ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ହିନ୍ଦୁ କୁଶ ଉତ୍ତର ପାକିସ୍ତାନରୁ ମଧ୍ୟ ଆଫଗାନିସ୍ତାନ ପର୍ଯ୍ୟନ୍ତ ବିସ୍ତୃତ ଏକ ୮୦୦ କିମି ଚାଲୁଥିବା ପର୍ବତ ଶୃଙ୍ଖଳ ଅଟେ । ଏହାର ସବୁଠାରୁ ଉଚ୍ଚ ପାହାଡ ପାକିସ୍ତାନର "ଚିତ୍ରାଳ ଜେଲ" ରେ ସ୍ଥିତ ୭,୭୦୮ ମିଟର (୨୫,୨୮୯ ଫୁଟ) ଲମ୍ବା ତିରିଚ ମୀର ପର୍ବତ ରହିଛି । ହିନ୍ଦୁ କୁଶ ପାମୀର ପର୍ବତରୁ ଯାଇ ଯୋଡି ହୋଇଥାଏ ଏବଂ ହିମାଳୟର ଏକ ଉପଶାଖା ବୋଲି ଧରାଯାଏ । ହିନ୍ଦୁ କୁଶର ଦ୍ଵିତୀୟ ସବୁଠାରୁ ଉଚ୍ଚ ପାହାଡ ନୌଶକ ପର୍ବତ ଏବଂ ତୃତୀୟ ଇସ୍ତୋର-ଓ-ନଳ ଅଟେ । ହିନ୍ଦୁ କୁଶ ପାହାଡର ଅତ୍ୟଧିକ ଉଚ୍ଚ ହେବା ପରେ ମଧ୍ୟ ଏହି ଶୃଙ୍ଖଳରେ ବହୁତ ପାହଞ୍ଚ ରହିଛି ଯାହାଦ୍ୱାରା ଏହି ଶୃଙ୍ଖଳ କୁ ଲୋକମାନଙ୍କ ଯିବା-ଆସିବା ବହୁ ଯୁଗରୁ ରହିଆସିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମଣିମାଳା ଦେବୀ (୧୯ ଜୁନ ୧୯୩୧ - ୧୬ ଜୁନ ୨୦୧୬)ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ମଣିମାଳା ୧୯ ଜୁନ ୧୯୩୧, ଶୁକ୍ରବାର ଦିନ କଟକ ଜିଲ୍ଲାର ବାଲିବିଶି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ନଅବର୍ଷ ବୟସରେ ସେ ଅଭିନୟ ଜଗତରେ ପାଦ ଦେଇଥିଲେ । ସେ ଆଦୌ ସ୍କୁଲ ଯାଇନଥିଲେ । ୧୯୪୫ ମସିହାରେ କଟକ ଆସି ସେ ଅନ୍ନପୂର୍ଣ୍ଣା-ଏ ଥିଏଟରରେ ଯୋଗଦେଇ ଜୟଦେବ ନାଟକରେ ଅଭିନୟ କରିଥିଲେ । ଅନ୍ନପୂର୍ଣ୍ଣା ଥିଏଟରରେ ସେ କାଳୀଚରଣ ପଟ୍ଟନାୟକ, ବାଳକୃଷ୍ଣ ଦାସ ଓ ଧୀରେନ ଦାଶଙ୍କ ଠାରୁ ନୃତ୍ୟ, ସଙ୍ଗୀତ ଓ ଅଭିନୟ ଶିକ୍ଷା କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ଵଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ଵିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ବ୍ରହ୍ମା-ବିଷ୍ଣୁ-ମହେଶ୍ଵରଙ୍କୁ ହିନ୍ଦୁଧର୍ମ ବିଶ୍ଵାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ଵର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ । ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରି ଶିବଙ୍କ କୃପାରୁ ମନୁଷ୍ୟ ଅକାଳ ମୃତ୍ୟୁକୁ ଜୟ କରିପାରେ । ଶିବ ପଞ୍ଚାକ୍ଷର ମନ୍ତ୍ର ଓଁ ନମଃ ଶିବାୟ ଜପର ଫଳ ସ୍ଵରୂପ ମନୁଷ୍ୟ ସଦଜ୍ଞାନ ଲାଭକରି ସାଂସାରିକ ଦୁଃଖତାପରୁ ମୁକ୍ତି ପାଏ ।