ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ଅନୁଷ୍ଠିତ ହୁଏ । ଏହାକୁ ମଧ୍ୟ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ । ଯେଉଁ ବର୍ଷ ଯୋଡା ଆଷାଢ଼ ପଡେ,ଉକ୍ତ ବର୍ଷ ଶ୍ରୀକ୍ଷେତ୍ରରେ ନବକଳେବର ଅନୁଷ୍ଠିତ ହୁଏ । ଏହି ଦିନରେ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କୁ ୧୦୮ ପୂର୍ଣ୍ଣକୁମ୍ଭରେ ଗାଧୋଇ ଦିଆଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହେଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ଵର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟ ଦ୍ଵାରା ନିଷ୍ପନ୍ନ । ମି ର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ଵ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହେଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଧୁଡୁକି, ଓଡ଼ିଶାର ଏକ ପାରମ୍ପାରିକ ଲୋକକଳା । ଧୁଡୁକିଆ ଶବର(ମୁଣ୍ଡପୋତା କେଳା) ସମ୍ପ୍ରଦାୟର ଲୋକେ ଏହି ବାଜା ବଜେଇ, ଲୋକମାନଙ୍କର ମନୋରଞ୍ଜନ କରନ୍ତି । ଧୁଡୁକି ବଜେଇ, ଏମାନେ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟକବିତା, ରାଧାକୃଷ୍ଣଙ୍କ ପ୍ରେମ କାହାଣୀ, ବିଭିନ୍ନ ଗ୍ରନ୍ଥ ଉପନିଷେଦର କଥା ବୋଲି ଶୁଣେଇଥାନ୍ତି । ଢେଙ୍କାନାଳ, ନୟାଗଡ଼, ଯାଜପୁର ଆଦି ଅଞ୍ଚଳରେ ଏହି କଳାକାରମାନେ ଦେଖାଯାଆନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭାରତୀୟ ଦଣ୍ଡବିଧି ସଂହିତା ଦଫା ୩୦୯
ଭାରତୀୟ ଦଣ୍ଡବିଧି ସଂହିତାର ଦଫା ୩୦୯, ଆତ୍ମହତ୍ୟାର ପ୍ରୟାସ ପାଇଁ ଦଣ୍ଡ ବିଧାନ କରିଥାଏ । ଏହି ଦଫା ଅନ୍ତର୍ଗତ ଅପରାଧ ପାଇଁ ଅତି ବେଶୀରେ ୧ ବର୍ଷ ପାଇଁ କାରାଦଣ୍ଡର ବ୍ୟବସ୍ଥା ରହିଛି । ଏହି ଦଫାକୁ ହଟାଇ ଦେବାପାଇଁ ଅନେକ ସୂତ୍ରରୁ ଆବେଦନ କରାଯାଇଛି । ୧୯୯୬ ଜ୍ଞାନକୋୖର ମୋକଦ୍ଦମା ରେ ଭାରତୀୟ ଉଚ୍ଚତମ ନ୍ୟାୟାଳୟର ଏକ ୫ ଜଣିଆ ଖଣ୍ଡପୀଠ ଘୋଷଣା କରିଥିଲେ ଯେ ଏହି ନିୟମ ସମ୍ବିଧାନର ଧାରା ୨୧ କୁ ଉଲ୍ଲଘଂନ କରୁନାହିଁ । ଭାରତର ଆଇନ କମିଶନ ମଧ୍ୟ ଏହି ଧାରାର ଅପସାରଣ ପାଇଁ ପ୍ରସ୍ତାବ ଦେଇଥିଲେ । ଏ ସମ୍ପର୍କରେ ସଂସଦ ରେ ଏକ ଚିଠା ଆଇନ ଅଣାଯାଇଥିଲା ଯଦିଓ ଏହା ଆଇନରେ ପରିଣତ ହୋଇ ପାରିନଥିଲା । ୨୦୧୧ ରେ ଉଚ୍ଚତମ ନ୍ୟାୟାଳୟ ଏହି ଧାରାର ବିଲୋପ ପାଇଁ ବିଚାର ନିମନ୍ତେ ସୁପାରିଶ କରିଥିଲେ । ଯଦିଓ ଏପର୍ଯ୍ୟନ୍ତ ଏହି ଧାରା ପୂର୍ବପରି ରହିଛି, ମାନସିକ ସ୍ୱାସ୍ଥ୍ୟର ଯତ୍ନ ଆଇନ (Mental Healthcare Bill) ଆତ୍ମହତ୍ୟାର ପ୍ରୟାସକୁ ଦଣ୍ଡମୁକ୍ତ କରିଦେଇଚି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ୍)
'କିସ୍' ବା କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସେସ ହେଇଛି ଭୁବନେଶ୍ବରର ପଟିଆଠାରେ ଥିବା ଏକ ଶିକ୍ଷାନୁଷ୍ଠାନ ଯେଉଁଥିରେ ୧୦୦୦୦ରୁ ଅଧିକ ଆଦିବାସୀ ପିଲାମାନଙ୍କୁ ମାଗଣାରେ ଶିକ୍ଷାଦାନ ଓ ରହିବା ଖାଇବା ବ୍ୟବସ୍ଥା ଦିଆଯାଉଛି । ଭୁବନେଶ୍ୱର ଉପକଣ୍ଠ ପଟିଆଠାରେ ୧୯୯୩ରେ ମାତ୍ର ୧୨୫ଜଣ ବସ୍ତିପିଲାଙ୍କୁ ମାଗଣାରେ ଶିକ୍ଷା ଦେବା ପାଇଁ କିସ ଆରମ୍ଭ କରଯାଇଥିଲା । ଏହି ଅନୁଷ୍ଠାନର ପ୍ରତିଷ୍ଠାତା ହେଉଛନ୍ତି ଅଚ୍ୟୁତ ସାମନ୍ତ । ଏଠାରେ ଓଡ଼ିଶାର ୩୦ଟି ଜିଲାର ପ୍ରାୟ ୨୨ହଜାରରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ପ୍ରାଥମିକ ଶ୍ରେଣୀଠାରୁ ସ୍ନାତକୋତ୍ତର ପର୍ଯ୍ୟନ୍ତ ସଂପୂର୍ଣ୍ଣ ନିଃଶୁଳ୍କ ଶିକ୍ଷାଲାଭ କରୁଛନ୍ତି । ଅନୁଷ୍ଠାନର ୮ଶହ ମେଧାବୀ ଛାତ୍ରଛାତ୍ରୀ କିଟ୍ ବିଶ୍ୱବିଦ୍ୟାଳୟରେ ଇଞ୍ଜିନିୟରିଂ, ମେଡିକାଲ, ଆଇନ, ମ୍ୟାନେଜମେଣ୍ଟ ଭଳି ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମରେ ମଧ୍ୟ ନିଃଶୁଳ୍କ ଶିକ୍ଷା ପାଇପାରୁଛନ୍ତି । ଏହା ବ୍ୟତୀତ ଝାଡ଼ଖଣ୍ଡ, ଛତିଶଗଡ଼, ଆସାମ ଓ ପଶ୍ଚିମବଙ୍ଗ ଆଦି ୭ଟି ରାଜ୍ୟର ଜନଜାତି ପିଲାମାନେ ମଧ୍ୟ ଏଠାରେ ଉଚ୍ଚଶିକ୍ଷା ପାଇପାରୁଛନ୍ତି । ଜଣେ ବ୍ୟକ୍ତି ୧୦ ଜଣ ଆଦିବାସୀ ପିଲାଙ୍କ ଦାୟିତ୍ୱ ବହନ କରି ମାଗଣାରେ ଶିକ୍ଷା ପ୍ରଦାନ କରିବା ଦୁରୂହ ବ୍ୟାପାର । ସେଭଳି ସ୍ଥଳେ କିସ୍ରେ ୨୨ହଜାର ପିଲା ଗୋଟିଏ ସ୍ଥାନରେ ରହି ପାଠପଢ଼ି ମଣିଷ ହେବା ନିଶ୍ଚିତ ଭାବେ ଗୌରବର କଥା । ଏହାର ସମୀକ୍ଷା ପାଇଁ ଆମେରିକା ଫୁଲବ୍ରାଇଟ ସ୍କଲାର କ୍ରଷ୍ଟାଇନ ଫିନାନ ୨୦୧୪ରୁ ଗବେଷଣା କରୁଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଧୁମସା ଓଡ଼ିଶାର ଏକ ପାରମ୍ପାରିକ ବାଜା । ଏହାକୁ କେଟଲି ବାଜା ଶ୍ରେଣୀ ଭିତରେ ରଖାଯାଇଥାଏ । ଏହାକୁ ମୁଖ୍ୟତଃ ସାନ୍ତାଳୀମାନେ ବଜାଇଥାନ୍ତି । ଏହାର ଆକାର ନାଗରା ଭଳି ଲମ୍ବାଳିଆ ଓ ଗୋଟେ ପଟ ସରୁ ହୋଇଥାଏ କିମ୍ବା ଚା କପ ଭଳି ତଳ ପଟ ଅଳ୍ପ ଚଉଡ଼ା ଓ ଉପର ପଟ ଅଧିକ ଚଉଡ଼ାଯୁକ୍ତ ହୋଇଥାଏ । ମୋଟାମୋଟି ଆକାରରେ ଏହାର ତଳ ପଟ ଖୁବ ଛୋଟ ଓ ଉପର ପଟ ଖୁବ ଅଧିକ ଚଉଡ଼ା । ଏହି ବାଜା ଧାତୁରେ ତିଆରି ଓ ବଜାଇବା ପଟଟି ଚମଡ଼ାରେ ଘୋଡ଼ା ହୋଇଥାଏ । ଏହା ସାଧାରଣତଃ ଓଜନିଆ । ତେବେ ବାଜା ବଜାଇବା ବେଳେ ଏହାକୁ ହାତରେ କାନ୍ଧେଇ ଦୁଇଟି ବାଡ଼ିରେ ବଜାଯାଇଥାଏ । ବାଜା ବଜାଳି ଅନେକ ସମୟରେ ବାଜା ବଜାଇବା ସହିତ ନାଚିଥାନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶୀ ସଙ୍ଗୀତ (ଇଂରାଜୀ: Odissi music, oṛiśī) ଓଡ଼ିଶାରେ ଆରମ୍ଭ ହୋଇଥିବା ଏକ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ଥିବା ପାଞ୍ଚଟି ବିଭାଗ; ଅବନ୍ତୀ, ପାଞ୍ଚାଳୀ, ଓଡ୍ରମାଗଧୀ, ହିନ୍ଦୁସ୍ଥାନୀ ଓ କର୍ଣ୍ଣାଟକୀ ଭିତରୁ ଓଡ଼ିଶୀ ଉଡ୍ରମାଗଧୀର ଅନ୍ତର୍ଭୁକ୍ତ । ସାଧାରଣତଃ ଓଡ଼ିଶୀ ନୃତ୍ୟରେ ଓଡ଼ିଶୀ ସଙ୍ଗୀତ ପରିବେଷଣ କରାଯାଏ । ଗାୟନ ପାଇଁ ଗୀତ ରଚନା କରୁଥିବା ଜୟଦେବଙ୍କ ସମୟରୁ ଓଡ଼ିଶୀ ସଙ୍ଗୀତ ଉନ୍ନତ ହୋଇ ବିକାଶଲାଭ କରିଥିଲା । ୧୧ଶ ଶତକ ବେଳକୁ ଓଡ଼ିଶାର ଲୋକଗୀତମାନ ତ୍ରିସ୍ୱରୀ, ଚତୁର୍ସ୍ୱରୀ, ପଞ୍ଚସ୍ୱରୀ ଭାବେ ଥିଲା । ଏହା ପରେ ଶାସ୍ତ୍ର୍ରୀୟ ଧାରାରେ ବଦଳାଯାଇଥିଲା । ତେବେ ଓଡ଼ିଶୀ ସଙ୍ଗୀତ ଓଡ଼ିଆ ଭାଷାର ବିକାଶ ହେବା ଆଗରୁ ରହିଥିଲା । ଖ୍ରୀ.ପୂ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କନ୍ଧମାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
