ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କ ଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର କୁହାଯାଇଥାଏ ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଟାଇମୋଲୋଲ (ଇଂରାଜୀ ଭାଷାରେ Timolol) ଏକ ଔଷଧ ଯାହା ପାଟିରେ ଦିଆଯାଏ ବା ଆଖି ଡ୍ରପ (eye drops) ଭାବରେ ଦିଆଯାଏ । ଆଖି ଭିତର ଚାପ (pressure inside the eye) ବଢ଼ୁଥିବା ରୋଗ ଯେପରିକି ଓକୁଲାର ହାଇପରଟେନସନ (ocular hypertension) ଓ ଗ୍ଲକୋମା ଭଳି ରୋଗମାନଙ୍କରେ ଦିଆଯାଏ । ଉଚ୍ଚ ରକ୍ତଚାପ ଓ ଆଞ୍ଜାଇନା (chest pain due to insufficient blood flow to the heart) ରୋଗ ଚିକିତ୍ସାରେ, ହୃଦ୍ଘାତର ଜଟିଳତା ଓ ଅଧକପାଳିର ପ୍ରତିରୋଧ ନିମନ୍ତେ ଏହା ପାଟିରେ ଦିଆଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କେତେକ ରୋଗ, ବିକଳାଙ୍ଗତା ଓ ସ୍ଵାସ୍ଥ୍ୟ ସମସ୍ୟା ଯାହା ଧନୀ ଲୋକଙ୍କଠାରେ ନ ହୋଇ କେବଳ ଗରୀବ ଲୋକଙ୍କଠାରେ ଦେଖାଯାଏ ସେଗୁଡିକର ସମଷ୍ଟିକୁ ଦାରିଦ୍ର୍ୟ ରୋଗ କୁହାଯାଏ । ଅନେକ କ୍ଷେତ୍ରରେ ଦାରିଦ୍ର୍ୟକୁ ଅନେକ ରୋଗର ସଙ୍କଟଦାୟୀ ଅବସ୍ଥା ବୋଲି ଧରାଯାଏ, ଯାହା ଅର୍ଥନୈତିକ ବିକାଶ ତଥା ଦାରିଦ୍ର୍ୟ ଦୂରିକରଣର ପ୍ରଧାନ ବାଧା କାରକ ରୁପେ ବିବେଚନା କରଯାଏ । ଅପପୁଷ୍ଟିରେ ଦାରିଦ୍ର୍ୟ ସର୍ବବ୍ୟାପି ଥାଏ ।
ଭାରତୀୟ କ୍ରିକେଟ ଦଳ ର ରେକର୍ଡ ସମୂହ
ଏହି ପ୍ରୁଷ୍ଠା ରେ ଭାରତୀୟ ଜାତୀୟ କ୍ରିକେଟ ଦଳ ର ରେକର୍ଡ ସବୁ ଉପଲବ୍ଧ । ଏଠାରେ ଉଲ୍ଲେଖ କରା ଯାଇପାରେ ଯେ ଭାରତ ୧୯୧୧ମସିହା ରେ "All India team" ନାମ ରେ ପ୍ରଥମେ ଇଂଲଣ୍ଡ ସହ ଅଣ ଅନୁସ୍ଥାନିକ ଟେଷ୍ଟ ଖେଳିଥିଲା ।ପରେ ପୁନର୍ବାର ୧୯୩୨ ରେ ଆଉ ଏକ ଦଳ ସେହିପରି ଗସ୍ତ କରିଥିଲେ । ୧୦୧୧ ବେଳକୁ ଭାରତୀୟ କ୍ରିକେଟ ଅନୁଷ୍ଠାନ ସ୍ଵୀକୃତ ହେଇ ନଥିବାରୁ ତାହା ରେକର୍ଡ ର ଅନ୍ତର୍ଭୁକ୍ତ ନୁହେ ।୧୯୩୨ ଟେଷ୍ଟ କୁ ପ୍ରଥମ ସ୍ବୀକୃତି ପ୍ରାପ୍ତ ଟେଷ୍ଟ କୁହାଯାଏ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ୍ (ଆଇବିଏସ) ଏକ ଲକ୍ଷଣ ସମୂହ ଯେଉଁଥିରେ ପେଟ ଯନ୍ତ୍ରଣା, ଅନ୍ତର୍ନିହିତ ଅସୁବିଧା ନ ଥାଇ ମଳ ତ୍ୟାଗ ସମୟର ପରିବର୍ତ୍ତନ ପରିଲକ୍ଷିତ ହୁଏ । ବହୁତ ସମୟ ଧରି ଏପରିକି ବର୍ଷ ବର୍ଷ ଧରି ଏହି ରୋଗ ଲକ୍ଷଣ ଦେଖାଯାଏ । ରୋଗୀର ତରଳ ଝାଡ଼ା, କୋଷ୍ଠ କାଠିନ୍ୟ, ଉଭୟ ଥିବା ବା କିଛି ନ ଥିବାକୁ ନେଇ ଏହି ରୋଗକୁ ଯଥାକ୍ରମେ ଚାରି ଶ୍ରେଣୀରେ (ଆବିଏସ-ଡି, ଆବିଏସ-ସି, ଆବିଏସ-ଏମ୍ ବା ଆବିଏସ-ୟୁ) ବିଭକ୍ତ କରାଯାଇଛି । ଏହି ରୋଗ ଜୀବନର ମାନକୁ ପ୍ରଭାବିତ କରିବାରୁ କାମ ବା ସ୍କୁଲ ପାଠରେ ବ୍ୟାଘାତ ହୁଏ । ଉତ୍କଣ୍ଠା, ମେଜର ଅବସାଦ ଓ କ୍ରନିକ୍ ଫ୍ୟାଟିଗ୍ ସିଣ୍ଡ୍ରୋମ୍ ଆଦି ଲକ୍ଷଣ ଆଇବିଏସ୍ରେ ଦେଖାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ
ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ (Odisha State Open University) ଓଡ଼ିଶା ସରକାରଙ୍କ ଦ୍ବାରା ପ୍ରତିଷ୍ଠିତ ରାଜ୍ୟର ପ୍ରଥମ ଏବଂ ଏକମାତ୍ର ମୁକ୍ତ ବିଶ୍ବବିଦ୍ୟାଳୟ। ଏହାର ମୁଖ୍ୟାଳୟ ସମ୍ବଲପୁରଠାରେ ରହିଛି। ମୁକ୍ତ ଶିକ୍ଷା ପ୍ରଦାନ ନିମେନ୍ତ ଦେଶର ଏହା ୧୫ତମ ମୁକ୍ତ ବିଶ୍ବବିଦ୍ୟାଳୟ।
ଗହ୍ମାଡ଼ିଆଁ ଓଡ଼ିଶାର ଏକ ପୁରାତନ ଏବଂ ଲୋକପ୍ରିୟ ଖେଳ । ଏହା ଉଚ୍ଚ ଡିଆଁ ପ୍ରତିଯୋଗିତା ଧରଣର । ରାକ୍ଷୀ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ଅବସରରେ ଗାଁ ଓ ସହରରେ ଏହି ଖେଳ ଖେଳାଯାଏ । ଏହା ବିଶେଷ କରି ଗଞ୍ଜାମ ଜିଲ୍ଲାରେ ଅଧିକ ଜଣାଶୁଣା । ଏହା ସାଧାରଣରତଃ ଯୁବକମାନଙ୍କ ଦ୍ୱାରା ଖେଳାଯାଇଥାଏ ଓ ଏହି ଖେଳ ଦେଖିବାକୁ ସାହି ମାନଙ୍କରେ ବିଶେଷ ଭିଡ଼ ଜମେ । ମଣିଷମାନଙ୍କ ବ୍ୟତିତ ପଶୁମାନେ ମଧ୍ୟ ଏଥିରେ ଭାଗନେବା ଦେଖାଯାଏ । ଚାଷୀମାନେ ବଳଦମାନଙ୍କୁ ଜମିକୁ ନେଇ ଯାଇଥାନ୍ତି । ଏକ ଉଚ୍ଚ ପିଣ୍ଡି ବା "ଗହ୍ମା ବେଦୀ" ଗଢ଼ାଯାଇ ବଳଦମାନଙ୍କୁ ଏଥି ଉପରେ ଡିଆଁମାରିବାକୁ ଛଡ଼ାଯାଇଥାଏ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଜନସଂଖ୍ୟା ହିସାବ ରେ ଜାତୀୟ ରାଜଧାନୀ ସମୂହ ର ତାଲିକା
Thଏହା ଜନସଂଖ୍ୟା ହିସାବ ରେ ବିଶ୍ଵ ର ଦେଶ ମାନଙ୍କର ଜାତୀୟ ରାଜଧାନୀ ସମୂହ ର ତାଲିକା ଯାହା ଜନସଂଖ୍ୟା ଆଧାର କୁ ନେଇ କରାଯାଇଛି । ଏଥିରେ ନିର୍ଭରଶୀଳ ଅଞ୍ଚଳ ଓ ବିବାଦୀୟ ଅଞ୍ଚଳ ସ,ମୂହ କୁ ବକ୍ରୀତ ଲିପି ରେ ଉଲ୍ଲେଖ କରାଯାଇଛି । ଦିଆ ଯାଇଥିବା ଜନସଂଖ୍ୟା କେବଳ ରାଜଧାନୀ ସହର ର , ଏଥିରେ ସହରତଳି ଓ ମେଟ୍ରୋପାଳିଟାନ ଅଞ୍ଚଳ ମିଶା ଯାଇନାହିଁ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି ।
