ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ବୈଶାଳୀ ମହାନ୍ତି (୫ ଅଗଷ୍ଟ, ୧୯୯୪) ଜଣେ ଓଡିଶୀ ନୃତ୍ୟ ଶିଳ୍ପୀ | ଏହାସହ ସେ ଜଣେ କୋରିଓଗ୍ରାଫର୍, ଲେଖିକା ଓ ବୈଦେଶିକ ଓ ସାର୍ବଜନିକ ନୀତି ବିଶ୍ଲେଷକ | ସେ ଅକ୍ସଫୋର୍ଡ୍ ଓଡିଶୀ କେନ୍ଦ୍ରର ସଂସ୍ଥାପକ | ଅକ୍ସଫୋର୍ଡ୍ ବିଶ୍ବବିଦ୍ୟାଳୟ ଓ ୟୁନାଇଟେଡ୍ କିଙ୍ଗଡମ୍ ର ଅନ୍ୟାନ୍ୟ ବିଶ୍ବବିଦ୍ୟାଳୟ ଗୁଡିକରେ ଓଡିଶା ନୃତ୍ୟକୁ ପ୍ରୋତ୍ସାହନ ଦେବା ସହ ସେଠାରେ ଓଡିଶୀ ପ୍ରଶିକ୍ଷଣ ଦେଇଥାନ୍ତି | ବିଭିନ୍ନ ପ୍ରତିଷ୍ଠିତ ଅନ୍ତରାଷ୍ଟ୍ରୀୟ ପ୍ରକାଶନ ପାଇଁ ବୈଦେଶିକ ନୀତି ଓ ସାମରିକ େକ୍ଷତ୍ରରେ ନିୟମିତ ଯୋଗଦାନ କରିଥାନ୍ତି |
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୈୟାମି ଖେର ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୫ରେ ତେଲୁଗୁ ଚଳଚ୍ଚିତ୍ର ରେ ଜରିଆରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ୨୦୧୬ରେ ସୈୟାମି ହିନ୍ଦୀ କଥାଚିତ୍ର ମିର୍ଜିୟା ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ସୈୟାମୀ ଚଳଚ୍ଚିତ୍ରରେ ଅଭିନୟ କରିବା ପୂର୍ବରୁ ଜାତୀୟ ସ୍ତରିୟ ମହିଳା କ୍ରିକେଟ ଦଳର ଦୃତତମ ବୋଲର୍ ଭାବରେ ଖେଳିଥିଲେ, ମାତ୍ର ପରେ ମଡେଲିଂରେ ଯୋଗ ଦେଲା ପରେ ସେ କ୍ରିକେଟ ଛାଡ଼ିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଆଜାଥାଇଓପ୍ରିନ (ଇଂରାଜୀ ଭାଷାରେ Azathioprine ବା AZA), ବିକ୍ରୟ ନାମ ଇମୁରାନ/Imuran) ଏକ ଇମ୍ମ୍ୟୁନୋସପ୍ରେସାଣ୍ଟ ଔସଧ (immunosuppressive medication) ରିଉମାଟଏଡ ଆର୍ଥ୍ରାଇଟିସ, କ୍ରନ୍ ରୋଗ, ଅଲସରେଟିଭ କୋଲାଇଟିସ ରୋଗମାନଙ୍କ ଚିକିତ୍ସାରେ ଓ ବୃକ୍କ ପ୍ରତିରୋପଣ (kidney transplant) ପରେ ପ୍ରତିରୋପଣ ପରିତ୍ୟାଗ (rejection) ନକରିବା ନିମନ୍ତେ ଏହି ଔଷଧ ଦିଆଯାଏ । ଏହା ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injected into a vein) ଆକାରରେ ଦିଆଯାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତାରକ୍ତହୀନତା ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା ଲୋହିତ ରକ୍ତ କଣିକା ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା ହେମୋଗ୍ଲୋବିନ ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ ।> ହେମୋଗ୍ଲୋବିନର ଅମ୍ଳଜାନ ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ । ଇଂରାଜୀରେ ଏହି ରୋଗକୁ ଆନିମିଆ କହନ୍ତି । ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା କ୍ୟାପିଲାରି ବା ଅତି ସୂକ୍ଷ୍ମ ରକ୍ତ ନଳୀ (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ରକ୍ତରେ ଅମ୍ଳଜାନ ପରିମାଣ କମିଯାଏ ଯାହାକୁ ହାଇପୋକ୍ସିଆ କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ । ଆନିମିଆ ଧୀରେ ଧୀରେ ଆସିଲେ ଲକ୍ଷଣ ଅସ୍ପଷ୍ଟ ହୁଏ: ଥକ୍କାଣ, ଦୂର୍ବଳତା, ଛୋଟ ଶ୍ୱାସକ୍ରିୟା ବା ବ୍ୟାୟାମ ଅକ୍ଷମତା ଦେଖାଯାଏ । ଶୀଘ୍ର ହେଉଥିବା ଆନିମିଆ ଲକ୍ଷଣ: ଚିତ୍ତଭ୍ରମ ହୁଏ, ଅଚେତ ହେବା ଭଳି ଲାଗେ ଓ ଅଧିକ ଶୋଷ ହୁଏ । ଶେତା ଦେଖାଯିବା ନିମନ୍ତେ ଅଧିକ ଆନିମିଆ ଆବଶ୍ୟକ । ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଲକ୍ଷଣ ଦେଖାଯାଏ । ରକ୍ତସ୍ରାବ, ଲୋହିତ ରକ୍ତ କଣିକା (ଲୋ.ର.କ.) କମ୍ ତିଆରି ଓ ଅଧିକ ଲୋ.ର.କ. ଭାଙ୍ଗିବା- ଏହି ତିନି କାରଣ ଯୋଗୁ ରୋଗ ହୁଏ । ରକ୍ତକ୍ଷୟର କାରଣ ମଧ୍ୟରେ ଆଘାତ ଖାଦ୍ୟନଳୀ ରକ୍ତସ୍ରାବ ପ୍ରଧାନ । ସ୍ୱଳ୍ପ ତିଆରି କାରଣମାନଙ୍କ ମଧ୍ୟରେ ଦେହରେ ଲୌହ ଅଭାବ, ଭିଟାମିନ ବି୧୨ ଅଭାବ, ଥାଲାସେମିଆ ଓ ଅନେକ ଅସ୍ଥିମଜ୍ଜା ଅର୍ବୁଦ ପ୍ରଧାନ । ଅଧିକ ଭାଙ୍ଗିବା କାରଣ ମଧ୍ୟରେ ମ୍ୟାଲେରିଆ ଓ କେତେକ ଅଟୋଇମ୍ମ୍ୟୁନ ରୋଗ ପ୍ରଧାନ । ଲୋ.