କନ୍ଧମାଳ ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ: ବାଲିଗୁଡ଼ା ଘୁ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତାର ଦୌରାନ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ଵର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ବିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ଵିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଟ୍ରୋପିକାମାଇଡ (ଇଂରାଜୀ ଭାଷାରେ Tropicamide, ଏକ ବିକ୍ରୟ ନାମ ମାଇଡ୍ରିଆସିଲ, ଏକ ମାଇଡ୍ରିଆଟିକ ବା ଆଖି ପିତୁଳାକୁ ବିଷ୍ଫାରିତ କରୁଥିବା ଔଷଧ (dilate the pupil) ଓ ଏହାଦ୍ୱାରା ଆଖି ପରୀକ୍ଷା (examination of the eye) ସୁଗମ ହୁଏ । ବିଶେଷତଃ ଫଣ୍ଡସ୍ (back of the eye) ବା ଆଖିର ପୃଷ୍ଠଭାଗର ପରୀକ୍ଷା ସହଜସାଧ୍ୟ ହୁଏ । ଏହା ଆଖି ଡ୍ରପ (eye drops) ଆକାରରେ ବ୍ୟବହାର କରାଯାଏ । ଏହାର ପ୍ରଭାବ ୪୦ ମିନିଟ ମଧ୍ୟରେ ଆରମ୍ଭ ହୋଇ ପ୍ରାୟ ଏକ ଦିନ ପର୍ଯ୍ୟନ୍ତ ରହେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କୋଡିନ, ରାସାୟନିକ ନାମ ୩-ମିଥାଇଲମର୍ଫିନ, ଏକ ଅଫିମ ସମ୍ପର୍କୀୟ ଔଷଧ ଯାହା ଯନ୍ତ୍ରଣା ନିବାରକ, କାଶ ଔଷଧ ଓ ତରଳ ଝାଡ଼ା ଚିକିତ୍ସାରେ ବ୍ୟବହୃତ ହୁଏ । ମଧ୍ୟମ ଓ ସାମାନ୍ୟ ଧରଣର ଯନ୍ତ୍ରଣା ନିମନ୍ତେ ଏହା ଦିଆଯାଏ । ପାରାସେଟାମୋଲ ବା ଆସ୍ପିରିନ ସହିତ ମିଶେଇଲେ ଏହା ଅଧିକ ଉପକାର କରେ । କାଶ ଉପଶମ ନିମନ୍ତେ ଦିଆଯାଥିଲେ ମଧ୍ୟ ଅନିଶ୍ଚତ ଫଳ ମିଳେ । ୧୨ ବର୍ଷ ବୟସରୁ କମ ପିଲାଙ୍କୁ ୟୁରୋଗରେ ଏହି ଔଷଧ ଦିଆଯାଏ ନାହିଁ । ଏହା ପାଟିରେ ଦିଆଯାଏ । ଏହା ଖାଇବାର ୧/୨ ଘଣ୍ଟା ପରେ କାର୍ଯ୍ୟକାରୀ ହୁଏ ଓ ସର୍ଭାଧିକ ପ୍ରଭାବ ୨ ଘଣ୍ଟା ପରେ ଦେଖାଏ । ଛଅ ଘଣ୍ଟା ପର୍ଯ୍ୟନ୍ତ ଏହାର ପ୍ରଭାବ ରହେ ।
