ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଶ୍ରାବଣ ମାସରେ ହରିଆଲି ଅମାବାସ୍ୟା ପାଳନ କରାଯାଏ ଏହି ଅମାବାସ୍ୟାକୁ ଉତ୍ତରଭାରତୀୟମାନେ ଶ୍ରଦ୍ଧା ଓ ଭକ୍ତିରେ ପାଳନ କରିଥାନ୍ତି ତେଣୁ ମନରେ ଉଲ୍ଲାସ ଭରିଦେବା ସହ ପ୍ରକୃତିପ୍ରେମୀ କରିଦେଇଥାଏ ଏହି ଉତ୍ସବରେ କର୍ମକାଣ୍ଡ, ଦେବପୂଜା ଏବଂ ଆନନ୍ଦ ଉଲ୍ଲାସ ସହ ବୃକ୍ଷ ରୋପଣ କରିବା ପରମ୍ପରା ଉତ୍ତର ଭାରତରେ ପ୍ରଚଳିତ ହୋଇଆସୁଛି ଏହି ଉତ୍ସବରେ ପିପ୍ପଳ(ଅଶ୍ୱତ୍ଥ), ବଟବୃକ୍ଷ, ଆମ୍ବ, ନିମ ଏବଂ ଶମୀ ଆଦି ପାଞ୍ଚୋଟି ମହାନ୍ ବୃକ୍ଷକୁ ରୋପଣ କରିବା ସହ ପୂଜାର୍ଚ୍ଚନା କରାଯାଇଥାଏ ଏହି ପାଞ୍ଚବୃକ୍ଷରେ ଆଧ୍ୟାତ୍ମିକ ଗୁଣ ଭରିରହିଥିବାରୁ ହିନ୍ଦୁମାନେ ଦେବତୁଲ୍ୟ ପୂଜାକରନ୍ତି ଭଗବତ୍ଗୀତାରେ ପିପ୍ପଳକୁ କୃଷ୍ଣ ହିଁ ନିଜର ସ୍ୱରୂପ ବୋଲି କହିଛନ୍ତି ଏବଂ ଭଗବାନ୍ ଶ୍ରୀକୃଷ୍ଣ ବଟବୃକ୍ଷ ପତ୍ରରେ ଭାସିଭାସି ଯାଉଥିଲେ ବୋଲି ଚିତ୍ରିତ ହୋଇଛି ସେପରି ନାମକୁ ଦାରୁବ୍ରହ୍ମ ରୂପେ ମାନି ହିନ୍ଦୁନାରୀ ପୂଜାର୍ଚ୍ଚନା କରିବା ସହ ଦୈନିକ କାର୍ଯ୍ୟରେ ବ୍ୟବହୃତ କରିଥାନ୍ତି ଔଷଧ ପ୍ରସ୍ତୁତିରେ ନିମବୃକ୍ଷର ପ୍ରତ୍ୟେକ ଅଂଶକୁ ବ୍ୟବହାର କରାଯାଉଛି ଅର୍ଜୁନ ଅଜ୍ଞାତବାସରେ ଥିବାବେଳେ ସେ ତାଙ୍କର ସମସ୍ତ ଅସ୍ତ୍ରଶସ୍ତ୍ର ଶମୀବୃକ୍ଷରେ ଲୁଚାଇ ରଖିଥିଲେ ଏବଂ ଲକ୍ଷ୍ମଣ ଚଉଦବର୍ଷ ବନବାସ ସମୟରେ ଫଳ ସଂଗ୍ରହ କରି ଶ୍ରୀରାମଙ୍କୁ ଆହାର କରିବାକୁ ଦେଉଥିଲେ ଅବଶିଷ୍ଟ ଫଳ ନ ଖାଇ ଲକ୍ଷ୍ମଣ ଶମୀବୃକ୍ଷ ତଳେ ରଖିଦେଉଥିଲେ ଆମ୍ର ବୃକ୍ଷରେ ମଧ୍ୟ ଆଧ୍ୟାତ୍ମିକ ଗୁଣ ଭରି ରହିଛି ଯାହା ସମସ୍ତ ପୂଜାର୍ଚ୍ଚନାରେ ବ୍ୟବହୃତ ହୋଇପାରିଛି ଏହି ପାଞ୍ଚୋଟି ବୃକ୍ଷ ସମସ୍ତ ସଂସାର ତଥା ଜୀବଜଗତ ପାଇଁ ବେଶ୍ ଉପଯୋଗୀ ବୋଲି ଉତ୍ତର ଭାରତୀୟମାନେ ହରିଆଲି ଅମାବାସ୍ୟା ପାଳନ କରିଥାନ୍ତି
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ଏହି ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ । ଏହି ପ୍ରଥା ଶବର ପରମ୍ପରାରୁ ଆନୀତ ବୋଲି ବିଦିତ । ଏଥିରେ ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି । ସେଥି ପାଇଁ "ଗେଣ୍ଡେଇକଟା ଓଷା" ନାମରେ ମଧ୍ୟ ଜଣା । ବାଲେଶ୍ୱର, ମୟୁରଭଞ୍ଜ ଓ କେଉଁଝର ଆଦି ଅଞ୍ଚଳରେ ଏହି ପର୍ବକୁ "ଗେଣ୍ଡାକଟା ଅମାବାସ୍ୟା" କୁହାଯାଏ । ଏହା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଦିବାସୀମାନଙ୍କ ମଧ୍ୟରେ ଜନ୍ତୁଆଦିଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ପାଳିତ ପର୍ବମାନଙ୍କ ମଧ୍ୟରେ ଗୋଟିଏ । ଗେଣ୍ଡା ସାଧାରଣତଃ ଫସଲ କାଟି କ୍ଷତି କରୁଥିବାରୁ ସେ ସମ୍ବାବନାକୁ ଏଡ଼େଇବା ନିମନ୍ତେ ଏହି ଖାଦ୍ୟ ଅର୍ପଣ କରାଯାଇଥାଏ । ଖାଦ୍ୟ ଖାଇ ଗେଣ୍ଡା ଆଉ କେଉଁଠାକୁ ଚାଲିଯାଇଥାଏ ।
ଗୀତା ଦାଶ ଜଣେ ଓଡ଼ିଆ ଗାୟିକା । ତାଙ୍କର ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲା ବିରାଡ଼ିହି ଗ୍ରାମ । ସେ ଏପର୍ଯ୍ୟନ୍ତ ଗାଇଛନ୍ତି ୨୦୦ରୁ ଅଧିକ ଓଡ଼ିଆ ଗୀତ । ହଜାରରୁ ଅଧିକ ଷ୍ଟେଜ୍ ସୋରେ ସେ ନିଜ ଗୀତର ଯାଦୁ ଦେଖାଇଛନ୍ତି । ସେ ତାଙ୍କ ମାଆଙ୍କୁ ତାଙ୍କ ସଫଳତାର ଚାବିକାଠି ବୋଲି କୁହନ୍ତି । ତାଙ୍କ ପାଇଁ ମଧ୍ୟ ସେ ଏହି ସ୍ଥଳରେ ପହଞ୍ଚିପାରିଛନ୍ତି ବୋଲି କହୁଛନ୍ତି । ତାଙ୍କ ବାପା ଏଥିପାଇଁ ପ୍ରଥମରୁ ରାଜି ନଥିଲେ। ବାପା ଚାହୁଁଥିଲେ କି ସେ ପାଠ ପଢ଼ାରେ ଧ୍ୟାନ ଦିଅନ୍ତୁ । ବିବାହ ପରେ ତାଙ୍କ ଜୀବନ ବଦଳି ଯାଇଥିଲା ବୋଲି ସେ କହିଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସାୟନ ପର୍ବତ ଶୃଙ୍ଗ (ଋଷ ଭାଷା: Саяны, ସାୟନୀ; ମଙ୍ଗୋଲ ଭାଷା: Саяаны нуруу, ସାୟନୀ ନୁଉରୀ) ଋଷର ସାଇବେରୀୟ କ୍ଷେତ୍ରର ଦକ୍ଷିଣ ଭାଗରେ ସ୍ଥିତ ଏକ ପର୍ବତ ଶୃଙ୍ଗ ଅଟେ । ଭୌଗୋଳିକ ଦୃଷ୍ଟିରେ ଏହାର ଦୁଇଟି ଖଣ୍ଡ ରହିଛି - ପୂର୍ବୀ ଏବଂ ପଶ୍ଚିମୀ । ପୂର୍ବୀ ସାୟନର ପାହାଡ଼ ୟେନିସେୟ ନଦୀ (ଯାହା ରେଖାଂଶ ୯୨° ପୂର୍ବରେ ସ୍ଥିତ) ରୁ ଆରମ୍ଭ ହୋଇ ପୂର୍ବ ଆଡକୁ ୧,୦୦୦ କିମି ପର୍ଯ୍ୟନ୍ତ ଅନ୍ତର୍ଗତ କରିଛି ଏବଂ ବାୟକଳ ଝରଣା (ଯାହା ୧୦୬° ପୂର୍ବରେ ରହିଥାଏ) ପର୍ଯ୍ୟନ୍ତ ଯାଇ ଅଟକିଥାଏ । ପଶ୍ଚିମୀ ସାୟନ ଅଲ୍ତାଇ ପର୍ବତ ଶୃଙ୍ଗ ପୂର୍ବୀ ଛୋର (୮୯° ପୂର୍ବ)ରୁ ଆରମ୍ଭ ହୋଇ ପୂର୍ବୋତ୍ତରୀ ଆଡକୁ ଯାଇଥାଏ ଏବଂ ପାଖାପାଖି ୬୦୦ କିମି ପରେ ପୂର୍ବୀ ସାୟନ ଶୃଙ୍ଗ ମଧ୍ୟରେ (୯୬° ପୂର୍ବରେ) ଯାଇ ମିଶିଥାଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶା ର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ଵ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।