ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଆସେଟାଜୋଲାମାଇଡ (ଇଂରାଜୀ ଭାଷାରେ Acetazolamide, ଏକ ବିକ୍ରୟ ନାମ ଡାଇଆମକ୍ସ/Diamox) ଏକ ଔଷଧ ଯାହା ଗ୍ଲକୋମା, ଅପସ୍ମାର ବାତ, ଅଲ୍ଟିଚ୍ୟୁଡ ସିକନେସ (altitude sickness), ପିରିଅଡିକ ପାରାଲିସିସ (periodic paralysis) ଓ ହୃଦ୍ପାତ ରୋଗମାନଙ୍କରେ ଦିଆଯାଏ । ଓପନ ଆଙ୍ଗଲ ଗ୍ଲକୋମାରେ (open angle glaucoma) ଦୀର୍ଘକାଳୀନ ଭିତ୍ତିରେ ଓ ଆକ୍ୟୁଟ ଆଙ୍ଗଲ କ୍ଲୋଜର ଗ୍ଲକୋମାରେ (acute angle closure glaucoma) ଅପରେଶନ କରାଯିବା ପର୍ଯ୍ୟନ୍ତ ଏହା ଦିଆଯାଇପାରେ । ଏହି ଔଷଧ ପାଟିରେ ଦିଆଯାଏ ବା ଶିରାଭ୍ୟନ୍ତର ଇଞ୍ଜେକସନ injection into a vein) ଆକାରରେ ଦିଆଯାଏ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କ ଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର କୁହାଯାଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ । ଜଗନ୍ନାଥ ସଂସ୍କୃତିରେ ଉଲ୍ଲେଖ ଥିବା ଜଗନ୍ନାଥଙ୍କର ବିଭିନ୍ନ ପ୍ରକାର ବେଶ ହେଲା: ଗଜାନନ ବେଶ ବା ଗଣପତି ବେଶ ବା ହାତୀ ବେଶ : ଜ୍ୟେଷ୍ଠ ପୂର୍ଣ୍ଣିମା ନବଯୌବନ ବେଶ ସେନାପଟାଲାଗି ବେଶ ଟାହ୍ୟାଲାଗି ବେଶ ସୁନାବେଶ ବା ବଡ଼ତଢ଼ାଉ ବେଶ: ଆଷାଢ଼ ଶୁକ୍ଳ ଏକାଦଶୀ (ବାହୁଡ଼ା ଏକାଦଶୀ) ବଣଭୋଜି ବେଶ: ଭାଦ୍ରବ କୃଷ୍ଣ ଦଶମୀ କାଳୀୟଦଳନ ବେଶ: ଭାଦ୍ରବ କୃଷ୍ଣ ଏକାଦଶୀ ପ୍ରଳମ୍ବାସୁରବଧ ବେଶ: ଭାଦ୍ରବ ଦ୍ଵାଦଶୀ ଗିରି ଗୋବର୍ଦ୍ଧନ ବେଶ: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ (ଏବେ ଏହି ବେଶ ବଦଳରେ କୃଷ୍ଣ ବଳରାମ ବେଶ ହେଉଅଛି ।) କୃଷ୍ଣ ବଳରାମ ବେଶ: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ବଳିବାମନ ବେଶ: ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ରାଜା ବେଶ (ବିଶେଷ ଶୈଳୀରେ ସୁନାବେଶ): ଆଶ୍ଵିନ ଶୁକ୍ଳ ଦଶମୀ (ଦଶହରା) ରାଧାଦାମୋଦର ବେଶ: ପ୍ରତ୍ୟେକ ବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଦୀର୍ଘ ଏକମାସ ପର୍ଯ୍ୟନ୍ତ ପ୍ରତ୍ୟହ ଅନୁଷ୍ଠିତ ହୋଇଥାଏ । ଠିଆକିଆ ବେଶ ବା ଲକ୍ଷ୍ମୀନାରାୟଣ ବେଶ: କାର୍ତ୍ତିକ ଶୁକ୍ଳ ଏକାଦଶୀ ବାଙ୍କଚୂଡ଼ା ବେଶ ବା ବାମନ ବେଶ: କାର୍ତ୍ତିକ ଶୁକ୍ଳ ଦ୍ଵାଦଶୀ ଆଡ଼କିଆ ବେଶ ବା ତ୍ରିବିକ୍ରମ ବେଶ: କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ଡାଳିକିଆ ବେଶ ବା ଲକ୍ଷ୍ମୀନୃସିଂହ ବେଶ: କାର୍ତ୍ତିକ ଶୁକ୍ଳଚତୁର୍ଦ୍ଦଶୀ ରାଜରାଜେଶ୍ଵର ବେଶ (ସୁନା ବେଶ): କାର୍ତ୍ତିକ ପୂର୍ଣ୍ଣିମା ନାଗାର୍ଜୁନ ବେଶ: କାର୍ତ୍ତିକ ମଳ ତିଥି ଘୋଡ଼ଲାଗି ବେଶ: ମାର୍ଗଶୀର ଶୁକ୍ଳ ଷଷ୍ଠୀ ଠାରୁ ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ କରାଯାଏ । ମକରଚୌରାସୀ ବେଶ ପୁଷ୍ୟାଭିଷେକ ବେଶ (ସୁନା ବେଶ): ପୌଷ ପୂର୍ଣ୍ଣିମା ଦିନ ଜଗନ୍ନାଥଙ୍କ ଅଭିଷେକ ହୋଇଥାଏ । ଅଭିଷେକ ପରେ ଦିଅଁମାନଙ୍କୁ ରାଜ ବେଶ (ସୁନା ବେଶ)ରେ ସୁସଜ୍ଜିତ କରାଯାଇଥାଏ । ଶ୍ରାଦ୍ଧ ବେଶ ପଦ୍ମ ବେଶ: ମାଘ ଅମାବାସ୍ୟା ପରେ ପଞ୍ଚମୀ ପୂର୍ବରୁ ପଡୁଥିବା ବୁଧବାର ବା ଶନିବାର ଦିନ ଏହି ବେଶ କରାଯାଇଥାଏ । ଗଜ ଉଦ୍ଧାରଣ ବେଶ: ମାଘ ପୂର୍ଣ୍ଣିମା ଚାଚେରୀ ବେଶ ଦୋଳପୂର୍ଣ୍ଣିମା ବେଶ (ସୁନାବେଶ): ଫାଲ୍ଗୁନ ପୂର୍ଣ୍ଣିମା ନବାଙ୍କ ବେଶ ଚନ୍ଦନଲାଗି ବେଶ: ରଘୁନାଥ ବେଶ: ଚୈତ୍ର ଶୁକ୍ଳ ନବମୀ (ରାମ ନବମୀ) । ୧୮୦୫ ସାଲ ପରଠାରୁ ଏହି ବେଶ ଅନୁଷ୍ଠିତ ହୋଇନାହିଁ । ଅବକାଶ ବେଶ ବା ତଡ଼ପ ଉତ୍ତରୀୟ ବେଶ: ପ୍ରତ୍ୟେକ ଦିନ ସକାଳେ ଅବକାଶ ପୂର୍ବରୁ ନିତ୍ୟ ଧୂପ ବେଶ ବଡ଼ସିଂହାର ବେଶ ହରିହର ବେଶ ↑ "Vesha Of Deities - Jagannath Temple". jagannathtemplepuri.com. 2012.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ଵଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ଵିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।