ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ଵର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
କାଞ୍ଚି ଅଭିଯାନ, ଶ୍ରୀଜଗନ୍ନାଥଙ୍କ ଏକ ପୌରାଣିକ କାହାଣୀ । କିମ୍ବଦନ୍ତୀ, ପୁରାଣ ବର୍ଣ୍ଣିତ ତଥ୍ୟ ଓ ଇତିହାସକୁ ଅବଲୋକନ କଲେ ଯାହା ଜଣାପଡେ, ଅନେକ ବର୍ଷ ପୂର୍ବେ ଓଡ଼ିଶାକୁ ଶାସନ କରୁଥିବା ଗଙ୍ଗ ବଂଶୀୟ ରାଜାମାନଙ୍କ ମଧ୍ୟରେ ପୁରୁଷୋତ୍ତୋମ ଦେବ ଥିଲେ ଅନ୍ୟତମ । ସେ ଜଗନ୍ନାଥଙ୍କ ପରମ ଭକ୍ତ ଓ ସେବକ ଭାବେ ପରିଚିତ । ସେ ଜଗନ୍ନାଥଙ୍କୁ ଜଗତକର୍ତ୍ତା ଓ ନିଜକୁ ଜଣେ ସାଧରଣ ସେବକ ବୋଲି ଭାବୁଥିଲେ ଓ ଅନ୍ୟକୁ ପରିଚୟ ମଧ୍ୟ ଦେଉଥିଲେ । ଆଧୁନିକ ତମିଲନାଡୁ ପ୍ରଦେଶ ଅନ୍ତର୍ଗତ କାଞ୍ଚି ରାଜାଙ୍କ କନ୍ୟା ପଦ୍ମାବତୀଙ୍କୁ ବିବାହ କରିବା ନିମନ୍ତେ ରାଜା ପୁରୁଷୋତ୍ତମ ଦେବ ଓ କାଞ୍ଚି ରାଜାଙ୍କ ମଧ୍ୟରେ ଯାହା ସବୁ ଘଟଣା ଘଟିଥିଲା, ତାହକୁ ଅନେକ ପୌରାଣିକ ଓ ଇତିହାସ ପୃଷ୍ଠାରେ କାଞ୍ଚି ଅଭିଯାନ ନାମରେ ସବିଶେଷ ବ୍ୟାଖ୍ୟା କରାଯାଇଛି ।
ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀର ନାମ ‘ହରି ଶୟନୀ’ ବା ପଦ୍ମା ଏକାଦଶୀ । ଆଷାଢ଼ ମାସ ଶୁକ୍ଳପକ୍ଷରେ ‘ହରି ଶୟନୀ ଏକାଦଶୀ’ ଦିନ ଯିଏ କମଳ ପୁଷ୍ପରେ କମଳଲୋଚନ ଭଗବାନ ବିଷ୍ଣୁଙ୍କ ପୂଜା ତଥା ଉତ୍ତମ ଏକାଦଶୀ ବ୍ରତ କରେ, ତା’ଦ୍ୱାରା ତିନିଲୋକ ଓ ତିନି ସନାତନ ଦେବତାଙ୍କ ପୂଜନ ହୋଇଥାଏ । ‘ହରିଶୟନୀ ଏକାଦଶୀ’ ଦିନ ମୋର ଗୋଟିଏ ସ୍ୱରୂପ ରାଜା ବଳିଙ୍କ ପାଖରେ ରହେ ଓ ଅନ୍ୟଟି କ୍ଷୀର ସାଗରରେ ଶେଷନାଗ ଶଯ୍ୟାରେ ଆଗାମୀ କାର୍ତ୍ତିକ ଏକାଦଶୀ ଆସିବା ପର୍ଯ୍ୟନ୍ତ ଶୟନ କରେ । ଏଣୁ ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ପର୍ଯ୍ୟନ୍ତ ମନୁଷ୍ୟ ଉତ୍ତମ ରୂପେ ଧର୍ମ ଆଚରଣ କରିବା ଉଚିତ । ଯେଉଁ ମନୁଷ୍ୟ ଏହି ବ୍ରତର ଅନୁଷ୍ଠାନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏଣୁ ଯତ୍ନପୂର୍ବକ ଏହି ଏକାଦଶୀ ବ୍ରତ କରିବା ଉଚିତ୍ । ଏକାଦଶୀ ରାତିରେ ଜାଗରଣ କରି ଶଙ୍ଖ, ଚକ୍ର ଓ ଗଦାଧାରୀ ଭଗବାନ ବିଷ୍ଣୁଙ୍କ ଭକ୍ତିପୂର୍ବକ ପୂଜା କରିବା ଉଚିତ । ଏହି ବ୍ରତ କରୁଥିବା ମନୁଷ୍ୟର ପୁଣ୍ୟର ଗଣନା କରିବାକୁ ସ୍ୱୟଂ ଚତୁର୍ମୁଖ ବ୍ରହ୍ମା