ପାରାସେଟାମୋଲ, ଅନ୍ୟ ନାମ ଆସେଟାମିନୋଫେନ ବା ଏପିଏପି, ଏକ ଔଷଧ ଯାହା ଯନ୍ତ୍ରଣା ଓ ଜ୍ୱର ନିମନ୍ତେ ଦିଆଯାଏ । ଏହା ମଧ୍ୟମ ସାମାନ୍ୟ ଧରଣର ଯନ୍ତ୍ରଣାରେ ଦିଆଯାଏ । ପିଲାମାନେ ଜ୍ୱରରେ ଏହି ଔଷଧଦ୍ୱାରା କମ୍ ଉପକାର ପାଇବା ଜଣାଯାଏ । ଏହା ଅନ୍ୟ ଔଷଧ ସହ ମିଶ୍ରିତ ଭାବରେ ମଧ୍ୟ ଦିଆଯାଏ ଯେପରିକି ସର୍ଦ୍ଦି ଔଷଧରେ ଥାଏ । ଅପରେଶନ ପରେ ବା କର୍କଟ ରୋଗରେ ହେଉଥିବା କଷ୍ଟ ନିମନ୍ତେ ଏହା ସହିତ ଓପିଅଏଡ ଔଷଧ ମିଶେଇ ଦିଆଯାଏ । ଏହା ପାଟିରେ ଦିଆଯାଏ ବା ମଳଦ୍ୱାରରେ ଭର୍ତ୍ତି କରି ଦିଆଯାଏ: ଶିରାଭ୍ୟନ୍ତରରେ ମଧ୍ୟ ଦିଆଯାଏ । ଔଷଧ ପ୍ରଭାବ ୨ରୁ ୪ ଘଣ୍ଟା ରହେ ।
ଶ୍ରୀମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରା ମଧ୍ୟରୁ ସ୍ନାନ ଯାତ୍ରା ଅନ୍ୟତମ । ଏହି ଯାତ୍ରା ପ୍ରତି ବର୍ଷ ଜ୍ୟୈଷ୍ଠ ମାସ ପୂର୍ଣ୍ଣିମା ତିଥିରେ ପାଳିତ ହେଇଥାଏ । ସ୍ନାନ ଯାତ୍ରା ଦେବ ସ୍ନାନ ପୂର୍ଣ୍ଣିମା ନାମରେ ମଧ୍ୟ ଲୋକମୂଖରେ ବିଦିତ । ଜ୍ୟୈଷ୍ଠ ପୂର୍ଣ୍ଣିମା ତିଥିରେ ଚତୁର୍ଦ୍ଧା ମୂର୍ତ୍ତି ପହଣ୍ଡି ବିଜେରେ ଆନନ୍ଦବଜାରସ୍ଥିତ ସ୍ନାନମଣ୍ଡପ (ବେଦୀ) ଉପରେ ବିରାଜମନ କରିଥାନ୍ତି । ଏହି ମଣ୍ଡପ ବା ବେଦୀ ଉପରେ ଠାକୁରମାନଙ୍କର ପ୍ରସିଦ୍ଧ ଗଜାନନ ବେଶ ବା ହାତୀ ବେଶ ବା ଗଣେଶ ବେଶ ହୋଇଥାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ) କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଆସ୍ପିରିନ (ଇଂରାଜୀ ଭାଷାରେ ଆସ୍ପିରିନ/Aspirin, ରାସାୟନିକ ନାମ ଆସେଟାଇଲ ସାଲିସାଲିକ ଏସିଡ/acetylsalicylic acid ବା ଏଏସଏ/ASA) ଏକ ପ୍ରକାର ଔଷଧ ଯାହା ପ୍ରଦାହ, ଯନ୍ତ୍ରଣା ଓ ଜ୍ୱର ନିବାରଣ ନିମନ୍ତେ ଦିଆଯାଏ । କାୱାସାକି ଡିଜିଜ, ପେରିକାର୍ଡ଼ାଇଟିସ (pericarditis) ଓ ରିଉମାଟିକ ଜ୍ୱର ଇତ୍ୟାଦି ରୋଗରେ ଏହା ନିର୍ଦ୍ଦିଷ୍ଟ ଭାବରେ ଦିଆଯାଏ । ହୃଦ୍ଘାତ ଆରମ୍ଭ ହେବା ସଙ୍ଗେ ସଙ୍ଗେ ଆସ୍ପିରିନ ଦେଲେ ମୃତ୍ୟୁ ସଙ୍କଟ କମିଯାଏ । ଉଚ୍ଚ ସଙ୍କଟ ଥିବା ଲୋକଙ୍କର ହୃଦ୍ଘାତ, ସ୍ଟ୍ରୋକ ଓ ଥ୍ରୋମ୍ବସ (blood clots) ରୋଗମାନଙ୍କର ପ୍ରତିରୋଧ ନିମନ୍ତେ ଦୀର୍ଘକାଳୀନ ଆସ୍ପିରିନ ଦିଆଯାଏ । ଆସ୍ପିରିନ ଦେଲେ କୋଲୋରେକ୍ଟାଲ କର୍କଟ ଭଳି କେତେକ କର୍କଟ ରୋଗମାନଙ୍କର ସଙ୍କଟ କମିଯାଏ । ଜ୍ୱର ଓ ଯନ୍ତ୍ରଣା ନିମନ୍ତେ ଦେଲେ ଏହି ଔଷଧର କାର୍ଯ୍ୟ ୩୦ ମିନିଟ ମଧ୍ୟରେ ଆରମ୍ଭ ହୋଇଯାଏ ।