ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଦି ଓପନ ଡେଫିନେସନ ଓପନ ନଲେଜ ଫାଉଣ୍ଡେସନ (ଅଧୁନା ଓପନ ନଲେଜ ଇଣ୍ଟରନ୍ୟାସନାଲ (OKI)) ଦ୍ୱାରା ପ୍ରକାଶିତ ଏକ ନଥି । ଡାଟା ଓ କଣ୍ଟେଣ୍ଟ ସହ ଯୋଡ଼ି ଏହା ଖୋଲାପଣ (ଓପନନେସ)କୁ ସଜ୍ଞାବଦ୍ଧ କରିଛି । କୌଣସି ବିଷୟବସ୍ତୁ କି କି ଲାଇସେନ୍ସ ଲୋଡ଼ିଥାଏ ଓ ତାହା ଖୋଲା ଲାଇସେନ୍ସ ଭାବେ ମଣାଯାଇପାରିବ କି ନାଁ ଏହା ସେ ବାବଦରେ ଦର୍ଶାଇଥାଏ । ଏହି ସଜ୍ଞା ଓପନ ସୋର୍ସ ଡେଫିନେସନରୁ ଆଧାରିତ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
କ୍ଲାମିଡିଆ ସଂକ୍ରମଣ ବା ସାଧାରଣ ଭାବରେ କୁହାଯାଉଥିବା କ୍ଲାମିଡିଆ ଏକ ଯୌନ ସଞ୍ଚାରିତ ସଂକ୍ରମଣ ଯାହା କ୍ଲାମିଡିଆ ଟ୍ରାକୋମାଟିସ୍ ନାମକ ଏକ ପ୍ରକାର ଜୀବାଣୁଦ୍ୱାରା ସଞ୍ଚାରିତ ହୁଏ । ଏହାଦ୍ୱାରା ସଂକ୍ରମିତ ଅଧିକାଂଶ ଲୋକଙ୍କର କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସଂକ୍ରମିତ ହେବାର କିଛି ସପ୍ତାହ ପରେ ଲକ୍ଷଣ ବାହାରିପାରେ । ମହିଳାଙ୍କର ଲକ୍ଷଣ ମଧ୍ୟରେ ଯୌନାଙ୍ଗରୁ କ୍ଷରଣ ଓ ପରିସ୍ରା କଲାବେଳେ ଜଳାପୋଡ଼ା ହୁଏ । ପୁରୁଷଙ୍କ ଲକ୍ଷଣ ମଧ୍ୟରେ ଲିଙ୍ଗରୁ କ୍ଷରଣ, ପରିସ୍ରା ଜଳାପୋଡ଼ା ଓ ଅଧିମୁଷ୍କ ପ୍ରଦାହ (ଗୋଟିଏ ବା ଦୁଇଟି ଟେସ୍ଟିକ୍ଲ ଫୁଲିଯାଏ ଓ ଯନ୍ତ୍ରଣା) ହୁଏ । ମହିଳାଙ୍କ କ୍ଷେତ୍ରରେ ଏହି ସଂକ୍ରମଣର ଉର୍ଦ୍ଧଗତି ହୋଇ ପେଲଭିକ ପ୍ରଦାହ ରୋଗ ହୋଇପାରେ ଓ ଅବଶେଷରେ ବନ୍ଧ୍ୟାତ୍ୱ ବା ଅସ୍ଥାନିକ ଗର୍ଭ ହୋଇପାରେ । ଆଖିରେ ବାରମ୍ବାର ସଂକ୍ରମଣ ହୋଇ ଅଣଚିକିତ୍ସିତ ହେଲେ ଟ୍ରାକୋମା ରୋଗ ହୁଏ ଯାହା ବିକାଶଶୀଳ ଦେଶମାନଙ୍କରେ ଅନ୍ଧତ୍ୱର ଏକ ମୂଖ୍ୟ କାରଣ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଟେଟ୍ରାକେନ (ଇଂରାଜୀ ଭାଷାରେ Tetracaine, ଅନ୍ୟ ନାମ ଆମେଥୋକେନ/amethocaine) ଏକ ସ୍ଥାନୀୟ ନିଶ୍ଚେତକ (local anesthetic) ଯାହା ଆଖି, ନାକ ଓ ଗଳାରେ ବ୍ୟବହାର କରାଯାଏ । ଶିରାଭ୍ୟନ୍ତର (intravenous) ନିଶ୍ଚେତକ ଦେବା ପୂର୍ବରୁ ମଧ୍ୟ ଏହା ଦିଆଯାଇପାରେ । ଏହା ଏକ ତରଳ ପଦାର୍ଥ ଆକାରରେ ଲଗାଯାଏ । ଆଖିରେ ପ୍ରୟୋଗ କଲେ ୩୦ ସେକେଣ୍ଡ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହୋଇ ୧୫ ମିନିଟ ପର୍ଯ୍ୟନ୍ତ ରହେ ।
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ । ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ । ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଏବଂ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫାଗୃପ ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଅଛି ।