ମଧ୍ୟ ଅସମର୍ଥ । ଯିଏ ଏହି ପ୍ରକାର ଭୋଗ ଓ ମୋକ୍ଷ ପ୍ରଦାନକାରୀ ସର୍ବପାପହାରୀ ଉତ୍ତମ ଏକାଦଶୀ ବ୍ରତ ପାଳନ କରେ, ସେ ଜାତିରେ ଚଣ୍ଡାଳ ହୋଇଥିଲେ ମଧ୍ୟ ସଂସାରରେ ସର୍ବଦା ମୋର\ବିଷ୍ଣୁଙ୍କର ଅତି ପ୍ରିୟ ହୋଇ ରହେ । ଯେଉଁ ମନୁଷ୍ୟ ଦୀପଦାନ, ପଳାଶ ପତ୍ରରେ ଭୋଜନ ଏବଂ ବ୍ରତ କରି ଚତୁର୍ମାସ ଅତିବାହିତ କରେ ସେ ମଧ୍ୟ ମୋର\ବିଷ୍ଣୁଙ୍କର ଅତି ପ୍ରିୟ । ଚତୁର୍ମାସରେ ଭଗବାନ ବିଷ୍ଣୁ ଶୋଇ ରହନ୍ତି, ଏଥିପାଇଁ ମନୁଷ୍ୟ ଭୂମିରେ ଶୟନ କରିବା ଉଚିତ । ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରିଦେବା ଉଚିତ । ଯିଏ ଚତୁର୍ମାସରେ ବ୍ରହ୍ମଚର୍ଯ୍ୟ ପାଳନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏକାଦଶୀ ବ୍ରତ ଦ୍ୱାରା ହିଁ ମନୁଷ୍ୟ ସବୁ ପାପରୁ ମୁକ୍ତ ହୋଇଯାଏ । ଏଣୁ ସର୍ବଦା ଏହି ବ୍ରତ କରିବା ଉଚିତ । ଏହା କଦାପି ଭୁଲିବା ଉଚିତ୍ ନୁହେଁ । ‘ଶୟନୀ’ ଓ ‘ବୋଧିନୀ’ ଏକାଦଶୀ ମଧ୍ୟରେ ଯେଉଁ କୃଷ୍ଣପକ୍ଷୀୟ ଏକାଦଶୀମାନ ପଡ଼େ, ଗୃହସ୍ଥ ପାଇଁ କେବଳ ତାହା ହିଁ ବ୍ରତ ରଖିବା ଯୋଗ୍ୟ । ଅନ୍ୟ ମାସର କୃଷ୍ଣପକ୍ଷୀୟ ଏକାଦଶୀ ଗୃହସ୍ଥ ପାଇଁ ବ୍ରତ ରଖିବା ଯୋଗ୍ୟ ନୁହେଁ । ଶୁକ୍ଳପକ୍ଷର ସମସ୍ତ ଏକାଦଶୀ କରିବା ଉଚିତ୍ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ଏଥିନିଲଏସ୍ଟ୍ରାଡିଅଲ/ଲେଭୋନରଜେସ୍ଟ୍ରେଲ
ଏଥିନିଲଏସ୍ଟ୍ରାଡିଅଲ/ଲେଭୋନରଜେସ୍ଟ୍ରେଲ (ଇଂରାଜୀ ଭାଷାରେ Ethinylestradiol/levonorgestrel) ଏକ ମିଶ୍ରିତ ଜନ୍ମ ନିରୋଧକ ବଟିକା (combined birth control pill) ଯେଉଁଥିରେ ଏଥିନିଲଏସ୍ଟ୍ରାଡିଅଲ (ethinylestradiol) ଯାହା ଏକ ଏସ୍ଟ୍ରୋଜେନ (estrogen) ଓ ଲେଭୋନରଜେସ୍ଟ୍ରେଲ ଯାହା ଏକ ପ୍ରୋଜେସ୍ଟିନ (progestin) ଥାଏ । ଜନ୍ମ ନିରୋଧ, ଋତୁସ୍ରାବ ଲକ୍ଷଣ ଉପସମ, ଏଣ୍ଡୋମେଟ୍ରିଓସିସ ଓ ଆଶୁ ଜନ୍ମ ନିରୋଧ (emergency contraception) ନିମନ୍ତେ ବ୍ୟବହାର କରାଯାଏ । ଏହା ପାଟିରେ ଦିଆଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭
