ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭
୨୨ ତମ ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭ ମସିହାରେ ଆୟୋଜିତ ହେବାକୁ ଯାଉଛି । ଏହା ୬ ଜୁଲାଇ ୨୦୧୭ ରୁ ୯ ଜୁଲାଇ ୨୦୧୭ ଯାଏଁ ଭୁବନେଶ୍ଵରର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରତିଯୋଗିତାରେ ୪୫ ଟି ଦେଶର ୮୦୦ ଆଥେଲେଟିକ୍ସ ଭାଗନେବେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅର୍ଜୁନ ବାଜପେୟୀ ଜଣେ ଭାରତୀୟ ପର୍ବତରୋହି ଅଟନ୍ତି ସେ 23 ମଇ 2016 ମସିହାରେ ବିଶ୍ୱର ପଞ୍ଚମ ସବୁଠାରୁ ଉଚ୍ଚ ମାଉଣ୍ଟ ମକାଲୁ (8,463 ମି.ଉଚ୍ଚ) ରେ ତ୍ରିରଙ୍ଗା ଉଡେଇବାରେ ସଫଳତା ଲାଭ କରିଥିଲେ । ଏହି ପାହାଡର ଶିଖରକୁ ଚଢ଼ିଥିବା ସବୁଠାରୁ କମ ବୟସର ପର୍ବତରୋହି ଅଟନ୍ତି । ଏହା ପୂର୍ବରୁ ସେ ବିଶ୍ୱର ସବୁଠାରୁ ବଡ଼ ଶିଖର ମାଉଣ୍ଟ ଏଭରେଷ୍ଟ , ବିଶ୍ୱର ଚତୁର୍ଥ ଶିଖର ହ୍ଲୋସ୍ତେ ଏବଂ ବିଶ୍ୱର ଅଷ୍ଟମ ଶିଖର ମାନସଲୁ ରେ ସେ ଚଢି ସାରିଛନ୍ତି। ଏହା ସହିତ ସେ ବିଶ୍ୱର ଏପରି ପର୍ବତରୋହି ହୋଇଗଲେ , ଯିଏ ସବୁଠାରୁ କମ ବୟସରେ 8000 ମିଟର ଉଚ୍ଚ ଶିଖରରେ ଚଢିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ଭାଇନା, କ'ଣ କଲା ସେ, ୨୦୧୬ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର । ଓଡ଼ିଆ ଚଳଚ୍ଚିତ୍ର ଜଗତରେ କାଷ୍ଟିଂକାଉଚର ସତ୍ୟାସତ୍ୟକୁ ନେଇ ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ଏହି ଚଳଚ୍ଚିତ୍ରଟି ନିର୍ମାଣ ହୋଇଥିଲା । ଏଥିରେ ହାସ୍ୟ ଅଭିନେତା ବାଳକୃଷ୍ଣ ପପୁ ପମ ପମଙ୍କ ଭଳି ଦେଖାଯାଉଛନ୍ତି । ସଙ୍ଗୀତ ନିର୍ଦେଶନା ଦାୟିତ୍ୱରେ ଥିଲେ ପ୍ରେମ ଆନନ୍ଦ । ପ୍ରଥମାବସ୍ଥାରେ ଏହି ଚଳଚ୍ଚିତ୍ରଟିର ନାମ ଏକ୍ସକ୍ୟୁଜ ମି କ'ଣ କଲା ସେ ଥିଲା, ମାତ୍ର ପରବର୍ତ୍ତୀ ସମୟରେ ଏହାର ଶୀର୍ଷକକୁ ବଦଳାଇ ଭାଇନା, କ'ଣ କଲା ସେ କରାଯାଇଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ରସଗୋଲା ଦିବସ ରସଗୋଲାର ପରିଚିତି ବିଶ୍ୱବ୍ୟାପୀ ଅଧିକ ଜଣାଇବା ପାଇଁ ପାଳିତ ଏକ ସାମାଜିକ ଦିବସ । ୨୦୧୫ ଜୁଲାଇ ୪ ତାରିଖରେ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡ଼ିଆରେ ପ୍ରଚାରରୁ ଆରମ୍ଭ ହୋଇଥିଲା ଓ ପରେ ସମ୍ବାଦ ଖବରକାଗଜ ଓ ରେଡ଼ିଓ ଚକୋଲେଟ ପାହାଳର "କେଳୁ ବେହେରା ମିଠା ବ୍ୟବସାୟୀ ମହାସଂଘ" ସହ ମିଶି ଏହାକୁ ଓଡ଼ିଶାରେ ଜନପ୍ରିୟ କରାଇଥିଲେ । ଭୁବନେଶ୍ୱରରେ ପାଳିତ ଏହି ଉତ୍ସବରେ ୧୦ରୁ ଅଧିକ ରସଗୋଲା ଦୋକାନରୁ ପାଳଙ୍ଗ, ପୋଦିନା, ଅମୃତଭଣ୍ଡା ଆଦି ନାନାଦି ଉପାଦାନ ଥାଇ ରସଗୋଲା ପରିବେଷଣ କରିଥିଲେ । ରସଗୋଲା ଓଡ଼ିଶାର ପୁରୀ ସହରରୁ କ୍ଷୀରମୋହନ ଭାବେ ଜନ୍ମିଥିବାର ଜଣାଯାଏ । ନଥିକରଣର ଅଭାବ ହେତୁ ସଠିକ ମସିହା ଲିପିବଦ୍ଧ ହୋଇପାରିନଥିଲା । ତେବେ ପୁରୀରୁ ଆରମ୍ଭ ହୋଇ ପରେ ଏହା କଟକର ସାଲେପୁର ଓ ଭୁବନେଶ୍ଵରର ପାହାଳ ଠାରେ ପୁରୁଷ ପୁରୁଷ ଧରି ପରମ୍ପରାଗତ ବେଉସାରେ ପରିଣତ ହୋଇଥିଲା । ଜଗନ୍ନାଥ ମନ୍ଦିରଙ୍କ ରୋଷଘରେ ତିଆରି ହେଉଥିବା କ୍ଷୀରମୋହନ (ରସଗୋଲା) ପରେ ପଶ୍ଚିମ ବଙ୍ଗର ନବୀନ ଚନ୍ଦ୍ର ଦାସଙ୍କ ଦେଇ ପରିବର୍ତ୍ତିତ ହୋଇଥିଲା । ପ୍ରଥମ ରସଗୋଲା ଦିବସ ପାଳନ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦେଇ ପୁରୀ ବେଳାଭୂମିରେ ଏକ "ରସଗୋଲା ଦିବସ" ଲେଖାଥିବା ବାଲୁକାକଳା ନିର୍ମାଣ ହୋଇଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଆଖି ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ । ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଡେକ୍ସଟ୍ରାନ ୭୦ (ଇଂରାଜୀ ଭାଷାରେDextran 70) ଏକ ପ୍ରକାର ତରଳ ପଦାର୍ଥ ଯାହା ଶିରାଭ୍ୟନ୍ତର ଇଞ୍ଜେକସନ ଆକାରରେ (injection into a vein) ଦିଆଯାଏ । ରକ୍ତସ୍ରାବ (bleeding) ଓ ଦଗ୍ଧ ଆଘାତ ଜନିତ ରକ୍ତ ସଞ୍ଚାଳନ ସକ୍ (shock) ହେଲେ ଓ ତୁରନ୍ତ ରକ୍ତ ଟ୍ରାନ୍ସଫ୍ୟୁଜନ (blood transfusion) ସମ୍ଭବ ନହେଲେ ଏହି ଡେକ୍ସଟ୍ରାନ ୭୦ ଦିଆଯାଏ । ଏହା ଅମ୍ଳଜାନ ବାହକ ନୁହେଁ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ) କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର ଓ କବି ଥିଲେ । ସେ ୧୮୯୭ ଡିସେମ୍ବର ୩ ତାରିଖ, ବକୁଳ ଅମାବାସ୍ୟା ଦିନ ବାଙ୍କୀ ସହର ଉପକଣ୍ଠରେ ଥିବା ଖମାରଙ୍ଗ ଗ୍ରାମରେ ପିତା ଦୁର୍ଗାଚରଣ ପଟ୍ଟନାୟକ ଓ ମାତା ରାଧାମାଳୀ ଦେବୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ । ସେ ପିତାମାତାଙ୍କର ଦ୍ଵିତୀୟ ସନ୍ତାନ ଥିଲେ । କାଳୀଚରଣଙ୍କ ପିତା ବଡ଼ମ୍ବାଗଡ଼ର ଦେବାନ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ । ତାଙ୍କ ପ୍ରଚେଷ୍ଟାରୁ ୧୯୫୮ ମସିହାରେ ଓଡ଼ିଶୀ ନୃତ୍ୟ ଶାସ୍ତ୍ରୀୟ ମର୍ଯ୍ୟାଦା ପାଇଥିଲା । ସେଥିପାଇଁ ସମସ୍ତ ଓଡ଼ିଶୀ ନାଟ୍ୟଗୁରୁ ଓ ନୃତ୍ୟଶିଳ୍ପୀମାନେ ତାଙ୍କୁ ମନେ ରଖିଛନ୍ତି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଳାତଙ୍କ (ଇଂରାଜୀରେ Rabies / ଲାଟିନ ଭାଷାରେ ˈreɪbiːz; ଯାହାର ଅର୍ଥ ପାଗଳାମି) ଗୋଟିଏ ଭୁତାଣୁ ଜନିତ ରୋଗ, ଏହା ଦ୍ଵାରା ମନୁଷ୍ୟ ତଥା ଉଷ୍ମରକ୍ତ ପ୍ରାଣୀମାନଙ୍କର ମସ୍ତିଷ୍କରେ ପ୍ରଦାହ ହୁଏ ।ଆରମ୍ଭରେ ଜ୍ୱର ଓ ଦେହର ଅଘୋଡ଼ା ସ୍ଥାନରେ ଝିମ୍ଝିମ୍ ହୁଏ । ଏହି ଲକ୍ଷଣ ପରେ ପରେ କ୍ରମଶଃ ପ୍ରଚଣ୍ଡ ଅଙ୍ଗପ୍ରତ୍ୟଙ୍ଗ ଚଳନ, ଅଣାୟତ ଉତ୍ତେଜନା, ଜଳ ପ୍ରତି ଭୟ, ବିଭିନ୍ନ ଅଙ୍ଗ ଚଳେଇବାକୁ ଅକ୍ଷମତା, ଦ୍ୱନ୍ଦ(confusion) ଓ ଚେତନଶୂନ୍ୟତା (loss of consciousness) ହୁଏ । ଲକ୍ଷଣ ଦେଖାଯିବା ପରେ ପ୍ରାୟ ମୃତ୍ୟୁ ହୁଏ । ଭୁତାଣୁ ପ୍ରବେଶ ସମୟଠାରୁ ଲକ୍ଷଣ ଆରମ୍ଭ ହେବାକୁ ସାଧାରଣତଃ ୧ରୁ ୩ ମାସ ଲାଗେ । କିନ୍ତୁ ସ୍ଥଳ ବିଶେଷରେ ଏହି ସମୟ ଏକ ସପ୍ତାହରୁ ଏକ ବର୍ଷ ହୋଇପାରେ । କାମୁଡ଼ା ସ୍ଥାନଠାରୁ ଭୁତାଣୁ କେନ୍ଦ୍ରୀୟ ସ୍ନାୟୁମଣ୍ଡଳକୁ ଯିବା ନିମନ୍ତେ ଲାଗୁଥିବା ସମୟ ଉପରେ ଏହା ନିର୍ଭର କରେ ।
