ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଅମଲା ଅକ୍କିନେନି ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ, ଭାରତ ନାଟ୍ୟମ ନୃତ୍ୟଶିଳ୍ପୀ ଏବଂ ଜଣେ ପଶୁ କଲ୍ୟାଣ ସମିତର କାର୍ଯ୍ୟକର୍ତ୍ତା । ଅମଲା ପ୍ରାୟତଃ ତେଲୁଗୁ କଥାଚିତ୍ର ଏବଂ ତାମିଲ କଥାଚିତ୍ରରେ ଅଭିନୟ କରିଥିଲେ । ଏହି ସହ ସେ କିଛି କନ୍ନଡ଼, ମାଲାୟଲମ୍ ଏବଂ ହିନ୍ଦୀ କଥାଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ସେ ଦୁଇଟି ଦକ୍ଷିଣ ଭାରତୀୟ ଫିଲ୍ମ ଫେୟାର ପୁରସ୍କାର ଏବଂ ଗୋଟିଏ ସିନେମାଆ ପୁରସ୍କାର ଜିତିଛନ୍ତି । ଅମଲା ତାଙ୍କ ପତି ନାଗାର୍ଜୁନଙ୍କ ସହ ହାଇଦ୍ରାବାଦରେ ଅବସ୍ଥାପିତ ଭାରତୀୟ ପଶୁ କଲ୍ୟଣ ବୋର୍ଡ଼ର ମାନ୍ୟତା ପ୍ରାପ୍ତ ବ୍ଲୁ କ୍ରସ୍ ସଂସ୍ଥାର ସହ-ସଂସ୍ଥାପକ ଅଟନ୍ତି । ହାଇଦ୍ରାବାଦରେ ଥିବା ଏହା ଏକ ବେସରକାରୀ ସଂସ୍ଥା, ଯାହା ପଶୁମାନଙ୍କର ସଂରକ୍ଷଣ ଏବଂ ଅଧିକାର ପାଇଁ କାମ କରୁଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଏର୍ଗୋକ୍ୟାଲସିଫେରଲ, ଅନ୍ୟାନ୍ୟ ନାମ ଭିଟାମିନ ଡି୨ ଓ କ୍ୟାଲସିଫେରଲ (ଇଂରାଜୀ ଭାଷାରେ Ergocalciferol, ) also known as vitamin D2 and calciferol,) ଏକ ପ୍ରକାର ଜୀବସାର ଘ ବା ଭିଟାମିନ ଡି (vitamin D) ଯାହା ଖାଦ୍ୟରେ ଥାଏ ଓ ଖାଦ୍ୟ ଅନୁପୂରକରେ (dietary supplement) ମଧ୍ୟ ଦିଆଯାଇଥାଏ । ଭିଟାମିନ ଡି ଅଭାବର (vitamin D deficiency) ପ୍ରତିଷେଧ ଓ ଚିକିତ୍ସାରେ ଏହା ଏକ ଖାଦ୍ୟ ଅନୁପୂରକ ଭାବରେ ଦିଆଯାଏ । ଅନ୍ତନଳୀରେ ଖାଦ୍ୟ ଅବଶୋଷଣ ଅଭାବ (poor absorption by the intestines) ବା ଯକୃତ ରୋଗ (liver disease) ଥିଲେ ଏହି ଭିଟାମିନ ଅଭାବ ହୋଇପାରେ । ହାଇପୋପାରାଥାଇରଏଡିଜ୍ମ (hypoparathyroidism) ଯୋଗୁ ହାଇପୋକ୍ୟାଲସେମିଆ (low blood calcium) ହୋଇଥିଲେ ମଧ୍ୟ ଏହା ଦିଆଯାଇପାରେ । ଏହା ପାଟିରେ ଦିଆଯାଏ ବା ମାଂସପେଶୀ ଇଞ୍ଜେକସନ (injection into a muscle) ଆକାରରେ ଦିଆଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତି ରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ଵାଧୀନତା , ସାମାଜିକ ସ୍ଥିତି ରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳ ରୁ ମାଧ୍ୟମ କାଳ ମଧ୍ୟ ରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟ ରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳ ରେ ( ବ୍ରିଟିଶ ଶାସନ ସମୟ ରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକ ଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାର କୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତ ରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭା ର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟ ର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀ ର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ଵାଧୀନ ଭରତ ର ସମ୍ବିଧାନ ରେ ମହିଳା ମାନଙ୍କ ଅଧିକାର କୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ଵାଧୀନତା ଓ ଅଧିକାର କୁ ସଂରକ୍ଷିତ କରିବା ପାଇଁ ସ୍ଵାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତ ର ପାର୍ଲିଆମେଣ୍ଟ ରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । . ଏପରି ଏକ ସମୟ ଥିଲା ଯେ 2011 ମସିହା ରେ ଏକା ସମୟ ରେ ଭାରତ ର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭା ର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭା ର ବିରୋଧୀ ଦଳ ର ନେତା ପଦବୀ ରେ ମହିଳା ମାନେ ରହିଥିଲେ । ଏହା ସତ୍ବେ ଭାରତ ରେ ମହିଳା ମାନେ ଅନେକ ସମସ୍ଯା ରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନ ରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାର ରେ ଜଡିତ କରିବା ପରି ଅତ୍ୟାଚାର ର ଶିକାର ହଉଛନ୍ତି ।.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥ ଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳି ର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କ ଦ୍ୱାରା ରଚିତ ସଂଗୀତ ୨ ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କା ର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମ ଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତା ର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀ ର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ] କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀ ରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦ ରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମ ରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନ ର ନିନ୍ଦା ଓ ଭାରତ ର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭାରତ ସରକାର ଭାରତ ତଥା ଏହାର ପ୍ରତ୍ୟେକ ଭାଗର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଉତ୍ତରଦାୟୀ ଅଟନ୍ତି । ଭାରତୀୟ ଶସ୍ତ୍ର ସେନା ମାନଙ୍କ ସର୍ବୋଚ୍ଚ କମାଣ୍ଡ ଭାରତର ରାଷ୍ଟ୍ରପତିଙ୍କ ପାଖେ ଅଛନ୍ତି । ରାଷ୍ଟ୍ରର ରକ୍ଷା କରିବାର ଦାଇତ୍ୱ ମନ୍ତ୍ରୀମଣ୍ଡଳ ମାନଙ୍କ ପାଖେ ରହିଥାଏ । ଏହାର ନିର୍ବାହନ ରକ୍ଷା ମନ୍ତ୍ରାଳୟଙ୍କ ପାଖେ କରାଯାଏ, ଯିଏ ସଶସ୍ତ୍ର ମାନଙ୍କୁ ଦେଶର ରକ୍ଷା ସମ୍ବନ୍ଧରେ ତାଙ୍କର ଦାଇତ୍ୱ ନିର୍ବାହନ କରିବା ପାଇଁ ନୀତିଗତ ରୂପରେଖ ଏବଂ ଆବଶ୍ୟକୀୟ ସୂଚନା ପ୍ରଦାନ କରିଥାଏ । ଭାରତୀୟ ଶସ୍ତ୍ର ସେନାରେ ତିନୋଟି ପ୍ରଭାଗ ରହିଛି - ଭାରତୀୟ ଜଳସେନା, ଭାରତୀୟ ସ୍ଥଳସେନା, ଭାରତୀୟ ବାୟୁସେନା ଏବଂ ଏହାର ଅତିରିକ୍ତ, ଭାରତୀୟ ସଶସ୍ତ୍ର ବଳ, ଭାରତୀୟ ତଟରକ୍ଷକ ବଳ ଏବଂ ଅର୍ଧସୈନିକ ସଂଗଠନ [୧](ଅସମ ରାଇଫଲ୍ସ ଏବଂ ସ୍ପେଶାଲ ଫ୍ରଣ୍ଟିୟର ଫୋର୍ସ) ଏବଂ ବିଭିନ୍ନ ଅନ୍ତର ସେବା ଆଦେଶ ଓ ସଂସ୍ଥାନରେ ଏହି ପ୍ରକାରର ସାମରିକ ବଳ କମାଣ୍ଡ ଆଣ୍ଡାମାନ-ନିକୋବର କମାଣ୍ଡ ଏବଂ ସମନ୍ବିତ ରୂପରେ ଦିଫେନ୍ସ ଷ୍ଟାଫ ସମର୍ଥନ କରୁଛନ୍ତି । ଭାରତର ରାଷ୍ଟ୍ରପତି ଭାରତୀୟ ସଶସ୍ତ୍ର ମାନଙ୍କ ସର୍ବୋଚ୍ଚ କମାଣ୍ଡର ଅଟନ୍ତି । ୧୪ଲକ୍ଷ ରୁ ଅଧିକ ସକ୍ରିୟ କର୍ମୀମାନଙ୍କ ବଳ ସହିତ,[୨] ଏହା ଦୁନିଆର ସବୁଠାରୁ ବଡ ତିନୋଟି ସୈନ୍ୟ ବଳ ଅଟେ ଏବଂ ଦୁନିଆର ସବୁଠାରୁ ବଡ ସ୍ୱୟଂ ସେବକ ସେନା ଅଟେ ।[୩] ଅନ୍ୟ ବହୁ ସ୍ୱତନ୍ତ୍ର ଏବଂ ଆନୁସଙ୍ଗିକ ସେନା ସେବକ - ଭାରତୀୟ ସୀମା ସୁରକ୍ଷା ବଳ, ଅସମ ରାଇଫଲ୍ସ, ରାଷ୍ଟ୍ରୀୟ ରାଇଫଲ୍ସ, ଭାରତୀୟ ତିବତ୍ତ ସୀମା ପୋଲିସ ଇତ୍ୟାଦି ।
ତରଳ ଝାଡ଼ା (ଇଂରାଜୀରେ Diarrhea କିମ୍ବା diarrhoea) ରୋଗର ସଂଜ୍ଞା ଅନୁସାରେ ପ୍ରତ୍ୟେକ ଦିନ ଅତି କମ୍ରେ ତିନି ଥର ତରଳ ଝାଡ଼ା ହେବା ଆବଶ୍ୟକ । ଏହା ସାଧାରଣତଃ କିଛି ଦିନ ନିମନ୍ତେ ରହିପାରେ, ଫଳରେ ଦେହର ଜଳୀୟ ଅଂଶ ହ୍ରାସ (ନିର୍ଜଳନ) ହୁଏ । ଚର୍ମର ଇଲାସ୍ଟିସିଟି କମିଯିବା ଓ ରୋଗିର ବ୍ୟକ୍ତିତ୍ୱ ପରିବର୍ତ୍ତନ ହେଉଛି ନିର୍ଜଳନର ଚିହ୍ନ । ପରିସ୍ରା ପରିମାଣ କମିଯାଏ, ଚର୍ମ ଶେତା ଦେଖାଯାଏ, ନାଡ଼ି ଦୃତ ହୁଏ ଓ ଗମ୍ଭୀର ଅବସ୍ଥା ହେଲେ ଚେତନ ଅବସ୍ଥା କମେ ତଥା ସମ୍ବେଦନହୀନ ହୁଏ । ପାଣିଆ ଝାଡ଼ା ସ୍ତନ୍ୟପାନ କରୁଥିବା ପିଲାଙ୍କର ଝାଡ଼ା ପତଳା ହେଲେ ମଧ୍ୟ ତାହା ସାଧାରଣ ।
ରୁବେଲା, ବା ଜର୍ମାନ ମିଳିମିଳା ବା ତିନି ଦିନିଆ ମିଳିମିଳା, ରୋଗ ରୁବେଲା ଭୁତାଣୁର ଏକ ସଂକ୍ରମଣର ନାମ । ଏହି ରୋଗ ଅତି ସାମାନ୍ୟ ଧରଣର ହୁଏ ଓ ଅର୍ଦ୍ଧେକ ଲୋକ ନିଜେ ଅସୁସ୍ଥ ଥିବା ଅନୁଭବ କରିପାରନ୍ତି ନାହିଁ । ସଂସ୍ପର୍ଶରେ ଆସିବାର ଦୁଇ ସପ୍ତାହ ପରେ ରାସ ବାହାରେ ଓ ୩ ଦିନ ମାତ୍ର ରହେ । ମୁହଁରେ ଆରମ୍ଭ ହୋଇ ସାରା ଦେହକୁ ବ୍ୟାପିଯାଏ । ମିଳିମିଳା ରାସ ଭଳି ଏହାର ରାସ ଉଜ୍ଜ୍ୱଳ ନୁହେଁ ଓ ବେଳେ ବେଳେ ଗଲୁ ହୁଏ । ଲସିକା ଗ୍ରନ୍ଥି ସାଧାରଣତଃ ଫୁଲିଯାଏ ଓ କିଛି ସପ୍ତାହ ରହେ । ଜ୍ୱର, ତଣ୍ଟି ଘାଆ ଓ ଥକ୍କାଣ ମଧ୍ୟ ହୋଇପାରେ । ବୟଃପ୍ରାପ୍ତ ଲୋକଙ୍କର ଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ଲକ୍ଷଣ । ଜଟିଳତା ମଧ୍ୟରେ ମୁଷ୍କ ବା ଟେସ୍ଟିସ ଫୁଲା, ରକ୍ରସ୍ରାବ ଓ ସ୍ନାୟୁ ପ୍ରଦାହ ଦେଖାଯାଏ । ପ୍ରାକ ଗର୍ଭାବସ୍ଥାରେ ଏହି ରୋଗ ହେଲେ ଗର୍ଭପାତ ଓ ଶିଶୁ ବିକୃତି (ସି.