ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ପ୍ରେମଲତା ଅଗ୍ରୱାଲ (ଜନ୍ମ: 1963) ଏକ ଭାରତୀୟ ମହିଳା ପର୍ବତାରୋହି ଅଟନ୍ତି, ଯିଏ ୨୦ ମଇ, ୨୦୧୧ ମସିହାରେ ସକାଳ ୯:୩୫ ସମୟରେ ୪୮ ବର୍ଷ ବୟସରେ ୨୯,୦୨୯ ଫୁଟ ଉଚ୍ଚରେ ପହଞ୍ଚି ମାଉଣ୍ଟ ଏଭରେଷ୍ଟ ଶିଖରକୁ ଛୁଇଁଥିବା ପ୍ରଥମ ଭାରତୀୟ ମହିଳା ହେବାର ଗୌରବ ଲାଭ କରିଥିଲେ । ପରେ ୫୦ ବର୍ଷ ବୟସରେ ୨୩ ମଇ ୨୦୧୩ ମସିହାରେ ଉତ୍ତରୀ ଆମେରିକାର ଅଲସ୍କା ର ମାଉଣ୍ଟ ମୌକେନାଲ କୁ ପାରି କରି ସେ ନୂଆ ଉପଲବ୍ଧି ହାସିଲ କରିଥିଲେ । ସାତୋଟି ମହାଦ୍ବୀପ ର ଶିଖରରେ ଚଢୁଥିବା ପ୍ରେମଲତା ଜଣେ କୁଶଳ ଗୃହିଣୀ ଅଟନ୍ତି । ସେ ୩୫ ବର୍ଷ ବୟସ ପରେ ପ୍ରଥମ ଥର ପାଇଁ ପର୍ବତରୋହଣ ସହ ସମ୍ପର୍କ ଯୋଡିଥିଲେ । ୧୯୮୪ ମସିହା ପ୍ରାୟ ୨୯ ବର୍ଷ ବୟସରେ ଏଭରେଷ୍ଟ ରେ ଚଢିଥିବା ପ୍ରଥମ ମହିଳା ର ଗୌରବ ହାସିଲ କରିଥିବା ବଛେନ୍ଦ୍ରୀ ପାଲ ମଧ୍ୟ ତାଙ୍କ ଅଭିଯାନକୁ ଅନୁସରଣ କରୁଥିଲେ । ବଛେନ୍ଦ୍ରୀ ଙ୍କ ପ୍ରୋତ୍ସାହନ ଦ୍ୱାରା ପର୍ବତରୋହି ପ୍ରେମଲତା ନେପାଳର ଏସିଆନ ଟ୍ରେକିଙ୍ଗ କମ୍ପାନୀର ଦେଖା ରେଖାରେ ମାର୍ଚ୍ଚ ମାସ ଶେଷରେ ଆରମ୍ଭ ହୋଇଥିବା ଇକୋ ଏଭରେଷ୍ଟ ଅଭିଯାନ ୨୦୧୧ ମସିହାରେ ୨୨ ସଦସ୍ୟ ଯୁକ୍ତ ଅନ୍ତଃରାଷ୍ଟ୍ରୀୟ ଦଳର ପ୍ରତିଯୋଗୀ ଥିଲେ । ସେ ଦାର୍ଜିଲିଙ୍ଗ ରୁ ପର୍ବତରୋହଣ ର ଶିକ୍ଷା ପ୍ରାପ୍ତ କରିଥିଲେ । ସେ ଝାଡ଼ଖଣ୍ଡର ଯୁଗସଲାଇ, ଜାମସେଦପୁର ରେ ରହୁଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ଵପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନ ଦ୍ଵାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ମହାପ୍ରଭୁଙ୍କ ଦର୍ଶନ ପାଇଁ ମହାରଣୀ ଶ୍ରୀମନ୍ଦିରକୁ ବିଜେ କଲେ ତାହାକୁ ଗହଣ ବିଜେ କୁହାଯାଏ । ମହାପ୍ରଭୁଙ୍କ ଦର୍ଶନ ପାଇଁ ମହାରାଣୀ ରାଜପରିବାରର ସଦସ୍ୟଙ୍କ ଗହଣରେ ଯାତ୍ରା କରୁଥିବାରୁ ଶ୍ରୀମନ୍ଦିର ପରମ୍ପରାରେ ଏହି ଯାତ୍ରାକୁ ମହାରାଣୀଙ୍କ ଗହଣ ବିଜେ କୁହାଯାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଉପାସନା ଆରମ୍ଭ କାଳରୁ ଏହି ନୀତି ପ୍ରଚଳନ ଅଛି । