ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାର ଭାରତ ତଥା ଏହାର ପ୍ରତ୍ୟେକ ଭାଗର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଉତ୍ତରଦାୟୀ ଅଟନ୍ତି । ଭାରତୀୟ ଶସ୍ତ୍ର ସେନା ମାନଙ୍କ ସର୍ବୋଚ୍ଚ କମାଣ୍ଡ ଭାରତର ରାଷ୍ଟ୍ରପତିଙ୍କ ପାଖେ ଅଛନ୍ତି । ରାଷ୍ଟ୍ରର ରକ୍ଷା କରିବାର ଦାଇତ୍ୱ ମନ୍ତ୍ରୀମଣ୍ଡଳ ମାନଙ୍କ ପାଖେ ରହିଥାଏ । ଏହାର ନିର୍ବାହନ ରକ୍ଷା ମନ୍ତ୍ରାଳୟଙ୍କ ପାଖେ କରାଯାଏ, ଯିଏ ସଶସ୍ତ୍ର ମାନଙ୍କୁ ଦେଶର ରକ୍ଷା ସମ୍ବନ୍ଧରେ ତାଙ୍କର ଦାଇତ୍ୱ ନିର୍ବାହନ କରିବା ପାଇଁ ନୀତିଗତ ରୂପରେଖ ଏବଂ ଆବଶ୍ୟକୀୟ ସୂଚନା ପ୍ରଦାନ କରିଥାଏ । ଭାରତୀୟ ଶସ୍ତ୍ର ସେନାରେ ତିନୋଟି ପ୍ରଭାଗ ରହିଛି - ଭାରତୀୟ ଜଳସେନା, ଭାରତୀୟ ସ୍ଥଳସେନା, ଭାରତୀୟ ବାୟୁସେନା ଏବଂ ଏହାର ଅତିରିକ୍ତ, ଭାରତୀୟ ସଶସ୍ତ୍ର ବଳ, ଭାରତୀୟ ତଟରକ୍ଷକ ବଳ ଏବଂ ଅର୍ଧସୈନିକ ସଂଗଠନ [୧](ଅସମ ରାଇଫଲ୍ସ ଏବଂ ସ୍ପେଶାଲ ଫ୍ରଣ୍ଟିୟର ଫୋର୍ସ) ଏବଂ ବିଭିନ୍ନ ଅନ୍ତର ସେବା ଆଦେଶ ଓ ସଂସ୍ଥାନରେ ଏହି ପ୍ରକାରର ସାମରିକ ବଳ କମାଣ୍ଡ ଆଣ୍ଡାମାନ-ନିକୋବର କମାଣ୍ଡ ଏବଂ ସମନ୍ବିତ ରୂପରେ ଦିଫେନ୍ସ ଷ୍ଟାଫ ସମର୍ଥନ କରୁଛନ୍ତି । ଭାରତର ରାଷ୍ଟ୍ରପତି ଭାରତୀୟ ସଶସ୍ତ୍ର ମାନଙ୍କ ସର୍ବୋଚ୍ଚ କମାଣ୍ଡର ଅଟନ୍ତି । ୧୪ଲକ୍ଷ ରୁ ଅଧିକ ସକ୍ରିୟ କର୍ମୀମାନଙ୍କ ବଳ ସହିତ,[୨] ଏହା ଦୁନିଆର ସବୁଠାରୁ ବଡ ତିନୋଟି ସୈନ୍ୟ ବଳ ଅଟେ ଏବଂ ଦୁନିଆର ସବୁଠାରୁ ବଡ ସ୍ୱୟଂ ସେବକ ସେନା ଅଟେ ।[୩] ଅନ୍ୟ ବହୁ ସ୍ୱତନ୍ତ୍ର ଏବଂ ଆନୁସଙ୍ଗିକ ସେନା ସେବକ - ଭାରତୀୟ ସୀମା ସୁରକ୍ଷା ବଳ, ଅସମ ରାଇଫଲ୍ସ, ରାଷ୍ଟ୍ରୀୟ ରାଇଫଲ୍ସ, ଭାରତୀୟ ତିବତ୍ତ ସୀମା ପୋଲିସ ଇତ୍ୟାଦି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ପ୍ରାକ୍ ଋତୁସ୍ରାବ ଲକ୍ଷଣପୁଞ୍ଜ (ଇଂରାଜୀ ଭାଷାରେ ପ୍ରିମେନସ୍ଟ୍ରୁଆଲ ସିଣ୍ଡ୍ରୋମ ବା ପିଏମଏସ ଯଥାକ୍ରମେ Premenstrual syndrome ବା PMS) ମହିଳାଙ୍କର ମାସିକ ଧର୍ମ ଆରମ୍ଭର ୧ ରୁ ୨ ସପ୍ତାହ ପୁର୍ବରୁ ଦେଖାଯାଉଥିବା ଶାରୀରିକ ଓ ମାନସିକ ଲକ୍ଷଣମାନଙ୍କୁ କୁହାଯାଏ । ଏଥିରେ ଭିନ୍ନ ଭିନ୍ନ ଧରଣର ଲକ୍ଷଣ ଦେଖାଯାଏ ଓ ଋତୁସ୍ରାବ ଆରମ୍ଭ ହେବା ବେଳକୁ ଉପଶମ ହୋଇଯାଏ । ବ୍ରଣ, ସ୍ତନ ଦରଜ ଓ ଫୁଲା, ଥକ୍କା ଲାଗିବା, ବିରକ୍ତିଭାବ ଓ ପରିବର୍ତ୍ତିତ ମନୋଦଶା ଇତ୍ୟାଦି ଲକ୍ଷଣମାନ ଏଥିରେ ଦେଖାଯାଏ । ଅଧିକାଂଶ ସମୟରେ ପ୍ରାୟ ୬ ଦିନ ପର୍ଯ୍ୟନ୍ତ ଏହି ଲକ୍ଷଣ ଲାଗିରହେ । ସମୟକ୍ରମେ ମହିଳାଙ୍କର ଲକ୍ଷଣରେ ପରିବର୍ତ୍ତନ ହୁଏ । ଗର୍ଭାବସ୍ଥାରେ ଓ ଋତୁବନ୍ଦ ପରେ ଏହି ଲକ୍ଷଣ ପ୍ରକାଶ ପାଏ ନାହିଁ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୃକକ ବା କିଡନୀ ମାନବ ଶରୀରରେ ଥିବା ନିଷ୍କାସନ ବିଭାଗର ଦୁଇଟି ଅଙ୍ଗ, ଦେଖିବାକୁ ଶିମ୍ବ ମଞ୍ଜି ଭଳି ଓ ଆକାର ମୁଠା ହୋଇଥିବା ହାତ ଭଳି । ଅଣ୍ଟା ପାଖରେ ପେଟ ଭିତରେ ମେରୁ ଅସ୍ଥି ଦୁଇ ପଟରେ ପେରିଟୋନିଅମ ପଛ ପାଖରେ ଦୁଇଟି କିଡନୀ ଥାଏ । ବାମ କିଡନି ଅପେକ୍ଷା ଡାହାଣ କିଡନୀ ସାମାନ୍ୟ ତଳକୁ ଥାଏ ଓ ବାମ କିଡନି ମେରୁ ଅସ୍ଥିର ଅଧିକ ପାଖକୁ ଥାଏ । ପ୍ରତ୍ୟେକ କିଡନୀକୁ ଗୋଟିଏ ‘କିଡନୀ ଧମନୀ’ ପ୍ରବେଶ କରେ ଓ ଗୋଟିଏ ‘କିଡନୀ ଶିରା’ ବାହାରେ । କିଡନୀରୁ ଗୋଟିଏ ନଳୀ ବାହାରେ ଯାହାକୁ ୟୂରେଟର କହନ୍ତି । ଏହି ୟୂରେଟର ମଧ୍ୟ ଦେଇ କିଡନୀରୁ ପରିସ୍ରା ବାହାରି ମୂତ୍ରାଶୟରେ ଜମା ହୁଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ତିରିଚ ମୀର (ترچ میر, Tirich Mir) ପାକିସ୍ତାନର ଚିତ୍ରାଳ ସହର ପାଖେ ସ୍ଥିତ ଏକ ପର୍ବତ ଅଟେ , ଯାହା ହିନ୍ଦୁ କୁଶ ପର୍ବତ ଶୃଙ୍ଖଳର ସବୁଠାରୁ ଉଚ୍ଚ ପର୍ବତ ଅଟେ । ୭,୭୦୮ ମିଟର (୨୫୨୮୯ ଫିଟ) ଉଚ୍ଚ ଏହି ପର୍ବତ ହିମାଳୟ - କରକୋରାମ ଶ୍ରେଣୀ ବାହାରର ସବୁଠାରୁ ଉଚ୍ଚ ପର୍ବତ ଅଟେ ଏବଂ ଦୁନିଆର ୩୩ତମ ସବୁଠାରୁ ଉଚ୍ଚ ଶିଖର ଅଟେ (ବାକି ୩୨ତମ ହିମାଳୟ - କରକୋରାମ ରେ ସ୍ଥିତ ରହିଛି ) । ଚିତ୍ରାଳ ସହରରୁ ତିରିଚ ମୀର ଦେଖାଯାଏ କିନ୍ତୁ ଏହି ପାହାଡ଼ ଏତେ ବିଶାଳ କି, ଏହାଦ୍ୱାରା ପାକିସ୍ତାନର ଆର ପାର୍ଶ୍ୱ "ଆଫଗାନିସ୍ତାନ"ର