ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ
ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ Odisha State Open University ଓଡ଼ିଶା ସରକାରଙ୍କ ଦ୍ବାରା ପ୍ରତିଷ୍ଠିତ ରାଜ୍ୟର ପ୍ରଥମ ଏବଂ ଏକମାତ୍ର ମୁକ୍ତ ବିଶ୍ବବିଦ୍ୟାଳୟ। ଏହାର ମୁଖ୍ୟାଳୟ ସମ୍ବଲପୁରଠାରେ ରହିଛି। ଦୂର ନିରନ୍ତର ଶିକ୍ଷା ପ୍ରଦାନ ନିମେନ୍ତ ଦେଶର ଏହା ୧୫ତମ ମୁକ୍ତ ବିଶ୍ବବିଦ୍ୟାଳୟ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଅରବିନ୍ଦ ଢାଲି ଜଣେ ଭାରତୀୟ ରାଜନୀତିଜ୍ଞ ତଥା ବିଜୁ ଜନତା ଦଳର ସଦସ୍ୟ । ଓଡ଼ିଶା ବିଧାନ ସଭାକୁ ସେ ଚାରିଥର ନିର୍ବାଚିତ ହୋଇଥିଲେ । ଏହି କ୍ରମରେ ସେ ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରୁ 1992 ରୁ 2000 ମଧ୍ୟରେ ଦୁଇଥର ଏବଂ ଜୟଦେବ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)ରୁ ଗୋଟିଏ ଥର ପାଇଁଁ (୨୦୦୯ରୁ ୨୦୧୪) ନିର୍ବାଚିତ ହୋଇଥିଲେ । ତତ୍କାଳୀନ ଓଡ଼ିଶା ସରକାରଙ୍କ ବିଜେପି-ବିଜେଡି ମିଳିତ ସରକାରରେ ସେ ପରିବହନ ମନ୍ତ୍ରୀ ଦାୟିତ୍ଵ ତୁଲାଇଥିଲେ । ଇତିମଧ୍ୟରେ ୩୦ ଅପ୍ରେଲ ୨୦୦୬ରେ ସେ ବିଜେପି ଦଳ ଛାଡି ସେ ଭାରତୀୟ ଜନଶକ୍ତି ପାର୍ଟିରେ ଯୋଗ ଦେଇଥିଲେ । ତେବେ ପରବର୍ତ୍ତୀ ସମୟରେ ସେ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ ।
କରଞ୍ଜି (ଅନ୍ୟ ନାମ: ଗୁଜିଆ) ଏକ ପ୍ରକାର ଖାଦ୍ୟ ଅଟେ ଯାହା ମଇଦା ଏବଂ ଖୁଆରୁ ପ୍ରସ୍ତୁତ ହୋଇଥାଏ । ଏହାକୁ ଛତିଶଗଡ଼ ରେ କୁଶଳୀ , ମହାରାଷ୍ଟ୍ରରେ ଏବଂ ଓଡ଼ିଶାରେ କରଞ୍ଜି, ବିହାରରେ ପିଡକୀ, ଆନ୍ଧ୍ର ପ୍ରଦେଶ ରେ କଜ୍ଜିକୟାଳୁ, କୁହାଯାଇଥାଏ । ଉତ୍ତର ଭାରତରେ ହୋଲି ତଥା ଦକ୍ଷିଣ ଭାରତରେ ଦୀପାବଳୀ ଅବସରରେ ଘରେ କରଞ୍ଜି (ଗୁଜିଆ) ବନେଇବାର ପରମ୍ପରା ଥାଏ । କରଞ୍ଜି ମୁଖ୍ୟ ରୂପେ ଦୁଇପ୍ରକାର ରେ ତିଆରି ହୋଇଥାଏ । ପ୍ରଥମଟି ଖୁଆ ଦ୍ୱାରା ଏବଂ ଦ୍ୱିତୀୟଟି ସୁଜି ଦ୍ୱାରା ଭରାହୋଇଥିବା କରଞ୍ଜି (ଗୁଜିଆ) । ଖୁଆ, ଅଳେଇଚ ମିଶା କରଞ୍ଜି ଉପରେ ଚିନି ସିରାର ପରସ୍ତ ଦେଇ ତା ଉପରେ ଚାନ୍ଦି ପେପର ଲଗାଇ ଏକ ନୂଆ ରୂପ ଦିଆଯାଇଥାଏ । ଖୁଆ ସହିତ କେବେ କେବେ ଚଣା, ଅନ୍ୟ ଖାଦ୍ୟ ପଦାର୍ଥ ଯେପରି ଖଜୁର, କାଜୁ ଖିସମିଶ ର କରଞ୍ଜି ମଧ୍ୟ ପ୍ରସ୍ତୁତ ହୋଇଥାଏ ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତ ରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମ ରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ଵର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ବନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ଵର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ଵର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ଵର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ଵଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ଵିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ନରଏଥିସ୍ଟିରୋନ ଏନାନଥେଟ (ଇଂରାଜୀ ଭାଷାରେ Norethisterone enanthate ବା NET-EN, ଅନ୍ୟ ନାମ ନରଏଥିଣ୍ଡ୍ରୋନ ଏନାନଥେଟ/norethindrone enanthate) ଏକ କେବଳ-ପ୍ରୋଜେସ୍ଟୋଜେନ ଇଞ୍ଜେକସନ ଗର୍ଭ ନିରୋଧକ (progestogen-only injectable birth control) ଔଷଧ । ପ୍ରସବ ଓ ଗର୍ଭପାତ ପରେ ଏହା ଦିଆଯାଏ । ପ୍ରତି ଶହେ ଜଣ ମହିଳାଙ୍କ ମଧ୍ୟରୁ ୨ଜଣଙ୍କଠାରେ ଏହି ଔଷଧ ଫେଲ ହୁଏ । ପ୍ରତ୍ୟେକ ଡୋଜର କାର୍ଯ୍ୟକାଳ ପ୍ରାୟ ୨ ମାସ ଓ ଦୁଇ ଡୋଜ ଦିଆଯାଇପାରେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଲସି (ପଞ୍ଜାବୀ: ਲੱਸੀ/لسی, ସିନ୍ଧି: لسي, ଉର୍ଦ୍ଦୁ: لسی, ମରାଠୀ: लस्सी, ଗୁଜରାଟୀ: લસ્સી, ବେଙ୍ଗଲି: লাস্যি, ପାସ୍ତୋ: شوملې) ଗୋଟିଏ ଜନପ୍ରିୟ, ପରମ୍ପରାଗତ, ଦହି ଥିବା ପାନୀୟ । ଏଥିରେ ଦହି, ଜଳ, ମସଲା ଓ ବେଳେ ବେଳେ ଫଳ ମିଶାହୋଇ ତିଆରି ହୁଏ । ପରମ୍ପରାଗତ ଲସିରେ ଲୁଣ ଓ ଚୁର୍ଣ୍ଣ ଜୀରା ମିଶାଯାଏ । ମିଠା ଲସିରେ ମସଲା ନ ମିଶେଇ ଚିନି, ଫଳ ମିଶାଯାଏ ।ଧାର୍ମିକ କାର୍ଯ୍ୟରେ ଦହି ସହ ମହୁ ମିଶାଯାଏ । କେତେକ ସ୍ଥାନରେ ଲସିରେ ଦୁଧ ମିଶାଯାଏ ଓ ଉପରେ ପତଳା ରାବିଡି ସ୍ତର ରଖାଯାଏ । ଖରା ପାଗରେ ଲସି ସହ ବରଫ ମିଶେଇ ଦ୍ଵିପ୍ରହର ଭୋଜନ ପରେ ପିଆଯାଏ । ଝାଡା ବାନ୍ତି (Gastro-enteritis) ହେଲେ ଲସିରେ ହଳଦୀ ଗୁଣ୍ଡ ମିଶେଇ ଗ୍ରାମୀଣ ଚିକିତ୍ସା କରାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଅସୀମ ବସୁ( ୩୦ ନଭେମ୍ବର ୧୯୩୫ - ୧ ଫେବୃଆରୀ ୨୦୧୭) ଧର୍ମପଦ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଚିତ୍ରକର, ଅଭିନେତା, ନିର୍ଦ୍ଦେଶକ, ସାହିତ୍ୟିକ ଏବଂ କଳା ନିର୍ଦ୍ଦେଶକ ଥିଲେ । ୫୦ ବର୍ଷରୁ ଉର୍ଦ୍ଧ୍ଵ ସମୟ ଧରି ଅସୀମ ଓଡ଼ିଶାର କଳା ସାହିତ୍ୟ କ୍ଷେତ୍ରରେ ସକ୍ରିୟଥିଲେ । ସେ ୨୦୦୦ରୁ ଅଧିକ ନାଟକରେ ମଞ୍ଚ ସଜେଇଥିଲେ ଓ ୫୦ରୁ ଅଧିକ ନାଟକରେ ଅଭିନୟ ବା ନିର୍ଦ୍ଦେଶନା କରିଥିଲେ । ସେ ବହୁବାର ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ତିଆରିକରିଥିଲେ ।ଚିତ୍ରକଳାକୁ ନିଜ ପେଶା ଓ ମଞ୍ଚକୁ ନିଜ ନିଶା ବୋଲି କହୁଥିବା ଅସୀମ ଓଡ଼ିଶା ନାଟ୍ୟସଂଘର ସଭାପତି ପଦବୀ ମଧ୍ୟ ଅଳଙ୍କୃତ କରିଥିଲେ । ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଚୟନ କମିଟିରେ ରହି ରାଜ୍ୟର ଅନେକ ପ୍ରତିଭାକୁ ଚୟନ କରିଥିଲେ । ନାଟ୍ୟ ରଚନା ଓ ମଞ୍ଚସଜାରେ ସେ ସିଦ୍ଧହସ୍ତ ଥିଲେ । ଓଡ଼ିଶାର କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନ ଥିଲା ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ରାମଚନ୍ଦ୍ର ମିଶ୍ର, ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।