ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମିଠା ମିଠା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଥିଲେ ସଞ୍ଜୟ କୁମାର ରାଉତ ଏବଂ ତ୍ରିଲୋଚନ ଦାସ । ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ଶ୍ରୀକାନ୍ତ ଗୌତମ ଏହି ଚଳଚ୍ଚିତ୍ରର ଗୀତ, କାହାଣୀ, ସଂଳାପ ଲେଖିଥିବା ବେଳେ ନିଜେ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଡାଉନ ସିଣ୍ଡ୍ରୋମ (ଡିଏସ୍ ବା ଡିଏନଏସ), ଅନ୍ୟ ନାମ ଟ୍ରାଇସୋମି ୨୧, ଏକ ଜେନେଟିକ ବେମାରୀ ଯେଉଁଥିରେ କ୍ରୋମୋଜୋମ ୨୧ ତୃତୀୟ କପିର ସମସ୍ତ ବା ଆଂଶିକ ଉପସ୍ଥିତି ଦ୍ୱାରା ହୁଏ । ଏହାଦ୍ୱାରା ଶାରୀରିକ ବୃଦ୍ଧି ବିଳମ୍ବ ହୁଏ, ସ୍ୱାଭାବିକ ମୁଖ ଆକୃତି ଓ ସାମାନ୍ୟରୁ ମଧ୍ୟମ ବୁଦ୍ଧିମତ୍ତା ବିକଳାଙ୍ଗ ଦେଖାଯାଏ । ଡାଉନ ସିଣ୍ଡ୍ରୋମ ଥିବା ଯୁବ ବୟସ୍କର ଆଇକ୍ୟୁ ୫୦ ଥାଏ ଯାହା ୮ରୁ ୯ ବର୍ଷିୟ ପିଲାର ମାନସିକ ବୟସ ସଙ୍ଗେ ସମାନ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଟର୍ନର ସିଣ୍ଡ୍ରୋମ (ଟି.ଏସ) ବା ଅଲରିଚ ଟର୍ନର ସିଣ୍ଡ୍ରୋମ ବା ଗୋନାଡାଲ ଡିସଜେନେସିସ ବା ୪୫,X, (ଇଂରାଜୀରେ Turner syndrome (TS) also known as Ullrich–Turner syndrome, gonadal dysgenesis, and 45,X), ଏକ ରୋଗ ଯେଉଁଥିରେ ଜଣେ ମହିଳାର ଏକ୍ସ କ୍ରୋମୋଜୋମର (X chromosome) ଆଂଶିକ ବା ସମ୍ପୁର୍ଣ୍ଣ ଅଭାବ ଥାଏ । ଚିହ୍ନ ଓ ଲକ୍ଷଣ ରୋଗୀ ଅନୁସାରେ ଭିନ୍ନ ହୁଏ । ଅନେକ ସମୟରେ ୱେବ ନେକ ବା ୱେବ ବେକ, ନିମ୍ନ ସ୍ଥାନିତ କାନ, ବେକ ପଛପାଖରେ ବାଳରେଖା ନିମ୍ନରେ ଥାଏ, ଛୋଟ ମଣିଷ ଓ ଜନ୍ମ ସମୟରେ ହାତ ପାଦ ଫୁଲା ଥାଏ । ଏହି ରୋଗରେ ମହିଳାଙ୍କର ଋତୁସ୍ରାବ ହୁଏ ନାହିଁ, ସ୍ତନ ହୁଏ ନାହିଁ ଓ ସେମାନେ ପ୍ରଜନନ ଅକ୍ଷମ ହୁଅନ୍ତି । ଏମାନଙ୍କର ହୃତପିଣ୍ଡ , ଡାଏବେଟିସ ଓ ହାଇପୋଥାଇରଏଡିଜ୍ମ ବାରମ୍ବାର ହୁଏ । ଅଧିକାଂଶ ରୋଗୀଙ୍କର ସାଧାରଣ ବୁଦ୍ଧିମତା ଥାଏ । ଅନେକଙ୍କର କିନ୍ତୁ ଗଣିତରେ ଆବଶ୍ୟକ ହେଉଥିବା ଭଳି ସ୍ପାସିଆଲ ଭିଜୁଆଲାଇଜେସନ ନ ଥାଏ । ଦୃଷ୍ଟି ଓ ଶ୍ରବଣ ଶକ୍ତି ଅସୁବିଧା ଅନେକ ସମୟରେ ଦେଖାଯାଏ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ । କୋଷ ହେଉଛି ଜୀବନ ଧାରଣାର ଏକକ ନୂଆ ପ୍ରାଣୀମାନଙ୍କ ସୃଷ୍ଟି ଓ ବିଭେଦାୟନ ହେଉଛି ସୃଷ୍ଟିର ତିଆରି ଜିନ ହେଉଛି ବିଭେଦାୟନର ଏକକ କୌଣସି ଏକ ଜୀବ ଏହାର ଅବସ୍ଥାଟିକୁ ସଚଳ ରଖିବା ଲାଗି ତାହାର ଆଭ୍ୟନ୍ତରୀଣ ପରିବେଶକୁ ସେଇ ଅନୁସାରେ ରଖିଥାଏ ବଞ୍ଚିଥିବା ଜୀବ ଶକ୍ତି ଗ୍ରହଣ ଓ ପ୍ରବାହ କରିଥାନ୍ତି ↑ Avila, Vernon L. (1995). Biology: Investigating life on earth. Boston: Jones and Bartlett.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଇମ୍ମ୍ୟୁନୋଗ୍ଲୋବ୍ୟୁଲିନ ଥେରାପି (ଇଂରାଜୀ ଭାଷାରେ Immunoglobulin therapy, ଅନ୍ୟ ନାମ ନର୍ମାଲ ହ୍ୟୁମ୍ୟାନ ଇମ୍ମ୍ୟୁନୋଗ୍ଲୋବ୍ୟୁଲିନ/ normal human immunoglobulin ବା NHIG), ଚିକିତ୍ସାରେ ଅନେକ ରୋଗମାନଙ୍କର ଚିକିତ୍ସା ନିମନ୍ତେ କେତେକ ଆଣ୍ଟିବଡି (antibodies) ମିଶ୍ରିତ କରାଯାଏ । ପ୍ରାଇମେରୀ ଇମ୍ମ୍ୟୁନୋଡେଫିସିଏନ୍ସି (primary immunodeficiency), ଇଡିଓପାଥିକ ଥ୍ରୋମ୍ବୋସାଇଟୋପେନିକ ପରପ୍ୟୁରା (idiopathic thrombocytopenic purpura), କ୍ରନିକ ଇନଫ୍ଲାମେଟରି ଡିମାୟେଲିନେଟିଙ୍ଗ ପଲିନିଉରୋପାଥି (chronic inflammatory demyelinating polyneuropathy), କାୱାସାକି ଡିଜିଜ (Kawasaki disease), କେତେକ ଏଚଆଇଭି/ଏଡସ HIV/AIDS, ମିଳିମିଳା