ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭
୨୨ ତମ ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭ ମସିହାରେ ଆୟୋଜିତ ହେବାକୁ ଯାଉଛି । ଏହା ୬ ଜୁଲାଇ ୨୦୧୭ ରୁ ୯ ଜୁଲାଇ ୨୦୧୭ ଯାଏଁ ଭୁବନେଶ୍ଵରର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ସମାରୋହରେ ୪୫ ଟି ଦେଶର ୮୦୦ ଆଥେଲେଟିକ୍ସ ଭାଗନେବେ ।
ଆୟୋନିକା ପୌଲ (ଜନ୍ମ: 23 ସେପ୍ଟେମ୍ବର 1992; ମୁମ୍ବାଇ) ଜଣେ ଭାରତୀୟ ମହିଳା ବନ୍ଧୁକ ଚାଳକ ଅଟନ୍ତି , ଯିଏ କମନବ୍ଲେଥ ଗେମ, ଗ୍ଲାସ୍ଗୋରେ 10 ମିଟର ଏୟାର ରାଇଫଲ୍ସ ଶୁଟିଂ ଇଭେଣ୍ଟ ରେ ଜିତି ଭାରତକୁ ରଜତ ପଦକ ଦେଇଥିଲେ । ସେ ସ୍ଲୋଭେନିଆରେ ଆଇ.ଏସ.ଏସ.ଏଫ ୱାର୍ଲଡ କପ 2014 ରେ ବ୍ରୋଞ୍ଜ ଜିତିଥିଲେ । 2016 ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଏସିଆନ ଓଲିଓମ୍ପିକ କ୍ୱାଲିଫାଇ ପ୍ରତିଯୋଗିତାରେ ସିଲଭର ମେଡାଲ ଜିତିଥିଲେ । ପରେ ସେ ଏନଜିଓ ମାଧ୍ୟମରେ ରିଓ ପାଇଁ ଓଲିଓମ୍ପିକ ଗୋଲ୍ଡର ଅନୁସନ୍ଧାନ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଏଟୋନୋଜେସ୍ଟ୍ରେଲ ଜନ୍ମ ନିରୋଧ ପ୍ରତ୍ୟାରୋପଣ
ଏଟୋନୋଜେସ୍ଟ୍ରେଲ ଜନ୍ମ ନିରୋଧ ପ୍ରତ୍ୟାରୋପଣ (ଇଂରାଜୀ ଭାଷାରେ Etonogestrel birth control implant, ଏକ ବିକ୍ରୟ ନାମ ନେକ୍ସପ୍ଲାନନ) ଏକ ଉପକରଣ ଯାହା ଜନ୍ମ ନିରୋଧ ନିମନ୍ତେ ବ୍ୟବହୃତ ହେଉଥିବା ଏଟୋନୋଜେସ୍ଟ୍ରେଲ (etonogestrel) ମିଶ୍ରିତ ଏକ ରଡ଼କୁ ବୁଝାଏ । ଏହା ସର୍ବାଧିକ ପ୍ରଭାବଶାଳୀ ଜନ୍ମ ନିରୋଧକ ଯାହାର ଏକ ବର୍ଷର ଫେଲ ହାର ମାତ୍ର ୦.୦୫% । ଏହି ଉପକରଣ ଚର୍ମ ତଳେ ରଖାଯାଏ ଓ ଏହା ୩ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହେ । ଏହି ଉପକରଣ କାଢ଼ିଦେବା ପରେ ଗର୍ଭଧାରଣ କ୍ଷମତା (fertility) ସଙ୍ଗେସଙ୍ଗେ ଫେରିଆସେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଘଟଗାଁ ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଏକ ପଞ୍ଚାୟତ ସମିତି ତଥା ତହସିଲ । ଏହି ପଞ୍ଚାୟତ ସମିତିଟି ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ । ଏହା ସମୁଦ୍ରପତନ ଠାରୁ ୩୦୦ ମିଟର ଉଚ୍ଚରେ ଅବସ୍ଥିତ । ଜାତୀୟ ରାଜପଥ ୨୧୫ ରେ ଏହା ଅବସ୍ଥିତ । ଭୁବନେଶ୍ବର ଏହାର ନିକଟତମ ବିମାନ ବନ୍ଦର । ଏହା ଜିଲ୍ଲାର ସଦର ମହକୁମା କେନ୍ଦୁଝର ଠାରୁ ୪୫ କି.ମି. ଦୂରରେ ଅବସ୍ଥିତ ଓ ରାଜ୍ୟ ରାଜଧାନୀ ଭୁବନେଶ୍ଵର ଠାରୁ ଏହାର ଦୂରତା ପ୍ରାୟ ୧୭୫ କି.ମି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହେଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ଵର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟ ଦ୍ଵାରା ନିଷ୍ପନ୍ନ । ମି ର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ଵ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହେଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଛାଞ୍ଚ:Pp-blp ସଚିନ ରମେଶ ତେନ୍ଦୁଲକର( pronunciation (ଜନ୍ମ-୨୪ ଅପ୍ରେଲ ୧୯୭୩)ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ଓ ବିଶ୍ଵ କ୍ରିକେଟର ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟସମ୍ୟାନ ଭାବରେ ସାରା ବିଶ୍ଵ ରେ ପରିଚିତ । ସେ ଉଭୟ ଟେଷ୍ଟ ଓ ଦିନିକିଆ କ୍ରିକେଟ ରେ ବିଶ୍ଵର ସବୁଠାରୁ ଅଧିକ ରନ କରିଥିବା କ୍ରିକେଟର । ସେ କ୍ରିକେଟରେ ସବୁଠାରୁ ଅଧିକ ଶତକ ହାସଲ କରିଥିବ ଖେଳାଳି। ସଚିନ ପ୍ରଥମ ଖେଳାଳି ଭାବେ ଏକ ଦିବସୀୟ କ୍ରିକେଟ ରେ ଦ୍ଵିଶତକ ଅର୍ଜନ କରିଥିଲେ ।.