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତଲିପିରେ ମହାରାଣୀଙ୍କ ଗହଣ ବିଜେ ପରମ୍ପରା ଉଲ୍ଲେଖ ଅଛି ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ଆୟୋହେକ୍ସୋଲ (ଇଂରାଜୀ ଭାଷାରେ Iohexol, ବିକ୍ରୟ ନାମ ଓମ୍ନିପେକ/Omnipaque) ଏକ ରେଡିଓ କଣ୍ଟ୍ରାସ୍ଟ ଏଜେଣ୍ଟ (contrast agent) ଯାହା କେତେକ ରଞ୍ଜନରଶ୍ମୀ ନିମନ୍ତେ ବ୍ୟବହାର କରାଯାଏ । ଧମନୀ (arteries), ଶିରା (veins), ମସ୍ତିଷ୍କର ଭେଣ୍ଟ୍ରିକ୍ଲ (ventricles of the brain), ମୂତ୍ର ପ୍ରଣାଳୀ (urinary system) ଓ ଗଣ୍ଠିମାନଙ୍କର (joints) ଅବସ୍ଥା ଦେଖିବାକୁ ଓ କମ୍ପ୍ୟୁଟର ଟୋମୋଗ୍ରାଫି (computer tomography ବା CT scan) କଲାବେଳେ ଏହା ବ୍ୟବହାର କରାଯାଏ । ଏହା ପାଟିରେ ଶିରାଭ୍ୟନ୍ତରରେ (injection into a vein) ଓ ଦେହର ବିଭିନ୍ନ କୋଟର ବା କ୍ୟାଭିଟି ଭିତରେ ଦିଆଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗଳା ପ୍ରଦାହ ରୋଗରେ ତଣ୍ଟି ପଛ ପାଖରେ ପ୍ରଦାହ ହୁଏ । ଏହା ଫଳରେ ଜ୍ୱର ଓ ଗଳା ଯନ୍ତ୍ରଣା (sore throat) ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ନାକରୁ ପାଣି ବୋହିବା, କାଶ, ମୁଣ୍ଡବଥା, କର୍କଶ ସ୍ୱର (hoarse voice) ହୁଏ । ଲକ୍ଷଣ ପ୍ରାୟ ୩ରୁ ୫ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ସାଇନୁସାଇଟିସ (sinusitis) , ଆକ୍ୟୁଟ ଓଟାଇଟିସ ମିଡିଆ ହୁଏ (acute otitis media) । ଗଳା ପ୍ରଦାହ ରୋଗ ଏକ ପ୍ରକାର ଶ୍ୱାସନଳୀ ସଂକ୍ରମଣ ଯୋଗୁ ହୁଏ ।
ହୃଦ୍ଘାତ (ଇଂରାଜୀରେ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏମ.ଆଇ. ଅଥବା ଆକ୍ୟୁଟ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏ.ଏମ.