ର.କ.ର ଆକାର (size of red blood cells) ଓ ପ୍ରତି କଣିକାରେ ଥିବା ହେମୋଗ୍ଲୋବିନ ପରିମାଣ (amount of hemoglobin in each cell) ଅନୁସାରେ ଏହାକୁ ବର୍ଗୀକରଣ କରାଯାଏ । ଲୋ.ର.କ. ଛୋଟ ହେଲେ ମାଇକ୍ରୋସାଇଟିକ ଆନିମିଆ, ବଡ଼ ହେଲେ ମାକ୍ରୋସାଇଟିକ ଆନିମିଆ ଓ ଅପରିବର୍ତ୍ତିତ ଥିଲେ ନର୍ମୋସାଇଟିକ ଆନିମିଆ କୁହାଯାଏ । ଆନିମିଆ ରୋଗ ନିର୍ଣ୍ଣୟ କରିବା ନିମନ୍ତେ ହେମୋଗ୍ଲୋବିନ ପୁରୁଷଙ୍କଠାରେ ୧୩ରୁ୧୪ଗ୍ରା/ଡେ.ଲି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଟ୍ରାନ୍ସଫର୍ମର ହେଉଛି ଏକ ଯନ୍ତ୍ର , ଯାହାକି ଚୁମ୍ବକୀୟ କ୍ଷେତ୍ରର ସାହାୟତାରେ ଗୋଟିଏ ଭୋଲଟେଜ୍ ଲେବଲ୍ (Voltage level) ରେ ଥିବା ବୈଦୁତିକ ଶକ୍ତି (AC)କୁ ଅନ୍ୟ ଏକ ଭୋଲଟେଜ୍ ଲେବଲ୍ ରେ ଥିବା ବୈଦୁତିକ ଶକ୍ତି (AC)କୁ ପରିବର୍ତ୍ତନ କରିଥାଏ । ଏହାର ଦୁଇ କିମ୍ବା ତତୋଽଧିକ କଏଲ୍(Coil) ଥାଏ ଯାହାକି ଏକ ସାଧାରଣ ଫେରୋ-ମ୍ୟାଗ୍ନେଟିକ୍ କୋର୍ (Ferromagnetic Core) ଚାରିପଟେ ଗୁଡା ହୋଇ ରହିଥାଏ । ଏହି କଏଲ୍ ଗୁଡିକ (ସାଧାରଣତଃ) ସିଧାସଳଖ ଯୋଡା ଯାଇ ନଥାଏ । କଏଲ ଗୁଡିକ ଭିତରେ ଏକ ମାତ୍ର ଯୋଡେଇ ହେଲା କୋର୍ ଭିତରେ ଥିବା ସାଧାରଣ ଚୁମ୍ବକୀୟ ଫ୍ଲକ୍ସ୍ (common magnetic flux) । ଟ୍ରାନ୍ସଫର୍ମର ର ଗୋଟିଏ ୱାଇଣ୍ଡିଂ ବୈଦୁତିକ ଶକ୍ତି ଉତ୍ସ (ac power source) ସହ ଯୋଡା ଯାଇଥାଏ ଏବଂ ଦ୍ଵିତୀୟଟି (ବେଳେବେଳେ ତୃତୀୟଟି) ଲୋଡ୍(Load)କୁ ବୈଦୁତିକ ଶକ୍ତି ଯୋଗାଇଦିଏ । ଟ୍ରାନ୍ସଫର୍ମର ର ଯେଉଁ ୱାଇଣ୍ଡିଂ ଟି ଶକ୍ତି ଉତ୍ସ ସହ ଯୋଡା ଯାଇଥାଏ ତାକୁ ପ୍ରାଥମିକ ୱାଇଣ୍ଡିଂ ଓ ଯେଉଁ ୱାଇଣ୍ଡିଂ ଟି ଲୋଡ ସହ ଯୋଡା ଯାଇଥାଏ ତାକୁ ଦ୍ଵିତୀୟକ ୱାଇଣ୍ଡିଂ କୁହାଯାଏ । ଯଦି ଟ୍ରାନ୍ସଫର୍ମରରେ ତୃତୀୟ ୱାଇଣ୍ଡିଂ ଥାଏ ତେବେ ତାକୁ ତୃତୀୟକ ୱାଇଣ୍ଡିଂ (Tertiary Winding) କୁହାଯାଏ ।
