ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର ଓ କବି ଥିଲେ । ସେ ୧୮୯୭ ଡିସେମ୍ବର ୩ ତାରିଖ, ବକୁଳ ଅମାବାସ୍ୟା ଦିନ ବାଙ୍କୀ ସହର ଉପକଣ୍ଠରେ ଥିବା ଖମାରଙ୍ଗ ଗ୍ରାମରେ ପିତା ଦୁର୍ଗାଚରଣ ପଟ୍ଟନାୟକ ଓ ମାତା ରାଧାମାଳୀ ଦେବୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ । ସେ ପିତାମାତାଙ୍କର ଦ୍ଵିତୀୟ ସନ୍ତାନ ଥିଲେ । କାଳୀଚରଣଙ୍କ ପିତା ବଡ଼ମ୍ବାଗଡ଼ର ଦେବାନ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ରୋମିଓ ଜୁଲିଏଟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଧାକର ବସନ୍ତ ଏବଂ ପ୍ରଯୋଜନା କରିଥିଲେ ରମେଶ ବାରିକ । ଚଳଚ୍ଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନେତା ଅରିନ୍ଦମ ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଅଭିନୟ କରିଥିଲେ । ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଥିଲେ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ । ଏହି ଚଳଚ୍ଚିତ୍ରଟି ରଜ ସମୟରେ ମୁକ୍ତିଲାଭ କରିବା ପାଇଁ ଚାରିଆଡ଼େ ଚର୍ଚ୍ଚା ହେଉଥିଲା, ମାତ୍ର ରଜର ଠିକ୍ ମାସେ ପରେ ଅର୍ଥାତ ଜୁଲାଇ ୧୪ରେ ମୁକ୍ତିଲାଭ କରିଥିଲା । ଏ ମନ ମାନେନା ଏବଂ ପର୍ଶୁରାମ ଚଳଚ୍ଚିତ୍ର ପରେ ଅରିନ୍ଦମ ଏବଂ ବର୍ଷାଙ୍କର ଏହା ଥିଲା ତୃତୀୟ ଚଳଚ୍ଚିତ୍ର ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁ ଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି ।
ସ୍ପାଇଡ଼ର-ମ୍ୟାନ ମାର୍ଭିଲ ପତ୍ରିକାର ଏକ କାଳ୍ପନିକ ଚରିତ୍ର । ଲେଖକ ଷ୍ଟାନ ଲି ଏବଂ ଷ୍ଟିଭ୍ ଦିଟ୍କୋଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି ଚରିତ୍ରଟି ଅନ୍ତଲୋଜି ପତ୍ରିକାର ଅମେଜିଙ୍ଗ ଫଣ୍ଟସିର ୧୫ ଭାଗରେ ଦେଖା ଦେଇଥିଲା ।ଲେଖକଙ୍କ ଲେଖା ଅନୁସାରେ ଏହି ଚରିତ୍ରଟି ଅନାଥ ଏବଂ ନିଜ ମାମୁ ଏବଂ ମାଇଁଙ୍କ ସଂଗେ ରହି ଆସୁଥିଲା । ଯୁବ ପିଢ଼ିରେ ପାଦ ଦେଉ ଦେଉ ତା ଉପରେ ଦୈନନ୍ଦିନ ସମସ୍ୟା ମାନଙ୍କ ସହ ଅନେକ ଗୁଡ଼ିଏ ଦାଇତ୍ଵ ଲଦି ହୋଇ ଯାଇ ଥିଲା । ଏହା ସହିତ ଏହି ଚରିତ୍ର କେତେ ଗୁଡ଼ିଏ ଦୈବୀ ଶକ୍ତିର ଅଧିକାରୀ ମଧ୍ୟ ହୋଇ ଥିଲା, ଯେଉଁଥିରୁ ସ୍ପାଇଡର ସେନ୍ସ, କାନ୍ଥରେ ଛାଡ଼ିବା, ଜାଲ ବୁଣିବା ଆଦି ଅନ୍ୟତମ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଆରଏଚଓ (ଡି) ଇମ୍ମ୍ୟୁନ ଗ୍ଲୋବ୍ୟୁଲିନ
