ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପ୍ରୋଜେସ୍ଟିରନ ଯୋନୀପଥ ମୁଦ୍ରିକା (ଇଂରାଜୀ ଭାଷାରେ Progesterone vaginal ring, ଅନ୍ୟ ନାମ ପ୍ରୋଜେସ୍ଟିରନ-କେବଳ ଯୋନୀପଥ ମୁଦ୍ରିକା) ଏକ ପ୍ରକାର ଯୋନୀପଥ ମୁଦ୍ରିକା (vaginal ring) ଯାହା ଶିଶୁର ସ୍ତନ୍ୟପାନ ଅବଧିରେ ମାତାର ଜନ୍ମ ନିରୋଧ ନିମନ୍ତେ ବ୍ୟବହାର କରାଯାଏ । ପ୍ରସବ ପରେ ଏକ ମାସଠାରୁ ଆରମ୍ଭ କରାଯାଇ ଏକ ବର୍ଷ ପର୍ଯ୍ୟନ୍ତ ଏହା ବ୍ୟବହାର କରାଯାଏ । ଏକ ଶତ ମହିଳାଙ୍କ ମଧ୍ୟରୁ ୧.୫ ଜଣଙ୍କ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହୋଇନପାରେ । ଗୋଟିଏ ମୁଦ୍ରିକା ଯୋନୀପଥରେ (vagina) ୩ମାସ ପର୍ଯ୍ୟନ୍ତ ରଖାଯାଏ । ମହିଳାମାନେ ନିଜେ ଏହାକୁ ଯୋନୀପଥରେ ରଖିପାରିବେ ଓ ବାହାରକରିପାରିବେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ
ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ (Odisha State Open University) ଓଡ଼ିଶା ସରକାରଙ୍କ ଦ୍ବାରା ପ୍ରତିଷ୍ଠିତ ରାଜ୍ୟର ପ୍ରଥମ ଏବଂ ଏକମାତ୍ର ମୁକ୍ତ ବିଶ୍ବବିଦ୍ୟାଳୟ। ଏହାର ମୁଖ୍ୟାଳୟ ସମ୍ବଲପୁରଠାରେ ରହିଛି। ମୁକ୍ତ ଶିକ୍ଷା ପ୍ରଦାନ ନିମେନ୍ତ ଦେଶର ଏହା ୧୫ତମ ମୁକ୍ତ ବିଶ୍ବବିଦ୍ୟାଳୟ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି ,ମିଳିତ ଲେଖାଲେଖି|ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିପିଡ଼ିଆ ସଙ୍ଘ|କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
The micrometre (International spelling as used by the International Bureau of Weights and Measures; SI symbol: µm) or micrometer (American spelling), also commonly known as a micron, is an SI derived unit of length equaling 1×10−6 of a metre (SI standard prefix "micro-" = 10−6); that is, one millionth of a metre (or one thousandth of a millimetre, 0.001 mm, or about 0.000039 inch). The symbol µm is sometimes rendered as um if the symbol µ cannot be used, or if the writer is not aware of the distinction. The micrometre is a common unit of measurement for wavelengths of infrared radiation as well as sizes of cells and bacteria and is also commonly used in plastics manufacturing.
ପୋକେମନ ଗୋ ପ୍ଳସ୍ ଏକ ବ୍ଲୁଟୁଥ୍ ଯନ୍ତ୍ର ଯାହାକି ପୋକେମନ୍ ଗୋର ଖେଳାଳିଙ୍କ ଦ୍ୱାରା ବ୍ୟବହାର ହୋଇଥାଏ । ଏହା ଦେଖିବାକୁ ଏକ ସ୍ମାର୍ଟ ୱାଚ୍ ପରି, ଯାହାକୁ ଖେଳାଳୀ ଜଣକ ନିଜ ହାତରେ ମଧ୍ୟ ପିନ୍ଧିପାରିବେ । ଏହି ଯନ୍ତ୍ରଟିର ନିର୍ମାଣ ଜାପାନର ନିଂଣ୍ଟେଣ୍ଡୋ ନାମକ ଏକ ନିଜସ୍ୱ କମ୍ପାନୀ କରିଅଛି । ୨୦୧୬ ମସିହା ସେପ୍ଟେମ୍ବର ମାସ ସୁଧା ଏହା ବଜାରରେ ଉପଲବ୍ଧ ହେବାର ସୁଚନା ମିଳି ଅଛି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କ ଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର କୁହାଯାଇଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଆଲର୍ଜିକ ନାକ ପ୍ରଦାହ, (ଇଂରାଜୀ ଭାଷାରେ ଆଲର୍ଜିକ ରାଇନାଇଟିସ ବା ହେ ଫିଭର ଓ ପଲିନୋସିସ ଯଥାକ୍ରମେ allergic rhinitis ବା hay fever ବା pollinosis), ରୋଗ ହୁଏ ଯେତେବେଳେ ବାୟୁରେ ଥିବା ଆଲର୍ଜେନ ପ୍ରତି ଇମ୍ମ୍ୟୁନ ସିସ୍ଟମ ଅତ୍ୟଧିକ ପ୍ରତିକ୍ରିୟା କରେ । ଏହାର ଚିହ୍ନ ଓ ଲକ୍ଷଣ: ନାକରୁ ତରଳ ପଦାର୍ଥ ବୋହିବା, ଛିଙ୍କ, ନାମ ଲାଲ ଦେଖାଯିବା, ଗଲୁ କରିବା ଓ ଆଖି ଲୋତକରେ ଭରିଯିବା । ନାକରୁ ବୋହୁଥିବା ତରଳ ପଦାର୍ଥ ପରିଷ୍କାର ଥାଏ । ଆଲର୍ଜେନ ସଂସ୍ପର୍ଶରେ ଆସିବାର କିଛି ମିନିଟ ମଧ୍ୟରେ ଆରମ୍ଭ ହୋଇ ନିଦ୍ରା, କାର୍ଯ୍ୟରେ ବ୍ୟାଘାତ କରାଏ ସ୍କୁଲରେ ଓ ଏକାଗ୍ରତା ଭଙ୍ଗ କରାଏ । ପରାଗ ରେଣୁ ଯୋଗୁ ହେଉଥିବା ଲକ୍ଷଣ ବର୍ଷର ନିର୍ଦ୍ଦିଷ୍ଟ ସମୟରେ ଦେଖାଯାଏ । ଏହି ରୋଗ ଭୋଗୁଥିବା ଆନେକ ଲୋକଙ୍କର ଆଜମା, ଆଲର୍ଜିକ କଞ୍ଜକ୍ଟିଭାଇଟିସ ବା ଆଟପିକ ଡର୍ମାଟାଇଟିସ ହୁଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।