ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ନିଝୁମ ରାତିର ସାଥୀ, ୨୦୧୭ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସନ୍ତୋଷ କୁମାର ସିଂ ଏବଂ ଅନାମ ଚରଣ ସାହୁ । ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସଞ୍ଜୟ ନାୟକ । ମିଳୟ ମିଶ୍ର ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ହ୍ୟୁମାନ ସାଗର, ପ୍ରଫୁଲ୍ଲ ବେହେରା, ଇରା ମହାନ୍ତି, ଅଞ୍ଜୁ ପ୍ରମୁଖ କଣ୍ଠଦାନ କରିଥିଲେ । ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ନାୟକ ଚନ୍ଦନ, ଜ୍ୟୋତି ଏବଂ ନାୟିକା ତମନ୍ନା ଅଭିନୟ କରିଥିଲେ । ଅନ୍ୟାନ୍ୟ ଭୁମିକାରେ ସତ୍ୟବ୍ରତ, ପ୍ରମାନନ୍ଦ ପରିଡ଼ା, ପଲ୍ଲବୀ, ସୁମନ, କୁନା ତ୍ରିପାଠୀ ଏବଂ ବିଜୁ ବଡ଼ଜେନା ଆଦି ଅଭିନୟ କରିଥିଲେ । ଅଭିନେତ୍ରୀ ସୋନାଲୀ ଏହି ଚଳଚ୍ଚିତ୍ର ଜରିଆରେ ତାଙ୍କର ପ୍ରଥମ ଅଭିନୟ ଆରମ୍ଭ କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ରୋମିଓ ଜୁଲିଏଟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଧାକର ବସନ୍ତ ଏବଂ ପ୍ରଯୋଜନା କରିଥିଲେ ରମେଶ ବାରିକ । ଚଳଚ୍ଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନେତା ଅରିନ୍ଦମ ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଅଭିନୟ କରିଥିଲେ । ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଥିଲେ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ । ଏହି ଚଳଚ୍ଚିତ୍ରଟି ରଜ ସମୟରେ ମୁକ୍ତିଲାଭ କରିବା ପାଇଁ ଚାରିଆଡ଼େ ଚର୍ଚ୍ଚା ହେଉଥିଲା, ମାତ୍ର ରଜର ଠିକ୍ ମାସେ ପରେ ଅର୍ଥାତ ଜୁଲାଇ ୧୪ରେ ମୁକ୍ତିଲାଭ କରିଥିଲା । ଏ ମନ ମାନେନା ଏବଂ ପର୍ଶୁରାମ ଚଳଚ୍ଚିତ୍ର ପରେ ଅରିନ୍ଦମ ଏବଂ ବର୍ଷାଙ୍କର ଏହା ଥିଲା ତୃତୀୟ ଚଳଚ୍ଚିତ୍ର ।
ମିଠା ମିଠା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଥିଲେ ସଞ୍ଜୟ କୁମାର ରାଉତ ଏବଂ ତ୍ରିଲୋଚନ ଦାସ । ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ଶ୍ରୀକାନ୍ତ ଗୌତମ ଏହି ଚଳଚ୍ଚିତ୍ରର ଗୀତ, କାହାଣୀ, ସଂଳାପ ଲେଖିଥିବା ବେଳେ ନିଜେ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ।