ଇଣ୍ଟ୍ରାସେରେବ୍ରାଲ ହେମୋରେଜ ବା ପ୍ରମସ୍ତିଷ୍କାଭ୍ୟନ୍ତର ରକ୍ତସ୍ରାବ (ଇଂରାଜୀ ଭାଷାରେ Intracerebral hemorrhage ବା ଆଇସିଏଚ/ICH ବା cerebral bleed) ଏକ ପ୍ରକାର ଖପୁରୀ ଅଭ୍ୟନ୍ତର ରକ୍ତସ୍ରାବ ଯାହା ମସ୍ତିଷ୍କ ତନ୍ତୁ (brain tissue|) ଭିତରେ ବା ଭେଣ୍ଟ୍ରିକ୍ଲ (ventricles) ଭିତରେ ହୋଇପାରେ । ଏହି ରୋଗର ଲକ୍ଷଣ: ମୁଣ୍ଡବଥା, ଏକ ପାଖିଆ ଦୁର୍ବଳତା, ବାନ୍ତି, ଅପସ୍ମାର ବାତ, ସ୍ୱଳ୍ପ ସ୍ତରର ଚେତନା (decreased level of consciousness) ଓ ଶକ୍ତ ବେକ (neck stiffness) । ସମୟ କ୍ରମେ ଲକ୍ଷଣ ଖରାପ ଦିଗକୁ ଯାଏ । ସାଧାରଣତଃ ଜ୍ୱର ମଧ୍ୟ ହୁଏ । ଅନେକ କେଶ୍ରେ ଉଭୟ ମସ୍ତିଷ୍କ ତନ୍ତୁ ଓ ଭେଣ୍ଟ୍ରିକ୍ଲ ମଧ୍ୟରେ ରକ୍ତସ୍ରାବ ହୁଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ପ୍ରାଚୀନ କାଳ ରେ ଭାରତ ର ପୂର୍ବତଟବର୍ତୀ ଅଞ୍ଚଳ ରେ କଳିଙ୍ଗ ରାଜ୍ୟ ନାମ ରେ ଥିବା ବର୍ତମାନ ର ଓଡ଼ିଶା ଏକ ସମ୍ବରୁଧ ରାଜ୍ୟ ଥିଲା । ବଙ୍ଗୋପସାଗର ର ତଟ ରେ ଅନେକ ପ୍ରାଚୀନ ପୋତାଶ୍ରୟ ମାନ ଥାଇ କଳିଙ୍ଗ ର ସାଧବ ( ବଣିକ ) ମାନେ ପାଲଟଣା ଜାହାଜ ରେ ସୁଦୁରୁ ଇଣ୍ଡୋନେସିଆ (ଯାହାର ପୂର୍ବତନ ନାମ "ସୁମାତ୍ରା " ବାଲି" " ଜାଭା " ଇତ୍ୟାଦି ଦ୍ଵିପ ସମୂହ ଥିଲା) ଓ ଅନନ୍ୟ ଦେଶ କୁ ଯାଇ ବେପାର ବାଣିଜ୍ୟ କରୁଥିଲେ । ସେମାନେ ସେଠାକୁ କଳିଙ୍ଗ ର ଦ୍ରବ୍ୟ ସମୂହ ନେଇ ସେଠାରେ ବିକ୍ରୟ କରି , ସେଠାରେ ମିଳୁଥିବା ଦ୍ରବ୍ୟ ସବୁ ଆମଦାନୀ କରୁଥିଲେ । କ୍ରମଶଃ ବାଣିଜ୍ୟ ସହ ଇଣ୍ଡୋନେସୀୟ ଦ୍ଵିପ ମାନଙ୍କ ସହ କଳିଙ୍ଗ ର ସଂସ୍କୃତିକ ଓ ସାମାଜିକ ସମ୍ପର୍କ ଗଢି ଉଠିଥିଲା । ଅନେକ ଓଡ଼ିଆ ସଂସ୍କୃତି ବାଲି , ଜାଭା ଓ ସୁମାତ୍ରା ଦ୍ଵିପ ରେ ଆଦୃତ ହେଇଥିଲା । ପରେ ଓଡ଼ିଶା ର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ୧୯୪୭ ମସିହା ରେ ଡଚ ମାନଙ୍କ ଠାରୁ ଇଣ୍ଡୋନେସିଆ ର ସ୍ଵାଧୀନତା ପାଇଁ ସଂଗ୍ରାମ କରୁଥିବା ମୁଖ୍ୟ ନେତା ଶରହିର ଙ୍କୁ ନିଜେ ବିମାନ ଚଳେଇ ନିରାପଦ ସ୍ଥାନ କୁ ନେଇ ଯାଇ ତାଙ୍କର ପ୍ରାଣ ରକ୍ଷ୍ୟା କଲା ପରେ ତାଙ୍କ ସହ ଇଣ୍ଡୋନେସିଆ ର ସମ୍ପର୍କ ଗଭୀର ହେଇଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କଟକର ବିଡ଼ାନାସୀଠାରେ ରଘୁନାଥ ସାସମଲଙ୍କ ଉଠା ଦହିବରା ଆଳୁଦମ ଦୋକାନଟିଏ ରହିଛି । ଏହା ରଘୁ ଦହିବରା-ଆଳୁଦମ ନାମରେ ପରିଚିତ । ରଘୁନାଥ, ବିଡ଼ାନାସୀର ସ୍ଥାୟୀ ବାସିନ୍ଦା ଓ ଛଅ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି, ଏହି ବ୍ୟବସାୟରେ ଅଛନ୍ତି । ତାଙ୍କୁ ପନ୍ଦର ବର୍ଷ ହେଲାବେଳଠୁ, ସେ ଦହିବରା ବେପାର କରିଆସୁଛନ୍ତି । ବିଡ଼ାନାସୀ ଛକରେ ରଘୁ ସନ୍ଧ୍ୟା ୫.୩୦ ବେଳକୁ ଦହିବରା ଆଳୁଦମ ଏକ ଟ୍ରଲିରେ ଧରି ପହଞ୍ଚନ୍ତି । ସେ ଆସିବା ଆଗରୁ ଗ୍ରାହକମାନେ ତାଙ୍କୁ ଅପେକ୍ଷା କରି ରହିଥାନ୍ତି । ସବୁଦିନ ସେ ପ୍ରାୟ ୨୦୦ ଜଣଙ୍କ ପାଇଁ ଦହିବରା ପ୍ରସ୍ତୁତ କରିଥାନ୍ତି । ଶନିବାର, ରବିବାର ଓ ଛୁଟିଦିନରେ ଅଧିକ ୫୦ ଲୋକଙ୍କ ପାଇଁ ଦହିବରା ପ୍ରସ୍ତୁତ କରନ୍ତି । କଞ୍ଚା ଶାଳପତ୍ର ଠୁଙ୍ଗାରେ ଦହିବରା ଆଳୁଦମ ପରସା ଯାଏ । ଦହିବରା ଖାଇସାରିବା ପରେ ସେହି ଠୁଙ୍ଗାରେ ଦହିପାଣି ପିଇବାକୁ ଦିଆଯାଏ । ଖାଇସାରିବା ପରେ ପେଡ଼ାର ମଧ୍ୟ ବ୍ୟବସ୍ଥା ଥାଏ । ୪୫ ମିନିଟରୁ ଏକ ଘଣ୍ଟା ମଧ୍ୟରେ ତାଙ୍କର ସବୁ ଦହିବରା ବିକ୍ରି ହୋଇଯାଏ । ନିଜ ଘରେ ଗାଇ ରଖି, ସେ ଦହି ପ୍ରସ୍ତୁତ କରିଥାନ୍ତି । ପୂର୍ବଦିନ ରାତି ବାରଟାରୁ ବିରି ବତୁରା ହୋଇ ସକାଳ ୯ଟାରେ ବରା ଛଣା ଆରମ୍ଭ ହୁଏ ଓ ଆଳୁଦମ ପ୍ରସ୍ତୁତ କରାଯାଏ । ଦହିବରା ପ୍ରସ୍ତୁତିରେ ତାଙ୍କର ପୁରା ପରିବାର ସହଯୋଗ କରନ୍ତି । ବିକ୍ରିବଟାରେ ପୁଅ ଲିଙ୍ଗରାଜ, ବନମାଳୀ ଓ ପୁତୁରା ରତ୍ନାକର ସହଯୋଗ କରନ୍ତି । ରଘୁ ଓଡ଼ିଶା ସୀମାଡେଇଁ ୨୦୧୭ ମଇ ମାସରେ ଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶା ପର୍ବରେ ଯୋଗଦେଇ ଦହିବରା ଆଳୁଦମ ବେପାର କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଟ୍ରମ୍ପ ଅର୍ଗାନାଇଜେସନ୍ର ଚେୟାରମ୍ୟାନ୍ ହେଉଛନ୍ତି ଟ୍ରମ୍ପ । 