ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପାକିସ୍ତାନୀ ଭୋଜନ ଦକ୍ଷିଣ ଏସିଆର ବିଭିନ୍ନ ଭାଗର ଭୋଜନର ଏକ ମିଶ୍ରିତ ପ୍ରକାର ଅଟେ । ଏମିତି ଭି ପାକିସ୍ତାନୀ ଖାଦ୍ୟ ପ୍ରଣାଳୀ ଉତ୍ତର ଭାରତୀୟ ଖାଦ୍ୟ ପ୍ରଣାଳୀ ଉପରେ ଆଧାରିତ ଅଟେ କିନ୍ତୁ ଏହା ଉପରେ ମଧ୍ୟ ଏସିଆ ଏବଂ ପଶ୍ଚିମ ଏସିଆର ଭୋଜନ ବ୍ୟବସ୍ଥାର ମଧ୍ୟ ପ୍ରଭାବ ରହିଛି ଓ ଏହା ମାଂସ ଉପରେ ଆଧାରିତ ହୋଇଥାଏ । ମୋଗଲ ଭୋଜନ ଶୈଳୀ ମଧ୍ୟ ପାକିସ୍ତାନ ରେଷ୍ଟୁରାଣ୍ଟ ରେ ବହୁମାତ୍ରାରେ ଲୋକପ୍ରିୟ ଅଟେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ରାମ ନାଥ କୋଵିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲ ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନ ଦ୍ବାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗ ଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତ ରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମ ରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ) କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପରଟା (ଉର୍ଦ୍ଧୁ: پراٹھا, ତାମିଲ: பராட்டா) ଭାରତୀୟ ରୁଟିର ବିଶିଷ୍ଟ ରୂପ ଅଟେ । ଏହା ଉତ୍ତର ଭାରତରେ ଯେତେ ଲୋକପ୍ରିୟ, ପାଖାପାଖି ଦକ୍ଷିଣ ଭାରତରେ ମଧ୍ୟ ସେତିକି ଲୋକପ୍ରିୟ ଅଟେ । ବାସ ଫରକ ଏତିକି ଯେ, ଉତ୍ତର ଭାରତରେ ଅଟା ରେ ପରଟା ପ୍ରସ୍ତୁତ କରିଥାନ୍ତି ଏବଂ ଦକ୍ଷିଣରେ ମଇଦାରେ ପରଟା ପ୍ରସ୍ତୁତ କରିଥାନ୍ତି । ପ୍ରତିଦିନ ଉତ୍ତରୀ ଭାରତୀୟ ମହାଦ୍ଵୀପରେ ଲୋକମାନେ ସକାଳ ଭୋଜନରେ ପରଟା ହିଁ ଖାଇଥାନ୍ତି । ଉତ୍ତରରୁ ଦକ୍ଷିଣ ଏବଂ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ଏହାକୁ ଲୋକପ୍ରିୟ ଖାଦ୍ୟରୂପେ ବ୍ୟବହାର କରାଯାଇଥାଏ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରୁ ଏହା ଟିକେ ତୈଳ ଯୁକ୍ତ ଥିବା କାରଣରୁ ସୀମିତ ମାତ୍ରାରେ ଉପଭୋଗ କରାଯାଇ ପାରେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ରେଟିନୋଲ (ଇଂରାଜୀ ଭାଷାରେ Retinol, ଅନ୍ୟ ନାମ ଜୀବସାର କ୧/Vitamin A1) ଏକ ଜୀବକୋଷ (vitamin) ଯାହା ଖାଦ୍ୟ ଅନୁପୂରକ (dietary supplement) ଭାବରେ ବ୍ୟବହାର କରାଯାଏ । ଅନୁପୂରକ ଭାବରେ ଏହା ଜୀବସାର କ ଅଭାବର (vitamin A deficiency) ଚିକିତ୍ସା ଓ ପ୍ରତିଷେଧ ଭାବରେ ଦିଆଯାଏ ବିଶେଷତଃ ଜେରୋଫଥାଲମିଆ (xerophthalmia) ରୋଗରେ ଦିଆଯାଏ । ଏହି ରୋଗ ସଙ୍କଟ ଥିବା ସ୍ଥାନରେ ଲୋକଙ୍କୁ ବର୍ଷକୁ ଅଧିକ ମାତ୍ରାର ରେଟିନୋଲ ଦୁଇ ଥର ଦିଆଯାଏ । ମିଳିମିଳା (measles) ରୋଗରେ ଅଧିକ ଅସୁବିଧା ନ ହେବା ନିମନ୍ତେ ପ୍ରତିଷେଧ ଭାବରେ ମଧ୍ୟ ଏହା ଦିଆଯାଏ । ଏହା ପାଟିରେ ବା ମାଂସପେଶୀ ଇଞ୍ଜେକସନ (injection into a muscle) ଆକାରରେ ଦିଆଯାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
