ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ତମକୁ ଦେଖିଲା ପରେ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ଶୁଭମ ପାଢ଼ୀ ଏବଂ ନିର୍ଦ୍ଦେଶନା ଦେଇଥିଲେ ଚନ୍ଦନ ମହାପାତ୍ର । ଭାରତୀ ପାଢ଼ୀ ଏହି ଚଳଚ୍ଚିତ୍ରର କାହାଣୀ ଲେଖିଥିବା ବେଳେ ଆଲୋକ ରାୟ ଏହାର ସଂଳାପ ଲେଖିଥିଲେ । ୨୦୧୭ ମସିହା ଜାନୁଆରୀ ୧୩ରେ ମୁକ୍ତିଲାଭ କରିଥିଲା ଏହି ଚଳଚ୍ଚିତ୍ରଟି । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର ଏବଂ ଗୀତ ରଚନା କରିଥିଲେ ଅରୁଣ ମନ୍ତ୍ରୀ । ଇରା ମହାନ୍ତି, ହ୍ୟୁମାନ ସାଗର, ବିଷ୍ଣୁମୋହନ କବି, ଶୈଳଭାମା ମିଶ୍ର, ଅଭିଜୀତ ମିଶ୍ର, ନଭ୍ୟା, ପ୍ରଫୁଲ୍ଲ ବେହେରା ଏବଂ ବିଭୁ କିଶୋର ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ଵର, ପୁରୀ, ବଦ୍ରୀନାଥ ଓ ଦ୍ଵାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ଵର ଏବଂ ଦ୍ଵାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ଵରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ଵାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକ ଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ଵାର ବନ୍ଦ ରହେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
କଳ୍ପନା ଦାଶ ହେଉଛନ୍ତି ଏଭରେଷ୍ଟ ଶୃଙ୍ଗକୁ ଛୁଇଁବାରେ ପ୍ରଥମ ଓଡ଼ିଆ, ପ୍ରଥମ ଅସୈନିକ (civilian) ଓ ସବୁଠାରୁ ବୟସ୍କା ଭାରତୀୟ ମହିଳା(୪୨)। କଳ୍ପନା ୭ ଜୁଲାଇ ୧୯୬୬ରେ ଢେଙ୍କାନାଳର ସରିଆପଦା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ୧୯୮୩ରେ ବଳରାମପୁର ଉଚ୍ଚ ବିଦ୍ୟାଳୟରୁ ମ୍ୟାଟ୍ରିକ ପାସ କରିବାପରେ ସେ ୧୯୮୮ରେ ଢେଙ୍କାନାଳ ମହିଳା ମହାବିଦ୍ୟାଳୟରୁ ସ୍ନାତକ ଓ ୧୯୯୧ରେ ଢେଙ୍କାନାଳ ଆଇନ ବିଦ୍ୟାଳୟରୁ ଆଇନରେ ସ୍ନାତକ (ଏଲ.ଏଲ.ବି) ଶିକ୍ଷା ସମାପ୍ତ କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ ୭୦୦୦ ହେବ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅପସ୍ମାର ବାତ ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ଵାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ । ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ । ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ । ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ପ୍ଲାଟେଲେଟ ଟ୍ରାନ୍ସଫ୍ୟୁଜନ (ଇଂରାଜୀ ଭାଷାରେ Platelet transfusion, ଅନ୍ୟ ନାମ ପ୍ଲାଟେଲେଟ କନସେଣ୍ଟ୍ରେଟ, ଏକ ପଦାର୍ଥ ଯାହା ଥ୍ରୋମ୍ବୋସାଇଟିପେନିଆ (low platelet count) ବା ସ୍ୱଳ୍ପ ପ୍ଲାଟେଲେଟ କାମ (poor platelet function) ଯୋଗୁ ରକ୍ତସ୍ରାବ (bleeding) ହେଉଥିଲେ ତାହାର ପ୍ରତିଷେଧ ବା ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । କର୍କଟ କେମୋଥେରାପ (cancer chemotherapy) ନେଉଥିବା ଲୋକଙ୍କର ଏହା ସମସ୍ୟା ସାଧାରଣତଃ ହୁଏ । ପ୍ଲେଟେଲେଟ ସ୍ତର ୧୦x୧୦୯/ ଲିରୁ କମ୍ ଥିଲେ ପ୍ରତିଷେଧ ନିମନ୍ତେ ଦିଆଯାଏ । ରକ୍ତସ୍ରାବ ହେଉଥିବା ଲୋକର ପ୍ଲାଟେଲେଟ ସ୍ତର ୫୦x୧୦୯/ଲିରୁ କମ୍ ଥିଲେ ଏହା ଦିଆଯାଏ । ପ୍ଲାଟେଲେଟ ଦେବା ପୂର୍ବରୁ କ୍ରସ ମ୍ୟାଚିଙ୍ଗ (Cross matching) କରିବା ଆବଶ୍ୟକ । ଏହା ଶିରାଭ୍ୟନ୍ତରରେ ଇଞ୍ଜେକସନ (injection into a vein ଆକାରରେ ଦିଆଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ନିଝୁମ ରାତିର ସାଥୀ, ୨୦୧୭ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସନ୍ତୋଷ କୁମାର ସିଂ ଏବଂ ଅନାମ ଚରଣ ସାହୁ । ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସଞ୍ଜୟ ନାୟକ । ମିଳୟ ମିଶ୍ର ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ହ୍ୟୁମାନ ସାଗର, ପ୍ରଫୁଲ୍ଲ ବେହେରା, ଇରା ମହାନ୍ତି, ଅଞ୍ଜୁ ପ୍ରମୁଖ କଣ୍ଠଦାନ କରିଥିଲେ । ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ନାୟକ ଚନ୍ଦନ, ଜ୍ୟୋତି ଏବଂ ନାୟିକା ତମନ୍ନା ଅଭିନୟ କରିଥିଲେ । ଅନ୍ୟାନ୍ୟ ଭୁମିକାରେ ସତ୍ୟବ୍ରତ, ପ୍ରମାନନ୍ଦ ପରିଡ଼ା, ପଲ୍ଲବୀ, ସୁମନ, କୁନା ତ୍ରିପାଠୀ ଏବଂ ବିଜୁ ବଡ଼ଜେନା ଆଦି ଅଭିନୟ କରିଥିଲେ । ଅଭିନେତ୍ରୀ ସୋନାଲୀ ଏହି ଚଳଚ୍ଚିତ୍ର ଜରିଆରେ ତାଙ୍କର ପ୍ରଥମ ଅଭିନୟ ଆରମ୍ଭ କରିଥିଲେ ।
ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶା ର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ଵ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।