ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରାଇ ଲକ୍ଷ୍ମୀ (ଜନ୍ମ: ୫ ମଇ ୧୯୮୯) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ ଯିଏକି ମୁଖ୍ୟତଃ କନ୍ନଡ଼, ମାଲାୟଲମ୍, ତାମିଲ ଏବଂ ତେଲୁଗୁ କଥାଚିତ୍ରରେ ଅଭିନୟ କରନ୍ତି । ୨୦୧୭ ମସିହାରେ ମୁକ୍ତିଲାଭ କରିବାକୁ ଥିବା ଜୁଲି-୨ ଚଳଚ୍ଚିତ୍ର ମାଧ୍ୟମରେ ସେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିବାର ଅଛି । ରାଇ କଥାଚିତ୍ର ଜଗତରେ ଗୋଟେ ଦିଶନ୍ଧିରେ ବିଭିନ୍ନ ଭାଷାରେ ପ୍ରାୟ ୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଲେଣି ।
ତିରିଚ ମୀର (ترچ میر, Tirich Mir) ପାକିସ୍ତାନର ଚିତ୍ରାଳ ସହର ପାଖେ ସ୍ଥିତ ଏକ ପର୍ବତ ଅଟେ , ଯାହା ହିନ୍ଦୁ କୁଶ ପର୍ବତ ଶୃଙ୍ଖଳର ସବୁଠାରୁ ଉଚ୍ଚ ପର୍ବତ ଅଟେ । ୭,୭୦୮ ମିଟର (୨୫୨୮୯ ଫିଟ) ଉଚ୍ଚ ଏହି ପର୍ବତ ହିମାଳୟ - କରକୋରାମ ଶ୍ରେଣୀ ବାହାରର ସବୁଠାରୁ ଉଚ୍ଚ ପର୍ବତ ଅଟେ ଏବଂ ଦୁନିଆର ୩୩ତମ ସବୁଠାରୁ ଉଚ୍ଚ ଶିଖର ଅଟେ (ବାକି ୩୨ତମ ହିମାଳୟ - କରକୋରାମ ରେ ସ୍ଥିତ ରହିଛି ) । ଚିତ୍ରାଳ ସହରରୁ ତିରିଚ ମୀର ଦେଖାଯାଏ କିନ୍ତୁ ଏହି ପାହାଡ଼ ଏତେ ବିଶାଳ କି, ଏହାଦ୍ୱାରା ପାକିସ୍ତାନର ଆର ପାର୍ଶ୍ୱ "ଆଫଗାନିସ୍ତାନ"ର କିଛି ସୀମା ଦେଖାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବ୍ୟାୟାମ ଏକ ଶାରୀରିକ କ୍ରିୟା ଯାହାଦ୍ୱାରା ଦେହ ସୁସ୍ଥ ଓ କାର୍ଯ୍ୟକ୍ଷମ ହୋଇଥାଏ । ମନୁଷ୍ୟ ବିଭିନ୍ନ ଇଚ୍ଛା ପୁରଣ ନିମନ୍ତେ ବ୍ୟାୟାମ କରେ ଯଥା ଓଜନ କମେଇବା ବା ସ୍ଥିର ରଖିବା, ମାଂସପେଶୀ ସୁଦୃଢ଼ କରିବା, କ୍ରୀଡ଼ା କୌଶଳରେ ଶୀର୍ଷକୁ ଯିବା, ନିର୍ଦ୍ଦିଷ୍ଟ ଗଣ୍ଠିମାନଙ୍କୁ ଚଳନକ୍ଷମ ରଖିବା ଓ ଆନନ୍ଦ ପାଇବା ନିମନ୍ତେ କରାଯାଏ । ନିୟମିତ ଓ ବାରମ୍ବାର ବ୍ୟାୟାମ କଲେ ଇମ୍ମ୍ୟୁନ ରୋଗ ପ୍ରତିରେଧକ ଶକ୍ତି ବଢ଼ିଥାଏ ତଥା ହୃତ୍ପିଣ୍ଡ ଓ ରକ୍ତନଳି ରୋଗ, ଟାଇପ ୨ ଡାଏବେଟିସ ଓ ମେଦ ବହୁଳତା ଆଦି ରୋଗମାନଙ୍କୁ ପ୍ରତିରୋଧ ହୋଇଥାଏ । ବ୍ୟାୟାମ ଦ୍ୱାରା ମାନସିକ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହେ, ବିଷାଦ ଦୂର ହୁଏ, ଯୁକ୍ତାତ୍ମକ ମନୋବଳ ବୃଦ୍ଧି ହୁଏ ଏବଂ ସୁସ୍ଥ ଶରୀରର ଯୌନକ୍ଷମତା ବୃଦ୍ଧି ହୁଏ । ଶିଶୁ ମେଦ ବହୁଳତା ବିଶ୍ୱବ୍ୟାପୀ ଏକ ଚିନ୍ତାର ବିଷୟ । ଏହାର ବିବିଧ ଉପକାରୀତାକୁ ଦୃଷ୍ଟିରେ ରଖି ସ୍ଵାସ୍ଥ୍ୟ କର୍ମୀମାନେ ବ୍ୟାୟାମର ଉପକାରୀତାକୁ "ଆଶ୍ଚର୍ଯ୍ୟଜନକ" ବା "ଚମତ୍କାର" ଔଷଧ ଭାବେ ଅଭିହିତ କରିଥାନ୍ତି ।।
ସତ୍ୟନାରାୟଣ ରାଜଗୁରୁ ୧୯ ଅଗଷ୍ଟ ୧୯୦୩, (କାଳୀୟ ଦଳନ ଏକାଦଶୀ) ଦିନ ପାରଳାଖେମୁଣ୍ଡିଠାରେ ରାଜଗୁରୁ ବଂଶରେ ଜନ୍ମଗ୍ରହଣ କରିଥିଲେ । ପିତା ହରେକୃଷ୍ଣ ରାଜଗୁରୁ ଓ ମାତା ସୁନାମଣି ଦେବୀ ସତ୍ୟନାରାୟଣ ବ୍ରତ ପାଳନ କରି ସନ୍ତାନ ଲାଭ କରିଥିବାରୁ ପୁତ୍ରର ନାମ ସତ୍ୟନାରାୟଣ ଦେଇଥିଲେ ଜନ୍ମଲାଭର ସପ୍ତମଦିନ ତାଙ୍କର ମାତୃବିୟୋଗ ଘଟିଥିଲା । ଗୃହପଣ୍ଡିତଙ୍କଠାରୁ ସଂସ୍କୃତ ଓ କର୍ମକାଣ୍ଡ ଶିକ୍ଷା କରିବା ପରେ ସ୍ଥାନୀୟ ଉଚ୍ଚବିଦ୍ୟାଳୟରେ ଶିକ୍ଷାଲାଭ କରିଥିଲେ । ୧୯୪୭ ମସିହାରେ ସେ ଚାକିରି କ୍ଷେତ୍ରରେ ପ୍ରବେଶକରି ‘କଳିଙ୍ଗ ଐତିହାସିକ ଗବେଷଣା ସମିତି’ରେ ଯୋଗ ଦେଇଥିଲେ । ୧୯୫୦ମସିହାରୁ ୧୯୬୧ ମସିହା ପର୍ଯ୍ୟନ୍ତ ‘ଓଡ଼ିଶା ରାଜ୍ୟ ସଂଗ୍ରହାଳୟ’ର ଅଭିଲେଖ ବିଭାଗରେ କ୍ୟୁରେଟର ଦାୟିତ୍ଵ ଓ ପରେ ୧୯୬୩-୧୯୭୦ ପର୍ଯ୍ୟନ୍ତ ଏପିଗ୍ରାଫିଷ୍ଟ ଦାୟିତ୍ଵ ସମ୍ଭାଳିଥିଲେ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅବୈତନିକ ପ୍ରତ୍ନତତ୍ତ୍ୱ ଉପଦେଷ୍ଟା ରୂପେ ମଧ୍ୟ ଦୁଇ ବର୍ଷ କାମ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ ୭୦୦୦ ହେବ ।
ଚିନି - ସାଧାରଣତଃ ଏହାକୁ ନିତିଦିନିଆ ଖାଦ୍ୟରେ ବ୍ୟବହାର କରାଯାଏ । ଏହାର ସ୍ଵାଦ ମିଠା ଅଟେ । ମୁଖ୍ୟତ ଏଥିରେ ଶ୍ଵେତସାର ଥାଏ । ସାଧାରଣ ଚିନିକୁ monosaccharides ବୋଲି କୁହାଯାଏ । ଏଥିରେ glucose ଓ fructose ଥାଏ । ଗ୍ରାନ୍ୟୁଲେଟେଡ ଚିନିକୁ disaccharide କୁହାଯାଏ । ଏଥିରେ maltose ଓ lactose ଥାଏ । ଚିନି ଆଖୁରୁ ପ୍ରସ୍ତୁତ କରାଯାଇଥାଏ । ଦକ୍ଷିଣ ଏସିଆ ଓ ଦକ୍ଷିଣ ପୂର୍ବ ଏସିଆରେ ଅଧିକ ଆଖୁ ଚାଷ କରାଯାଇଥାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ଭୁବନେଶ୍ବର , ଭାରତୀୟ ରାଜ୍ୟ ଓଡ଼ିଶା ର ରାଜଧାନୀ । ଏହା ଏକ ଏଇତିହାସିକ ସହର ହେବା ସହ ପ୍ରାକ୍ତନ କଳିଙ୍ଗ ସଭ୍ରାଜ୍ୟ ର ରାଜଧାନୀ ମଧ୍ୟ ଥିଲା । ଏହାର ପ୍ରାଚୀନ ସ୍ଥାପତ୍ୟ କଳା ଏହି ସ୍ଥାନ ର ମୁଖ୍ୟ ଆକର୍ଷଣ । ୭ ମ ଶତାବ୍ଦୀ ରୁ ୧୧ତମ ଶତାବ୍ଦୀ ଯାଏ କଳିଙ୍ଗ ରାଜା ମାନେ ଅଯୁତି କରୁଥିବା ସମୟ ରେ ଏଠାରେ ଅନେକ ସୁନ୍ଦର ଚାରୁକଳା ସହ ନିର୍ମିତ ମନ୍ଦିର , ମହଲ ଆଦି ଏବେ ମଧ୍ୟ ମୂଲ୍ଯବାନ ପ୍ରତ୍ନତତ୍ଵ ହେଇ ରହିଛି । ବିଭିନ୍ନ ମନ୍ଦିର ରେ ପ୍ରସ୍ତର ଖୋଦନ ହେଇଥିବା ଦେବା ଦେବୀ ଙ୍କ ପ୍ରତିକୃତି ପୁରାଣ ଓ ଉତ୍କଳ ର ଗୌରବମୟ ଇତିହାସ ର ମୁକ ସାକ୍ଷୀ ହେଇ ଦେଶ ବିଦେଶ ର ଅଗଣିତ ପର୍ଯ୍ୟଟକ ଙ୍କୁ ଆକର୍ଷିତ କରୁଛି । ଭଗବାନ ବିଷ୍ଣୁ ଙ୍କ ପାଇଁ ଅନନ୍ତ ବାସୁଦେବ , ଓ ବିନ୍ଦୁସାଗର ମନ୍ଦିର ଛଡା ପ୍ରାୟ ସମସ୍ତ ପ୍ରାଚୀନ ମନ୍ଦିର ମହାଦେବ ଶିବ ଙ୍କ ଉପାସନା ପାଇଁ ନିର୍ମିତ ହେଇଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ହିନ୍ଦୁ କୁଶ ଉତ୍ତର ପାକିସ୍ତାନରୁ ମଧ୍ୟ ଆଫଗାନିସ୍ତାନ ପର୍ଯ୍ୟନ୍ତ ବିସ୍ତୃତ ଏକ ୮୦୦ କିମି ଚାଲୁଥିବା ପର୍ବତ ଶୃଙ୍ଖଳ ଅଟେ । ଏହାର ସବୁଠାରୁ ଉଚ୍ଚ ପାହାଡ ପାକିସ୍ତାନର "ଚିତ୍ରାଳ ଜେଲ" ରେ ସ୍ଥିତ ୭,୭୦୮ ମିଟର (୨୫,୨୮୯ ଫୁଟ) ଲମ୍ବା ତିରିଚ ମୀର ପର୍ବତ ରହିଛି । ହିନ୍ଦୁ କୁଶ ପାମୀର ପର୍ବତରୁ ଯାଇ ଯୋଡି ହୋଇଥାଏ ଏବଂ ହିମାଳୟର ଏକ ଉପଶାଖା ବୋଲି ଧରାଯାଏ । ହିନ୍ଦୁ କୁଶର ଦ୍ଵିତୀୟ ସବୁଠାରୁ ଉଚ୍ଚ ପାହାଡ ନୌଶକ ପର୍ବତ ଏବଂ ତୃତୀୟ ଇସ୍ତୋର-ଓ-ନଳ ଅଟେ । ହିନ୍ଦୁ କୁଶ ପାହାଡର ଅତ୍ୟଧିକ ଉଚ୍ଚ ହେବା ପରେ ମଧ୍ୟ ଏହି ଶୃଙ୍ଖଳରେ ବହୁତ ପାହଞ୍ଚ ରହିଛି ଯାହାଦ୍ୱାରା ଏହି ଶୃଙ୍ଖଳ କୁ ଲୋକମାନଙ୍କ ଯିବା-ଆସିବା ବହୁ ଯୁଗରୁ ରହିଆସିଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।
ଘନଶ୍ୟାମ ମିଶ୍ର ଜଣେ ଭାରତୀୟ ଆୟୁର୍ବେଦିକ ଚିକିତ୍ସକ ଓ ଗବେଷକ ଥିଲେ । ଆୟୁର୍ବେଦ ଚିକିତ୍ସା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ, ତାଙ୍କୁ ଆୟୁର୍ବେଦ ବାଚସ୍ପତି ସମ୍ମାନରେ ଭୂଷିତ କରାଯାଇଛି । ସେ ପୁରୀର ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । କବିସୂର୍ଯ୍ୟ ନଗରଠାରେ ଆୟୁର୍ବେଦ ଔଷଧର ପ୍ରସ୍ତୁତି ଓ ଗବେଷଣା କାର୍ଯ୍ୟ ନିମନ୍ତେ ସେ 'ନ୍ୟାସନାଲ ଆୟୁର୍ବେଦ ଫାର୍ମାସୀ' ପ୍ରତିଷ୍ଠା କରିଛନ୍ତି । କବିସୂର୍ଯ୍ୟ ନଗରଠାରେ ତାଙ୍କ ନାମରେ ଏକ ସଂସ୍କୃତ ମହାବିଦ୍ୟାଳୟ ମଧ୍ୟ ରହିଛି । ନିଜ ଜନ୍ମସ୍ଥାନ ରାଇସିଂପୁରରେ ପିତା, ବାଉରୀବନ୍ଧୁ ମିଶ୍ରଙ୍କ ନାମରେ 'ବାଉରୀବନ୍ଧୁ ପ୍ରାଥମିକ ବିଦ୍ୟାଳୟ' ମଧ୍ୟ ପ୍ରତିଷ୍ଠା କରିଛନ୍ତି । ପିତାମାତାଙ୍କ ନାମରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ସର୍ବୋଚ୍ଚ ନମ୍ବର ରଖି ପାସକରୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ସ୍ଵର୍ଣ୍ଣପଦକ ପୁରସ୍କାରର ପ୍ରବର୍ତ୍ତନ ମଧ୍ୟ କରିଛନ୍ତି । ଏହା ବ୍ୟତିତ ସେ ଓଡ଼ିଶା ଷ୍ଟେଟ କାଉନସିଲ, ଫାକଲ୍ଟି ଅଫ ଆୟୁର୍ବେଦ ମେଡିସିନ, ସେଣ୍ଟ୍ରାଲ କାଉନସିଲ ଅଫ ମେଡିସିନର ସଭ୍ୟ ଭାବରେ କାର୍ଯ୍ୟକରିଛନ୍ତି । ସେ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟର ସିନେଟ ଓ ସିଣ୍ଡିକେଟ ସଭ୍ୟ ମଧ୍ୟ ରହିଥିଲେ । ସେ 'ଦ୍ରବ୍ୟଗୁଣ କଳ୍ପତରୁ', 'ନେତ୍ରୋତ୍ତମ' ଆଦି ବହୁ ଆୟୁର୍ବେଦ ପୁସ୍ତକ ମଧ୍ୟ ରଚନା କରିଯାଇଛନ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।