ଜୀବଜଗତର ଜନ୍ମ ମୃତ୍ୟୁର କାଳ ସ୍ଵରୂପ ଶିବ ହେଉଛନ୍ତି ମହାକାଳେଶ୍ଵର ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାଲାମିନ, ଅନ୍ୟ ନାମ କାଲାମିନ ଲୋସନ (ଇଂରାଜୀ ଭାଷାରେ Calamine also known as calamine lotion) ଏକ ଔଷଧ ଯାହା ସାମାନ୍ୟ ଗଲୁ (itchiness) ହେଉଥିଲେ ବ୍ୟବହାର କରାଯାଏ । ସନବର୍ଣ୍ଣ ବା ଉତ୍ତାପ କାଳିମା, କୀଟ କାମୁଡ଼ା ବା ଅନ୍ୟାନ୍ୟ ସାମାନ୍ୟ ଚର୍ମ ବେମାରୀରେ ଦିଆଯାଏ । ଚର୍ମ ଜ୍ୱାଳା ହେଉଥିଲେ ଏହା ସାହାଯ୍ୟ କରେ । ଏହା କ୍ରିମ (cream) ବା ଲୋସନ (lotion) ଆକାରରେ ଲଗାଯାଏ ।
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପ୍ରତିଭା ଶତପଥୀ (ଜନ୍ମ ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ଵବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ ।
ବସନ୍ତ ସାହୁଙ୍କ ନିର୍ଦେଶନାରେ ଓଡ଼ିଆ ଚଳଚ୍ଚିତ୍ର ପିଲାଟା ବିଗିଡ଼ିଗଲା ୨୦୧୫ ମସିହାରେ ଅଗଷ୍ଟ ୧୪ରେ ମୁକ୍ତିଲାଭ କରିଥିଲା । ଏହି ସିନେମାର ମୁଖ୍ୟ ଭୂମିକାରେ ସବ୍ୟସାଚୀ ମିଶ୍ର ଥିବା ବେଳେ ତାଙ୍କ ବିପକ୍ଷରେ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ନାୟିକା ଭାବରେ ଅଭିନୟ କରିଥିଲେ । ପପୁ ପମ ପମ ମଧ୍ୟ ଏହି ଚଳଚ୍ଚିତ୍ରରେ ଏକ ଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଗୀତଗୁଡ଼ିକ ପ୍ରେମ ଆନନ୍ଦଙ୍କ ନିର୍ଦେଶନାରେ ଦର୍ଶକଙ୍କ ଦ୍ୱରା ଆକର୍ଷିତ ହୋଇଥିଲା । ପଞ୍ଜାବୀ ଚଳଚ୍ଚିତ୍ର କ୍ୟାରି ଅନ ଯାତ୍ରାର କାହାଣି ଉପରେ ଆଧାରିତ ହୋଇଛି ଏହି ଚଳଚ୍ଚିତ୍ରଟି ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଫୁଟବଲ ବିଶ୍ଵ ର ଅନ୍ୟ ଏକ ଲୋକପ୍ରିୟ ଖେଳ ।ଏହି ଖେଳ ରେ ଏକ ଗୋଲାକାର ବଲ କୁ ପାଦ ରେ ଗୋଇଠା ମାରି ଖେଳଯାଏ ।ଏହି ଖେଳର ସମୟସୀମା ୯୦ ମିନିଟ ।ଏହା ଦୁଇ ଦଳ ମଧ୍ୟ ରେ ଖେଳଯାଏ । ପ୍ରତି ଦଳ ରେ ଖେଳାଳି ଙ୍କ ସଂଖ୍ୟା ୧୧। ଏଠି ସହ ୩ ଟି ବଦଳ ଖେଳାଳିଙ୍କୁ ମଧ୍ୟ ସୁଯୋଗ ଦିଆଯାଏ। ବଲ୍ କୁ କେବଳ ଗୋଡରେ ମାରି ଖେଳିହେବ, ଗୋଲକିପର ଛଡା ଅନ୍ୟ କୌଣସି ଖେଳାଳି ହାତରେ ଛୁଇଣିଲେ ହାଣ୍ଡବଲ ଦୋଷ ହୁଏ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜନ ବୀମସ (୨୧ ଜୁନ ୧୮୩୭ – ୨୪ ମଇ ୧୯୦୨) ଜଣେ ବ୍ରିଟିଶ ଭାରତର ସରକାରୀ କର୍ମଚାରୀ ଓ ଲେଖକ ଥିଲେ । ପଞ୍ଜାବରେ ମାର୍ଚ୍ଚ ୧୮୫୯ରୁ ୧୮୬୧ ଶେଷ ପର୍ଯ୍ୟନ୍ତ ଓ ତା ପର ଠାରୁ ତାଙ୍କ ଚାକିରୀ ଶେଷ (୧୮୯୩) ପର୍ଯ୍ୟନ୍ତ ବଙ୍ଗଳାରେ ଥିଲେ । ଭାରତୀୟ ଇତିହାସ, ସାହିତ୍ୟ ଓ ଭାଷାର