ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ବାରାକ ହୁସେନ ଓବାମା ( /bəˈrɑːk huːˈseɪn ɵˈbɑːmə/; ଜନ୍ମ : ୪ ଅଗଷ୍ଟ ୧୯୬୧) ଯୁକ୍ତରାଷ୍ଟ୍ର ଆମେରିକାର ୪୪ତମ ରାଷ୍ଟ୍ରପତି ଏବଂ ପ୍ରଥମ ଆଫ୍ରିକୀୟ-ଆମେରିକୀୟ ରାଷ୍ଟ୍ରପତି । ତାଙ୍କର ଜନ୍ମ ହବାଇ ରାଜ୍ୟର ହନଲୁଲୁଠାରେ ହୋଇଥିଲା । ଓବାମା କଲମ୍ବିଆ ବିଶ୍ଵବିଦ୍ୟାଳୟ ଓ ହାବାର୍ଡ ଆଇନ ବିଦ୍ୟାଳୟରୁ ସ୍ନାତକୋତର ଡିଗ୍ରୀ ହାସଲ କରିଛନ୍ତି । ସେ ହାବାର୍ଡ ଆଇନ ବିଦ୍ୟାଳୟରେ ଅଧ୍ୟକ୍ଷ ରୂପେ ମଧ୍ୟ କାର୍ଯ୍ୟ କରିଥିଲେ।
ଲିଓନେଲ୍ ମେସି ଆର୍ଜେଣ୍ଟିନା ର ବିଶ୍ବପ୍ରସିଦ୍ଧ ପେଶାଦାର୍ ଫୁଟବଲ୍ ତାରକା ।ସେ ଆର୍ଜେଣ୍ଟିନା ଜାତୀୟ ଫୁଟବଲ୍ ଦଳ ଓ ସ୍ପାନିସ୍ ଲା ଲିଗା ଦଳ ବାର୍ସୀଲୋନା ରୁ ଖେଳନ୍ତି। ଅନେକ ମେସି ଙ୍କୁ ବିଶ୍ବ ର ଜଣେ ଭଲ ଫୁଟବଲ୍ ଖେଳାଳୀ ର ମାନ୍ୟତା ଦିଅନ୍ତି ।ସେ ବିଶ୍ବ ର ଏକମାତ୍ର ଖେଳାଳୀ ଭାବେ ୫ ଟି ବାଲାନ୍ ଡି ଓର୍ ପୁରସ୍କାର ପାଇଛନ୍ତି ।ସେ ୩ ଟି ଇଉରୋପିଆନ୍ ସୁନା ବୁଟ୍ ଜିତିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ଅନୁଷ୍ଠିତ ହୁଏ । ଏହାକୁ ମଧ୍ୟ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ । ଯେଉଁ ବର୍ଷ ଯୋଡା ଆଷାଢ଼ ପଡେ,ଉକ୍ତ ବର୍ଷ ଶ୍ରୀକ୍ଷେତ୍ରରେ ନବକଳେବର ଅନୁଷ୍ଠିତ ହୁଏ । ଏହି ଦିନରେ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କୁ ୧୦୮ ପୂର୍ଣ୍ଣକୁମ୍ଭରେ ଗାଧୋଇ ଦିଆଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ହାଇଡ୍ରୋକ୍ଲୋରୋକୁଇନ ବା ଏଚସିକ୍ୟୁ (ଇଂରାଜୀ ଭାଷାରେ Hydroxychloroquine ବା HCQ) ବିକ୍ରୟ ନାମ ପ୍ଲାକ୍ୱେନିଲ) ଏକ ଔଷଧ ଯାହା କେତେକ ଧରଣର ମ୍ୟାଲେରିଆର ପ୍ରତିଷେଧ ଓ ଚିକିତ୍ସା ନିମନ୍ତେ ବ୍ୟବହୃତ ହୁଏ । ଏହା ବିଶେଷତଃ କ୍ଲୋରୋକୁଇନ ସମ୍ୱେଦନଶୀଳ ମ୍ୟାଲେରିଆରେ ଦିଆଯାଏ । ଏହା ବ୍ୟତୀତ ରିଉମାଟଏଡ ଆର୍ଥ୍ରାଇଟିସ, ଲୁପସ ଏରିଦେମାଟୋସସ (lupus) ଓ ପରଫିରିଆ କ୍ୟୁଟାନିଅସ ଟାର୍ଡ଼ା (porphyria cutanea tarda) ରୋଗମାନଙ୍କରେ ଏହା ଦିଆଯାଏ । ଏହା ପାଟିରେ ଦିଆଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ଲାଇମ ରୋଗ ବା ଲାଇମ ବୋରେଲିଓସିସ ଏକ ପ୍ରକାର ସଂକ୍ରମକ ରୋଗ ଯାହା ବୋରେଲିଆ ଟାଇପର ଏକ ଜୀବାଣୁଦ୍ୱାରା ହୁଏ । ଏହି ସଂକ୍ରମଣର ମୂଖ୍ୟ ଲକ୍ଷଣ ହେଉଛି ବିସ୍ତାର ହେଉଥିବା ଏକ ଲାଲ କ୍ଷେତ୍ର ଯାହା ଏରିଦେମା ମାଇଗ୍ରାନସ ନାମରେ ପରିଚିତ; ଏକ ପ୍ରକାର ଟିଙ୍କ କାମୁଡ଼ିବାର ଏକ ସପ୍ତାହ ପରେ ଏହି କାମୁଡ଼ା ସ୍ଥାନରେ ଆରମ୍ଭ ହୁଏ । ଏହି ଲାଲ ଦାଗ ରାସ କଷ୍ଟପ୍ରଦ ନୁହେଁ ବା କୁଣ୍ଡେଇ ହୁଏ ନାହିଁ । ପ୍ରାୟ ୨୫ % ଲୋକଙ୍କର ଏହି ଦାଗ ମଧ୍ୟ ହୁଏନାହିଁ । ଅନ୍ୟ ପ୍ରାରମ୍ଭିକ ଲକ୍ଷଣ ମଧ୍ୟରେ ଜ୍ୱର, ମୁଣ୍ଡବଥା, ଥକ୍କାଣ ଦେଖାଯାଏ । ଅଣଚିକିତ୍ସିତ ହେଲେ ମୁହଁର ଗୋଟିଏ ପାଖ ଚଳତ ଶକ୍ତିହୀନ, ଗଣ୍ଠିକଷ୍ଟ, ଦୃଢ଼ ବେକ ସହିତ ସାଙ୍ଘାତିକ ମୁଣ୍ଡବଥା ଓ ଦୃତ ହୃଦଗତି ଆଦି ଲକ୍ଷଣ ଦେଖାଯାଏ । ମାସ ମାସ ଓ ବର୍ଷ ବର୍ଷ ପରେ ଗଣ୍ଟି ଯନ୍ତ୍ରଣା ଓ ଫୁଲା ବାରମ୍ବାର ଦେଖାଯାଏ । ବାହୁ ଓ ଗୋଡ଼ରେ ସାମୟିକ ଗତିଶୀଳ ଯନ୍ତ୍ରଣା ହୁଏ । ଉପଯୁକ୍ତ ଚିକିତ୍ସା ସତ୍ତ୍ୱେ ୧୦ ରୁ ୨୦ % ରୋଗୀଙ୍କର ଗଣ୍ଠି ଯନ୍ତ୍ରଣା, ସ୍ମରଣ ଶକ୍ତି ହ୍ରାସ ଓ ଅଧିକାଂଶ ସମୟରେ ଥକ୍କା ଅନୁଭବ ହୁଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଆମ ଦେଶ ଭାରତ ର ଦ୍ଵିତୀୟ ପୁରାତନ ତଥା ଆମ ରାଜ୍ୟ ଓଡ଼ିଶା ର ଏକେ ମାତ୍ର କୃଷି ବିଶ୍ଵବିଦ୍ୟାଳୟ ଅଟେ। ୧୯୬୨ ମସିହାରେ ଏହା ଭୁବନେଶ୍ଵରରେ ସ୍ଥାପିତ ହୋଇଥିଲା। ଏହି ବିଶ୍ଵବିଦ୍ୟାଳୟରେ ମୁଖ୍ୟତଃ କୃଷି ସମ୍ବନ୍ଧୀୟ ବିଷୟ ଗୁଡିକରେ ଶିକ୍ଷାଦାନ, ଗବେଷଣା, ପ୍ରଚାର ଓ ପ୍ରସାର କରାଯାଇଥାଏ। ଏହି ବିଶ୍ଵବିଦ୍ୟାଳୟ ଅଧୀନରେ ୮ଟି ମହାବିଦ୍ୟାଳୟ ସହ ଅନ୍ୟ ଶିକ୍ଷ୍ୟ କେନ୍ଦ୍ର ଗୁଡିକ ଶିକ୍ଷାଦାନ କରୁଛନ୍ତି। ଏହି ମହାବିଦ୍ୟାଳୟ ଗୁଡିକ ପ୍ରାୟତଃ ଭୁବନେଶ୍ଵରର ଶିରିପୁରଠାରେ ଥିବା ବିଶ୍ଵବିଦ୍ୟାଳୟ ପରିସରରେ ଅବସ୍ଥିତ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର । କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି । ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।