ଆଇ., ବା ହାର୍ଟ ଆଟାକ୍ ଯଥାକ୍ରମେ Myocardial infarction (MI) or acute myocardial infarction (AMI), commonly known as a heart attack), ରୋଗ ହୁଏ ଯେତେବେଳେ ହୃତ୍ପିଣ୍ଡର ଗୋଟିଏ ଅଂଶକୁ ରକ୍ତ ସରବରାହ ବନ୍ଦ ହୋଇ ସେହି ସ୍ଥାନର ହୃତ୍ପିଣ୍ଡ ମାଂସପେଶୀ ମରିଯାଆନ୍ତି । ଏହାର ଅତି ସାଧାରଣ ଲକ୍ଷଣ: ଛାତି ଯନ୍ତ୍ରଣା ବା ଛାତି ବେଆରାମ ଯାହା କାନ୍ଧ, ବାହୁ, ପିଠି ଓ ହନୁ ହାଡ଼ ଆଡ଼କୁ ମାଡ଼ିଯାଏ । ଅଧିକାଂଶ ସମୟରେ ଏହି କଷ୍ଟ ଛାତି ମଝିରେ ବା ବାମ ପାଖରେ ହୁଏ ଓ କିଛି ମିନିଟରୁ ଅଧିକ ସମୟ ଧରି ରହେ । ଅନେକ ସମୟରେ ଏହା ଛାତି ଜ୍ୱଳନ ଭଳି ଲାଗେ । ଅନ୍ୟ ଲକ୍ଷଣ ମଧ୍ୟରେ ଛୋଟ ଶ୍ୱାସକ୍ରିୟା, ଓକାଳ, ଅଚେତ ଅନୁଭବ, ଥଣ୍ଡା ଝାଳ ଓ ଥକ୍କା ଲାଗିବା ଭଳି ଲାଗେ । ପ୍ରାୟ ୩୦ % ଲୋକଙ୍କର ଅସ୍ୱାଭାବିକ ଲକ୍ଷଣ ଥାଏ, ପୁରୁଷଙ୍କର ମହିଳାଙ୍କ ଅପେକ୍ଷା ଅଧିକ ଅସ୍ୱାଭାବିକ ଲକ୍ଷଣ ଦେଖାଯାଏ । ୭୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୫ % ଲୋକଙ୍କର ସାମାନ୍ୟ ବା କୌଣସି ଲକ୍ଷଣ ନ ଥାଏ । ହୃଦ୍ଘାତ ଫଳରେ ହୃଦ୍ପାତ (heart failure), ଅନିୟମିତ ହୃତ ସ୍ପନ୍ଦନ ବା ହୃଦ୍ରୋଧ (cardiac arrest) ହୋଇପାରେ । ଅଧିକାଂଶ ହୃଦ୍ଘାତ କରୋନାରୀ ଧମନୀ ରୋଗ ଯୋଗୁ ହୁଏ । ସଙ୍କଟ ଦାୟକ ଅବସ୍ଥା ମଧ୍ୟରେ ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ରକ୍ତରେ ଅଧିକ କୋଲେଷ୍ଟ୍ରଲ୍, ଦରିଦ୍ର ଖାଦ୍ୟ ଓ ଅତ୍ୟଧିକ ମଦ୍ୟପାନ ମୂଖ୍ୟ ଅଟେ । ରକ୍ତନଳୀରେ ଜମିଥିବା ଆଥେରୋସ୍କ୍ଲେରୋଟିକ ପ୍ଲେକ ଭାଙ୍ଗିଯାଇ କରୋନାରୀ ଧମନୀକୁ ସମ୍ପୁର୍ଣ୍ଣ ବନ୍ଦ କରିଦେଲେ ଏହି ରୋଗ ହୁଏ । କ୍ୱଚିତ, କୋକେନ ଖାଇବା ଯୋଗୁ, ମାନସିକ ଚାପ ଯୋଗୁ ଓ ଅତ୍ୟଧିକ ଥଣ୍ଡା ଯୋଗୁ, କରୋନାରି ଧମନୀର ସ୍ପାଜ୍ମ ହୋଇ ଏମ.ଆଇ. ରୋଗ ହୁଏ । ଇସିଜି, ରକ୍ତ ପରୀକ୍ଷା ଓ କରୋନାରୀ ଆଞ୍ଜିଓଗ୍ରାମ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ଏସଟି ଉତ୍ଥାନ ଇସିଜି ସାହାଯ୍ୟରେ ଜଣାପଡ଼ିଲେ ଏମ ଆଇ ରୋଗ ନିଶ୍ଚିତ କରାଯାଏ । ସାଧାରଣତଃ ଟ୍ରୋପୋନିନ ଓ ବେଳେ ବେଳେ କ୍ରିଏଟିନ କାଇନେଜ ଏମ.ବି.
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ଵପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନ ଦ୍ଵାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଉଣୀ ମାଁ ସୁଭଦ୍ରା ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ଦେବଦଳନ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ) କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଟନସିଲାଇଟିସ ବା ଟନସିଲ ପ୍ରଦାହ (ଇଂରାଜୀ ଭାଷାରେ Tonsillitis) ରୋଗ ଟନସିଲରେ (tonsil) ଆରମ୍ଭ ହେଉଥିବା ଏକ ପ୍ରକାର ଦୃତ ଗତିର ପ୍ରଦାହକୁ ବୁଝାଏ । ଏହା ଏକ ପ୍ରକାର ଫାରିଞ୍ଜାଇଟିସ ରୋଗ । ଲକ୍ଷଣ: ଏଥିରେ ତଣ୍ଟି ଦରଜ, ଜ୍ୱର, ଟନସିଲର ବଡ଼ ଆକାର ହୁଏ, ଗିଳିବାରେ ସମସ୍ୟା ହୁଏ ଓ ଲସିକା ଗ୍ରନ୍ଥି ବଢ଼ିଯାଏ । ରୋଗ ଜଟିଳ ହେଲେ ପେରିଟନସିଲାର ଆବସେସ (peritonsillar abscess) ରୋଗ ହୁଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ। କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ମହାନ ଦାର୍ଶନିକ ହୁଏନସାଙ୍ଗ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ଭବ୍ୟ ଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ପାବନ ଧୁଆଁ ବିଷୟରେ ବର୍ଣ୍ଣନା କରିଛନ୍ତି ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ଵପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନ ଦ୍ଵାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ଵଜ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଡାହୁକ ବୋଲି ଜଗନ୍ନାଥଙ୍କ ରଥ ଯାତ୍ରା ବେଳେ ରଥ ଉପରେ ବୋଲାଯାଉଥିବା ଗୀତ । ଏହି ଗୀତିଗୁଡିକ ଡାହୁକମାନଙ୍କ ଦେଇ ବୋଲାଯାଉଥିବାରୁ ଏହାକୁ "ଡାହୁକ ଗୀତ" ମଧ୍ୟ କୁହାଯାଏ । ଡାହୁକ ବୋଲି ବିନା ରଥ ଗଡେ ନାହିଁ ବୋଲି ପ୍ରବାଦ ଅଛି ଏବଂ ଏହି ଡାହୁକଗୀତ "ରଥଟଣା"ରେ ଏକ ମୂଖ୍ୟ ଭୁମିକା ନିର୍ବାହ କରି ଆସୁଅଛି । ଏହା ବୌଦ୍ଧ ଧର୍ମ ଅନ୍ତର୍ଗତ ବଜ୍ରଯାନୀ ପରମ୍ପରାର ଅବଶେଷ ତଥା ଏହାର ପଦଗୁଡ଼ିକ ବୌଦ୍ଧ ଚର୍ଯା ସାହିତ୍ୟର ସନ୍ତକ ହୋଇଥିବାବେଳେ ଡାହୁକମାନଙ୍କୁ ଚର୍ଯାପଦର ସିଦ୍ଧମାନଙ୍କର ବଂଶଧର ବୋଲି ବିଶ୍ୱାସ କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।