ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟ ଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟା କୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟି ର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସ କୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ହଜ (ଆରବୀ : (حج ହଜ "ତୀର୍ଥଯାତ୍ରା"), ଏକ ଇସଲାମୀୟ ତୀର୍ଥଯାତ୍ରା ଏବଂ ମୁସଲିମ ମାନଙ୍କ ପବିତ୍ର ସହର ମକ୍କା ସହର ରେ ପ୍ରତିବର୍ଷ ହେଉଥିବା ବିଶ୍ୱର ସବୁଠାରୁ ସମ୍ମେଳନ ଅଟେ । ଏହା ଇସ୍ଲାମର ପାଞ୍ଚୋଟି ସ୍ତମ୍ଭରୁ ଏକ ଅଟେ, ତାସହ ଏହା ଏକ ଧାର୍ମିକ କର୍ତ୍ତବ୍ୟ ଅଟେ ଯାହା ନିଜ ଜୀବନ କାଳରେ ଅତି କମରେ ଗୋଟିଏ ଥର ପୁରଣ କରିବା ସମସ୍ତ ମୁସଲମାନ , ସେ ସ୍ତ୍ରୀ ହେଉ କିମ୍ବା ପୁରୁଷର କର୍ତ୍ତବ୍ୟ ଅଟେ ଯାହାର କି ସକ୍ଷମ ଶରୀର ହେବା ସହ ଏହାର ଖର୍ଚ୍ଚ ଉଠେଇବାରେ ସମର୍ଥ ହୋଇପାରୁଥିବେ । ଶାରୀରିକ ଏବଂ ଆର୍ଥିକ ରୂପରେ ହଜ କରିବାରେ ସକ୍ଷମ ହେବାର ସ୍ଥିତିକୁ ଇସ୍ତି'ତାହ କୁହାଯାଏ ଏବଂ ଯେଉଁ ମୁସଲମାନ ମାନେ ଏହି ସର୍ତ୍ତକୁ ପୁରଣ କରନ୍ତି ସେମାନଙ୍କୁ ମୁସ୍ତାତି କୁହାଯାଇଥାଏ । ହଜ ମୁସଲମାନ ମାନଙ୍କର ଏକଜୁଟ ପ୍ରଦର୍ଶନୀ ହେବା ସହ ସେମାନଙ୍କ ଆଲ୍ଲାହ(ଈଶ୍ୱର)ଙ୍କୁ ବିଶ୍ୱାସ କରିବାର ଏକ ମୁଖ୍ୟ ଆଦର୍ଶ ଅଟେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କୋଲିକ୍ୟାଲସିଫେରଲ (ଇଂରାଜୀ ଭାଷାରେ Cholecalciferol ବା colecalciferol, ଅନ୍ୟ ନାମ ଜୀବସାର ଘ୩/vitamin D3) ଏକ ପ୍ରକାର ଜୀବସାର ଘ (vitamin D) ଯାହା ଖାଦ୍ୟରେ ଓ ଖାଦ୍ୟ ଅନୁପୂରକରେ (dietary supplement) ଥାଏ । ଭିଟାମିନ ଡି ବା ଜୀବସାର ଘ ଅଭାବ ଜନିତ ରୋଗ ଯେପରିକି ରିକେଟ ଚିକିତ୍ସାରେ ଓ ପ୍ରତିଷେଧ ନିମନ୍ତେ ଏହା ଦିଆଯାଏ । ଫ୍ୟାମିଲିଆଲ ହାଇପୋଫସଫେଟିମିଆ (familial hypophosphatemia), ଅଳ୍ପ ରକ୍ତ କ୍ୟାଲସିଅମ (low blood calcium) କରୁଥିବା ହାଇପୋପାରାଥାଇରଏଡିଜ୍ମ (hypoparathyroidism) ଓ ଫାଙ୍କୋନି ସିଣ୍ଡ୍ରୋମ (Fanconi syndrome) ରୋଗମାନଙ୍କରେ ମଧ୍ୟ ଏହା ଦିଆଯାଏ ।ଏହା ପାଟିରେ ଦିଆଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ । କୋଷ ହେଉଛି ଜୀବନ ଧାରଣାର ଏକକ ନୂଆ ପ୍ରାଣୀମାନଙ୍କ ସୃଷ୍ଟି ଓ ବିଭେଦାୟନ ହେଉଛି ସୃଷ୍ଟିର ତିଆରି ଜିନ ହେଉଛି ବିଭେଦାୟନର ଏକକ କୌଣସି ଏକ ଜୀବ ଏହାର ଅବସ୍ଥାଟିକୁ ସଚଳ ରଖିବା ଲାଗି ତାହାର ଆଭ୍ୟନ୍ତରୀଣ ପରିବେଶକୁ ସେଇ ଅନୁସାରେ ରଖିଥାଏ ବଞ୍ଚିଥିବା ଜୀବ ଶକ୍ତି ଗ୍ରହଣ ଓ ପ୍ରବାହ କରିଥାନ୍ତି ↑ Avila, Vernon L. (1995). Biology: Investigating life on earth. Boston: Jones and Bartlett.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।