ଭକ୍ତ ଓ ଭଗବାନ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନାରାୟଣ ଘଡ଼େଇ ଏବଂ ନିର୍ଦ୍ଦେଶନା ଦେଇଥିଲେ ଅମୂଲ୍ୟ ଜେନା । ନାରାୟଣ ଚଳଚ୍ଚିତ୍ରର ପ୍ରଯୋଜନା ସହ କାହାଣୀ, ସଂଳାପ, ଚିତ୍ରନାଟ୍ୟ ଏବଂ ବୈଷୟିକ ନିର୍ଦେଶନା ଦାୟିତ୍ୱ ବହନ କରିଥିଲେ । ଏହି ଚଳଚ୍ଚିତ୍ରର ନୃତ୍ୟ ନିର୍ଦ୍ଦେଶନା ଦେଇଥିଲେ ପପୁ । ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିବା ପ୍ରମୁଖ କଳାକାରମାନେ ହେଲେ ଦେବଦତ୍ତ, ରିତିକା, ପୂଜା, ଲୀନା, ଦେବୁ ବ୍ରହ୍ମା, ଦେବୀ ବାରିକ, ଚକ୍ରଧର ଜେନା, ପ୍ରିୟ ମିଶ୍ର, ନଟବର ଆଚାର୍ଯ୍ୟ ।
ଟିକେ ଖରା ଟିକେ ଛାଇ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ନିର୍ଦ୍ଦେଶନା ଦେଇଥିଲେ କୁମାର ସରୋଜ ଏବଂ ପ୍ରଯୋଜନା କରିଥିଲେ ଅୟସ୍କାନ୍ତ ମହାନ୍ତି । ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିଶ୍ୱ ସ୍ୱରୂପ । ଜତୀନ୍ଦ୍ର ପ୍ରଧାନ, ବିଶ୍ୱ ସ୍ୱରୂପ, ମାନସ ସାମଲ, ଦେବୀଦତ୍ତ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରର ଗୀତ ରଚନା କରିଥିଲେ । ବିଶ୍ୱ ସ୍ୱରୂପ, ହ୍ୟୁମାନ ସାଗର, ଯସସ୍ୱିନୀ ନାୟକ, ଅସୀତ ତ୍ରିପାଠୀ, ଅସୀମା ପଣ୍ଡା, ସୁଦୀପ ପ୍ରଭୁ ପ୍ରମୁଖ ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ଦୀପକ କୁମାର, ନବାଗତା ପ୍ରିୟଙ୍କା ଏବଂ ଦେବାଶିଷ ପତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ।
ଅମରନାଥ, ହିନ୍ଦୁ ଧର୍ମର ଏକ ପ୍ରମୂଖ ଧର୍ମସ୍ଥଳୀ । ଏହା ଜମ୍ମୁ ଓ କାଶ୍ମୀରରାଜ୍ୟର ଶ୍ରୀନଗର ସହରର ଉତ୍ତର-ପୂର୍ବ ଦିଗରେ ୧୩୫ କି.ମି ଦୂର ସମୁଦ୍ରପତ୍ତନ ଠାରୁ ୧୩୬୦୦ ଫୁଟ ଉଚ୍ଚତାରେ ଏକ ପାହାଡି ଗୁମ୍ଫାରେ ଅବସ୍ଥିତ। ଏହି ଗୁମ୍ଫାର ଲମ୍ବ ଭିତରକୁ ୧୯ ମିଟର ଓ ପ୍ରସ୍ଥ ୧୬ ମିଟର ଏବଂ ଉଚ୍ଚତା ୧୧ ମିଟର ଅଟେ । ଏହି ଗୁମ୍ଫା ପୂରା ବରଷ ବାର ମାସ ବରଫରେ ଢାଙ୍କି ହୋଇରହିଥାଏ ଏବଂ ବରଫ ଟୋପା ଟୋପା ହୋଇ ପଥରରୁ ପଡି ଗୁମ୍ଫାମଧ୍ୟରେ ଗୋଟିଏ ଶିବଲିଙ୍ଗ ଆକାର ତିଆରି ହୋଇଥାଏ । ଏଠାରେ ଶିବ ଭଗବାନ ଅମରନାଥ ପୂଜା ପାଆନ୍ତି । ଏହା ଗ୍ରୀଷ୍ମକାଳରେ କିଛି ଦିନ ଶ୍ରଦ୍ଧାଳୁମାନଙ୍କ ଶିବଙ୍କୁ ଦରଶନ ପାଇଁ ଖୋଲାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ ୭୦୦୦ ହେବ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ସରୋଜିନୀ ନାଇଡୁ ଜଣେ କବି, ନାରୀନେତ୍ରୀ ଓ ବାଗ୍ମୀ ହିସାବରେ ସେ ପରିଚିତା । ସେ ଦେଶର ପ୍ରଥମ ମହିଳା ରାଜ୍ୟପାଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ଅଧ୍ୟକ୍ଷ ଥିଲେ । ସରୋଜିନୀଙ୍କୁ ଭାରତୀୟ କୋକିଳ ବୋଲି କୁହାଯାଏ । ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