୨୨ ତମ ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭ ମସିହାରେ ଆୟୋଜିତ ହେବାକୁ ଯାଉଛି । ଏହା ୬ ଜୁଲାଇ ୨୦୧୭ ରୁ ୯ ଜୁଲାଇ ୨୦୧୭ ଯାଏଁ ଭୁବନେଶ୍ଵରର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରତିଯୋଗିତାରେ ୪୫ ଟି ଦେଶର ୮୦୦ ଆଥେଲେଟିକ୍ସ ଭାଗନେବେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ପ୍ରାକ୍ ଋତୁସ୍ରାବ ଲକ୍ଷଣପୁଞ୍ଜ (ଇଂରାଜୀ ଭାଷାରେ ପ୍ରିମେନସ୍ଟ୍ରୁଆଲ ସିଣ୍ଡ୍ରୋମ ବା ପିଏମଏସ ଯଥାକ୍ରମେ Premenstrual syndrome ବା PMS) ମହିଳାଙ୍କର ମାସିକ ଧର୍ମ ଆରମ୍ଭର ୧ ରୁ ୨ ସପ୍ତାହ ପୁର୍ବରୁ ଦେଖାଯାଉଥିବା ଶାରୀରିକ ଓ ମାନସିକ ଲକ୍ଷଣମାନଙ୍କୁ କୁହାଯାଏ । ଏଥିରେ ଭିନ୍ନ ଭିନ୍ନ ଧରଣର ଲକ୍ଷଣ ଦେଖାଯାଏ ଓ ଋତୁସ୍ରାବ ଆରମ୍ଭ ହେବା ବେଳକୁ ଉପଶମ ହୋଇଯାଏ । ବ୍ରଣ, ସ୍ତନ ଦରଜ ଓ ଫୁଲା, ଥକ୍କା ଲାଗିବା, ବିରକ୍ତିଭାବ ଓ ପରିବର୍ତ୍ତିତ ମନୋଦଶା ଇତ୍ୟାଦି ଲକ୍ଷଣମାନ ଏଥିରେ ଦେଖାଯାଏ । ଅଧିକାଂଶ ସମୟରେ ପ୍ରାୟ ୬ ଦିନ ପର୍ଯ୍ୟନ୍ତ ଏହି ଲକ୍ଷଣ ଲାଗିରହେ । ସମୟକ୍ରମେ ମହିଳାଙ୍କର ଲକ୍ଷଣରେ ପରିବର୍ତ୍ତନ ହୁଏ । ଗର୍ଭାବସ୍ଥାରେ ଓ ଋତୁବନ୍ଦ ପରେ ଏହି ଲକ୍ଷଣ ପ୍ରକାଶ ପାଏ ନାହିଁ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କ ଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
ମାଉସୀ ମା' ମନ୍ଦିର (ମାଉସୀମା ଦେଉଳ ଓ ଅର୍ଦ୍ଧାଶନୀ ମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ଥିବା ଏକ ମନ୍ଦିର । ଏହା ପୁରୀ ବଡ଼ଦାଣ୍ଡରେ ଜଗନ୍ନାଥ ମନ୍ଦିର ଆଡ଼କୁ ଗଲାବେଳେ ବଳଗଣ୍ଡି ପାଖରେ ବାମପଟେ ଅବସ୍ଥିତ । ଏଠାର ଅଧିଷ୍ଠାତ୍ରୀ ଦେବୁ ମାଉସୀ ମା (ଅର୍ଦ୍ଧାଶନୀ) ଜଗନ୍ନାଥଙ୍କ ମାଉସୀ ଭାବରେ ଜଣା । ପୂର୍ବରୁ ଏଠି ହାତୀ ଗାଧୁଆ ନଦୀ ବହି ଯାଉଥିଲା । ଲୋକେ ତାକୁ ବଳବତ୍ତର ଗଣ୍ଡି କହୁଥିଲେ ଏବେ ଏହା ବଳଗଣ୍ଡି ଭାବେ ପରିଚିତ । ଆଗେ ମହାପ୍ରଭୁମାମାନଙ୍କର ରଥ ଆସି ଏଇଠି ଅଟକି କିଛି ସମୟ ବିଶ୍ରାମ ନେବାପରେ ନଈ ପାର ହୋଇ ବିଗ୍ରହମାନେ ଆରପଟରେ ଥିବା ରଥରେ ବିଜେ ହୋଇ ଗୁଣ୍ଡିଚା ମନ୍ଦିରକୁ ଯାଉଥିଲେ । ପୁଣି ଫେରିଲାବେଳକୁ ଅର୍ଥାତ ବାହୁଡ଼ାବେଳେ ଏଇଠି ମାଉସୀ ମା ଜଗନ୍ନାଥଙ୍କୁ ପୋଡ଼ପିଠା ଖାଇବାକୁ ଦେବାର ପରମ୍ପରା ଚଳି ଆସିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।