ପ୍ରାକ୍ ଋତୁସ୍ରାବ ଲକ୍ଷଣପୁଞ୍ଜ (ଇଂରାଜୀ ଭାଷାରେ ପ୍ରିମେନସ୍ଟ୍ରୁଆଲ ସିଣ୍ଡ୍ରୋମ ବା ପିଏମଏସ ଯଥାକ୍ରମେ Premenstrual syndrome ବା PMS) ମହିଳାଙ୍କର ମାସିକ ଧର୍ମ ଆରମ୍ଭର ୧ ରୁ ୨ ସପ୍ତାହ ପୁର୍ବରୁ ଦେଖାଯାଉଥିବା ଶାରୀରିକ ଓ ମାନସିକ ଲକ୍ଷଣମାନଙ୍କୁ କୁହାଯାଏ । ଏଥିରେ ଭିନ୍ନ ଭିନ୍ନ ଧରଣର ଲକ୍ଷଣ ଦେଖାଯାଏ ଓ ଋତୁସ୍ରାବ ଆରମ୍ଭ ହେବା ବେଳକୁ ଉପଶମ ହୋଇଯାଏ । ବ୍ରଣ, ସ୍ତନ ଦରଜ ଓ ଫୁଲା, ଥକ୍କା ଲାଗିବା, ବିରକ୍ତିଭାବ ଓ ପରିବର୍ତ୍ତିତ ମନୋଦଶା ଇତ୍ୟାଦି ଲକ୍ଷଣମାନ ଏଥିରେ ଦେଖାଯାଏ । ଅଧିକାଂଶ ସମୟରେ ପ୍ରାୟ ୬ ଦିନ ପର୍ଯ୍ୟନ୍ତ ଏହି ଲକ୍ଷଣ ଲାଗିରହେ । ସମୟକ୍ରମେ ମହିଳାଙ୍କର ଲକ୍ଷଣରେ ପରିବର୍ତ୍ତନ ହୁଏ । ଗର୍ଭାବସ୍ଥାରେ ଓ ଋତୁବନ୍ଦ ପରେ ଏହି ଲକ୍ଷଣ ପ୍ରକାଶ ପାଏ ନାହିଁ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଯାହା ନାହିଁ ଭାରତେ ତାହା ନାହିଁ ମରତେ I ପ୍ରାଚୀନ ଭାରତର (ଓଡ୍ର)ଓଡ଼ିଶା ଏକ ପବିତ୍ର ଭୂମି ରୂପେ ପରିଗଣିତ ହେଉଥିଲା I ପୁରାଣମାନଙ୍କରେ ଉତ୍କଳ – ଓଡ଼ିଶାର ଶକ୍ତିପୀଠମାନଙ୍କ ବିଶେଷତ୍ୱ ରହିଛି I କ୍ଷେତ୍ରରାଜ ପୁରୁଷୋତ୍ତମର ପୀଠାଧିଷ୍ଠାତ୍ରୀ, କ୍ଷେତ୍ରେଶ୍ୱରୀ ବିମଳା,ବିରଜାକ୍ଷେତ୍ରରେ ବିରଜାଇ, ବାଣପୁର ଭଗବତୀ, ଘଟଗାଁ ତାରିଣୀ, କାକଟପୁର ମଙ୍ଗଳା, ଝଙ୍କଡ ଶାରଳା, ବଡମ୍ବା ଭଟାରିକା, ବାଙ୍କୀର ଚର୍ଚ୍ଚିକା ପୀଠ ବହୁ ପୁରାତନ ଶକ୍ତିପୀଠ I ଶକ୍ତିପୀଠମାନଙ୍କରେ ଉପାସନା ଓ ପୂଜାକ୍ରମ ଅତି ପ୍ରାଚୀନ ଓ ଅନୁକରଣୀୟ I ଉତ୍କଳୀୟ ସଂସ୍କୃତିର ପୃଷ୍ଟଭୂମି ପ୍ରତି ସିଂହାବଲୋକନ କରିବା ଅତି ସହଜ ଓ ସୁଗମ ଅଟେ I ଏହାର ପୂଜଧାରାର ଦୁଇଟି ମାର୍ଗ ଅଛି I ଗୋଟିଏ ବହିଃ ମାର୍ଗ, ଅନ୍ୟଟି ଆଭ୍ୟନ୍ତରୀଣ ମାର୍ଗ I ପୂର୍ବପୁରୁଷଙ୍କଠାରୁ ଉତ୍ତରାଧିକାରୀ ସୂତ୍ରରେ ଏହା ଆନୀତ ହୋଇଛି, ଯାହା ବିଭିନ୍ନ ସଂସ୍କୃତି ବିଭିନ୍ନତାର ସଂଘାତ ସତ୍ତ୍ୱେ ଅଦ୍ୟାବଧି ବଞ୍ଚିରହିଛି I ବହୁ ସନାତନ ଧର୍ମର ନିତ୍ୟ ଉପସ୍ୟ ପଞ୍ଚଦେବତାଙ୍କ ମଧ୍ୟରେ ଶକ୍ତି ଆରାଧନା ଅନ୍ୟତମ I ଦେବୀତତ୍ତ୍ୱ ଯଦି ବ୍ୟାଖ୍ୟା କରାଯାଏ ତେବେ କୁହାଯିବ ଯେ ଶକ୍ତି ହିଁ ସଂସାରର ସବୁକିଛି I ଯାହା ସ୍ଥୂଳଜଗତର ଦୃଶ୍ୟମାନରେ ଦେଖୁଥାଏ, ତାହା ବ୍ରହ୍ମଙ୍କ ‘ ପରାଶକ୍ତି ’ ଅଭିବ୍ୟକ୍ତି ବ୍ୟତୀତ ଅନ୍ୟ କିଛି ନୁହେଁ I ଏହା ଆଦ୍ୟାଶକ୍ତି ପରାତତ୍ତ୍ୱ, ଚେତନଶକ୍ତି କୁହାଯାଏ I ଗୀତା ଭଗବାନଙ୍କ ମୁଖ ନିସୃତରେ ଭୂମି, ଆପ, ଅନଳ, ବାୟୁ, ଖ, ମନ, ବୁଦ୍ଧି, ଅହଂକାର ଏ ଆଠ ପ୍ରକର ଅପରା ପ୍ରକୃତିର ଶକ୍ତି I ପରାଶକ୍ତି, ଚେତନଶକ୍ତି, ବ୍ରହ୍ମଙ୍କ ‘ ମାୟା’ ଆମ ସଂକ୍ଷିପ୍ତ ପରିସର ବୁଦ୍ଧିଭ୍ରମର ବିଚାର ଅଟେ I ଗୋଟିଏ ବୃନ୍ତରେ ଦୁଇଟି ଫୁଲ I ଶକ୍ତିକୁ ଅନୁଭବ ନ କଲେ ବ୍ରହ୍ମଙ୍କୁ ଜାଣିବା କଷ୍ଟ I ଶକ୍ତି ବ୍ୟକ୍ତ ଓ ଅବ୍ୟକ୍ତ ଉଭୟଙ୍କୁ ମିଳାଇବାର ଏକ ସୂକ୍ଷ୍ମ ଶୃଙ୍ଖଳା ବା ଶକ୍ତି ବିନା ଶିବ ସ୍ଥାଣୁ, ଅଚଳ I ଶକ୍ତି ଦୁଇ ଭାଗରେ ବିଭକ୍ତ, ଗୋଟିଏ ଅଭୀଷ୍ଟ ସିଦ୍ଧି ପାଇଁ ଇଷ୍ଟକର, ଅନ୍ୟଟି ଅନିଷ୍ଟକର I ପ୍ରତ୍ୟେକ ଗ୍ରାମରେ ମା’ଙ୍କୁ ବିଭିନ୍ନ ନାମରେ ଆରାଧନା ପ୍ରଚଳିତ ଥିଲା I ଅଦ୍ୟାବଧି ତାହା ଅଧିକାଧିକ ମନ୍ଦିରମାଳିନୀ ପୀଠ ରୂପେ ରୂପାନ୍ତରିତ I ବହୁ ପୁରାତନ କାଳରୁ ଶିଳାକୁ ଶାଳଗ୍ରାମ, ଶିଳପୁଆ କୁ ଷଷ୍ଠୀଦେବୀ ରୁପେ ପୂଜା ହୋଇଆସୁଛି I କଥାରେ ଅଛି ‘ ଉଜି ରାଇଜେ କୁଜି, ଯେଉଁ ରାଇଜରେ ଶାଳଗ୍ରାମ ନାହିଁ ଶିଳପୁଆକୁ ପୂଜି ’ I ବୈଦିକ ଶାସ୍ତ୍ରାନୁଯାୟୀ ରୁଦ୍ରଙ୍କ ପତ୍ନୀ ରୁଦ୍ରାଣୀ, ସର୍ବାଣୀ, ବ୍ରହ୍ମାଣୀ, ମୃଡାଣୀ, ଭବାନୀ ବିଭିନ୍ନ ନାମରେ, ବରୁଣେଇ, କରୁଣେଇ, କୁତାମଚଣ୍ଡୀ, ବାସୁଳୀ, କଟକଚଣ୍ଡୀ, ସୁବର୍ଣ୍ଣ ବାରାହୀ ନାମରେ ବିଭିନ୍ନ ଗ୍ରାମରେ ପୂଜା ପାଉଛନ୍ତି I ବସ୍ତୁତଃ ଦୁଇ ଶ୍ରେଷ୍ଠଋତୁ ସାମ୍ରାଜ୍ଞୀ ବସନ୍ତ ଋତୁ ଓ ଶରତ ଋତୁ ଜୀବମାନଙ୍କ ହୃଦୟତନ୍ତ୍ରୀରେ ନୂତନ ପ୍ରେରଣା, ଜାଗରଣ ସୃଷ୍ଟି କରେ I ତେଣୁ ଏହି ଦୁଇଋତୁରେ ଶକ୍ତିମୟୀ ଶବ୍ଦବ୍ରହ୍ମମୟୀ,ଭୁବନମୋହିନୀ ମହିଷମର୍ଦ୍ଦିନୀ ମା’ ଦୁର୍ଗା ରୂପେ ପୂଜିତା I ବସନ୍ତଋତୁରେ ଫଳ ପୁଷ୍ପଭରା ପୃଥିବୀରାଣୀ ବକ୍ଷରେ ‘ ବାସନ୍ତି ଦୁର୍ଗା ’ ରୂପେ ମା’ଙ୍କୁ ପୂଜା କରାଯାଏ I ସମସ୍ତ ଗତି, ଦୁର୍ଗତି ମଧ୍ୟରେ ସେହି ଅନ୍ନଦାତ୍ରୀ,ବଳଦାତ୍ରୀ, ଧନଦାତ୍ରୀ, ଜ୍ଞାନ ପ୍ରଦାୟିନୀ ଦେବୀଙ୍କୁ ଆରାଧନା କରି ନୂତନ ଶକ୍ତିଲାଭ କରି ଭୂମିମାତାକୁ ଶସ୍ୟଶାମଳା, ସୁଜଳା, ସୁଫଳା ପ୍ରାଚୁର୍ଯ୍ୟମୟୀ କରିବାକୁ ଦୃଢପ୍ରତିଜ୍ଞ ହେବା ସହିତ ଅମ୍ଳାନ କର୍ମ ପ୍ରବାହରେ ଆଶୀର୍ବାଦ ଲାଭ କରିବା ଆମର କାମ୍ୟହେବା ଉଚିତ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ ୭୦୦୦ ହେବ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପ୍ରତିଶବ୍ଦ - ଜରାୟୁ ମୁଖ କର୍କଟ, ସର୍ଭାଇକାଲ କର୍କଟ (Cervical cancer)ଜରାୟୁ ଗ୍ରୀବା କର୍କଟ (ଇଂରାଜୀରେ Cervical cancer) ଏକ ପ୍ରକାର କର୍କଟ ରୋଗ ଯାହା ଜରାୟୁ ଗ୍ରୀବାରୁ (ଇଂରାଜୀରେ cervix) ସୃଷ୍ଟି ହୁଏ । ଜୀବକୋଷମାନଙ୍କର ଅନିୟମିତ ତଥା ଅସ୍ୱାଭାବିକ ସଂଖ୍ୟା ବୃଦ୍ଧି ହୋଇ ନିକଟ ଓ ଦୂରବର୍ତ୍ତୀ ସ୍ଥାନକୁ ମାଡ଼ିଯାଏ । ପ୍ରାରମ୍ଭରୁ କୌଣସି ଲକ୍ଷଣ ନ ଥାଏ । ପରେ ହେଉଥିବା ଲକ୍ଷଣ ସମୂହ ହେଉଛି ଯୋନୀପଥରୁ ରକ୍ତସ୍ରାବ, ଶ୍ରୋଣୀରେ ଯନ୍ତ୍ରଣା (pelvic pain), ଯୌନକ୍ରିୟା ସମୟରେ କଷ୍ଟ । ହାରାହାରି ୯୦ % ରୋଗୀଙ୍କ କ୍ଷେତ୍ରରେ ମାନବ ପାପିଲୋମା ଭୁତାଣୁ ବା ଏଚ.ପି.ଭି. (ଇଂରାଜୀରେ Human papillomavirus or HPV ) ଏହାର କାରଣ ବୋଲି ଜଣାଯାଏ, କିନ୍ତୁ ଅଧିକାଂଶ ଏଚ.ପି.