ଜ୍ୟୋତ୍ସ୍ନା ରାଉତରାୟ, ଓଡ଼ିଶାର ଜଣେ ବରିଷ୍ଠ ମହିଳା ଓଡ଼ିଆ ସାମ୍ବାଦିକ, ସମ୍ପାଦକ ଏବଂ ସାହିତ୍ୟିକା ଥିଲେ । ସେ ୧୯୫୮ ମସିହା ମଇ ମାସ ୧୧ ତାରିଖରେ ବାଲେଶ୍ଵରଠାରେ ଜନ୍ମଗ୍ରହଣ କରିଥିଲେ । ମାତ୍ର ଅଷ୍ଟମ ଶ୍ରେଣୀରେ ପଢୁଥିବା ସମୟରେ ତାଙ୍କର ପ୍ରଥମ ଉପନ୍ୟାସ 'ଗାଈର ଆତ୍ମକାହାଣୀ' ପ୍ରକାଶ ପାଇଥିଲା । ୧୯୮୪ ମସିହାରେ ସମ୍ବାଦ ଖବରକାଗଜରେ ଯୋଗଦାନ କରି, ସେ ନିଜର ସାମ୍ବାଦିକ ବୃତ୍ତି ଆରମ୍ଭ କରିଥିଲେ । ସେହି ସମୟରେ ଓଡ଼ିଶାରେ ମହିଳା ସାମ୍ବାଦିକମାନଙ୍କ ସଂଖ୍ୟା ଖୁବ ନଗଣ୍ୟ ଥିଲା । ୨୨ ବର୍ଷ ସେ ସମ୍ବାଦର ସମ୍ପାଦନା ବିଭାଗରେ କାର୍ଯ୍ୟ କରିଥିଲେ । ୨୦୦୬ ମସିହାରୁ ସେ ମୁକ୍ତବୃତ୍ତି ସାମ୍ବାଦିକ ଭାବରେ କାର୍ଯ୍ୟ କରିଆସୁଥିଲେ । ସାମ୍ବାଦିକତା ବ୍ୟତିତ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ମଧ୍ୟ ତାଙ୍କର ଅନେକ ଅବଦାନ ରହିଛି ଓ ସେ ବହୁବାର ପୁରସ୍କୃତ ମଧ୍ୟ ହୋଇଛନ୍ତି । ୨୦୧୩ ମସିହା ଅଗଷ୍ଟ ମାସ ୬ ତାରିଖରେ ତାଙ୍କର ତିରୋଧାନ ଘଟିଥିଲା ।
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୋପାଳ ଘୋଷ (୧୯୨୦-୨୦୧୫) ଜଣେ ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ୧ ମଇ ୧୯୨୦, ଶନିବାର ଦିନ ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ରଘୁନାଥପୁରର ଏକ ଜମିଦାର ପରିବାରରେ ଗୋପାଳ ଘୋଷ ଜନ୍ମ ଗ୍ରହଣ କରିଥିଲେ । ତାଙ୍କୁ ମାତ୍ର ୬ବର୍ଷ ବୟସ ହୋଇଥିବାବେଳେ ଭକ୍ତ ଧ୍ରୁବ ନାଟକରେ ମୁଖ୍ୟ ଚରିତ୍ର ଧ୍ରୁବ ଭୂମିକାରେ ଅଭିନୟ କରିଥିଲେ । ଏହାପରେ ସେ ୧୦୦ରୁ ଅଧିକ ଡ୍ରାମାରେ ଅଭିନୟ କରିଥିବାବେଳେ ଭାରତୀ ଥିଏଟର, ଜନତା ରଙ୍ଗ ମଞ୍ଚ, ଏଚ୍ଏମ୍ଭି ଗ୍ରାମଫୋନ୍ରେ ନିୟମିତ କଳାକାର ଭାବରେ କାର୍ଯ୍ୟ କରୁଥିଲେ । ଶ୍ରୀ ଜଗନ୍ନାଥ ଥିଲା ତାଙ୍କର ଅଭିନୀତ ପ୍ରଥମ ସିନେମା । ସେଥିରେ ସେ ବିଦ୍ୟାପତି ଭୂମିକାରେ ଅଭିନୟ କରି ବେଶ୍ ପ୍ରଶଂସିତ ହୋଇଥିଲେ । ଯେତେବେଳେ ଓଡ଼ିଶାରେ ସିନେମା ହଲ୍ ନଥିଲା ସେହି ସମୟରେ ସେ ୧୨ଟି ଭ୍ରାମ୍ୟମାଣ ଥିଏଟର ଅାରମ୍ଭ କରିଥିଲେ । ୨୦୦୪ରେ ଇଟିଭିରେ ପ୍ରସାରିତ ବୁଢା ଶଙ୍ଖାରିରେ ୮୪ ବର୍ଷ ବୟସରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ।
ପର୍ଶୁରାମେଶ୍ଵର ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ହିନ୍ଦୁ ମନ୍ଦିର, ଯାହା ଓଡ଼ିଶାର ସବୁଠୁ ପୁରୁଣା ମନ୍ଦିର ମଧ୍ୟରୁ ଗୋଟିଏ । ଏହା ସବୁଠୁ ଭଲ ଭାବେ ସରଂକ୍ଷିତ ହୋଇଥିବା ଏକ ପୁରୁଣା ଉତ୍କଳୀୟ ମନ୍ଦିର ଏବଂ ଏହାର ନିର୍ମାଣ ଖ୍ରୀ.ଅ.୭ମ ରୁ ୮ମ ଶତାବ୍ଦୀ ମଧ୍ୟରେ ଶୈଳୋଦଭବ କାଳ ରେ ହୋଇଥିଲା । ଏହି ମନ୍ଦିରଟି ଭଗବାନ ଶିବଙ୍କୁ ସମର୍ପିତ । ନଗର ଶୈଳୀର ଏହି ମନ୍ଦିର ଟି ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।