ଆରଏଚଓ(ଡି) ଇମ୍ମ୍ୟୁନ ଗ୍ଲୋବ୍ୟୁଲିନ (ଇଂରାଜୀ ଭାଷାରେ Rho(D) immune globulin) ଏକ ଔଷଧ ଯାହା ଆରଏଚ ନେଗେଟିଭ (Rh negative) ମାତାର ଆରଏଚ ଆଇସୋଇମ୍ମ୍ୟୁନାଇଜେସନର (Rh isoimmunization) ପ୍ରତିଷେଧ ଓ ଆରଏଚ ପଜିଟିଭ ଥିବା ଲୋକଙ୍କର ଇଡିଓପାଥିକ ଥ୍ରୋମ୍ବୋସାଇଟୋପେନିକ ପରପୁରା (idiopathic thrombocytopenic purpura ବା ITP)) ରୋଗର ଚିକିତ୍ସା ନିମନ୍ତେ ଦିଆଯାଏ । ଏହା ଗର୍ଭାବସ୍ଥା ଓ ତା'ପରେ ଦିଆଯାଏ । ଆରଏଚ ନେଗେଟିଭ ଲୋକଙ୍କୁ ଆରଏଚ ପଜିଟିଭ ରକ୍ତ ଦେବାବେଳେ ମଧ୍ୟ ଏହା ଦିଆଯାଏ । ଏହା ମାଂସପେଶୀରେ ବା (injection into muscle) ବା ଶିରାଭ୍ୟନ୍ତର ଇଞ୍ଜେକସନ (vein) ଆକାରରେ ଦିଆଯାଏ । ଗୋଟିଏ ଇଞ୍ଜେକସନ ମାତ୍ରାର ପ୍ରଭାବ ପ୍ରାୟ ୨ରୁ ୪ ସପ୍ତାହ ରହେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କଳ୍ପବୃକ୍ଷ ଦେବଲୋକର ଏକ ବୃକ୍ଷ ଅଟେ । ଏହାକୁ କଳ୍ପଦ୍ରୁପ, କଳ୍ପତରୁ, ସୁରତରୂ, ଦେବତରୂ ତଥା କଳ୍ପଲତା ଇତ୍ୟାଦି ନାମରେ ଜଣାଯାଏ । ପୁରାଣ ଅନୁସାରେ ସମୁଦ୍ର ମନ୍ଥନରୁ ପ୍ରାପ୍ତ 14 ଟି ରତ୍ନ ମାନଙ୍କ ମଧ୍ୟରୁ କଳ୍ପବୃକ୍ଷ ଗୋଟିଏ ଅଟେ । ଏହା ଇନ୍ଦ୍ରଙ୍କୁ ଦିଆଯାଇଥିଲା ଏବଂ ଇନ୍ଦ୍ର ଏହାର ସ୍ଥାପନ ସୁରକାନନ ରେ କରିଥିଲେ । ହିନ୍ଦୁ ମାନଙ୍କର ବିଶ୍ୱାସ ଥାଏ କି, କଳ୍ପବୃକ୍ଷ ଙ୍କୁ ଯେଉଁ ଜିନିଷର ଯାଚଣା କରାଯାଇଥାଏ ସେହି ଜିନିଷ ମିଳିଯାଏ । ଏହାର ନାଶ ଅନ୍ତଃ ସମୟ ପର୍ଯ୍ୟନ୍ତ ହୋଇନଥାଏ । "ତୁବା" ନାମରେ ଏହିପରି ଏକ ବୃକ୍ଷର ବର୍ଣ୍ଣନା ଇସ୍ଲାମୀ ଧାର୍ମିକ ସାହିତ୍ୟରେ ମଧ୍ୟ ମିଳିଥାଏ ଯାହା ମୁସଲମାନ ମାନଙ୍କ ସ୍ୱର୍ଗର ଉପବନରେ ଉଦ୍ଭୂତ ହୋଇଥାଏ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ ୭୦୦୦ ହେବ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳ ରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।