2014ରେ ଯେଉଁ କମ୍ପାନିର ରାଜସ୍ବ ଥିଲା 9.5 ୟୁଏସ୍ ବିଲିୟନ୍ ଡଲାର । ସେ ବର୍ତ୍ତମାନ 3.7 ବିଲିୟନ୍ ଡଲାର ମାଲିକ । ତାଙ୍କର ଟ୍ରମ୍ପ ଟାଓ୍ବାର ପେଣ୍ଟ ହାଉସ୍ର ମୂଲ୍ୟ ହେଉଛି ଶହେ ମିଳିୟନ୍ ଡଲାର । ଏହାଛଡ଼ା ତାଙ୍କର ରହିଛି ନ୍ୟୁୟର୍କରେ ଏକ ବିରାଟ ମ୍ୟାନସନ୍ । ଟ୍ରମ୍ପଙ୍କ ଗୋଲ୍ଡ ପ୍ଲେଟେଡ୍ ମୋଟର ସାଇକେଲ , 3ଟି ସିକୋରିସ୍କାଏ ହେଲିକପ୍ଟର ଓ ଏକ ବୋଇଂ 757 ରହିଛି । ଏହା ବାଦ ତାଙ୍କ ପାଖରେ ରହିଛି ପ୍ରାୟ 23 ମିଲିଅନ୍ ଡଲାରର ଜେଟ୍ ବିମାନ । ସେ ବର୍ତ୍ତମାନ ଆମେରିକାର 113 ତମ ଓ ବିଶ୍ବର 324ତମ ଧନୀ ବ୍ୟକ୍ତି [୧] ।
ଲିସମାନିଆସିସ ବା ଲିସମାନିଓସିସ (ଇଂରାଜୀରେ ଯଥାକ୍ରମେ Leishmaniasis କିମ୍ବା leishmaniosis) ଏକ ରୋଗ ଯାହା ଏକ ପ୍ରୋଟୋଜୋଆ ପରଜୀବୀ ଜିନସ ଲିସମାନିଆଦ୍ଵାରା ହୁଏ ଓ ଏହା କେତେକ ପ୍ରକାର ସ୍ୟାଣ୍ଡଫ୍ଲାଇ କାମୁଡିଲେ ବ୍ୟାପେ । ଏହି ରୋଗ ତିନି ପ୍ରକାର ପ୍ରଦର୍ଶନ କରାଏ ଯଥା ଚର୍ମ, ଝିଲ୍ଲୀଚର୍ମ ଓ ଭିସେରାଲ ଲିସ୍ମାନିଆସିସ । ଚର୍ମ ଲିସମାନିଆସିସରେ ଚର୍ମରେ ଘାଆ ହୁଏ, କିନ୍ତୁ ଝିଲ୍ଲୀଚର୍ମରେ ଚମ, ପାଟି ଓ ନାକରେ ହୁଏ । ଭିସେରାଲ ରୋଗରେ ଆରମ୍ଭରୁ ଚର୍ମରେ ହୁଏ ଓ ପରେ ଜ୍ୱର ହୁଏ, ଲୋହିତ ରକ୍ତ କଣିକା କମିଯାଏ, ପ୍ଲୀହା ଓ ଯକୃତ ବଢ଼ିଯାଏ । କୋଡ଼ିଏ ପ୍ରକାର ଲିସମାନିଆ ପରଜୀବୀଯୋଗୁ ଏହି ରୋଗ ହୁଏ । ସଙ୍କଟ ପରିସ୍ଥିତି ନିମନ୍ତେ ଦାରିଦ୍ର୍ୟ, ଅପପୋଷଣ ବା ମାଲ୍ନ୍ୟୁଟ୍ରିସନ, ଜଙ୍ଗଲକଟା ଓ ସହରୀକରଣ ଦାୟୀ । ପରଜୀବୀକୁ ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ରୋଗ ଚିହ୍ନିହୁଏ, ଅଧିକନ୍ତୁ ଭିସେରାଲ ରୋଗ ରକ୍ତ ପରୀକ୍ଷାକରି ଜଣାଯାଏ । କୀଟମାରୀ ଔଷଧବୋଳା ମଶାରୀ ବ୍ୟବହାର କରି ଲିସମାନିଆସିସ ରୋଗକୁ ପ୍ରତିରୋଧ କରିହୁଏ । ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟରେ ସ୍ୟାଣ୍ଡଫ୍ଲାଇ ମାରିବା ନିମନ୍ତେ କୀଟମାରି ଔଷଧ ସ୍ପ୍ରେ ଓ ରୋଗୀମାନଙ୍କର ଶୀଘ୍ର ଚିକିତ୍ସା କରିବା ଆବଶ୍ୟକ । କେଉଁ ସ୍ଥାନରୁ ରୋଗ ଆସିଛି, କେଉଁ ପ୍ରକାର ଲିସମାନିଆ ଓ କେଉଁ ପ୍ରକାର ଲିସମାନିଆରୋଗ ଉପରେ ଚିକିତ୍ସା ନିର୍ଭର କରେ । ଭିସେରାଲ ରୋଗ ନିମନ୍ତେ ଲାଇପୋସୋମାଲ ଆମ୍ଫୋଟେରିସିନ ବି, ବା ପେଣ୍ଟାଭାଲେଣ୍ଟ ଆଣ୍ଟିମୋନିଲିଆଲ ସହ ପାରୋମାମାଇସିନ ବା ମିଲ୍ଟେଫୋସିନ ଦିଆଯାଏ । ଚର୍ମ ରୋଗ ନିମନ୍ତେ ପାରୋମୋମାଇସିନ, ଫ୍ଲୁକୋନାଜୋଲ କିମ୍ବା ପେଣ୍ଟାମିଡିନ ଦିଆଯାଏ । ଅଧୁନା ୧୨ ନିୟୁତ ଲୋକ ସଂକ୍ରମିତ ହୋଇଛନ୍ତି । ୯୮ଟ ଦେଶରେ ପ୍ରାୟ ୨ନିୟୁତ ନୂଆ ରୋଗୀ ଓ ୨୦ରୁ ୫୦ ହଜାର ମୃତ୍ୟୁ ପ୍ରତି ବର୍ଷ ହେଉଛି । ରୋଗ ହେଉଥିବା ସ୍ଥାନରେ ଏସିଆ, ଆଫ୍ରିକା, ଦକ୍ଷିଣ ତଥା ମଧ୍ୟ ଆମେରିକା ଓ ୟୁରୋପର ୨୦୦ ନିୟୁତ ଲୋକ ବାସକରନ୍ତି । ରୋଗ ଚିକିତ୍ସା ନିମନ୍ତେ କେତେକ ଔଷଧ ପାଇଁ ଡବ୍ଲ୍ୟୁ.ଏଚ.ଓ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଏହା ଏକ ଦ୍ରୁମ ଜାତୀୟ ଉଦ୍ଭିଦ। ଭାରତରେ ସର୍ବତ୍ର ଏହା ଦେଖିବାକୁ ମିଳିଥାଏ । ପତ୍ରଗୁଡ଼ିକ ତେନ୍ତୁଳି ପତ୍ର ପରି ଦିଶିଲେ ବି ଏହାଠାରୁ ଟିକିଏ ବଡ଼ ଆକାରର ହୋଇଥାନ୍ତି। ଏହା ମଧ୍ୟମ ଉଚ୍ଚତା ବିଶିଷ୍ଟ ଗଛ। ଅନ୍ୟ ନାମ ଅଏଁଳା । ଓଡ଼ିଶାର ଗ୍ରାମାଞ୍ଚଳରେ ଅଁଳା କୋଳି (ଅଅଁଳା କୋଳି ବା ନର କୋଳି) ନାମରେ ଆଉ ଏକ ଗଛ ଦେଖାଯାଏ ଯାହା ଅଁଳାଠାରୁ ଆକାରରେ ସାନ ଓ ଶିରାଯୁକ୍ତ (ଦ୍ରଷ୍ଟବ୍ୟ : କୋଳି)। ଏହାକୁ ଅଁଳା କୋଳିଠାରୁ ଅଲଗା ଚିହ୍ନଟ କରିବାପାଇଁ ଲୋକେ ଏହାକୁ ଧାତ୍ରୀ ଅଁଳା ବୋଲି ମଧ୍ୟ କହିଥାନ୍ତି । ଏହାର ଅନ୍ୟନାମଗୁଡିକ ହେଲା ତିଷ୍ୟଭଳା, ଅମୃତା, ବୟସ୍କା, କାୟସ୍ଥା, ଶ୍ରୀଫଳା, ଧାତ୍ରିକା, ଶିବା, ଶାନ୍ନା, ଧାତ୍ରୀ, ବୃଷ୍ୟା, ବୃତଫଳ, ରୋଚନୀ, କର୍ଷଫଳ ଏବଂ ତିଷ୍ୟା