କୈସ୍ପିୟନ ସାଗର (ଫରାସୀ: دریای مازندران, ଦରୟା-ଏ-ମାଞ୍ଜଦରାନ), ଏସିଆର ଏକ ଝରଣା ଅଟେ ଯେପରି ନିଜର ବୃହତ ଆକାର କାରଣରୁ ସାଗର କୁହ ଯାଇଥାଏ । ମଧ୍ୟ ଏସିଆରେ ସ୍ଥିତ ଏହି ଝରଣା କ୍ଷେତ୍ରଫଳ ହିସାବରେ ବିଶ୍ୱର ସବୁଠାରୁ ବଡ଼ ଝରଣା ଅଟେ । ଏହାର କ୍ଷେତ୍ରଫଳ ୪,୩୦,୦୦୦ ବର୍ଗ କିଲୋମିଟର ତଥା ଆୟତନ ୭୮,୨୦୦ ଘନ କିଲୋମିଟର ହୋଇଥାଏ । ଏହାର କୌଣସି ବାହ୍ୟଗମନ ହୋଇ ନଥାଏ ଏବଂ ପାଣି କେବଳ ବାଷ୍ପିକରଣ ଦ୍ୱାରା ବାହାରକୁ ଯାଇଥାଏ । ଐତିହାସିକ ରୂପରେ ଏହା "କଳା ସାଗର" , "ଈଜିୟନ ସାଗର" ଏବଂ ଏହିପରି "ଭୂମଧ୍ୟ ସାଗର" ସହିତ ଯୋଡ଼ି ହୋଇଥାଏ ବୋଲି ମାନନ୍ତି , ଯାହା କାରଣରୁ ଏହାର ଅଧିକ ଘନତ୍ୱର ଆଧାରରେ ଏହାକୁ ଝରଣା କହିବା ଉଚିତ ନୁହେଁ । ଏହାର ଖାରପଣ ୧.୨ ପ୍ରତିଶତ ହୋଇଥାଏ ଯାହା ବିଶ୍ୱର ସମସ୍ତ ସମୁଦ୍ରର ଖାରପଣ ଠାରୁ ଭିନ୍ନ ଅଟେ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Y ରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚି ର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch) ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚି ଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳା କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
କୁଲ୍ଫୀ /kʊlfiː/ ଏକ ଲୋକପ୍ରିୟ ମିଠା ଜାତୀୟ ଖାଦ୍ୟ ଅଟେ ଯାହା ଦୈନିକ ଭୋଜନ ଶେଷରେ ପରିବେଷିତ ହୋଇଥାଏ । ଏହାକୁ ସାଧାରଣତଃ ଭାରତୀୟ ପାରମ୍ପରିକ ଗତ ଆଇସ-କ୍ରିମ ରୂପେ ବର୍ଣ୍ଣନା କରାଯାଇଥାଏ । ଏହା ସାଧାରଣତଃ ଭାବେ ଭାରତ, ଶ୍ରୀଲଙ୍କା, ପାକିସ୍ତାନ, ବଙ୍ଗଳାଦେଶ, ନେପାଳ, ମିଆଁମାର, ମଧ୍ୟ ପୂର୍ବ ଏବଂ ଅଷ୍ଟ୍ରେଲିଆ, ୟୁରୋପ, ପୂର୍ବ ଏସିଆ, ଉତ୍ତର ଆମେରିକାର ଭାରତୀୟ ରେଷ୍ଟୁରାଣ୍ଟ ରେ ବ୍ୟାପକ ରୂପେ ଉପଲବ୍ଧ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମାଉସ ଏକ ଲକ୍ଷ୍ୟ କରି ଦେଖାଉଥିବା ଯନ୍ତ୍ର ଯାହା ଏକ ସମତଳ ରେ ଦୁଇ ଦିଗ ରେ ଗତିକରି କାମ କରିଥାଏ । ମାଉସ ଏକ ବସ୍ତୁ ଯାହାକୁ ହାତରେ ଧରାଯାଏ ଯେଉଁଥିରେ ଏକାଧିକ ବଟନ ଅଛି । ବେଳେ ବେଳେ ଏଥିରେ ଚକ ଭଳିଆ କିଛି ଜିନିଷ ଥାଏ ଯାହା ବ୍ୟବହାରକାରୀକୁ ଯନ୍ତ୍ର କରାଉଥିବା କାମ ଗୁଡିକ କରେଇଥାଏ, ଆଉ କିଛି ଅତିରିକ୍ତ ବଟନ ମଧ୍ୟ ଥାଏ ଯାହା ମାଉସକୁ କିଛି ଅଧିକ କ୍ଷମତା ପ୍ରଦାନ କରିଥାଏ । ମାଉସର ଗତି ସାଧାରତଃ ଏକ ତୀର ଚିହ୍ନ ଦ୍ଵାରା କମ୍ପୁଟର ପରଦାରେ ଦେଖାଇ ଥାଏ ଯାହା ଆରେଖୀୟ ପ୍ରୟୋଗୀ ଅନ୍ତରପୃଷ୍ଠ(Graphical User Interface)ର ଉତ୍ତମ ବ୍ୟବହାର ଦର୍ଶାଇଥାଏ ।