ଭି. ସଂକ୍ରମିତ ମହିଲାଙ୍କର ଏହି କର୍କଟ ହୁଏ ନାହିଁ । ଅନ୍ୟାନ୍ୟ ସଙ୍କଟ ଜନକ ଅବସ୍ଥା ମଧ୍ୟରେ ଧୁମ୍ରପାନ, ଦୂର୍ବଳ ଇମ୍ମ୍ୟୁନ ସିସ୍ଟମ, ଜନ୍ମ ନିରୋଧ ବଟିକା ବ୍ୟବହାର, ଅଳ୍ପ ବୟଷରେ ଯୌନ ସମ୍ଭୋଗ, ଏକାଧିକ ଯୌନ ଭାଗୀଦାରମାନଙ୍କ ନାମ ନିଆଯାଏ କିନ୍ତୁ ଏଗୁଡ଼ିକ ସ୍ୱଳ୍ପ ଗୁରୁତ୍ତ୍ୱପୂର୍ଣ୍ଣ । ଦଶ କୋଡ଼ିଏ ବର୍ଷର ପ୍ରାକ୍ କର୍କଟ ଅବସ୍ଥା ପରେ ଏହା ବାହାରେ । ଏକାଧିକ ପ୍ରକାର ଜରାୟୁ ଗ୍ରୀବା କର୍କଟ ଦେଖାଯାଏ । ଏମାନଙ୍କ ମଧ୍ୟରୁ ୯୦ % ହେଉଛି ସ୍କ୍ୱାମସ୍ ସେଲ କର୍କଟ (squamous cell carcinoma), ୧୦% ଆଡେନୋ କର୍କଟ (adenocarcinoma) ଓ ଏକ ସ୍ୱଳ୍ପ ଅଂଶ ଅନ୍ୟାନ୍ୟ ପ୍ରକାର ଦେଖାଯାଆନ୍ତି । ମେଡିକାଲ ଇମେଜିଙ୍ଗଦ୍ୱାରା (Medical imaging) ଏହା ସ୍ଥାନାନ୍ତର ହୋଇଛି କି ନାହିଁ ଜଣାପଡ଼େ । ଏହି ରୋଗ କରାଉଥିବା ଦୁଇ ପ୍ରଜାତିର ଏଚ.ପି.ଭି.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ସମୁଦ୍ରଗୁପ୍ତ, ଗୁପ୍ତବଂଶର ଜଣେ ଶାସକ ଥିଲେ । କୁଶାଣ ବଂଶର ପତନପରେ ଉତ୍ତର ଭାରତ ତ୍ରମଶଃ ଅନେକ କ୍ଷୁଦ୍ର ସ୍ଵାଧୀନ ରାଜ୍ୟରେ ବିଭକ୍ତ ହେବାପରେ ଭାରତର ରାଜନୈତିକ ଏକତା ଓ ସଂହିତା ବ୍ୟାହତ ହୋଇଥିଲା । କିନ୍ତୁ ଖ୍ରୀଷ୍ଟୀୟ ଚତୁର୍ଥ ଶତାବ୍ଦୀର ପ୍ରାରମ୍ଭରେ ଗୁପ୍ତ୍ରବଂଶର ଅଭ୍ୟୁଦୟ ଫଳରେ ଭାରତରେ ଶାନ୍ତି ଶୃଙ୍ଖଳା ତଥା ରାଜନୈତିକ ଏକତା ପୁନଃପ୍ରତିଷ୍ଠିତ ହୋଇଥିଲା । ସମ୍ଭବତଃ ୩୩୫ ଖ୍ରୀଷ୍ଟାବ୍ଦରେ ପ୍ରଥମ ଚନ୍ଦ୍ରଗୁପ୍ତଙ୍କ ପୁତ୍ର ସମୁଦ୍ରଗୁପ୍ତ ସିଂହାସନ ଆରୋହଣ କରିଥିଲେ । ଆଲାହାବାଦ ସ୍ତମ୍ଭଲେଖରୁ ତାଙ୍କର ରାଜତ୍ଵ ବିଶେଷତଃ ଦିଗବିଜୟ ସମ୍ଭନ୍ଧରେ ବହୁ ତଥ୍ୟ ଜଣାଯାଏ । ସମୁଦ୍ରଗୁପ୍ତଙ୍କ ରାଜସଭାର ବିଶିଷ୍ଟ କବି ତଥା ସନ୍ଧିବିଗ୍ରହିକ ( ପ୍ରତିରକ୍ଷା ମନ୍ତ୍ରୀ) ହରିସେଣଙ୍କ ଦ୍ଵାରା ଏହି ସ୍ତମ୍ଭଲେଖର ପ୍ରଶସ୍ତି ରଚିତ ହୋଇଥିଲା ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।