ସିଷ୍ଟର ଶ୍ରୀଦେବୀ, ୨୦୧୭ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ୨୦୧୭ ମସିହା ରଜରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ପ୍ରଯୋଜନାରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଅଶୋକ ପତି । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ଗୀତିକାର ନିର୍ମଳ ନାୟକ ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ନାୟକ ବାବୁଶାନ୍ ଏବଂ ନବାଗତା ଶିବାନୀ । ଶିବାନୀ ପୂର୍ବରୁ ଶିଶୁ କଳାକାର ଭାବରେ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ଗାୟକ ଋତୁରାଜ ମହାନ୍ତି, ତାରିକ୍, ପାମେଲା ଜୈନ, କୁଲଦୀପ ପ୍ରମୁଖ ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ଚଳଚ୍ଚିତ୍ରର ସହକାରୀ ଭୂମିକାରେ ମିହିର ଦାସ, ଅପରାଜିତା ମହାନ୍ତି, ସଲିଲ ମିତ୍ର ପ୍ରମୁଖ ବରିଷ୍ଠ କଳାକାରମାନେ ଅଭିନୟ କରିଥିଲେ ।
ଡାହୁକ ବୋଲି ଜଗନ୍ନାଥଙ୍କ ରଥ ଯାତ୍ରା ବେଳେ ରଥ ଉପରେ ବୋଲାଯାଉଥିବା ଗୀତ । ଏହି ଗୀତିଗୁଡିକ ଡାହୁକମାନଙ୍କ ଦେଇ ବୋଲାଯାଉଥିବାରୁ ଏହାକୁ "ଡାହୁକ ଗୀତ" ମଧ୍ୟ କୁହାଯାଏ । ଡାହୁକ ବୋଲି ବିନା ରଥ ଗଡେ ନାହିଁ ବୋଲି ପ୍ରବାଦ ଅଛି ଏବଂ ଏହି ଡାହୁକଗୀତ "ରଥଟଣା"ରେ ଏକ ମୂଖ୍ୟ ଭୁମିକା ନିର୍ବାହ କରି ଆସୁଅଛି । ଏହା ବୌଦ୍ଧ ଧର୍ମ ଅନ୍ତର୍ଗତ ବଜ୍ରଯାନୀ ପରମ୍ପରାର ଅବଶେଷ ତଥା ଏହାର ପଦଗୁଡ଼ିକ ବୌଦ୍ଧ ଚର୍ଯା ସାହିତ୍ୟର ସନ୍ତକ ହୋଇଥିବାବେଳେ ଡାହୁକମାନଙ୍କୁ ଚର୍ଯାପଦର ସିଦ୍ଧମାନଙ୍କର ବଂଶଧର ବୋଲି ବିଶ୍ୱାସ କରାଯାଏ ।
ପ୍ରତ୍ୟେହ ସକାଳ ସମୟରେ ଶ୍ରୀଜୀଉମାନଙ୍କ ମଙ୍ଗଳ ଆଳତି ଓ ମଇଲମ ନୀତି ଶେଷ ହେବା ପରେ ଅବକାଶ (ସ୍ନାନ) ନୀତି ହୋଇଥାଏ । ଶ୍ରୀମନ୍ଦିର ସ୍ଵତ୍ଵଲିପି ଅନୁଯାୟୀ ଏହି ବେଶର ନିର୍ଧାରିତ ସମୟ ହେଉଛି ସକଳା ୬ ଟା ରୁ ୬ :୩୦ମିନିଟ । ସଧାରଣତଃ ଠାକୁରମାନଙ୍କ ଦନ୍ତମାର୍ଜନ ଓ ସ୍ନାନ ବିଧିକୁ ଅବକାଶ କୁହାଯାଏ । ପୂର୍ବ ରାତ୍ରର ବଡ଼ସିଂହାର ବେଶରେ ରତ୍ନ ସିଂହାସନସ୍ଥ ଦାରୁ ବିଗ୍ରହମାନଙ୍କ ପରିଧାନ କରିଥିବା ଗୀତ ଗୋବିନ୍ଦ ଖଣ୍ଡୁଆ ବସ୍ତ୍ର ଓ ପୁଷ୍ପ ଅଳଙ୍କାର ଇତ୍ୟାଦି ମଙ୍ଗଳ ଆଳତି ନୀତି ଶେଷ ହେବା ପରେ ମଇଲମ (ଓଲାଗି) ହୋଇଥାଏ । ପୁଷ୍ପାଳକ ସେବକ ଶ୍ରୀଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ତିନି ବିଗ୍ରହଙ୍କୁ ତିନିଗୋଟି ତଡ଼ପ ଓ ସୁଦର୍ଶନଙ୍କୁ ଏକ ଗୋଟି ତଡ଼ପ ବସ୍ତ୍ର ଏବଂ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ଦୁଇଟି ଉତ୍ତରୀୟ ବସ୍ତ୍ର ଲାଗି କରନ୍ତି । ଏହି ତଡ଼ପ ଓ ଉତ୍ତରୀୟ ସୂତା ବସ୍ତ୍ରଗୁଡିକ ପାରମ୍ପାରିକ କୁଶଳୀ ବୁଣାକାରମାନଙ୍କ ଦ୍ଵାରା ଏକ ନିର୍ଦ୍ଧିଷ୍ଟ ମାପରେ ନିର୍ମିତ ହୋଇଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ମହାଶ୍ୱେତା ରାୟ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଓ ନୃତ୍ୟଶିଳ୍ପୀ । ସେ ଓଡ଼ିଆ ଓ ବଙ୍ଗଳା ସିନେମାରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ସାହିତ୍ୟିକ ରାଜକିଶୋର ରାୟଙ୍କ ଝିଅ ଓ ଓଡ଼ିଆ ସିନେମା ମାଳବିକା ରାୟ ଓ ମନସ୍ଵିନୀ ରାୟଙ୍କ ସାନ ଭଉଣୀ । ରାୟ ନିଜ ଅଭିନୟ କାଳରେ ୫୦ରୁ ଓଡ଼ିଆ ତଥା ବଙ୍ଗଳା ଓ ତେଲୁଗୁ ସିନେମାରେ ଅଭିନୟ କରିସାରିଛନ୍ତି । ତାଙ୍କ ଅଭିନୟ ନିମନ୍ତେ ସେ ଜୟଦେବ ପୁରସ୍କାର ଓ ଫିଟଫାଟ ବାଇସ୍କୋପ ପୁରସ୍କାରରେ ସମ୍ମାନୀତ ।
ବଡ଼ଦାଣ୍ଡ ହେଉଛି ପବିତ୍ର ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତର ରାସ୍ତା ବା ଦାଣ୍ଡ । ଶ୍ରୀମନ୍ଦିର ଏବଂ ରଥଯାତ୍ରା ସହ ଏହି ମାର୍ଗର ସମ୍ପର୍କ ଥିବା ଯୋଗୁଁ ଏହାକୁ 'ବଡଦାଣ୍ଡ' ବୋଲି କୁହାଯାଏ ଓ ଜଗନ୍ନାଥ ସଂସ୍କୃତିରେ ଏହାର ବିଶେଷ ସ୍ଥାନ ରହିଅଛି । ବଡ଼ଦାଣ୍ଡ ରେ ବିଶାଳ ପକ୍ଷରେ ଶୋଭା ପାଉଛି, ତାହା ମଧ୍ୟରୁ ସିଂହ ଦୁଆର ଠାରୁ ଗୁଣ୍ଡିଚା ମନ୍ଦିର ଭିତରେ ରହିଛି ଅନେକ ମଠ ବାଡି, ରାଧାବଲ୍ଲଭ ମଠ, ବଡ଼ଛତା ମଠ, ବଡ଼ ଅଖଡା ମଠ, ଜଗନ୍ନାଥ ବଲ୍ଲଭ ମଠ,ଚୈତନ୍ୟ ଗୌଡୀୟ ମଠ,ଦଶ ଅବତାର ମଠ, ସହିତ ବାଗେଡିଆ ଧର୍ମଶାଳ ଓ ଅନେକ ରମଣୀୟ ସ୍ଥଳ ରହିଛି । ଆଗରୁ ବଡଦାଣ୍ଡର ଦୃଶ୍ୟ ଗାଆଁ ରାସ୍ତା ଭଳି ଦେଖା ଯାଉଥିଲା ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥା ଦ୍ଵାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ ଦ୍ଵାରା ତାର ସାମର୍ଥ୍ୟ ପାଇଛି ।
ପ୍ୟାକ୍ଡ ରେଡ ବ୍ଲଡ ସେଲ୍ସ ବା ଏକତ୍ରିତ ଲୋହିତ ରକ୍ତ କଣିକା (ଇଂରାଜୀ ଭାଷାରେ Packed red blood cells, ଅନ୍ୟ ନାମ ରେଡ ସେଲ ଇନସେଣ୍ଟ୍ରେଟ/red cell concentrate ବା ପ୍ୟାକ୍ଡ ସେଲ୍ସ/ packed cells) ପ୍ୟାକେଟରେ ପୃଥକ୍ କରାଯାଇଥିବା ଲୋହିତ ରକ୍ତ କଣିକା (red blood cells) ସମୂହ ରକ୍ତ ଟ୍ରାନ୍ସଫ୍ୟୁଜନ (en:blood transfusion) ନିମନ୍ତେ ଥାଏ । ଏହା ଆନିମିଆ ରୋଗରେ ବ୍ୟବହାର କରାଯାଏ ଯେଉଁଥିରେ ହେମୋଗ୍ଲୋବିନ ୭-୮ ଗ୍ରା/ଡେ:ଲି:ରୁ କମ୍ ଥାଏ । ଏକ ୟୁନିଟ ଦେଲେ ହେମୋଗ୍ଲୋବିନ ସ୍ତର ୧୦ଗ୍ରା/ଲି ହୋଇଯାଏ । କର୍କଟ କେମୋଥେରାପିରେ (cancer chemotherapy) ବା ହେମୋଗ୍ଲୋବିନୋପାଥିରେ (hemoglobin disorders) ବାରମ୍ବାର ଏହି ଟ୍ରାନସ୍ଫ୍ୟୁଜନ ଆବଶ୍ୟକ ହୁଏ । ରକ୍ତଦାନ ପୂର୍ବରୁ କ୍ରସ ମ୍ୟାଚିଙ୍ଗ (Cross matching) ଆବଶ୍ୟକ ହୁଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।