ଭାରତର ନୃତ୍ୟକଳା ଏକ ସର୍ବପୁରାତନ କାଳରୁ ଭିନ୍ନ ଭିନ୍ନ ଭାବ ଭଙ୍ଗୀରେ ସୃଷ୍ଟି ହୋଇ ଆସିଛି । ଭାରତୀୟ ନୃତ୍ୟକଳା ଓ ଏହାର ସ୍ଥାପତ୍ୟ ସର୍ବ ଜନସାଧାରଣ ମାନଙ୍କୁ ଏକତ୍ର କରି ରଖିପାରିଛି । ସମଗ୍ର ଭାରତ ବର୍ଷରେ କାହିଁ କେଉଁ ଯୁଗରୁ ଆଜି ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ନିଜ ନିଜ ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବାକୁ ଯାଇ ସଂସ୍କୃତି ସମ୍ପନ୍ନ ନୃତ୍ୟକୁ ପରିବେଷଣ କରିଥାନ୍ତି । ଏହା ଦ୍ଵାରା ସେମାନଙ୍କ ମଧ୍ୟରେ ଏକତା ଓ ମାନସିକ ଶାନ୍ତି ଉଜ୍ଜୀବିତ ହୁଏ । ସମସ୍ତ ପ୍ରକାରର ପର୍ବପର୍ବାଣି, ଆଡମ୍ବର ଅନୁଷ୍ଠାନ ଏବଂ ମନର ଶାନ୍ତି ଭାବନାକୁ ଉଜ୍ଜୀବିତ କରି ରଖିବା ପାଇଁ ଲୋକମାନେ ନିଜ ନିଜ ସାଂସ୍କୃତିକ ଶୈଳୀ ରେ ନୃତ୍ୟ ପରିବେଷଣ କରିଥାନ୍ତି । ଏହା ଦ୍ୱାରା ଧାର୍ମିକ , ସାଂସ୍କୃତିକ ଓ ଶାସ୍ତ୍ରୀୟ ନୃତ୍ୟର ମାର୍ଜନା ହୋଇଥାଏ ।
ରକ୍ତ ଶ୍ରେଣୀ ବା ରକ୍ତ ଦଳ ବା ବ୍ଲଡ଼ ଗ୍ରୁପ ଦେହରେ ଥିବା ରକ୍ତର ଏକ ବର୍ଗୀକରଣର ନାମ ଯାହା କେତେକ ଆଣ୍ଟିବଡି ଓ ଲୋହିତ ରକ୍ତ କଣିକା ପୃଷ୍ଠରେ ବଂଶଗତ ଆଣ୍ଟିଜେନର ଉପସ୍ଥିତି ବା ଅନୁପସ୍ଥିତି ଉପରେ ନିର୍ଭର କରି ଦିଆଯାଏ । ରକ୍ତ ଶ୍ରେଣୀ ଅନୁସାରେ ଏହି ଆଣ୍ଟିଜେନଗୁଡ଼ିକ ପୁଷ୍ଟିସାର, ଶ୍ୱେତସାର, ଗ୍ଲାଇକୋପ୍ରୋଟିନ ବା ଗ୍ଲାଇକୋଲିପିଡ଼ ହୋଇପାରେ । ଏହି ଆଣ୍ଟିଜେନ ବିଭିନ୍ନ ତନ୍ତୁମାନଙ୍କ ଇଉକାରିଓଟିକ ଲୋଷ|ଜୀବକୋଷରେ ମଧ୍ୟ ଥାଏ । ଏମାନଙ୍କ ମଧ୍ୟରୁ ଅନେକ ପୃଷ୍ଠ ଆଣ୍ଟିଜେନ ଗୋଟିଏ ଆଲେଲେରୁ ସୃଷ୍ଟି ହୋଇଥାଆନ୍ତି ଓ ସାମୁହିକ ଭାବରେ ଗୋଟିଏ ରକ୍ତ ଶ୍ରେଣୀ ସୃଷ୍ଟି କରନ୍ତି । ଉଭୟ ମାତା ଓ ପିତାଙ୍କଠାରୁ ରକ୍ତ ଶ୍ରେଣୀ ବଂଶଗତ (inherited) ଭାବରେ ଆସିଥାଏ । ଅଧୁନା ରକ୍ତ ସଞ୍ଚାର ଆନ୍ତର୍ଜାତୀୟ ସୋସାଇଟି (ISBT) ପ୍ରାୟ ୩୫ ପ୍ରକାର ମାନବ ରକ୍ତ ଶ୍ରେଣୀ ପ୍ରଣାଳୀ ଚିହ୍ନଟ କରିସାରିଲେଣି । ଏମାନଙ୍କ ମଧ୍ୟରୁ ଦୁଇଟି ଶ୍ରେଣୀ ଯଥା ଏବିଓ (en:ABO) ଓ ଆରଏଚଡି (RhD antigen) ଶ୍ରେଣୀ ଅତ୍ୟନ୍ତ ତାତ୍ପର୍ଯ୍ୟପୂର୍ଣ୍ଣ । ସେଗୁଡ଼ିକ ଦ୍ୱାରା ଏବିଓ ରକ୍ତ ଶ୍ରେଣୀ ପ୍ରସ୍ତୁତ ହୁଏ । ଏମାନଙ୍କଦ୍ୱାରା ରକ୍ତ ଶ୍ରେଣୀ (ଏ,ବି,ଏବି,ଓ ସହ +,-) ସ୍ଥିରୀକୃତ ହୁଏ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗାୟକ) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।