପ୍ରଯୁକ୍ତି ବିଦ୍ୟାରେ ନିତ୍ୟ ପ୍ରତିଦିନ ଘଟୁଥିବା ପରିବର୍ତ୍ତନର ଖବର ରଖୁଥିବା ବ୍ୟକ୍ତି ହିଁ ଜଣେ ଭଲ ହ୍ୟାକର ହୋଇପାରିବେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
କଟି ଯନ୍ତ୍ରଣା ବା ନିମ୍ନ ପିଠି ଯନ୍ତ୍ରଣା (ଏଲବିପି) ଏକ ସାଧାରଣ ମାଂସପେଶୀକଙ୍କାଳ ବେମାରୀ ଯାହା ପିଠିର ମାଂସପେଶୀ, ସ୍ନାୟୁ ଓ ଅସ୍ଥିରେ ହୁଏ । ଏଥିରେ ସାଧାରଣ ଧରଣର ଯନ୍ତ୍ରଣା ହୁଏ କିନ୍ତୁ ସର୍ବଦା ଚାଲୁରହେ ବା ହଠାତ୍ ତୀବ୍ର ଅନୁଭବ ହୁଏ । ଯନ୍ତ୍ରଣା ସମୟ ଅନୁସାରେ ଏହି ରୋଗକୁ ୩ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ଆକ୍ୟୁଟ ବା ତୀବ୍ର (୬ ସପ୍ତାହରୁ କମ୍), ସବ-କ୍ରନିକ (୬ରୁ ୧୨ ସପ୍ତାହ) ଓ କ୍ରନିକ ବା ଦୀର୍ଘକାଳୀନ (୧୨ ସପ୍ତାହରୁ ଅଧିକ) । ଅନ୍ତର୍ନିହିତ କାରଣ ଅନୁସାରେ ଏହାକୁ ମେକାନିକାଲ, ନନ୍ମେକାନିକାଲ ଓ ରେଫର୍ଡ୍ ଯନ୍ତ୍ରଣା କୁହାଯାଏ । ନିମ୍ନ ପିଠି ଯନ୍ତ୍ରଣା ପ୍ରାୟ କିଛି ସପ୍ତାହ ମଧ୍ୟରେ କମିଯାଏ; ୪୦ରୁ ୯୦% ଲୋକ ୬ ସପ୍ତାହ ମଧ୍ୟରେ ସମ୍ପୁର୍ଣ୍ଣ ଭଲ ହୋଇଯାଆନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।