measles, ଗୁଲେନ-ବାରି ସିଣ୍ଡ୍ରୋମ (Guillain-Barré syndrome) ଓ ନିର୍ଦ୍ଦିଷ୍ଟ ଇମ୍ମ୍ୟୁନୋଗ୍ଲୋବ୍ୟୁଲିନ ମିଳୁନଥିବା କେତେକ ରୋଗ ନିମନ୍ତେ ଏହି ହ୍ୟୁମ୍ୟାନ ଇମ୍ମ୍ୟୁନୋଗ୍ଲୋବ୍ୟଲିନ ଦିଆଯାଏ । ପ୍ରସ୍ତୁତି ଅନୁସାରେ ଏହା ମାଂସପେଶୀରେ (injection into muscle), ବା ଶିରାରେ (vein) ବା ଚର୍ମତଳେ (under the skin) ଦିଆଯାଏ । ଏହାର ପ୍ରଭାବ କିଛି ସପ୍ତାହ ପର୍ଯ୍ୟନ୍ତ ରହେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଏକତ୍ରିକରଣ ଏକ ସମାନ କାରଣ ହେତୁ ଏକା ସହିତ କିଛି ଲୋକ କିମ୍ବା ସମୂହ ର ଏକା ସହିତ ସଂଯୁକ୍ତ ସହଯୋଗ ଦେଇ କୌଣସି କାର୍ଯ୍ୟ କରିବା କୁ ଏକତ୍ରିକରଣ କୁହାଯାଇଥାଏ । ଏହି ଏକତ୍ରିକରଣ ଅସ୍ଥାୟୀ କିମ୍ବା ସୁବିଧା ଅନୁସାରେ ମଧ୍ୟ ହୋଇପାରେ । ଏହାର କାର୍ଯ୍ୟ ମୁଖ୍ୟତଃ କିମ୍ବା ସମାନୟତଃ ଏକପ୍ରକାର ହୋଇଥାଏ ଅଥବା ଏହା କୌଣସି ଅନ୍ୟପ୍ରକାରର ହୋଇଥିବା ହେତୁ ଏକତ୍ରିକରଣରେ ବାନ୍ଧି ହୋଇଯାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ମହାକାଳୀ (ସଂସ୍କୃତ: Mahākālī, Devanagari: महाकाली), କାଳ (ସମୟ) ଓ ମୃତ୍ୟୁର ଦେବୀ, ମହାନ ଦେବୀ, ମହାଦେବୀ। ତାଙ୍କୁ ଶିବଙ୍କର ସହଚରୀ ବୋଲି କୁହାଯାଏ। ସେ ହେଉଛନ୍ତି ଚିତ୍ ଶକ୍ତି, ବାସ୍ତବତା (ତଳେ ଦେଖନ୍ତୁ) ଏବଂ ଅସ୍ତିତ୍ୱର ଆଧାର। ସେ ହେଉଛନ୍ତି ମହାକାଳ (ସମୟ ବା ମୃତ୍ୟୁ) ଶିବଙ୍କର ପ୍ରକୃତିରୂପା (ସ୍ତ୍ରୀ-ରୂପା) ଶକ୍ତି। ସେ ସମୟାତୀତା, ଦେବୀ ଦୁର୍ଗାଙ୍କ କୋପ ସମ୍ଭୂତା, ତଥା ଆଦି ପରାଶକ୍ତି, ନୀଳାଭ କାନ୍ତିଯୁକ୍ତା। ମା କାଳୀଙ୍କର ଶ୍ରେଷ୍ଠତମ ରୂପ, ଯାହାଙ୍କୁ ହିନ୍ଦୁମାନେ ଦିବ୍ୟ ଜନନୀ ବୋଲି ପରିଗଣିତ କରିଥାନ୍ତି।