କିଛି ସୀମା ଦେଖାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ହୃଦ୍ରୋଧ (ଇଂରାଜୀ ଭାଷାରେ Cardiac arrest) ରୋଗରେ ହୃତ୍ପିଣ୍ଡ ସଙ୍କୋଚନ ହଠାତ୍ ବନ୍ଦ ହେବାରୁ ରକ୍ତ ସରବରାହ ବନ୍ଦ ହୋଇଯାଏ । ମୂର୍ଚ୍ଛା ଓ ଅସାଧାରଣ ଶ୍ୱାସକ୍ରିୟା ବା ଆଦୌ ଶ୍ୱାସକ୍ରିୟା ନ ହେବା ଆଦି ଲକ୍ଷଣ ଦେଖାଯାଏ । କେତେକ ଲୋକଙ୍କର ଛାତି ଯନ୍ତ୍ରଣା (chest pain), ଛୋଟ ଶ୍ୱାସକ୍ରିୟା (shortness of breath), ଅଇ (nausea) ଇତ୍ୟାଦି ଲକ୍ଷଣ ହୃଦ୍ରୋଧ ହେବା ପୂର୍ବରୁ ଦେଖାଯାଏ । କିଛି ମିନିଟ ମଧ୍ୟରେ ଚିକିତ୍ସା ନ ହେଲେ ସାଧାରଣତଃ ମୃତ୍ୟୁ ହୁଏ ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
କେଫିନ ସାଇଟ୍ରେଟ (ଇଂରାଜୀ ଭାଷାରେ Caffeine citrate, ବିକ୍ରୟ ନାମ କାଫସିଟ) ଏକ ଔଷଧ ଯାହା ଅପକ୍ୱ ଶିଶୁର ଶ୍ୱାସକ୍ରିୟା ଅଭାବ (lack of breathing in premature babies) ଥିଲେ ଦିଆଯାଏ । ଶିଶୁ ୩୫ ସପ୍ତାହ ପୂର୍ବରୁ ଜନ୍ମ ହୋଇଥିଲେ ବା ୨ କେଜି ଓଜନରୁ କମ ଥଲେ ଓ ଅନ୍ୟାନ୍ୟ ଶ୍ୱାସକ୍ରିୟ ଅଭାବର କାରଣ ନିର୍ଣ୍ଣୟ ପରେ ଏହା ଦିଆଯାଇପାରେ । ଏହା ପାଟିରେ ଦିଆଯାଏ ବା ଶିରା ଇନଫ୍ୟୁଜନ (slow injection into a vein) ଆକାରରେ ଦିଆଯାଏ ।
ଅପେରା ବା ଯାତ୍ରା ଓଡ଼ିଶା ଏବଂ ପଶ୍ଚିମ ବଙ୍ଗରେ ଏକ ଲୋକ କଳା । ଏହା ଏକ ଭ୍ରମଣ କାରି ନାଟକ ପ୍ରଦର୍ଶନ କରୁଥିବା ଦଳକୁ ବୁଝାଏ । ଯାତ୍ରାରେ ପ୍ରଦର୍ଶିତ ହେଉଥିବା ନାଟକ ଗୁଡିକ ଜନ ଜୀବନର କାହାଣୀ ଦ୍ଵାରା ପ୍ରଭାବିତ ହୋଇଥାଏ । ଯାତ୍ରାର ମୁଖ୍ୟ ଆକର୍ଷଣ ଏହାର ସଂଳାପ ଏବଂ ନୃତ୍ୟ ଗୀତ । ଓଡ଼ିଶାର ସବୁ ମେଳା ମହୋତ୍ସବ ରେ ଯାତ୍ରା ଦଳଗୁଡିକ ନିଜର ନାଟକ ପ୍ରଦର୍ଶନ କରିଥାନ୍ତି । ରଙ୍ଗୀନ, ଜକମକ ବେଶଭୁଷା, ଆକର୍ଷଣୀୟ ନୃତ୍ୟ ତଥା ସଙ୍ଗୀତର ସମାରୋହ ଯାତ୍ରା କୁ ଲୋକପ୍ରିୟ କରିବାରେ ସାହାଯ୍ୟ କରିଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ ୭୦୦୦ ହେବ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।