ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗୋଟେ ଶୁଆ ଗୋଟେ ଶାରୀ, ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଥିଲେ ନିରଞ୍ଜନ ରଣା ଏବଂ ନିର୍ଦ୍ଦେଶନା ଦେଇଥିଲେ ମୃତ୍ୟୁଞ୍ଜୟ ସାହୁ । ମା ତାରିଣୀ ଫିଲ୍ମ ପ୍ରଡକ୍ସନ ବ୍ୟାନରରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି ବ୍ୟାନନର ଷଷ୍ଠ ଚଳଚ୍ଚିତ୍ର ଥିଲା ଗୋଟେ ଶୁଆ ଗୋଟେ ଶାରୀ । ଏହି ଚଳଚ୍ଚିତ୍ରରର କାହାଣୀ ଲେଖିଥିଲେ ଗୀତାଞ୍ଜଳୀ ରଣା ଏବଂ ସଂଳାପ ଲେଖିଥିଲେ ନିର୍ମଳ ନାୟକ । ପ୍ରେମ ଆନନ୍ଦ ଏବଂ ରବିନାରାୟଣ ନନ୍ଦ ଏହି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ଅରୁଣ ମନ୍ତ୍ରୀ ଚଳଚ୍ଚିତ୍ରର ଗୀତଗୁଡ଼ିକର ରଚନା କରିଥିଲେ । ଉଦିତ ନାରାୟଣ, ଇରା ମହାନ୍ତି, ହ୍ୟୁମାନ ସାଗର ପ୍ରମୁଖ ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ଜାଭେଦ ଅଲ୍ଲୀ (ଜନ୍ମ: ୫ ଜୁଲାଇ ୧୯୮୨) ଜଣେ ଭାରତୀୟ ପ୍ଲେ ବ୍ୟାକ ଗାୟକ ଅଟନ୍ତି ଯିଏକି, ୨୦୦୦ ମସିହାରୁ ହିନ୍ଦୀ ଚଳଚିତ୍ର ରେ ଗୀତ ଗାଇ ଆସୁଛନ୍ତି। ଜାଭେଦ ଅଲ୍ଲୀ ୨୦୦୭ ମସିହାରେ ନକାଵ ଚଳଚିତ୍ରରେ "ଏକ ଦିନ ତେରି ରାହୋ ମେଁ" ଗାଇ ଲୋକ ପ୍ରସିଦ୍ଧି ଲାଭ କରିଥିଲେ। ଏହାପରେ ସେ ଯୋଦ୍ଧା ଆକବର ର "ଯସନ ଏ ବାହାରନ", ଦିଲ୍ଲୀ-୬ ର "ଅର୍ଜିଆନ", ରକଷ୍ଟାର ର "କଁନ ଫାୟା କଁନ", ଗଜନୀ ର "ଗୁଜାରିସ", ଅଜବ ପ୍ରେମକି ଗଜବ କହାନୀ ର "ଆ ଜାଓ ମେରେ ତମନ୍ନା" ଆଦି ଗାଇଥିଲେ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଗୋଟିଏ ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟି ନାୟକ ବାବୁଶାନ ମହାନ୍ତିଙ୍କର ପ୍ରଯୋଜନାରେ ନିର୍ମିତ ହୋଇଥିଲା । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ବାବୁଶାନ୍ଙ୍କ ପ୍ରଯୋଜନା ସଂସ୍ଥା ସହ ପ୍ରକାଶ ଧୀରଜ ଏଣ୍ଟରଟେନମେଣ୍ଟ ମଧ୍ୟ ଏହି ଚଳଚ୍ଚିତ୍ର ପ୍ରଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ସୁଧାକର ବସନ୍ତ । ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ ଏବଂ ବାପୁ ଗୋସ୍ୱାମୀ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସ୍ୱାଧୀନତା ଶବ୍ଦ ଗୋଟିଏ ଦେଶ, ରାଷ୍ଟ୍ର ବା ସାର୍ବଭୌମ ରାଜ୍ୟର ଅବସ୍ଥାକୁ ବୁଝାଏ ଯେଉଁଠାରେ ଏହାର ବାସିନ୍ଦା ଓ ଜନତା ନିଜ ଭୂଖଣ୍ଡରେ ନିଜସ୍ୱ ସରକାର ଗଢ଼ିବାକୁ ଓ ସାର୍ବଭୌମତ୍ୱ ଜାହିର କରିବାକୁ ସକ୍ଷମ ଥାଆନ୍ତି ଓ କୌଣସି ବାହ୍ୟ ଶକ୍ତି ଅଧୀନରେ ନ ଥାଆନ୍ତି । ଏହାର ଓଲଟା ଶବ୍ଦ ପରାଧୀନତା । ଅନ୍ୟ ଗୋଟିଏ ଶବ୍ଦ ସ୍ୱତନ୍ତ୍ର (freedom) ସହିତ ଏହାର ଭ୍ରମ ସୃଷ୍ଟି ହୁଏ । ବ୍ୟକ୍ତିର ଚିନ୍ତା କରିବା ଓ ତଦନୁସାରେ କାର୍ଯ୍ୟ କରିବାର ସ୍ୱାଧୀନତାକୁ ସ୍ୱତନ୍ତ୍ର କୁହାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତ ରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମ ରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଅମୃତା ସେରଗିଲ (୩୦ ଜାନୁଆରୀ ୧୯୧୩- ୫ ଡିସେମ୍ବର ୧୯୪୧ ) ଭାରତର ଜଣେ ପ୍ରସିଦ୍ଧ ଚିତ୍ରଶିଳ୍ପୀ । ତାଙ୍କର ଜନ୍ମ ବୁଦାପେଷ୍ଟ (ହଙ୍ଗେରୀ) ଠାରେ ହୋଇଥିଲା। ଭାରତୀୟ ପେଣ୍ଟିଂ ଜଗତକୁ ଯେଉଁ କେତେ ଜଣ ମହିଳା ଚିତ୍ରଶିଳ୍ପୀ ସମୃଦ୍ଧ କରିଥିଲେ ସେମାନଙ୍କ ମଧ୍ୟରେ ଅମୃତା ସେରଗିଲ ଅନ୍ୟତମ । ତାଙ୍କର ଚିତ୍ରରେ ଥିଲା ଭାରତୀୟ ର ଏକ ବିଶୁଦ୍ଧ ସ୍ପର୍ଶ । ତାଙ୍କୁ ଯଥାର୍ଥରେ କୁହାଯାଉଥିଲା ଭାରତର ଫ୍ରିଡା କାହଲୋ ବୋଲି। ବିଂଶ ଶତାବ୍ଦୀର ଭାରତରେ ତାଙ୍କୁ ଜଣେ ଅତି ଗୁରୁତ୍ଵପୂର୍ଣ୍ଣ ଚିତ୍ରଶିଳ୍ପୀ ଭାବେ ବର୍ଣ୍ଣନା କରାଯାଏ ଯିଏ ଚିତ୍ରକଳାରେ ଅଦ୍ଭୁତପୂର୍ବ ନଗଜାଗରଣ ସୃଷ୍ଟି କରିଥିଲେ। ଚିତ୍ର ଜଗତରେ ଅମୃତାଙ୍କ ଆବିର୍ଭାବ ସେହି ସମୟରେ ହୋଇଥିଲା ଯେଉଁ ସମୟରେ ବଙ୍ଗଳାରେ ଚିତ୍ରକଳାକୁ ନେଇ ନବଜାଗରଣ ଆରମ୍ଭ ହୋଇ ସାରିଥିଲା । ସେହି ସମୟ ଅମୃତାଙ୍କ ପାଇଁ ଥିଲା ଖୁବ କଠୋର ସମୟ । ମାତ୍ର ନିଜର ପରିଶ୍ରମ, ଧୈର୍ଯ୍ୟ ଆଉ ପ୍ରଚଣ୍ଡ ଇଚ୍ଛାଶକ୍ତି ବଳରେ ସେ ସମସ୍ତ ପ୍ରତିକୂଳତାକୁ ନିଜ ସପକ୍ଷରେ ନେବାକୁ ସମର୍ଥ ହୋଇଥିଲେ ।
ଲୁଗଲ୍ସ ଆୟୋଡିନ (ଇଂରାଜୀ ଭାଷାରେ Lugol's iodine, ଅନ୍ୟ ଜଣାଶୁଣା ନାମ ଆକ୍ୟିଅସ ଆୟୋଡିନ ଓ ସ୍ଟ୍ରଙ୍ଗ ଆୟୋଡିନ ସଲ୍ୟୁସନ) ଏକ ଔଷଧ ଓ ଜୀବାଣୁ ନାଶକ ବା ଡିସଇଫେକ୍ଟାଣ୍ଟ (disinfectant) ଯାହା ଅନେକ କାମ ନିମନ୍ତେ ବ୍ୟବହାର କରାଯାଏ । ପାଟିରେ ଦେଲେ ଏହା ଆୟୋଡିନ ଅଭାବ ପୂରଣ କରେ, ରେଡିଓଆକ୍ଟିଭ ଆୟୋଡିନ (radioactive iodine) ପ୍ରଭାବରୁ ଥାଇରଏଡ ଗ୍ରନ୍ଥିକୁ ରକ୍ଷା କରେ ଓ ଅପରେଶନ କରିବା ପର୍ଯ୍ୟନ୍ତ ଥାଇରୋଟକ୍ସିକୋସିସ (thyrotoxicosis) ରୋଗରୁ ସୁରକ୍ଷା ଦିଏ । ଜରାୟୁଗ୍ରୀବା କର୍କଟ (cervical cancer) ସ୍କ୍ରୀନିଙ୍ଗ ନିମନ୍ତେ ଏହାକୁ ଜରାୟୁ ଗ୍ରୀବାରେ (cervix) ଲଗାଯାଏ । ଛୁଞ୍ଚି ଆଘାତ (needle stick injury) ଭଳି ଛୋଟ ଆଘାତରେ ଏହା ଜୀବାଣୁ ନାଶକ ଭାବରେ ଲଗାଯାଏ । ପାନୀୟ ଜଳ (drinking water) ବିଶୋଧନ ନିମନ୍ତେ ମଧ୍ୟ ଅଳ୍ପ ପରିମାଣରେ ଏହା ମିଶାଯାଏ ।
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମୋବାଇଲ ଫୋନ ନମ୍ବର ପ୍ରଣାଳୀ ଭାରତ ରେ
sଭାରତ ର ସମସ୍ତ ମୋବାଇଲ ନମ୍ବର 9,8ଓ 7 ରେ ଆରମ୍ଭ ହେଇଥାଏ । ଏଥିରେ ବର୍ତମାନ ବନ୍ଧ ଅବସ୍ଥା କୁ ଆସିଯାଉଥିବା ' ପେଜର "ପ୍ରଣାଳୀ ମଧ୍ୟ ଅନ୍ତର୍ଭୁକ୍ତ। ପ୍ରତି ସର୍କଲ ରେ ଏବେ BSNL/MTNL ସହ ବେସରକାରୀ ଅପରେଟର 10 ରୁ ବେଶୀ ରହିଛନ୍ତି ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।