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଆସ୍ପର୍ଗର୍ ସିଣ୍ଡ୍ରୋମ୍ (ଇଂରାଜୀ ଭାଷାରେ Asperger syndrome (AS), ବା Asperger's ବା ଏଏସ୍), ଏକ ବିକାଶାତ୍ମକ ବେମାରୀ (developmental disorder) ଯେଉଁଥିରେ ସାମାଜିକ ଓ ଅଣମୌଖିକ ଯୋଗାଯୋଗରେ (nonverbal communication) ତୃଟି ଥାଏ; ସୀମିତ ପୁନଃପୌନିକ ବ୍ୟବହାର ଓ ରୁଚିର ପ୍ୟାଟର୍ଣ୍ଣ ଦେଖାଯାଏ । ଏହା ଏକ ଅଟିଜ୍ମ ସ୍ପେକ୍ଟ୍ରମ୍ ବେମାରୀ (autism spectrum disorder ବା ASD) ଯେଉଁଥିରେ ସାଧାରଣ ଭାଷା ବିକାଶ ଓ ବୁଦ୍ଧିମତ୍ତା ଥାଏ । ଏଥିରେ ଅସ୍ୱାଭାବିକ ଭାଷା ବ୍ୟବହାର ଓ ବେଢଙ୍ଗ ଶାରୀରିକ କ୍ରିୟାକଳାପ ଦେଖାଯାଏ । ଦୁଇ ବର୍ଷ ବୟସ ହେବା ପୂର୍ବରୁ ଏହି ରୋଗ ବାହାରି ଆଜୀବନ ରହେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଲିମ୍ଫୋମା (ଇଂରାଜୀରେ Lymphoma) ଏକ ରକ୍ତ ଜୀବକୋଷ ଅର୍ବୁଦ ଦଳର ସଦସ୍ୟ ଯାହା ଲିମ୍ଫୋସାଇଟରୁ ସୃଷ୍ଟି ହୁଏ । ଏହାକୁ ବେଳେବେଳେ ଅର୍ବୁଦ ନ କହି କର୍କଟିୟ ବା କ୍ୟାନ୍ସେରସ କୁହାଯାଏ । ଏହି ରୋଗରେ ଲସିକା ଗ୍ରନ୍ଥି ଯନ୍ତ୍ରଣା ନ ଥାଇ ବଢ଼ିଯାଏ, ଜ୍ୱର, ଝାଳ, କୁଣ୍ଡେଇ ହେବା, ଓଜନ ହ୍ରାସ, ଥକ୍କା ଲାଗିବା ଇତ୍ୟାଦି ଲକ୍ଷଣ ଦେଖାଯାଏ । ରାତିରେ ସାଧାରଣତଃ ଝାଳ ବୁହେ । ଦୁଇ ପ୍ରକାର ମୂଖ୍ୟ ଲିମ୍ଫୋମା ଦେଖାଯାଏ, ହଜକିନ ଲିମ୍ଫୋମା (ଏଚ.ଏଲ.) ଓ ନନ୍ ହଜକିନ ଲିମ୍ଫୋମା (ଏନ.ଏଚ.ଏଲ.) ଓ ଏହା ସହ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆଉ ଦୁଇଟ ରୋଗ ମଲ୍ଟିପ୍ଲ ମାୟେଲୋମା ଓ ଇମ୍ମ୍ୟୁନୋପ୍ରୋଲିଫରେଟିଭ ଡିଜିଜକୁ ମିଶେଇଛନ୍ତି । ନନ୍ ହଜକିନ ଲିମ୍ଫୋମା ପ୍ରାୟ ୯୦ % ହୁଏ ଓ ଏହାର ଅନେକ ସବ-ଟାଇପ ଥାଏ । ହେମାଟୋପଏଟିକ ଓ ଲିମ୍ଫଏଡ ତନ୍ତୁ ନାମକ ଏକ ବଡ଼ ଦଳର ଅର୍ବୁଦର ଏହା ଏକ ଅଂଶ । ଏପସ୍ଟେନ-ବାର ଭୁତାଣୁ ଓ ପରିବାରରେ ଅନ୍ୟ କେହି ରୋଗୀ ଥିଲେ ସଙ୍କଟଦାୟୀ ଅବସ୍ଥା ଉପୁଜେ । ଏନ.ଏଚ.ଏଲ. ନିମନ୍ତେ ସଙ୍କଟଦାୟୀଙ୍କର ନାମ ଅଟୋଇମ୍ମ୍ୟୁନ ରୋଗ, ଏଚ.ଆଇ.ଭି.
ମୟୂରଭଞ୍ଜର ବିଭିନ୍ନ କଳା ଓ ସଂସ୍କୃତି ମଧ୍ୟରେ ଗଞ୍ଜାକୁକୁଡ଼ା ଲଢ଼େଇ ଅନ୍ୟତମ । ସାଧାରଣତଃ ଉତ୍ତର ଓଡ଼ିଶାର ବଣଜଙ୍ଗଲ ଘେରା ଆଦିବାସୀ ଇଲାକାରେ ଶୀତଦିନେ ଆରମ୍ଭ ହୋଇଯାଏ କୁକୁଡ଼ା ଲଢ଼େଇ । ଏହି ସବୁ ଅଞ୍ଚଳରେ ପ୍ରାୟତଃ ସବୁ ସାପ୍ତାହିକ ହାଟରେ ଗଞ୍ଜା ଲଢେଇ ପାଇଁ ପାଳା (କ୍ଷେତ୍ର) ପ୍ରସ୍ତୁତ ହୋଇଥାଏ । ଏହା ବ୍ୟତୀତ ବାର୍ଷିକ ଖେଳକୁଦ ସମାରୋହ, ପର୍ବପର୍ବାଣୀରେ ଅନୁଷ୍ଠିତ ମେଳାରେ କୁକୁଡ଼ା ଲଢ଼େଇ ପ୍ରତିଯୋଗିତା ଆୟୋଯିତ ହୋଇଥାଏ । ବିଭିନ୍ନ ଅଞ୍ଚଳରୁ ଆସିଥିବା ହଜାର ହଜାର କୁକୁଡ଼ା ସହ ମାଲିକ ମାନେ ଏହି ପ୍ରତିଯୋଗିତାରେ ସାମିଲ ହୋଇଥାନ୍ତି । ଅନେକ ଦର୍ଶକ ଗଞ୍ଜା ଲଢ଼େଇରେ ବାଜି ଲଗେଇବାକୁ ଭିଡ଼ କରିଥାନ୍ତି । ଏଥିପାଇଁ ପାଳା ପାଖରେ ହାଣ୍ଡିଆ ହାଟ ବସେ, ହାଣ୍ଡିଆ ପିଇ ନିଶାଗ୍ରସ୍ତ ଲୋକ କୁକୁଡ଼ା ଓ ବାଜି ଖେଳରେ ସର୍ବସ୍ଵ ହରାଇ ଥାନ୍ତି । ଲଢ଼େଇରେ ଭାଗ ନେଉଥିବା ଗଞ୍ଜାଗୁଡ଼ିକ ପ୍ରାୟ ହନ୍ସିଲ ଓ ହାଜରା ଜାତିର ହୋଇଥାଏ । ଲଢୁଆ କୁକୁଡା ଗୁଡିକର ଦାମ ସାଧାରଣ କୁକୁଡା ଅପେକ୍ଷା ୩ରୁ ୪ ଗୁଣ ଅଧିକ ହୋଇଥାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ସ୍ନାନ ଶବ୍ଦ ବିଶିଷ୍ଟ ଅନେକ ପ୍ରକାର ଶବ୍ଦ ଭାଷାରେ ଅଛି ସେଥିମଧ୍ୟରୁ କେତେଗୁଡ଼ିଏ ଅତି ପ୍ରଚଳିତ ଶବ୍ଦ ଯଥା: ଶିରଃ ସ୍ନାନ (ମୁଣ୍ଡଧୋଇ ଗାଧୋଅଇବା); (ସ୍ତ୍ରୀମାନଙ୍କର) ଋତୁସ୍ନାନ ବା ଶୁଦ୍ଧସ୍ନାନ; ପ୍ରାତଃସ୍ନାନ; ତୀର୍ଥସ୍ନାନ; ଦେବ ସ୍ନାନ (ଜ୍ୟେଷ୍ଠ ପୂର୍ଣ୍ଣିମାରେ ବିଷ୍ଣୁ ପ୍ରତିମାଙ୍କ ସ୍ନାନବିଧି), ମନ୍ତ୍ର ସ୍ନାନ, ଗଙ୍ଗାସ୍ନାନ, ରକ୍ତସ୍ନାନ, ମୋକ୍ଷସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ରଙ୍କର ଗ୍ରହଣରୁ ମୁକ୍ତ ହେବା ପରେ ହିନ୍ଦୁମାନଙ୍କର ସ୍ନାନ), ଗ୍ରସ୍ତ ସ୍ନାନ ବା ଗ୍ରହଣସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ର ଗ୍ରହଣ ଲାଗିବା ବେଳେ ହିନ୍ଦୁଙ୍କର ସ୍ନାନ), ପ୍ରେତସ୍ନାନ (ମୃତ ବ୍ୟକ୍ତିଙ୍କ ପ୍ରେତ ଉଦ୍ଦେଶ୍ୟରେ କରାଯିବା ସ୍ନାନ), ନିତ୍ୟସ୍ନାନ, ନୈମିତ୍ତିକ ସ୍ନାନ (କୌଣସି ବିଶେଷ ନିମିତ୍ତ ଉପଲକ୍ଷରେ (ଯଥା: ଗ୍ରହଣ ସମୟରେ କୌଣସି କୁଟୁମ୍ବ ମୃତ ହେଲେ) କରାଯିବା ସ୍ନାନ, କାକସ୍ନାନ ମହାସ୍ନାନ, (ଦେବପ୍ରତିମାଙ୍କର ସ୍ନାନ, ଦେବ ମନ୍ଦିରରେ କୌଣସି ଅଶୁଭଜନକ ଘଟନା ଘଟିଲେ, ଯଥା: ଅସ୍ପୃଶ୍ୟ ବ୍ୟକ୍ତି ଦେବତାଙ୍କୁ ଛୁଇଁ ଦେଲେ, ମନ୍ଦିର ମଧ୍ୟରେ କେହି ଝାଡ଼ା ଫେରି ପକାଇଲେ ବା ପ୍ରସାବ କଲେ, ଦେବତାଙ୍କୁ ଗାଧୋଇଦେବାରୂପ କର୍ମ), କର୍ମସ୍ନାନ (ପ୍ରାଯଶ୍ଚିତ୍ତ, ଅଭିଷେକ, ଉପନଯନ, କର୍ଣ୍ଣବେଧ ଇତ୍ୟାଦି କାମ୍ୟ କର୍ମ ଉପଲକ୍ଷରେ ସ୍ନାନ), ସମୁଦ୍ର ସ୍ନାନ ବା ସାଗର ସ୍ନାନ, ନଦୀସ୍ନାନ, ଅଶୌଚସ୍ନାନ, ସଦ୍ୟଃସ୍ନାନ, ମକରସ୍ନାନ ବା ମାଘସ୍ନାନ, କାର୍ତ୍ତିକସ୍ନାନ, ବାରୁଣୀ ସ୍ନାନ, ପ୍ରୟାଗସ୍ନାନ, ତ୍ରିବେଣୀ ସ୍ନାନ । ସ୍ନାନ ସାତ ପ୍ରକାର, ଯଥା:
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କଳ୍ପନା ଦାଶ ହେଉଛନ୍ତି ଏଭରେଷ୍ଟ ଶୃଙ୍ଗକୁ ଛୁଇଁବାରେ ପ୍ରଥମ ଓଡ଼ିଆ, ପ୍ରଥମ ଅସୈନିକ (civilian) ଓ ସବୁଠାରୁ ବୟସ୍କା ଭାରତୀୟ ମହିଳା(୪୨)। କଳ୍ପନା ୭ ଜୁଲାଇ ୧୯୬୬ରେ ଢେଙ୍କାନାଳର ସରିଆପଦା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ୧୯୮୩ରେ ବଳରାମପୁର ଉଚ୍ଚ ବିଦ୍ୟାଳୟରୁ ମ୍ୟାଟ୍ରିକ ପାସ କରିବାପରେ ସେ ୧୯୮୮ରେ ଢେଙ୍କାନାଳ ମହିଳା ମହାବିଦ୍ୟାଳୟରୁ ସ୍ନାତକ ଓ ୧୯୯୧ରେ ଢେଙ୍କାନାଳ ଆଇନ ବିଦ୍ୟାଳୟରୁ ଆଇନରେ ସ୍ନାତକ (ଏଲ.ଏଲ.ବି) ଶିକ୍ଷା ସମାପ୍ତ କରିଥିଲେ ।