ଆର.ଏସ.) ହୋଇପାରେ । ଏହି ସି.ଆର.ଏସ.ର ଲକ୍ଷଣ: କାଟାରାକ୍ଟ, ବଧୀର ଦୋଷ, ହୃତ୍ପିଣ୍ଡ ଓ ମସ୍ତିଷ୍କ ଦୋଷ ବାହାରିପାରେ । କୋଡ଼ିଏ ସପ୍ତାହ ଗର୍ଭ ପରେ କ୍ୱଚିତ ଅସୁବିଧା ହୁଏ । ସଂକ୍ରମିତ ଲୋକର କାଶରୁ ବାୟୁବାହିତ ହୋଇ ଏହି ରୋଗ ବ୍ୟାପେ । ରାସ ବାହାରିବାର ଏକ ସପ୍ତାହ ପୂର୍ବ ଓ ପର ପର୍ଯ୍ୟନ୍ତ ସଂକ୍ରମଣ କ୍ଷମତା ରହେ । ସି.ଆର.ଏସ. ଶିଶୁ ଏକ ବର୍ଷ ଧରି ଜୀବାଣୁ ବାଣ୍ଟିପାରେ । ଏହି ରୋଗ କେବଳ ମାନବଙ୍କୁ ହୁଏ । କୌଣସି କୀଟ ବା ପୋକଦ୍ୱାରା ଏହା ବ୍ୟାପେନାହିଁ । ଥରେ ରୋଗମୁକ୍ତ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ଇମ୍ମ୍ୟୁନିଟି ଉପସ୍ଥିତି ପରୀକ୍ଷା କରି ଜାଣିହୁଏ । ରକ୍ତ, ତଣ୍ଟି ଓ ପରିସ୍ରା ପରୀକ୍ଷା କରି ଭୁତାଣୁ ଦେଖିଲେ ରୋଗ ନିର୍ଣ୍ଣୟ ହୁଏ । ଆଣ୍ଟିବଡି ନିମନ୍ତେ ରକ୍ତ ପରୀକ୍ଷା ଉପଯୋଗୀ ହୁଏ । ଗୋଟିଏ ଡୋଜ ରୁବେଲା ଟିକା ୯୫ %ରୁ ଅଧିକ ଉପଯୋଗୀ ହୁଏ । ଅଧିକାଂଶ ସମୟରେ ଏହି ଟିକା ସହିତ ମିଳିମିଳା ଟିକା ଓ ଗାଲୁଆ ଟିକା ମିଶେଇ ଏମଏମଆର ଟିକା ନାମରେ ଦିଆଯାଏ । ଜନସଂଖ୍ୟାର ଟିକାକରଣ ୮୦ % ରୁ କମ ଥିଲେ ଗର୍ଭଧାରଣ ବୟସ ପର୍ଯ୍ୟନ୍ତି ଇମ୍ମ୍ୟୁନିଟି ନ ଥାଇ ମଧ୍ୟ ଅସୁବିଧା ହୁଏ ନାହିଁ । ଥରେ ସଂକ୍ରମିତ ହେଲେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ପୃଥିବୀର ଅନେକ ସ୍ଥାନରେ ରୁବେଲା ସଂକ୍ରମଣ ଦେଖାଯାଏ । ବାର୍ଷିକ ପ୍ରାୟ ଏକ ଲକ୍ଷ ସି.ଆର.ଏସ.
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଇନଫେକ୍ସସ୍ ମୋନୋନ୍ୟୁକ୍ଲିଓସିସ (ଆଇଏମ) (ଇଂରାଜୀ ଭାଷାରେ Infectious mononucleosis (IM), ବା ମୋନୋ/ mono, ବା glandular fever) ରୋଗ ଏପସ୍ଟେନ ବାର ଭୁତାଣୁ (ଇବିଏଫ) (Epstein–Barr virus) ଯୋଗୁ ସୃଷ୍ଟି ହୁଏ । ଅଧିକାଂଶ ଲୋକ ପିଲାଦିନେ ଏହି ଭୂତାଣୁଦ୍ୱାରା ଆକ୍ରାନ୍ତ ହେଲେ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ତରୁଣ ବୟସରେ ଆକ୍ରାନ୍ତ ହେଲେ ଜ୍ୱର, ଗଳା ପ୍ରଦାହ, ବେକରେ ଲସିକା ଗ୍ରନ୍ଥି ବିକୃତି, ଥକ୍କାଣ ଇତ୍ୟାଦି ଲକ୍ଷଣ ଦେଖାଯାଏ । ଦୁଇରୁ ଚାରି ସପ୍ତାହ ମଧ୍ୟରେ ଅଧିକାଂଶ ଲୋକର ରୋଗରେ ଉନ୍ନତି ହୁଏ କିନ୍ତୁ ଥକ୍କାଣ ୪ ମାସ ପର୍ଯ୍ୟନ୍ତ ରହିପାରେ । ଯକୃତ ବା ପ୍ଲୀହା ଫୁଲିଯାଇପାରେ । ୧%ରୁ କମ୍ କେଶ୍ରେ ପ୍ଲୀହା ଛିଦ୍ର (splenic rupture) ଦେଖାଯାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତ ରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମ ରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।