ବିଦ୍ୱାନ ଥିଲେ । ଇଣ୍ଡୋ ଆର୍ଯ୍ୟ ଭାଷାରେ ସେ ୩ ଖଣ୍ଡ ତୁଳନାତ୍ମକ ବ୍ୟାକରଣ ଲେଖିଥିଲେ । ମାର୍ଚ୍ଚ ୧୮୯୩ରେ ଭାରତୀୟ ସିଭିଲ ସର୍ଭିସରୁ ଅବସର ନେବା ପର୍ଯ୍ୟନ୍ତ ବିମସ ଭାରତୀୟ ଜୀବନ ଉପରେ ଅତ୍ୟଧିକ ଜ୍ଞାନ ଲାଭ କରିଥିଲେ । ସନ ୧୮୯୬ରେ ସେ ତାଙ୍କ ଜୀବନ କାହାଣୀ ଲେଖିବାକୁ ଇଚ୍ଛାକଲେ । ବଙ୍ଗଳା ସିଭିଲିଆନର ସ୍ମୃତି (Memoirs of a Bengal Civilian) ନାମକ ବହିର ପ୍ରଥମ ଖଣ୍ଡ ସନ ୧୯୬୧ରେ ଛପା ହୋଇଥିଲା ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟି ର ନେତା ଲାଲ କୃଷ୍ଣ ଆଡ଼ଭାନୀ ଙ୍କ ଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶ ର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
"ଦଶହରା" କହିଲେ ଆଶ୍ଵିନ ମାସରେ ପାଳିତ ହେଉଥିବା ଦୁର୍ଗାପୂଜାକୁ ବୁଝାଏ । ଏହା ଦଶ ଅହୋରାତ୍ର ଧରି ପାଳିତ ହେଉଥିବାରୁ ଏହାକୁ ମଧ୍ୟ ଦଶହରା କୁହାଯାଏ । ଅନ୍ୟଟି ଚୈତ୍ରମାସର ଶୁକ୍ଳ ଦଶମୀ ଯାହାକୁ ବାସନ୍ତୀ ଦୁର୍ଗାପୂଜା କୁହାଯାଏ । ଜ୍ୟୈଷ୍ଠ ଶୁକ୍ଳ ଦଶମୀ ଦିନଟି ଗଙ୍ଗାମାତାଙ୍କୁ କେନ୍ଦ୍ରକରି ଗଙ୍ଗା ଦଶହରା ଭାବେ ପାଳନ କରାଯାଏ । ଦଶଦୋଷ ବା ପାପରୁ ଯିଏ ମୁକ୍ତକରାଏ ସିଏ ଦଶହରା । ଏହି ଦିନ ଗଙ୍ଗାଘାଟରେ ବୁଡ଼ ଦେଲେ ମନୁଷ୍ୟର ସମସ୍ତ ପାପ ଧୋଇ ହୋଇଥାଏ ବୋଲି ବିଶ୍ଵାସ ରହିଛି । ଗଙ୍ଗାସ୍ନାନ କଲେ ଅନେକ ପୁଣ୍ୟ ମିଳିଥାଏ, କିନ୍ତୁ ଏହି ଦିନରେ ସ୍ଵତନ୍ତ୍ର ପୁଣ୍ୟ ଲାଭ ହୋଇଥାଏ । ଲୋକକଥାରୁ ଶୁଣାଯାଏ ଯେ ଆଜିର ଏହିଦିନ ସ୍ଵୟଂ ଗଙ୍ଗାମାତା ଧରାବରଣ କରିଥିଲେ । ତାଙ୍କ ଆଗମନରେ ପୃଥିବୀବାସୀ ଧନ୍ୟ ହୋଇଥିଲେ । ତେଣୁ ତାଙ୍କ ଆଗମନ ଦିନକୁ ଗଙ୍ଗା ଦଶହରା ବୋଲି କୁହାଯାଏ । ଗଙ୍ଗା ଦଶହରାରେ ଗଙ୍ଗାଙ୍କ ମନ୍ଦିର ବ୍ୟତୀତ ଅନ୍ୟ ଦେବଦେବୀଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା ହୋଇଥାଏ । ଗଙ୍ଗା ଦଶହରାରେ ଦାନପୁଣ୍ୟର ବିଶେଷ ମହତ୍ତ୍ଵ ରହିଛି ।
ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ଅନୁଷ୍ଠିତ ହୁଏ । ଏହାକୁ ମଧ୍ୟ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ । ଯେଉଁ ବର୍ଷ ଯୋଡା ଆଷାଢ଼ ପଡେ,ଉକ୍ତ ବର୍ଷ ଶ୍ରୀକ୍ଷେତ୍ରରେ ନବକଳେବର ଅନୁଷ୍ଠିତ ହୁଏ । ଏହି ଦିନରେ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କୁ ୧୦୮ ପୂର୍ଣ୍ଣକୁମ୍ଭରେ ଗାଧୋଇ ଦିଆଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।