ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ) କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସମୁଦ୍ରଗୁପ୍ତ, ଗୁପ୍ତବଂଶର ଜଣେ ଶାସକ ଥିଲେ । କୁଶାଣ ବଂଶର ପତନପରେ ଉତ୍ତର ଭାରତ ତ୍ରମଶଃ ଅନେକ କ୍ଷୁଦ୍ର ସ୍ଵାଧୀନ ରାଜ୍ୟରେ ବିଭକ୍ତ ହେବାପରେ ଭାରତର ରାଜନୈତିକ ଏକତା ଓ ସଂହିତା ବ୍ୟାହତ ହୋଇଥିଲା । କିନ୍ତୁ ଖ୍ରୀଷ୍ଟୀୟ ଚତୁର୍ଥ ଶତାବ୍ଦୀର ପ୍ରାରମ୍ଭରେ ଗୁପ୍ତ୍ରବଂଶର ଅଭ୍ୟୁଦୟ ଫଳରେ ଭାରତରେ ଶାନ୍ତି ଶୃଙ୍ଖଳା ତଥା ରାଜନୈତିକ ଏକତା ପୁନଃପ୍ରତିଷ୍ଠିତ ହୋଇଥିଲା । ସମ୍ଭବତଃ ୩୩୫ ଖ୍ରୀଷ୍ଟାବ୍ଦରେ ପ୍ରଥମ ଚନ୍ଦ୍ରଗୁପ୍ତଙ୍କ ପୁତ୍ର ସମୁଦ୍ରଗୁପ୍ତ ସିଂହାସନ ଆରୋହଣ କରିଥିଲେ । ଆଲାହାବାଦ ସ୍ତମ୍ଭଲେଖରୁ ତାଙ୍କର ରାଜତ୍ଵ ବିଶେଷତଃ ଦିଗବିଜୟ ସମ୍ଭନ୍ଧରେ ବହୁ ତଥ୍ୟ ଜଣାଯାଏ । ସମୁଦ୍ରଗୁପ୍ତଙ୍କ ରାଜସଭାର ବିଶିଷ୍ଟ କବି ତଥା ସନ୍ଧିବିଗ୍ରହିକ ( ପ୍ରତିରକ୍ଷା ମନ୍ତ୍ରୀ) ହରିସେଣଙ୍କ ଦ୍ଵାରା ଏହି ସ୍ତମ୍ଭଲେଖର ପ୍ରଶସ୍ତି ରଚିତ ହୋଇଥିଲା ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କ୍ୟାଟ୍ରିନା କୈଫ (କ୍ୟାଟ୍ରିନା ଟର୍କ୍ୟୁଟି ଜନ୍ମ-୧୬ ଜୁଲାଇ ୧୯୮୩) ଜଣେ ବ୍ରିଟିଶ୍। ସେ ଜଣେ ଚ୍ଚଳଚିତ୍ର ଅଭିନେତ୍ରୀ ଓ ମଡେଲ୍। ମୂଖ୍ୟତଃ ସେ ହିନ୍ଦୀ ଚ୍ଚଳଚିତ୍ର ରୁ ଜଣାଶୁଣା। କ୍ୟାଟ୍ରିନା ମାଲାୟାଲାମ୍ ଓ ତେଲୁଗୁ ଚ୍ଚଳଚିତ୍ର ମଧ୍ୟ କରିଛନ୍ତି। ବଲିଉଡ୍ର ସେ ଜଣେ ଉଚ୍ଚ ବେତନ ପ୍ରାପ୍ତ ଅଭିନେତ୍ରୀ ଏବଂ ଭାରତର ଅନ୍ୟ ସେଲିବ୍ରିଟି ମାନଙ୍କ ମଧ୍ୟରୁ ସେ ଗଣପ୍ରତିନିଧି ଦ୍ୱାରା ଜଣେ ଅତ୍ୟାକର୍ଷଣୀୟ ସେଲିବ୍ରିଟି ଅଟନ୍ତି।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଡାଇଆଟ୍ରିଜୋଏଟ (ଇଂରାଜୀ ଭାଷାରେ Diatrizoate, ଅନ୍ୟ ନାମ ଆମିଡୋଟ୍ରାଇଜୋଏଟ/amidotrizoate) ଏକ ପଦାର୍ଥ ଯାହା କଣ୍ଟ୍ରାସ୍ଟ ଏଜେଣ୍ଟ (contrast agent) ଭାବରେ ଏକ୍ସ-ରେ କଲାବେଳେ ବ୍ୟବହାର କରାଯାଏ । ଏହା ଦ୍ୱାରା ଶିରା (veins), ମୂତ୍ରପ୍ରଣାଳୀ (urinary system), ପ୍ଲୀହା ଓ ଗଣ୍ଠି (joints) ଦେଖାଯାଏ ଓ ସିଟି ସ୍କାନ କରାଯାଏ । ଏହା ପାଟିରେ ଦିଆଯାଏ, ଶିରାଭ୍ୟନ୍ତରରେ (injection into a vein), ମୂତ୍ରାଶୟ ଭିତରକୁ ଓ ମଳାଶୟରେ (rectally) ଦିଆଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣ ର ବିଭିନ୍ନ ଭାଷା ରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟ ରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକି ଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣ କୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣ ରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁ ରେ ବିବିଧତା ରହିଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଇସ୍ତୋର-ଓ-ନଳ (استور و نل, Istor-o-Nal) ହିନ୍ଦୁକୁଶ ପର୍ବତ ଶୃଙ୍ଖଳର ତୃତୀୟ ସବୁଠାରୁ ଉଚ୍ଚ ପାହାଡ ଅଟେ ଏବଂ ଦୁନିଆର ୬୮ ତମ ସବୁଠାରୁ ଉଚ୍ଚ ପାହାଡ ଅଟେ । ୭,୪୦୩ ମୋଟର (୨୪,୨୮୮) ଫୁଟ ଉଚ୍ଚ ଏହି ପର୍ବତ ପ୍ରଶାସନିକ ରୂପେ ପାକିସ୍ତାନର ଚିତ୍ରାଳ ଜେଲରେ ପଡିଥାଏ । ଏହା ହିନ୍ଦୁକୁଶର ସବୁଠାରୁ ଉଚ୍ଚ ପାହାଡ ତିରିଚ ମୀର ରୁ କିଛି କିଲୋମିଟର ଉତ୍ତର-ପୂର୍ବ ରେ ସ୍ଥିତ ରହିଛି ଏବଂ ଏହି ଦୁଇ ପାହାଡ଼ ମଧ୍ୟରେ ତିରିଚ ହିମାନି (ଗ୍ଲୋସିୟର) ଚାଲିଥାଏ । ବହୁ ସ୍ଥାନରେ ଇସ୍ତୋର-ଓ-ନଳ ତିରିଚ ମୀରର ବହୁ ଉଚ୍ଚ ଚୂଳ ପଛପଟେ ଲୁଚି ହୋଇଥାଏ , ଏଥିପାଇଁ ଏହା କମ ବିଖ୍ୟାତ ଅଟେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଯେଉଁ ବର୍ଷ ବୈଶାଖ ଶୁକ୍ଳ ନବମୀ ଗୁରୁବାର ଶ୍ରବଣା ମକର ପଡ଼ିଥାଏ ସେହି ବର୍ଷ ଶ୍ରୀଜଗନ୍ନାଥଙ୍କର ରଘୁନାଥ ବେଶ ହୋଇଥାଏ । ୧୯୦୫ ସାଲ ଅପ୍ରେଲ ମାସ ୨୬ ତାରିଖ ଗୁରୁବାର ଦିନ ଶେଷ ଥର ନିମନ୍ତେ ରଘୁନାଥ ବେଶ ହୋଇଥିବାର ଉତ୍କଳ ଦୀପିକା ପତ୍ରିକାରେ ଯାହା ପ୍ରକାଶ ପାଇଛି ଓ ଶ୍ରୀମନ୍ଦିର ରେକର୍ଡରୁ ଜଣାଯାଇଛି। ୨ୟ ଥର ପ୍ରଚେଷ୍ଟା ବୈଠକ ଆଲୋଚନା ୧୯୮୩ରେ ଏଥିପାଇଁ ହୋଇ ବିଫଳ ହୋଇଛି। ଆଉ ରଘୁନାଥ ବେଶ ଭକ୍ତମାନେ ଦେଖି ପାରି ନାହାନ୍ତି। ମିଳୁଥିବା ତଥ୍ୟ ଅନୁଯାୟୀ ମୋଟ ୯ ଥର ରଘୁନାଥ ବେଶ ହୋଇଅଛି ଏବଂ ୧୯୦୫ ମସିହା ପରଠାରୁ ଶ୍ରୀମନ୍ଦିରରେ ଆଉ ଏହି ବେଶ ହୋଇନାହିଁ ।
ପଶ୍ଚିମ ଓଡିଶା ବିଦ୍ୟୁତ ଯୋଗାଣ କମ୍ପାନୀ
ପଶ୍ଚିମ ଓଡ଼ିଶା ବିଦ୍ୟୁତ ଯୋଗାଣ କମ୍ପାନୀ ବା ( WESCO) ଓଡ଼ିଶା ସରକାର ଙ୍କ ଏକ ପବ୍ଲିକ ଲିମିଟେଡ କମ୍ପାନୀ ।ଏହା ନଭେମ୍ବର ୧୯ ତାରଖ , ୧୯୯୭ ରେ ପ୍ରତିଷ୍ଠିତ ହେଇ ପଶ୍ଚିମ ଓଡ଼ିଶା ର ବିଦ୍ୟୁତ ପରିବହନ , ବଣ୍ଟନ ରକ୍ଷଣା ବେକ୍ଷଣ ଓ ଶୁଳ୍କ ଆଦାୟ ପରି କାର୍ଯ୍ୟ ସମ୍ପାଦନ କରିଥାଏ । ଏହା ସାରା ଓଡ଼ିଶା ର ବିଦ୍ୟୁତ ସଂଚାଳନ ଦାୟିତ୍ଵ ରେ ଥିବା ଗ୍ରୀଡ କର୍ପୋରେସନ ଓଫ ଓଡ଼ିଶା ( GRIDCO) ର ଏହା ସହଯୋଗୀ ପ୍ରତିଷ୍ଠାନ ହିସାବ ରେ ଆରମ୍ଭ ହେଇଥିଲା । ସାଂପ୍ରତିକ ଏହା ସ୍ଵାଧୀନ ଭାବରେ ପରିଚାଳନା ପାଇଁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ଦ୍ଵାରା ଆବଶ୍ଯକୀଯ ଅନୁମୋଦନ ପ୍ରାପ୍ତ ହେଇଛି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ନାଟ୍ୟାଞ୍ଜଳି ଭାରତନାଟ୍ୟମ ର ଏକ ଏକ ଗୀତିକରଣ ଯାହା ପ୍ରଥମେ ଭି.ପି.ଧନଞ୍ଜୟନଙ୍କ ଦ୍ଵାରା 1968 ମସିହା ରେ କରାଯାଇଥିଲା । ଏହା ରାଗ ମାଳିକା , ତାଲା ମାଳିକା ଅନୁସାରେ ରଚିତ ହେଇଥିଲା ଓ ଭଗବାନ ଗଣେଶ , ଦେବୀ ସରସ୍ଵତୀ , ଭଗବାନ ବିଷ୍ଣୁ , ଭଗବାନ ଶିବ ଓ ଗୁରୁ ମାନଙ୍କୁ ସମ୍ମାନ ଜଣେଇ ସଂସ୍କୃତ ଶ୍ଳୋକରେ ବିଭିନ୍ନ ତାଲା ଓ ରାଗ ର ସମାହାର ସହ ସଜ୍ଜିତ ହେଇଥିଲା । ନାଟ୍ୟାଞ୍ଜଳି ଚିଦାମ୍ବରମ ସ୍ଥିତ ଶ୍ରୀ ସବନୟାଗର ମନ୍ଦିର ପାଇଁ ଉତ୍ଶର୍ଗ ହେଇଥିଲା । ପ୍ରାୟ 40 ବର୍ଷ କାଳ ରୁ ପ୍ରତ୍ୟହ 1000 ସ୍ତମ୍ଭ ଥିବା ମଣ୍ଡପ ରେ କର୍ଣାଟକୀ ସଂଗୀତା ର ଆଖଡା ହଉଥିଲା । ସେଥିରେ ଚିଦମ୍ବରମ ଏସ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଘିକୁଆଁରୀ ( /ˈæloʊiː/ ଅଥବା /ˈæloʊ/) ଏକ ସରସ ଉଦ୍ଭିଦ ଶ୍ରେଣୀ । ପ୍ରଥମ ଶତାବ୍ଦୀରୁ ଏହି ଶ୍ରେଣୀର ଉଦ୍ଭିଦଟି ଭେଷଜ ଔଷଧ ତିଆରିରେ ଲାଗେ ବୋଲି ବାରମ୍ବାର ଲେଖାରେ ଦେଖିବାକୁ ମିଳିଥାଏ । ଘିକୁଆଁରୀରୁ ବାହାରୁଥିବା ରସ ଆଦି ଏହାର ପୁନର୍ଯୌବନ ଲାଭକାରୀ, ଆରୋଗ୍ୟକାରୀ, ସୁଖକାରୀ ଗୁଣ ଥିବା ନାମରେ ଲୋକଙ୍କୁ ବତାଇ ବିଭିନ୍ନ ଅଙ୍ଗରାଗ ଓ ବିକଳ୍ପ ଚିକିତ୍ସା ପଦ୍ଧତିରେ ଲାଗିଥାଏ । ତେବେ ମିଳିଥିବା ପ୍ରମାଣ ଅନୁସାରେ ଘିକୁଆଁରୀର ଉତ୍ପାଦରେ କୌଣସି ରୋଗନାଶକାରୀ ଓ ଅଙ୍ଗରାଗକାରୀ ଗୁଣ ଥିବା ବାରମ୍ବାର ପରୀକ୍ଷାରେ ଓଲଟା ଫଳ ଦେଇଛି ।
କଳାହାଣ୍ଡି , ବଲାଙ୍ଗିର , କୋରାପୁଟ ଅଞ୍ଚଳ ( KBK)
କଳାହାଣ୍ଡି , ବଲାଙ୍ଗିର , କୋରାପୁଟ ଅଞ୍ଚଳ ( KBK), ଭାରତୀୟ ରାଜ୍ୟ ଓଡ଼ିଶା ର ଏକ ଅର୍ଥନୈତିକ ପଛୁଆ ଅଞ୍ଚଳ । ଏହି ଚିର ମରୁଡି ଗ୍ରସ୍ତ ଅଞ୍ଚଳ ଭାରତ ର ଏକ ସର୍ବାଧିକ ଅନଗ୍ରସର ଅଞ୍ଚଳ ଭାବରେ ପରିଚିତ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଦାମୋଦର ନଦୀ (Pron:/ˈdæmoˌdaː/)ଭାରତୀୟ ରାଜ୍ୟ ପଶ୍ଚିମ ବଙ୍ଗ ଓ ଝାଡ଼ଖଣ୍ଡ ଦେଇ ପ୍ରବାହିତ ହଉଥିବା ଏକ ମୁଖ୍ୟ ନଦୀ । ଏହି ନଦୀ ଉପତ୍ୟକା ଅଞ୍ଚଳ ଖଣିଜ ସମ୍ପଦ ରେ ପରିପୂର୍ଣ ଓ ଏହାର ତଟବର୍ତୀଇଲାକା ରେ ବହୁଳ ପରିମାଣ ରେ ଖଣି ଓ ସମ୍ପର୍କିତ ଶିଳ୍ପ ରେ ପରିପୂର୍ଣ । ଏହା ପ୍ରଥମେ " ପଶ୍ଚିମ ବଙ୍ଗ ର ଦୁଖ " ନାମରେ କୁହାଯାଇଥାଇ ପ୍ରତିବର୍ଷ ବନ୍ୟା ବଙ୍ଗୀୟ ସମତଳ ଅଞ୍ଚଳ ରେ ବିପତ୍ତି ସୃଷ୍ଟି କରୁଥିଲା । ତେବେ ବର୍ତମାନ ଦାମୋଦର ଓ ତାହାର ଶାଖା ନଦୀ ସମୂହ ରେ ଅନେକ ବନ୍ଧ ନିର୍ମାଣ କରାଯାଇ ଜଳଭଣ୍ଡାର ରେ ଜଳ ସଂଗ୍ରହ କରାଯିବାରୁ ବନ୍ୟା ବିପତ୍ତି ଅନେକ ପରିମାଣ ରେ ରୋକା ଯାଇ ପାରିଛି ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖ ରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।